ଶ୍ରୀମନ୍ଦିରରେ ବଡ଼ ମହାସ୍ନାନ

ପୁରୀ ଅଫିସ, ୬ା୨:ଶ୍ରୀମନ୍ଦିରରେ ରବିବାର ବଡ଼ ମହାସ୍ନାନ ନୀତି ଅନୁଷ୍ଠିତ ହୋଇଛି। ସକାଳେ ମଙ୍ଗଳ ଆଳତି ପରେ ଭକ୍ତମାନେ ଶ୍ରୀମନ୍ଦିର ଭିତରକାଠ ନିକଟରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଦର୍ଶନ କରୁଥିଲେ। ଏହି ସମୟରେ ଜଣେ ବୃଦ୍ଧା ଭିତରକାଠ ନିକଟରେ ଛେପ ପକାଇ ଦେଇଥିଲେ। ଏହା ଦୃଷ୍ଟିକୁ ଆସିବା ପରେ ତୁରନ୍ତ ଦର୍ଶନ ଓ ନୀତି ବନ୍ଦ ରଖାଯାଇଥିଲା। କବାଟ ବନ୍ଦ କରାଯାଇ ବଡ଼ ମହାସ୍ନାନ ପାଇଁ ନୀତି ଆରମ୍ଭ ହୋଇଥିଲା। ଚୂନପାଣି ପଡ଼ି ମଇଲମ ପରେ ସିଂହାସନ, ଭିତରକାଠ ଧୁଆଯାଇଥିଲା। ଏହାପରେ ସକାଳ ୭ଟା ୫୦ରେ ମହାସ୍ନାନ ନୀତି ଆରମ୍ଭ ହୋଇ ୮ଟା ୫ରେ ସରିଥିଲା। ଏଥିପାଇଁ ଅନ୍ୟ ନୀତି ପ୍ରାୟ ୧ଘଣ୍ଟା ବିଳମ୍ବ ହୋଇଥିଲା। ମହାସ୍ନାନ ନୀତି ସରିବା ପରେ ପୁଣି ନୀତିକାନ୍ତି ଆଗେଇଥିଲା। ସୂଚନାଯୋଗ୍ୟ, ଶୁକ୍ରବାର ଭିତରକାଠ ନିକଟରେ କେହି ଭକ୍ତ ବାନ୍ତି କରିଦେବାରୁ ବଡ଼ ମହାସ୍ନାନ ନୀତି ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Read more

ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…

ଡିଫେନ୍ସ ମିନିଷ୍ଟ୍ରିରେ କରୁଥିଲେ ଚାକିରି, ହଠାତ୍‌ ୩ ମାସର ଗର୍ଭବତୀବସ୍ଥାରେ କଲେ ଆତ୍ମହତ୍ୟା; ରାଜଧାନୀରେ ଚାଞ୍ଚଲ୍ୟ…

ନୂଆଦିଲ୍ଲୀ,୨୩।୮: ଦିଲ୍ଲୀରେ ପ୍ରତିରକ୍ଷା ମନ୍ତ୍ରଣାଳୟ (ଡିଫେନ୍ସ ମିନିଷ୍ଟ୍ରି) ରେ କାର୍ଯ୍ୟରତ ଜଣେ ୩ ମାସର ଗର୍ଭବତୀ ମହିଳା ଆତ୍ମହତ୍ୟା କରିଛନ୍ତି। ଅଭିଯୋଗ ହୋଇଛି ଯେ ଶାଶୂଘର ଲୋକେ…

କାନ୍ଥରୁ ଲିଭିନି ‘ଶୁଭ ବିବାହ: ଭାଇ ହାତରେ ରାଖୀ ବାନ୍ଧିବାକୁ ଚାହିଁ ରହିଥିଲା ଭଉଣୀ , ହେଲେ ବିଧିର ବିଧାନ କିଛି ଅଲଗା ଫେରୁଛି ଶବ

ଖଲ୍ଲିକୋଟ, ୨୩/୮ (ପ୍ରଶାନ୍ତ କୁମାର ମିଶ୍ର/ବିଦ୍ୟାଧର ସାହୁ): ଗଞ୍ଜାମରେ ସରୁନି ଦାଦନ ଦୁଃଖ। ଭଉଣୀ ହାତରେ ରହିଗଲା ରାଖୀ, ଦୁବାଇରୁ ଆସିଲା ଭାଇଙ୍କ ମୃତଦେହ। ସରକାର ବଦଳୁଛି,…

ବାଂଲାଦେଶରେ ପୁଣି ହିନ୍ଦୁମାନଙ୍କୁ କରାଯାଉଛି କି ଟାର୍ଗେଟ? ଛାତ ଉପରେ ବାପା, ସିଡ଼ିରେ ମାଆ-ଝିଅ, ଖଟ ତଳେ ମିଳିଲା ୧୨ ବର୍ଷ ପୁଅର ମୃତଦେହ

ଢାକା,୨୩।୮: ବାଂଲାଦେଶର ରଙ୍ଗପୁର ସହରରେ ଏକ ବନ୍ଦ ଘର ଭିତରେ ପରିବାରର ଚାରି ଜଣଙ୍କ ମୃତଦେହ ମିଳିବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୃତକଙ୍କ ମଧ୍ୟରେ…

ସୂର୍ଯ୍ୟ-ଚନ୍ଦ୍ରଙ୍କ ଅଶୁଭ ଯୋଗ; ଅଗଷ୍ଟ ମାସ ଶେଷବେଳକୁ ୪ ରାଶିଙ୍କ ବଢିପାରେ ଅଡୁଆ, ଧନହାନୀକୁ ଶରୀର ପୀଡା…

ଏହି ଯୋଗ ମାଙ୍ଗଳିକ କାର୍ଯ୍ୟ ପାଇଁ ଅଶୁଭ କିମ୍ୱା ବିନାଶକାରୀ ବୋଲି ଧରାଯାଏ। ଏବେ ୩୧ ଅଗଷ୍ଟରେ ଏହି ଯୋଗ ସୃଷ୍ଟି ହେବାକୁ ଯାଉଛି। ଏହି ଯୋଗ…

ଚାଇନା ଯିବେ NSA ଅଜିତ ଡୋଭାଲ; ଜାଣନ୍ତୁ ଏହାର ପ୍ରମୁଖ କାରଣ

ନୂଆଦିଲ୍ଲୀ,୨୩।୮: ଭାରତ ଏବଂ ଚାଇନା ମଧ୍ୟରେ ସୀମା ବିବାଦ ସମ୍ପର୍କରେ ପୁଣି ଥରେ କୂଟନୈତିକ ଆଲୋଚନା ଆଗକୁ ବଢ଼ିବାକୁ ଯାଉଛି। ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ…

ଆଉ ଚିନ୍ତା ନାହିଁ: ଡ୍ରାଇଭରଙ୍କୁ ନିଦ ଲାଗିଲେ ଏଣିକି ଥରିବ ସିଟ୍‌, ସତର୍କ କରାଇବ କହିବ…

ମୁମ୍ବାଇ,୨୩ା୮: ରାସ୍ତାରେ ଗାଡ଼ି ଚଳାଇ ଗଲାବେଳେ ବେଳେବେଳେ ଆଖିକୁ ନିଦ ଆସିଯାଇଥାଏ ଫଳରେ ଦୁର୍ଘଟଣାର ସମ୍ଭାବନା ବି ଥାଏ। ମାତ୍ର ଏଣିକି ଆଉ ସେ ଚିନ୍ତା ରହିବ…

‘ମାଆଙ୍କ ସହ ଚା ପିଇଲେ, ତାଙ୍କ ପାଦ ଧୋଇଲେ…’, ଭାବ ବିହ୍ବଳ କରୁଛି ପାହାଡ଼ରୁ ଡେଇଁ ଜୀବନ ହାରିଥିବା କୁନାଲଙ୍କ ପୁରୁଣା ଭିଡିଓ

ମୁମ୍ବାଇ,୨୩।୮: ମହାରାଷ୍ଟ୍ରର ଛତ୍ରପତି ସମ୍ଭାଜୀନଗରରେ, ଆଇଫୋନ ଇଏମଆଇକୁ ନେଇ ବିବାଦ ପରେ ୧୮ ବର୍ଷୀୟ କୁନାଲ ନାମକ ଜଣେ ନାବାଳକ ଏବଂ ତାଙ୍କ ବାପାମାଆ ଯେଉଁମାନେ ତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri