ପୂଜା ମଣ୍ଡପରେ ମହାଷ୍ଟମୀ ପୂଜା: ପ୍ରବଳ ଜନସମାଗମ

ଜି.ଉଦୟଗିରି, ୧୧।୧୦(ଶିଶିର ପଟ୍ଟନାୟକ): ଜି. ଉଦୟଗିରିର ବହୁ ପୂରାତନ ପୂଜା ମଣ୍ଡପ ତରଫରୁ ଶାରଦୀୟ ଦୁର୍ଗାପୂଜା ଆରମ୍ଭ ହୋଇଛି। ବୁଧୁବାର ମା’ ବରାଳ ଦେବୀଙ୍କ ଘଟକୁ ନେଇ ପୂଜା ମଣ୍ଡପରେ ସ୍ଥାପନ କରାଯିବା ପରେ ଗୁରୁବାର ସପ୍ତମୀ ପୂଜା ଓ ଶୁକ୍ରବାର ଅଷ୍ଟମୀ ପୂଜା ଆରମ୍ଭ ହୋଇଛି। ଜି.ଉଦୟଗିରି ଦୁର୍ଗାପୂଜା ପୂରାତନ ପୂଜା ମଣ୍ଡପ ଭାବେ ପରିଚିତ।

କିଛି ବୟସ୍କ ଲୋକଙ୍କ କହିବା ଅନୁଯାୟୀ, ଏହି ପୂଜା ମଣ୍ଡପ ୭୦ବର୍ଷରୁ ଅଧିକ ପୁରାତନ। ଏହି ପୂଜା ମଣ୍ଡପରେ ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା’ ବରାଳ ଦେବୀଙ୍କ ଘଟ ପୂଜା ପାଉଥିବା ଯୋଗୁ ଏହାର ପୂଜା ରୀତିନୀତି ଓ ତନ୍ତ୍ର ପାଠ ସମ୍ପୂର୍ଣ୍ଣ ଭିନ୍ନ। ମା’ଙ୍କ ଘଟ ବିସର୍ଜନ ନ ହେବା ପର୍ଯ୍ୟନ୍ତ କୌଣସି ସାଂସ୍କୃତିକ କାର୍ଯ୍ୟକ୍ରମ ହୁଏନାହିଁ । ଦଶହରା ଦିନ ରାତ୍ର ଘଟ ବିସର୍ଜନ ପରେ ମୂର୍ତ୍ତି ବିସର୍ଜନ ପର୍ଯ୍ୟନ୍ତ ସାଂସ୍କୃତିକ କାର୍ଯ୍ୟକ୍ରମ ହୁଏ। ପୂଜା କମିଟି ତରଫରୁ ଚଳିତ ବର୍ଷ ଶୃଖଳାର ସହିତ ପୂଜା କରିବା ପାଇଁ ନିଷ୍ପତ୍ତି ନିଆଯାଇ କାର୍ଯ୍ୟସୂଚୀ କରାଯାଇଛି। ଗୁରୁବାର ମହାସପ୍ତମୀ ପୂଜା ସହିତ ୧୦୮ ଆଳତୀ କରାଯାଇଥିଲା।

ଶୁକ୍ରବାର ମହାଅଷ୍ଟମୀ ପୂଜା ସହିତ ୧୦୮ ଆଳତୀ ପାଇଁ ବ୍ୟାପକ ପ୍ରସ୍ତୁତି ଚାଲିଛି। ୧୨ରେ ମହା ନବମୀ ୧୦୮ ଆଳତୀ, ୧୩ରେ ମହାଦଶମୀ ପୂଜା ସହିତ ରାତିରେ ଘଟ ବିସର୍ଜନ କାର୍ଯ୍ୟକ୍ରମ ରହିଥିବା ବେଳେ, ୧୪ରେ ସାଂସ୍କୃତିକ କାର୍ଯ୍ୟକ୍ରମ, ୧୫ରେ ମା’ଙ୍କୁ ମହାପଟୁଆରରେ ବିସର୍ଜନ କରାଯିବ ବୋଲି ପୂଜା କମିଟି ସଭାପତି କାଳୁ ଚରଣ ପଣ୍ଡା କହିଛନ୍ତି। ପୂଜା କମିଟି ସମ୍ପାଦକ ମନ ସନ୍ତୋଷ ପାତ୍ର, ବ୍ୟବସାୟୀ ସଂଘ ସଭାପତି ସମୀର କୁମାର ପାଢୀ ଏବଂ ସମ୍ପାଦକ ଅରୁଣ କୁମାର ଷଡଙ୍ଗୀଙ୍କ ସମେତ ପୂଜା କମିଟି ଓ ବ୍ୟବସାୟୀ ସଂଘ ସଦସ୍ୟମାନେ ପୂଜା ଦାୟିତ୍ୱରେ ଅଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଦବିଲା ୫୩ ନମ୍ବର ଜାତୀୟ ରାଜପଥ: ଓଲଟିଲା ୩ ଟ୍ରକ୍‌, ନିମ୍ନମାନର ନିର୍ମାଣ ନେଇ…

ମହାକାଳପଡ଼ା, ୧୬/୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍‌ ଅଧୀନ ନୀଳାଚଳ ଛକ ନିକଟରେ ୫୩ ନମ୍ବର ଜାତୀୟ ରାଜପଥର ପାର୍ଶ୍ୱ ରାସ୍ତା ଭୁଶୁଡ଼ି…

ଅଟଳ ବିହାରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି – କହିଲେ ‘ଦେଶକୁ ଏକ ନୂତନ ଦିଗଦର୍ଶନ ଦେଇଥିଲେ’

ନୂଆଦିଲ୍ଲୀ,୧୬।୮: ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ଦେଶ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି…

ଭଦ୍ରକରେ ପୁଣି ବନ୍ୟା: ବିପଦ ସଙ୍କେତ ଟପିଲା ବୈତରଣୀ, ସଙ୍କେତ ଛୁଇଁବ ସାଳନ୍ଦୀ

ଭଦ୍ରକ, ୧୬/୮ (ସନାତନ ରାଉତ): ଭଦ୍ରକ ଜିଲାକୁ ବନ୍ୟାରେ ପ୍ରଭାବିତ କରୁଥିବା ଦୁଇ ପ୍ରମୁଖ ନଦୀ ବୈତରଣୀ ଓ ସାଳନ୍ଦୀରେ ରବିବାର ପୁଣି ବନ୍ୟା ପରିସ୍ଥିତି ସୃଷ୍ଟି…

ରାଷ୍ଟ୍ରପତି କଲେ ଅନୁମୋଦନ: କଳାହାଣ୍ଡି ପୁଅ ପାଇବେ ବୀରତ୍ବ ସେନାପଦକ

ଭବାନୀପାଟଣା,୧୬।୮(ଉତ୍ତମ କୁମାର ଦାଶ): ସ୍ୱାଧୀନତା ଦିବସ ପୂର୍ବ ସଂନ୍ଧ୍ୟାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପ୍ରତିରକ୍ଷା ବାହିନୀ ଏବଂ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବାହିନୀର କର୍ମଚାରୀମାନଙ୍କୁ ୧୩ ଟି…

ସରକାରୀ କାର୍ଯ୍ୟାଳୟରେ ଯନ୍ତ୍ରୀ ଉଡ଼ାଇଲେ ଓଲଟା ଜାତୀୟ ପତାକା: ପ୍ରଶାସନ ପଦକ୍ଷେପକୁ ଅପେକ୍ଷା

ମହାକାଳପଡ଼ା, ୧୬।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ଥିବା ମହାକାଳପଡ଼ା ଗ୍ରାମ୍ୟ ଉନ୍ନୟନ ଉପଖଣ୍ଡ ସ୍ତରୀୟ ସହକାରୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ…

ରେଳବାଇରେ ସରକାରୀ ଚାକିରି ସୁଯୋଗ: ୩୯୯୩ JE ପଦବୀ ପାଇଁ ଆବେଦନ ଆରମ୍ଭ

ନୂଆଦିଲ୍ଲୀ,୧୬।୮: ରେଳବାଇରେ ସରକାରୀ ଚାକିରି ପାଇବାର ସ୍ୱପ୍ନ ଦେଖୁଥିବା ପରୀକ୍ଷାର୍ଥୀଙ୍କ ପାଇଁ ଖୁସିଖବର। ଆରଆରବି (RRB)ର ଜୁନିୟର ଇଞ୍ଜିନିୟର (JE) ନିଯୁକ୍ତି ପାଇଁ ଅନଲାଇନ୍ ଆବେଦନ ପ୍ରକ୍ରିୟା…

ଭଗବାନଙ୍କ ଭରସାରେ ପରିବାର: ୩୦ ବର୍ଷ ବିତିଗଲା, ପଲିଥିନ ତଳେ ବିତୁଛି ଜୀବନ, ପ୍ରଶାସନ ନିଦାବିଷ୍ଣୁ

କେସିଙ୍ଗା, ୧୬।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନସ୍ଥ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ରାମେଶ୍ୱର…

ଅପହୃତ ବ୍ୟବସାୟୀ ଉଦ୍ଧାର, ଅଭିଯୁକ୍ତ ଅଟକ: ମୁହାଁମୁହିଁ ଜେରା …

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଅପହୃତ ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ବଲାଙ୍ଗୀର ପୋଲିସର ସ୍ୱତନ୍ତ୍ର ଟିମ୍‌ ଭୁବନେଶ୍ୱରରୁ ସୁରକ୍ଷିତ ଭାବେ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri