Posted inଜାତୀୟ

କେଜ୍‌ରିଓ୍ବାଲଙ୍କ ବିରୋଧରେ ନିର୍ବାଚନ ଲଢିବେ ମହାଠକ ସୁକେଶ ଚନ୍ଦ୍ରଶେଖର!

ନୂଆଦିଲ୍ଲୀ,୨୯।୨: ତିହାର ଜେଲରେ ରହୁଥିବା ଗ୍ୟାଙ୍ଗଷ୍ଟର ତଥା ମହାଠକ ସୁକେଶ ଚନ୍ଦ୍ରଶେଖର ପୁଣି ଥରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟିର ସଭାପତି ଅରବିନ୍ଦ କେଜ୍‌ରିୱାଲଙ୍କୁ ଚିଠି ଲେଖିଛନ୍ତି। ସୁକେଶ ଚନ୍ଦ୍ରଶେଖର ଅରବିନ୍ଦ କେଜ୍‌ରିୱାଲଙ୍କୁ ଧମକ ଦେଇଥିବା ଅଭିଯୋଗ କରିଛନ୍ତି।
କେଜ୍‌ରିୱାଲଙ୍କୁ ଲେଖାଯାଇଥିବା ଚିଠିରେ ସୁକେଶ ଚନ୍ଦ୍ରଶେଖର ଅଭିଯୋଗ କରିଛନ୍ତି, ଗୋଟିଏ ମୋବାଇଲ ନମ୍ବରରୁ କ୍ରମାଗତ କଲ କରି ତାଙ୍କ ପରିବାରକୁ ଗତ ୩ ଦିନ ହେବ ଧମକ ଦିଆଯାଉଛି। ଜେଲରେ ମଧ୍ୟ ସତୈନ୍ଦ୍ର ଜୈନ ଏବଂ କେଜ୍‌ରିୱାଲଙ୍କ ନିକଟ ଅଧିକାରୀମାନେ ତାଙ୍କୁ ଧମକ ଦେଉଛନ୍ତି।
ସୁକେଶ ଚନ୍ଦ୍ରଶେଖର ଚିଠିରେ ଲେଖିଛନ୍ତି ଯେ, ମୁଁ ଭୟଭୀତ ନୁହେଁ, ମୁଁ ଖୁବ୍‌ଶୀଘ୍ର ସିବିଆଇ ସାମ୍ନାରେ କେଜ୍‌ରିୱାଲଙ୍କ ଗୁମର ଖୋଲିବି। ଯେଉଁଠାରୁ ନିର୍ବାଚନରେ ସେ ପ୍ରତିଦ୍ୱନ୍ଦ୍ୱିତା କରିବେ, ତାଙ୍କ ବିରୋଧରେ ମୁଁ ଜଣେ ସ୍ବାଧୀନ ପ୍ରାର୍ଥୀ ଭାବରେ ଠିଆ ହେବି। ତାମିଲନାଡୁରୁ ଲୋକ ସଭା ନିର୍ବାଚନ ପାଇଁ ଟିକେଟ ଦେଇ କେଜ୍‌ରିୱାଲ ତାଙ୍କୁ ପ୍ରତାରଣା କରିଛନ୍ତି ବୋଲି ସୁକେଶ ଅଭିଯୋଗ କରିଛନ୍ତି।
ଏହା ପ୍ରଥମ ଘଟଣା ନୁହେଁ ଯେ, ସୁକେଶ ଚନ୍ଦ୍ରଶେଖର ଦିଲ୍ଲୀ ସିଏମ ଅରବିନ୍ଦ କେଜ୍‌ରିୱାଲଙ୍କ ବିରୋଧରେ କୌଣସି ଅଭିଯୋଗ କରିଛନ୍ତି। ଏହାପୂର୍ବରୁ ମଧ୍ୟ ସେ କେଜ୍‌ରିୱାଲଙ୍କ ବିରୋଧରେ ଅନେକ ଥର ଅଭିଯୋଗ କରିଥିଲେ। ମେ ୨୦୨୩ରେ ସେ ଅରବିନ୍ଦ କେଜ୍‌ରିୱାଲଙ୍କ ସରକାରୀ ବାସଭବନକୁ ସଜାଇବା ପାଇଁ କିଣାଯାଇଥିବା ଘଟଣାର ତଦନ୍ତ ଦାବି କରି ଦିଲ୍ଲୀର ଲେଫ୍ଟନାଣ୍ଟ ଗଭର୍ଣ୍ଣରଙ୍କୁ ଏକ ଚିଠି ଲେଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri