Posted inଜାତୀୟ

ମହାତ୍ମା ବି କୃଷି ଆଇନର କରିଥାନ୍ତେ ବିରୋଧ: ଅନ୍ନଦାତା

ନୂଆଦିଲ୍ଲୀ, ୨୯।୯: କେନ୍ଦ୍ର ସରକାରଙ୍କ କୃଷି ଆଇନକୁ ନେଇ ଦେଶବ୍ୟାପି ବିରୋଧ ଜାରି ରହିଛି। କଂଗ୍ରେସ ପକ୍ଷରୁ ଏହାର ଜୋରଦାର ବିରୋଧ କରାଯିବା ସହିତ ସରକାରଙ୍କୁ ଘେରିବାର ଉଦ୍ୟମ କରାଯାଉଛି। ଏସମ୍ପର୍କରେ ରାହୁଲ ଗାନ୍ଧୀ ଦେଶର ବିଭିନ୍ନ ଅଞ୍ଚଳର କୃଷକଙ୍କ ସହିତ ଆଲୋଚନା କରିଛନ୍ତି। ମହାରାଷ୍ଟ୍ରର ଜଣେ ଅନ୍ନଦାତା ଏହି ଅବସରରେ ରାହୁଲଙ୍କୁ କହିଛନ୍ତି ଯେ, ଇଂରେଜଙ୍କ ବିରୋଧରେ ଜାତିର ପିତା ମହାତ୍ମା ଗାନ୍ଧୀ ଅହିଂସା ଲଢ଼େଇ କରିଥିଲେ। ଆଜି ଯଦି ମହାତ୍ମା ଜୀବିତ ରହିଥାନ୍ତେ ତେବେ ସେ ମଧ୍ୟ କୃଷି ଆଇନର ବିରୋଧ କରିଥାନ୍ତେ। ରାହୁଲ ଏହାକୁ ଇଂରେଜ ଆଇନ ବୋଲି କହିଛନ୍ତି। ସେ କହିଛନ୍ତି ଯେ, ବିମୁଦ୍ରିକରଣ, ଜିଏସ୍‌ଟି ଏବଂ କୃଷି ଆଇନ ଯୋଗୁ ଦେଶର ସାଧାରଣ ଜନତାଙ୍କ ଆର୍ଥିକ ମାନଦଣ୍ଡ ଭାଙ୍ଗିଯିବ। ପ୍ରଥମେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଲୋକଙ୍କ ଗୋଡ଼ରେ କୁରାଢ଼ି ଚୋଟ ମାରିଥିବାବେଳେ ଏବେ ହୃଦୟରେ ଚୋଟ ମାରିଛନ୍ତି। ଇଂରେଜଙ୍କ ସହିତ ରହିଥିବା ଲୋକେ କେବେ ବି ଭାରତୀୟଙ୍କ ଦୁଃଖକଷ୍ଟ ବୁଝିପାରିବେ ନାହିଁ ବୋଲି ରାହୁଲ କହିଛନ୍ତି। ଏମ୍‌ଏସ୍‌ପି ନେଇ କୌଣସି ନିର୍ଭର ପ୍ରତିଶ୍ରୁତି ଏହି ଆଇନ ଦ୍ୱାରା ଦିଆଯାଇ ନାହିଁ। ଏହାଦ୍ୱାରା କେବଳ ଧନୀ ଏବଂ କମ୍ପାନୀଙ୍କ ପାଇଁ ନୂଆ ସୁଯୋଗ ସୃଷ୍ଟି ହେବ। ଗରିବ ସେହିପରି ଗରିବ ହିଁ ରହିବେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାମରେ ଆସୁନି ଆଧାର କାର୍ଡ, ନିୟମଗିରିରେ ବଢୁଛି ଡଙ୍ଗରିଆଙ୍କ ଅସନ୍ତୋଷ

କଲ୍ୟାଣସିଂହପୁର,୨୯ା୮(ଦୀପକ କୁମାର ପରିଡ଼ା): ସରକାରୀ ସୁବିଧା ସୁଯୋଗ ଯୋଗାଇବା ପାଇଁ ପ୍ରଶାସନ ପକ୍ଷରୁ କରାଯାଇଥିବା ଆଧାର ଶିବିର ଏବେ ନିୟମଗିରିର ଡଙ୍ଗରିଆ କନ୍ଧମାନଙ୍କ ପାଇଁ ନୂଆ ସମସ୍ୟା…

କୋହଲିଙ୍କଠାରୁ ଶ୍ରେଷ୍ଠ ବୁମ୍‌ରା: କହୁ କହୁ ଏମିତି କହିଦେଲେ ଅଶ୍ୱିନ

ନୂଆଦିଲ୍ଲୀ,୨୯।୮: ପୂର୍ବତନ ଭାରତୀୟ କ୍ରିକେଟର ରବିଚନ୍ଦ୍ରନ ଅଶ୍ୱିନ ମନ୍ତବ୍ୟକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ତାଙ୍କୁ ସମସ୍ତ ଫର୍ମାଟରେ ସର୍ବଶ୍ରେଷ୍ଠ ଭାରତୀୟ ଖେଳାଳିଙ୍କୁ ଚୟନ କରିବାକୁ…

ଆର୍‌ଟିଓ ଅଫିସରେ ଲାଗିଲା ନିଆଁ, ହୁତୁହୁତୁ ହୋଇ ଜଳିଗଲା ସବୁ

ଗଜପତି,୨୯ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିସ୍ଥିତ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ରେ ଅଗ୍ନିକାଣ୍ଡ ଘଟିଛି। ହୁତୁହୁତୁ ହୋଇ ଜଳିଯାଇଛି କମ୍ପ୍ୟୁଟର ପ୍ରକୋଷ୍ଠ। ଅଗ୍ନିକାଣ୍ଡର କାରଣ ଏବେବି ଅସ୍ପଷ୍ଟ…

ଆନ୍ଧ୍ରରେ ଅଟୋ ଓଲଟି ଓଡ଼ିଆ ଶ୍ରମିକଙ୍କ ଜୀବନ ଗଲା

ରାଇକିଆ,୨୯ା୮(ପ୍ରଦୀପ କୁମାର ବେହେରା): ଦାଦନ ଖଟିବାକୁ ଯାଇ ପୁଣି ଜଣେ କନ୍ଧମାଳ ଶ୍ରମିକ ପ୍ରାଣ ହରାଇଛନ୍ତି। ଆନ୍ଧ୍ରପ୍ରଦେଶର ଅଙ୍ଗୁଲୁ ଜିଲା ଅନ୍ତର୍ଗତ ମେଜରମେଣ୍ଟାଠାରେ ଚଳିତ ମାସ ୨୪…

୧ ସେପ୍ଟେମ୍ୱରରୁ ମହଙ୍ଗା ହେବ ଅନଲାଇନ ସପିଂ! ପାର୍ସଲ ପ୍ରତି ଏତେ ବଢିଯିବ ଡେଲିଭରୀ ଚାର୍ଜ

ନୂଆଦିଲ୍ଲୀ,୨୯।୮: ଯଦି ଆପଣ ବି ପାର୍ୱଣ ଋତୁରେ ଅନଲାଇନ ସପିଂ (Online Shopping) କରିବାକୁ ପ୍ରସ୍ତୁତି କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଜରୁରୀ ଖବର। ସେପ୍ଟେମ୍ୱର…

ଭାତପୁରା ସ୍କୁଲରେ ଅବ୍ୟବସ୍ଥା: ବିପଦରେ ୧୬୨ ଛାତ୍ରଛାତ୍ରୀ

ଜମନକିରା,୨୯।୮(ରବିନ୍ଦ୍ର ପ୍ରସାଦ ଦାନୀ): ଜମନକିରା ବ୍ଲକ ଡିମିରୀମୁଣ୍ଡା ପଞ୍ଚାୟତ ଅନ୍ତର୍ଗତ ଭାତପୁରା ସରକାରୀ ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଭିତ୍ତିଭୂମିର ଦୁରବସ୍ଥା ଯୋଗୁଁ ୧୬୨ ଛାତ୍ରଛାତ୍ରୀ ବିପଦସଙ୍କୁଳ…

ସରକାରଙ୍କ ଚେଷ୍ଟା ଫେଲ୍‌! ପିଆଜ ଦର ୮୦ ଟଙ୍କା ପାର୍‌, ଜାଣନ୍ତୁ ନୂଆ ରେଟ୍‌ ଲିଷ୍ଟ

ନୂଆଦିଲ୍ଲୀ,୨୯।୮: ରୋଷେଇ ଘରରେ ପିଆଜ ଦର ପୁଣିଥରେ ସାଧାରଣ ଲୋକଙ୍କ ବଜେଟକୁ ପ୍ରଭାବିତ କରୁଛି। ଦେଶର ଅନେକ ଅଞ୍ଚଳରେ ପିଆଜ ଦରରେ ଦ୍ରୁତ ବୃଦ୍ଧି ଦେଖାଦେଇଛି। କିଛି…

ପୁଣି ସୃଷ୍ଟି ହେଲା ଲଘୁଚାପ: ୬ ଜିଲାରେ ଅତିପ୍ରବଳ ବର୍ଷା ସମ୍ଭାବନା, ଅରେଞ୍ଜ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୨୯।୮: ବଙ୍ଗୋପସାଗର ପାର୍ଶବର୍ତ୍ତୀ ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସକାଳ ୫ଟା ୩୦ପେଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳରେ ଲଘୁଚାପ ସୃଷ୍ଟି ହୋଇଥିବାର ଜଣାପଡ଼ିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri