Posted inଜାତୀୟ

ମହାତ୍ମା ଗାନ୍ଧୀ, ଲାଲବାହାଦୂର ଶାସ୍ତ୍ରୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୋଦି

ନୂଆଦିଲ୍ଲୀ, ୨।୧୦: ରାଷ୍ଟ୍ରପିତା ମହାତ୍ମା ଗାନ୍ଧୀଙ୍କ ଆଜି ୧୫୧ତମ ଜନ୍ମଦିବସ। ଏହି ଅବସରରେ ସାରା ଦେଶରେ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରାଯାଉଛି। ଶୁକ୍ରବାର ସକାଳୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀରେ ଥିବା ଗାନ୍ଧୀଙ୍କ ସମାଧିସ୍ଥଳ ରାଜଘାଟରେ ପହଞ୍ଚି ବାପୁଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ଗାନ୍ଧୀ ଜୟନ୍ତୀ ଅବସରରେ ଏଠାରେ ଏକ ଭଜନ ସମାରୋହ ମଧ୍ୟ ଆୟୋଜିତ ହୋଇଥିଲା। ଏହାପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ ଯୋଗେ ବାପୁଙ୍କୁ ମନେ ପକାଇଥିଲେ। ଗାନ୍ଧୀ ଜୟନ୍ତୀ ଅବସରରେ ଆମେ ପ୍ରିୟ ବାପୁଙ୍କୁ ନମସ୍କାର କରୁଛୁ। ତାଙ୍କ ଜୀବନ ଏବଂ ମହାନ ଚିନ୍ତାଧାରାରୁ ଅନେକ କିଛି ଶିଖିବାକୁ ଅଛି। ବାପୁଙ୍କ ଆଦର୍ଶ ଆମକୁ ଏକ ସମୃଦ୍ଧ ତଥା ଦୟାଳୁ ଭାରତ ସୃଷ୍ଟି କରିବାରେ ମାର୍ଗଦର୍ଶନ ଜାରି ରଖିବ ବୋଲି ସେ ଟୁଇଟ୍‌ ଯୋଗେ କହିଥିଲେ।
ଏହା ବ୍ୟତୀତ ମୋଦି ବିଜୟ ଘାଟରେ ପହଞ୍ଚି ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ ବାହାଦୂର ଶାସ୍ତ୍ରୀଙ୍କୁ ମଧ୍ୟ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଶୁକ୍ରାବାର ଲାଲ ବାହାଦୂର ଶାସ୍ତ୍ରୀଙ୍କ ୧୧୬ ତମ ଜନ୍ମ ବାର୍ଷିକୀ ପାଳନ କରାଯାଉଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ତାଙ୍କୁ ମଧ୍ୟ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି।

https://twitter.com/narendramodi/status/1311843987532050437


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…

ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ…

ଟି-୨୦ ବିଶ୍ୱକପ: ହସରଙ୍ଗା ଓ ବ୍ରେସୱେଲ୍ ବାଦ୍, ଭାରତୀୟ ଶିବିରରେ ଚିନ୍ତାର କଲା ବାଦଲ

ମୁମ୍ବାଇ,୧୦।୨: ଚଳିତ ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ରେ ଶ୍ରୀଲଙ୍କା ଏବଂ ନ୍ୟୁଜିଲାଣ୍ଡ ଦଳକୁ ବଡ଼ ଝଟ୍‌କା ଲାଗିଛି। ଆହତ ସମସ୍ୟା କାରଣରୁ ଶ୍ରୀଲଙ୍କାର ୱାନିନ୍ଦୁ ହସରଙ୍ଗା ଏବଂ…

ଟି-୨୦ ବିଶ୍ୱକପ: ଭାରତ ବିପକ୍ଷ ମ୍ୟାଚ୍ ପାଇଁ ପାକିସ୍ତାନର ‘ୟୁ-ଟର୍ଣ୍ଣ’, ଆଇସିସି ଦେଲା ବଡ଼ ପ୍ରତିଶ୍ରୁତି

ନୂଆଦିଲ୍ଲୀ,୧୦।୨: ଚାଲିଥିବା ଟି-୨୦ ବିଶ୍ୱକପରେ ଭାରତ ବିପକ୍ଷ ମ୍ୟାଚ୍‌କୁ ବର୍ଜନ କରିବାକୁ ଘୋଷଣା କରିଥିବା ପାକିସ୍ତାନ ଶେଷରେ ନିଜ ନିଷ୍ପତ୍ତି ବଦଳାଇଛି। ICC ପାକିସ୍ତାନ କ୍ରିକେଟ ବୋର୍ଡ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

ଯାଜପୁରରେ କୃମି ଔଷଧ ଖାଇ ୩୮ ଛାତ୍ରୀଛାତ୍ର ଅସୁସ୍ଥ

କଳିଙ୍ଗନଗର,୧୦।୨(ଶୁଭାଶିଷ ରାଉତ): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ପଥରପଦା ପଞ୍ଚାୟତର ଓଚିନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜାତୀୟ କୃମି ନାଶକ ଦିବସ ଅବସରରେ…

ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ମଙ୍ଗଳବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…

Rare Solar Eclipse: ୧୦୦ବର୍ଷ ପରେ ଅତି ବିରଳ ସୂର୍ଯ୍ୟ ପରାଗ, ଦିନ ୧୨ଟାରେ ଭାରତରେ ଘୋଟିଯିବ କିଟକିଟ ଅନ୍ଧାର! ପକ୍ଷୀମାନେ କରିବେ…

ଆଗକୁ ଏକ ଏମିତି ସୂର୍ଯ୍ୟପରାଗ ଆସୁଛି ଯାହା ସମସ୍ତଙ୍କୁ ଚମକାଇ ଦେବ । ଦିନ ୧୨ଟାରେ ସବୁକିଛି ଅନ୍ଧାର ହୋଇଯିବ । ଦିନ ହଠାତ୍ ରାତିରେ ପରିଣତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri