Posted inଜାତୀୟ

ମହାୟୁତି ବୈଠକ ସ୍ଥଗିତ

ମୁମ୍ବାଇ,୩୦ା୧୧: ମହାରାଷ୍ଟ୍ର ନିର୍ବାଚନ ଫଳାଫଳ ପ୍ରକାଶ ପାଇବାର ୬ ଦିନ ବିତିଥିଲେ ମଧ୍ୟ କିଏ ମୁଖ୍ୟମନ୍ତ୍ରୀ ହେବେ ତାକୁ ନେଇ ଉତ୍କଣ୍ଠା ଜାରି ରହିଛି। ମହାୟୁତିର ୩ ନେତା ଦେବେନ୍ଦ୍ର ଫଡ୍‌ନବିସ୍‌, ଏକନାଥ ଶିନ୍ଦେ ଏବଂ ଅଜିତ ପାଓ୍ବାର ଗୁରୁବାର ରାତିରେ ନୂଆଦିଲ୍ଲୀରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହାଙ୍କ ସହ ବୈଠକ କରିଥିଲେ। ଏହାପରେ ଶୁକ୍ରବାର ମୁମ୍ବାଇରେ ମେଣ୍ଟ ବୈଠକ ବସି ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା ହେବାକୁ ଥିବାବେଳେ ଶିନ୍ଦେ ନିଜ ଜନ୍ମସ୍ଥାନ ଯାଇଥିବାରୁ ବୈଠକକୁ ସ୍ଥଗିତ ରଖାଯାଇଛି। ଫଳରେ ମହାରାଷ୍ଟ୍ରରେ ସରକାର ଗଢ଼ିବା ବିଳମ୍ବିତ ହେବ ବୋଲି କୁହାଯାଉଛି।
ତେବେ ଶିନ୍ଦେ ହଠାତ୍‌ ନିଜ ଗାଁକୁ ଯିବା ଲାଗି ନିଷ୍ପତ୍ତି ନେବାକୁ ନେଇ କଳ୍ପନା ଜଳ୍ପନା ପ୍ରକାଶ ପାଇଛି। ସରକାର ଗଠନ ଆଲୋଚନାରେ ସେ ସନ୍ତୁଷ୍ଟ ନ ଥିବା କେତେଜଣ କହୁଥିବାବେଳେ ତାଙ୍କ ଦଳ ଏହାକୁ ଖଣ୍ଡନ କରିଛି। ତାଙ୍କର ଗାଁକୁ ଯିବାର ଥିଲା ଏବଂ ସେ ଶନିବାର ଫେରିଆସିବେ ବୋଲି ଶିବସେନା ନେତା ଉଦୟ ସାମନ୍ତ କହିଛନ୍ତି। ଭାଜପାକୁ ରେକର୍ଡ ବିଜୟୀ କରାଇଥିବା ଦେବେନ୍ଦ୍ର ଫଡ୍‌ନବିସ୍‌ ତୃତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ହେବାକୁ ଯାଉଥିବା ବିଭିନ୍ନ ସୂତ୍ରରୁ କୁହାଯାଇଛି। ବର୍ତ୍ତମାନର ସୂତ୍ର ଜଣେ ମୁଖ୍ୟମନ୍ତ୍ରୀ ଏବଂ ଦୁଇଜଣ ଉପମୁଖ୍ୟମନ୍ତ୍ରୀ ପଦ କାଏମ ରହିବ। ତେବେ ଶିନ୍ଦେ ଉପମୁଖ୍ୟମନ୍ତ୍ରୀ ପଦ ଗ୍ରହଣ କରିବାକୁ ଆଗ୍ରହୀ ନ ଥିବା ଜଣାପଡ଼ିଛି। ସୂତ୍ର ଅନୁଯାୟୀ, ଭାଜପା ନିଜ ପାଖରେ ଗୃହ ବିଭାଗ ରଖିବାକୁ ଥିବାବେଳେ ଅଜିତ ପାଓ୍ବାରଙ୍କ ଏନ୍‌ସିପିକୁ ଅର୍ଥ ଏବଂ ଶିନ୍ଦେଙ୍କ ସେନାକୁ ସହରାଞ୍ଚଳ ବିକାଶ ଓ ପୂର୍ତ୍ତ ବିଭାଗ ମିଳିପାରେ।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

ଶୀତରେ ଥରୁଛି ଉତ୍ତର ଭାରତ

ନୂଆଦିଲ୍ଲୀ,୫ା୧୨: ସମଗ୍ର ଉତ୍ତର ଭାରତ ଶୀତରେ ଥରୁଛି। ଶୁକ୍ରବାର ରାଜସ୍ଥାନ, ପଞ୍ଜାବ ଏବଂ ହରିୟାଣାର ଅଧିକାଂଶ ଅଞ୍ଚଳରେ ସର୍ବନିମ୍ନ ତାପମାତ୍ରା ସ୍ବାଭାବିକଠାରୁ ନିମ୍ନରେ ରହିଛି। ତେବେ...

ଭାରତର ସବୁଠୁ ବିଶ୍ବାସଯୋଗ୍ୟ ଏହି ୩ଟି ବ୍ୟାଙ୍କ, RBI କଲା ବଡ଼ ଘୋଷଣା

ନୂଆଦିଲ୍ଲୀ,୫।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI), HDFC, ଏବଂ ICICI ବ୍ୟାଙ୍କକୁ ଦେଶର ସବୁଠାରୁ ସୁରକ୍ଷିତ ବ୍ୟାଙ୍କ ଭାବରେ...

ପୁଟିନଙ୍କ କାର୍‌ ଠାରୁ କେତେ ଦମଦାର୍‌ ମୋଦିଙ୍କ କାର୍‌? ଜାଣନ୍ତୁ ଦୁଇଟାଯାକର ଦାମ୍‌

ନୂଆଦିଲ୍ଲୀ,୫।୧୨: ଋଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ବିଶ୍ୱର ସବୁଠାରୁ ରହସ୍ୟମୟ ନେତାମାନଙ୍କ ମଧ୍ୟରୁ ଜଣେ ବୋଲି ବିବେଚନା କରାଯାଏ। ସେ ପ୍ରତ୍ୟେକ ଗସ୍ତରେ ଏକ ବୁଲେଟପ୍ରୁଫ...

ପୁଟିନ୍‌ଙ୍କୁ ଗୀତା ଉପହାର ଦେଲେ ମୋଦି

ନୂଆଦିଲ୍ଲୀ,୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଗସ୍ତରେ ଭାରତ ଆସିଛନ୍ତି। ଏଡି ଅବସରରେ ରାଷ୍ଟ୍ରପତି ପୁଟିନ୍‌ଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଶ୍ରୀମଦ୍‌ଭଗବତ...

ପୂର୍ବତନ ଡିଏସ୍‌ପିଙ୍କ ଝିଅ ହାତ ଧରିଲେ ବୃନ୍ଦାବନର ପ୍ରବଚକ ଇନ୍ଦ୍ରେଶ ଉପାଧ୍ୟାୟ

ଜୟପୁର,୫ା୧୨: ପ୍ରବଚକ ଇନ୍ଦ୍ରେଶ ଉପାଧ୍ୟାୟ ଏବଂ ପୂର୍ବତନ ଡିଏସ୍‌ପିଙ୍କ ଝିଅ ସିପ୍ରା ଜୟପୁରର ଏକ ହୋଟେଲରେ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ପ୍ରସିଦ୍ଧ ମଥୁରାର ପ୍ରବଚକ...

ଲଣ୍ଡନଠାରୁ ବି ମହଙ୍ଗା ହେଲା ପାଟନା-କୋଲକାତା ବିମାନ ଟିକେଟ, ଇଣ୍ଡିଗୋ ସଙ୍କଟ ପରେ ଭାଙ୍ଗିଲା ଭଡ଼ା ରେକର୍ଡ

ନୂଆଦିଲ୍ଲୀ,୫।୧୨: ଭାରତରେ ଗତ ଚାରି ଦିନ ମଧ୍ୟରେ ବିମାନ ଯାତ୍ରା ସମସ୍ୟା ବୃଦ୍ଧି ପାଇଛି। ଇଣ୍ଡିଗୋ ଏୟାରଲାଇନ୍ସର ୧,୦୦୦ ରୁ ଅଧିକ ବିମାନ ବାତିଲ ହେବା...

ରେଞ୍ଜ ରୋଭର୍‌ କି ମର୍ସିଡିିଜ ନୁହେଁ: ପୁଟିନଙ୍କୁ ନେବାକୁ କାହିଁକି ଫର୍ଚୁନର ବାଛିଲେ ମୋଦି? ଜଣାପଡିଲା ଅସଲ ସତ

ନୂଆଦିଲ୍ଲୀ,୫।୧୨: ଋଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତ ଏବଂ ତାଙ୍କୁ ସ୍ୱାଗତବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବ୍ୟକ୍ତିଗତ ଉପସ୍ଥିତି ଏବଂ କୁଣ୍ଢେଇବା ଦୃଶ୍ୟ ସମସ୍ତଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri