Posted inଖେଳ

କାହିଁକି ବଦଳିଲେ ମୁମ୍ବାଇ ଇଣ୍ଡିଆନ୍ସର ଅଧିନାୟକ? ଦଳର କ୍ରିକେଟ ମୁଖ୍ୟ କହିଲେ କାରଣ…

ନୂଆଦିଲ୍ଲୀ,୨୦।୧୨: ନିକଟରେ ପ୍ରଶଂସକଙ୍କୁ ଚମକାଇ ମୁମ୍ବାଇ ଇଣ୍ଡିଆନ୍ସ ଏହାର ଅଧିନାୟକ ପରିର୍ତ୍ତନ କରିଥିଲା। ରୋହିତ ଶର୍ମାଙ୍କ ସ୍ଥାନରେ ଦଳ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ନିଯୁକ୍ତ କରିଛି। ଏହାକୁ ନେଇ ଚର୍ଚ୍ଚା ଥମୁ ନ ଥିବା ବେଳେ ଏଭଳି ନିଷ୍ପତ୍ତି ପଛର କାରଣ କହିଛନ୍ତି ଫ୍ରାଞ୍ଚାଇଜ୍‌ର କ୍ରିକେଟ ମୁଖ୍ୟ ମହିଳା ଜୟବର୍ଦ୍ଧନେ। ଏହି ନିର୍ଣ୍ଣୟ କଠିନ ଥିଲା ହେଲେ ଭବିଷ୍ୟତକୁ ଦୃଷ୍ଟିରେ ରଖି ଏହା କରିବା ଆବଶ୍ୟକ ଥିଲା ବୋଲି ସେ କହିଛନ୍ତି।

ଜୟବର୍ଦ୍ଧନେ କହିଛନ୍ତି, ଆମେ ସର୍ବଦା ଟାଇଟଲ ପାଇଁ ଖେଳିବାକୁ ଚାହୁଁଛୁ। ଦଳର ଆଗାମୀ ପିଢ଼ି ପ୍ରସ୍ତୁତ କରିବାକୁ ଚାହୁଁଛୁ। ଲୋକେ ଭାବୁଥିବେ ଆମେ ବହୁତ ଶୀଘ୍ର ନିଷ୍ପତ୍ତି ନେଇଗଲୁ। ହେଲେ ଆମକୁ ତାହା ନେବାର ଥିଲା। ହାର୍ଦ୍ଦିକ ବହୁତ ଦିନ ଧରି ଦଳ ସହ ଜଡ଼ିତ ଥିଲେ। ଏଣୁ କିଛି ନୂଆ ନାହିଁ। ଆମେ ଜାଣିଛୁ ସେ କ’ଣ କରିପାରିବେ। ଏହା ଗୁଜରାଟର ଅଧିନାୟକଠାରୁ ଭିନ୍ନ ଅନୁଭବ ହେବ। ସେ ଉକ୍ତ ଅନୁଭବ ଆଧାରରେ ଆଗକୁ ବଢ଼ିବାର ସୁଯୋଗ ପାଇବେ ବୋଲି ସେ କହିଛନ୍ତି।

ଏହାଛଡ଼ା ରୋହିତ ଆଗାମୀ ପିଢ଼ିର ମାର୍ଗଦର୍ଶନ ଲାଗି ଦଳରେ ରହିବେ। ସେ ବହୁତ ଭଲ ଅଧିନାୟକ ରହିଛନ୍ତି। ତାଙ୍କ ସହ ବହୁତ କାମ କରିଛି। ସେ ମୁମ୍ବାଇ ଇତିହାସର ଅଙ୍ଗ ହୋଇ ରହିବେ। ସଚିନ ତେନ୍ଦୁଲକର ମଧ୍ୟ ସେହିଭଳି ଦଳର ଅଧିନାୟକ ପଦ ଛାଡ଼ି ବରିଷ୍ଠ ଖେଳାଳି ଭାବେ ଖେଳିଥିଲେ ଏବଂ ଖେଳାଳିଙ୍କ ମାର୍ଗଦର୍ଶନ କରିଥିଲେ ବୋଲି ସେ ଉଦାହରଣ ମଧ୍ୟ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ଫାଇନାଲ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଲେ Mitchell Santner, କହିଲେ…

ନୂଆଦିଲ୍ଲୀ,୭।୩: ରବିବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ଖେଳାଯିବ। ଏହି ଦୁଇ ଦଳ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri