ଗୀତା,ଶ୍ଳୋକ ଆବୃତ୍ତି କରି ଚର୍ଚ୍ଚାରେ ମହେଶ, ଧନେଶ୍ୱରୀ

ମାଲକାନଗିରି,୨୫।୧୨(ଡି.ଏନ.ଏ.): ଅନର୍ଗଳ ମୁହଁରୁ ତାଙ୍କର ବାହାରି ପଡୁଛି ଗୀତା ଶ୍ଲୋକ। ଜିଲା ସ୍ତରରେ ଗୀତା ଶ୍ଲୋକ ଆବୃତ୍ତି କରି ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିବା ପରେ ଏବେ ସେ ରାଜ୍ୟସ୍ତରରେ ନିଜ ପ୍ରତିଭାର ପରିଚୟ ଦେବେ। ସେ ହେଉଛନ୍ତି ବଡଡୁରାଲ ଗ୍ରାମର ମହେଶ ହନ୍ତାଳ। ମହେଶ ଜଣେ ଅନାଥ ପିଲା ମାଲକାନଗିରି ଆଓମା ଗୁରୁକୁଳରେ ରହି କୁମୁଟିଗୁଡା ପ୍ରାଥମିକ ବିଦ୍ୟାଳୟରେ ୫ମ ଶ୍ରେଣୀରେ ପାଠ ପଢୁଛନ୍ତି। ଗୀତାର ସଂସ୍କୃତ ଶ୍ଲୋକଗୁଡିକକୁ ସେ ନିର୍ଭୁଲ ଭାବେ ସ୍ପଷ୍ଟ ଉଚ୍ଚାରଣ କରି ଆବୃତ୍ତି କରିପାରୁଛନ୍ତି। ଛୋଟ ବେଳ ଗୀତା ଶ୍ଲୋକଗୁଡିକ ପଢି ମନେ ରଖିବା ଆରମ୍ଭ କରିଥିଲେ ମହେଶ। ତାଙ୍କର ଏହି ଗୁଣକୁ ଗୁରୁ ସରୋଜ ଦାସ ଜାଣିବା ପରେ ତାଙ୍କୁ ବିଶେଷ ଗୁରୁତ୍ୱ ଦେଇଥିଲେ। ପ୍ରଜ୍ଞା ମିଶନର ଗୀତା ଶ୍ଲୋକ ଆବୃତ୍ତି ପ୍ରତିଯୋଗିତାରେ ମହେଶ ଭାଗ ନେଇ ପ୍ରଥମ ସ୍ଥାନ ଅଧିକାର କରି ସମସ୍ତଙ୍କୁ ଚକିତ କରିଥିଲେ। ଆଗାମୀ ଦିନରେ ପୁରୀରେ ହେଉଥିବା ରାଜ୍ୟସ୍ତରର ଗୀତା ଶ୍ଲୋକ ଆବୃତ୍ତି ପ୍ରତିଯୋଗିତାରେ ସେ ଭାଗ ନେବେ ବୋଲି ଜଣାପଡିଛି। ସେହିିପରି ସମାନ ରୂପେ ମାଲକାନଗିରି ଜିଲାର ପରଜାଗୁଡା କଲୋନୀର ଜଣେ ଦୃଷ୍ଟିଶକ୍ତିହୀନ ଛାତ୍ରୀ ଧନେଶ୍ୱରୀ ଜାନି ମଧ୍ୟ ନିଖୁଣ ରୂପେ ଗୀତା ଆବୃତ୍ତି କରି ଚର୍ଚ୍ଚାର ପରିସରକୁ ଆସିଛନ୍ତି। ସେ ଜିଲା ସଦର ମହକୁମାସ୍ଥିତ କୁମୁଟିଗୁଡା ବିଦ୍ୟାଳୟରେ ଷଷ୍ଠ ଶ୍ରେଣୀରେ ପଢଛନ୍ତି। ତାଙ୍କୁ ଏଥିରେ ଶିକ୍ଷୟିତ୍ରୀ ରଶିବାଳା ପରିଡା ସହଯୋଗ କରୁଛନ୍ତି । ସେ ମଧ୍ୟ ଜିଲାସ୍ତରୀୟ ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହୋଇ ରାଜ୍ୟସ୍ତରୀୟ ପ୍ରତିଯୋଗିତାକୁ ମନୋନୀତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚନ୍ଦନ କଳସ ଯାତ୍ରାକୁ କୋରାପୁଟରେ ଭବ୍ୟ ସ୍ବାଗତ

କୋରାପୁଟ,୨୫।୮(ଅମିତାଭ ବେହେରା): ସନ୍ଥ ଶିରୋମଣି ଗୁରୁ ରବିଦାସଜୀଙ୍କ ୬୫୦ତମ ଜୟନ୍ତୀ ଅବସରରେ ସାମାଜିକ ସମରସତା ଓ ଭାଇଚାରାର ବାର୍ତ୍ତା ନେଇ ଆୟୋଜିତ ‘ସମରସ ସଂକଳ୍ପ ଅଭିଯାନ’ର ପବିତ୍ର…

ଦୁର୍ନୀତି ମାମଲାରେ ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ୪ବର୍ଷ ସଶ୍ରମ କାରାଦଣ୍ଡ

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଭିଜିଲାନ୍ସର ସ୍ୱତନ୍ତ୍ର ବିଚାରପତି ପଦମପୁର ବ୍ଲକ ଅଧୀନ ପୁରେନା ଗ୍ରାମପଞ୍ଚାୟତର ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀ (PEO) ଛବିଳ ବାରିହାଙ୍କୁ ଦୁର୍ନୀତି ମାମଲାରେ…

ନାବାଳକଙ୍କ ବାର୍‌ହା ସହ ଦୁଇ ଘଣ୍ଟା ଧରି  ଲଢ଼େଇ: ଶେଷରେ ଜୀବନ ବଞ୍ଚାଇବା ପାଇଁ…

ବାଙ୍କୀ, ୨୫।୮ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଗୋପାଳପୁର ପଞ୍ଚାୟତରେ ବାର୍‌ହା ଆତଙ୍କରେ ଭୟଭୀତ ଲୋକେ। ମଙ୍ଗଳବାର ସକାଳ ପ୍ରାୟ ସାଢ଼େ ୭ଟା ସମୟରେ ଗୋପାଳପୁର ପଞ୍ଚାୟତର ୧…

ଚନ୍ଦନପୁରରେ ଗୋଷ୍ଠୀ ସଂଘର୍ଷ, ପୋଲିସର ଫ୍ଲାଗମାର୍ଚ

ପୁରୀ,୨୫।୮: ପୁରୀ ଜିଲା ଚନ୍ଦନପୁର ଥାନା ଉତରଣା ମଠସାହିରେ ମଙ୍ଗଳବାର ଗୋଷ୍ଠୀ ସଂଘର୍ଷ ହୋଇଛି। ଗାଁର ଏକ ପୋଖରୀର ଦଳ ସଫା ଏବଂ ମାଛ ମରାକୁ କେନ୍ଦ୍ର…

ପିହୁ ନିଖୋଜ ଘଟଣା,କ୍ରାଇମବ୍ରାଞ୍ଚ ନୁହେଁ ସିବିଆଇ ତଦନ୍ତ ହେଉ:ବିଶ୍ୱ ରଞ୍ଜନ

ବରୀ,୨୫।୮(ମହେନ୍ଦ୍ର ସ୍ବଇଁ): ଯାଜପୁର ଜିଲା ବରୀ ବ୍ଲକ ବିଂଝାରପୁର ଥାନ ମଧୁସୂଦନପୁର ଗ୍ରାମର ବହୁଚର୍ଚ୍ଚିତ କୁନି ଝିଅ ପିହୁ ନିଖୋଜ ଘଟଣାକୁ ନେଇ , ଯାଜପୁର ସାଂସଦ…

୨୧୦ କେଜି ଗଞ୍ଜେଇ ଜବତ, ୮ ଗିରଫ: କନ୍ଧମାଳରୁ ରାଜ୍ୟ ବାହାରକୁ ହେଉଥିଲା ଚାଲାଣ

ଭଞ୍ଜନଗର, ୨୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲା ଠାବ କରି ୨୧୦ କେଜି ଗଞ୍ଜେଇ ଜବତ କରିଛି।…

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…

୧୫ ଦିନ ହେଲା ନିଖୋଜ ଥିଲେ ଯୁବକ, ପରିତ୍ୟକ୍ତକୁ ଘରୁ ମିଳିଲା…

କଟକ,୨୫।୮(ପ୍ରଭୁ କଲ୍ୟାଣ ପାଲ୍‌): ବାରଙ୍ଗ ଥାନା ଗୋଡ଼ିସାହିର ଏକ ପରିତ୍ୟକ୍ତ ଘରୁ ମଙ୍ଗଳବାର ପୋଲିସ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ କରିଛି। ଯୁବକ ଜଣକ ବାରଙ୍ଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri