ବିଧାନସଭା ନିର୍ବାଚନକୁ ଫେରିପାରନ୍ତି ମହେଶ

ଅନୁଗୋଳ,୨୯ା୩ (ଅମିତ କୁମାର ସାମଲ): ଢେଙ୍କାନାଳ ସଂସଦୀୟ କ୍ଷେତ୍ର ପାଇଁ ବିଜେଡି ଡା. ଅବିନାଶ ସାମଲଙ୍କ ନାମ ଘୋଷଣା କରିବା ପରେ ଅନୁଗୋଳ ଜିଲାର ପୁରୁଖା ରାଜନେତା ତଥା ଏମ୍‌ପି ମହେଶ ସାହୁଙ୍କ ଭବିଷ୍ୟତକୁ ନେଇ ଏବେ ଆଲୋଚନା ଜୋର୍‌ ଧରିଛି। ଢେଙ୍କାନାଳରୁ ପୁନଃ ଏମ୍‌ପି ପ୍ରାର୍ଥୀ ହେବାକୁ ମହେଶ ପୂର୍ବରୁ ଆଶାୟୀ ଥିବା କୁହାଯାଉଥିଲା। ହେଲେ ଦଳ ଏଠାରେ ପ୍ରାର୍ଥୀ ବଦଳାଇଥିବାରୁ ମହେଶଙ୍କ ନିକଟରେ କି କି ବିକଳ୍ପ ରହିଛି ତାହାକୁ ନେଇ ସାଧାରଣରେ ଚର୍ଚ୍ଚା ହେଉଥିବା ବେଳେ ସେ ଏହି ସଂସଦୀୟ କ୍ଷେତ୍ରର ଏକ ବିଧାନସଭା ନିର୍ବାଚନମଣ୍ଡଳୀରୁ ପ୍ରାର୍ଥୀ ହୋଇପାରନ୍ତି ବୋଲି କୁହାଯାଉଛି।
ଅନୁଗୋଳ ଜିଲା ରାଜନୀତିରେ ମହେଶ ଜଣେ ପୁରୁଖା ନେତା। ୧୯୯୫ ସାଧାରଣ ନିର୍ବାଚନରେ ସେ ଭାଜପା ପକ୍ଷରୁ ତାଳଚେର ବିଧାନସଭା ନିର୍ବାଚନମଣ୍ଡଳୀରେ ପ୍ରାର୍ଥୀ ହୋଇ ବିଜୟୀ ହୋଇଥିଲେ। ଏହାପରେ ଲଗାତର ୨୦୦୦, ୨୦୦୪ରେ ସେ ଭାଜପା ପ୍ରାର୍ଥୀ ଭାବେ ତାଳଚେରରୁ ଜିତିଥିଲେ। ହେଲେ ୨୦୦୯ରେ ସେ ତାଳଚେରରେ ବିଜେଡିରୁ ପ୍ରାର୍ଥୀ ହୋଇଥିଲେ ହେଁ ପରାଜୟ ବରଣ କରିଥିଲେ। ୨୦୧୪ରେ ସେ ପାଲଲହଡ଼ା ନିର୍ବାଚନମଣ୍ଡଳୀରୁ ବିଜେଡି ଟିକେଟ୍‌ରେ ବିଧାୟକ ନିର୍ବାଚିତ ହୋଇଥିଲେ। ୨୦୧୯ରେ ବିଜେଡି ତାଙ୍କୁ ଢେଙ୍କାନାଳ ଲୋକ ସଭା କ୍ଷେତ୍ରରେ ପ୍ରାର୍ଥୀ କରିଥିଲା ଓ ସେ ବିପୁଳ ଭୋଟରେ ବିଜୟୀ ମଧ୍ୟ ହୋଇଥିଲେ। ତେଣୁ ଅନୁଗୋଳର ଏହି ବରିଷ୍ଠ ରାଜନେତା ୨୦୨୪ ସାଧାରଣ ନିର୍ବାଚନରେ ପୁଣି ଏମ୍‌ପି ପ୍ରାର୍ଥୀ ହେବେ ବୋଲି ତାଙ୍କ ସମର୍ଥକମାନେ ଆଶାବ୍ୟକ୍ତ କରିଥିଲେ। ହେଲେ ବିଜେଡି ଏଠାରେ ନୂଆ ପ୍ରାର୍ଥୀ ଦେବା ପରେ ମହେଶଙ୍କୁ ଦଳ ବିଧାନସଭା ନିର୍ବାଚନକୁ ଓହ୍ଲାଇବାକୁ ଯୋଜନା କରିଥିବା ସମର୍ଥକମାନେ ଆଲୋଚନା କରୁଛନ୍ତି। ମହେଶ ମଧ୍ୟ ଢେଙ୍କାନାଳ ସଂସଦୀୟ କ୍ଷେତ୍ରର ହିନ୍ଦୋଳ ନିର୍ବାଚନମଣ୍ଡଳୀରେ ବିଭିନ୍ନ ଉନ୍ନୟନ କାର୍ଯ୍ୟ ପାଇଁ ୫ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଖର୍ଚ୍ଚ କରିଛନ୍ତି। ସେହିପରି ସେ ତାଳଚେର ନିର୍ବାଚନମଣ୍ଡଳୀରୁ ମଧ୍ୟ ପ୍ରାର୍ଥୀ ହୋଇପାରନ୍ତି ବୋଲି ଆଲୋଚନା ହେଉଛି। ତାଳଚେର ବିଧାୟକ ବ୍ରଜ କିଶୋର ପ୍ରଧାନଙ୍କୁ ଦଳ ଅନୁଗୋଳରୁ ଯଦି ପ୍ରାର୍ଥୀ କରେ ତା’ହେଲେ ମହେଶଙ୍କୁ ତାଳଚେର ଆସନ ଛାଡ଼ିବ ବୋଲି ରାଜନୈତିକ ବିଶାରଦମାନେ ଆଶଙ୍କା କରୁଛନ୍ତି। ତାଳଚେର ମହେଶଙ୍କ ରାଜନୈତିକ ଅନ୍ତୁଡ଼ିଶାଳ ହୋଇଥିବାରୁ ଏଠାରେ ତାଙ୍କର ପୁରୁଣା ସଙ୍ଗଠନ ସହ ଲୋକ ସମ୍ପର୍କ ସୁଦୃଢ଼ ରହିଛି। ତେଣୁ ଅନ୍ୟ ନିର୍ବାଚନମଣ୍ଡଳୀ ଅପେକ୍ଷା ତାଳଚେରରୁ ମହେଶଙ୍କୁ ବିଧାନସଭା ନିର୍ବାଚନକୁ ଓହ୍ଲାଇବାକୁ ବିଜେଡି ଉଚିତ ମଣିପାରେ ବୋଲି ସମର୍ଥକମାନେ କୁହାକୁହି ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାଡ଼ ମାରି ଭାଉଜଙ୍କ ହାତ ଭାଙ୍ଗିଦେଲେ ଦିଅର, ଆଉ ତା’ପରେ…

ଦିଗପହଣ୍ଡି,୧୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଣ୍ଡଦେଉଳି ଗ୍ରାମର ବନିତା ପ୍ରଧାନଙ୍କୁ ରବିବାର ତାଙ୍କ ଦିଅର ପଦ୍ମ ଲୋଚନ ପ୍ରଧାନ ଆକ୍ରମଣ କରି ବାମ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ବାଲ୍ୟବନ୍ଧୁ, BJP ବିଧାୟକଙ୍କୁ ନେଇ ଆଣିଲେ ବଡ଼ ଅଭିଯୋଗ! ଛାନିଆ ହୋଇଗଲେ….

ମୁମ୍ବାଇ,୧୩।୯: ମହାରାଷ୍ଟ୍ରର ଭାୟନ୍ଦରରେ ଜମି ବିବାଦକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାଲ୍ୟବନ୍ଧୁ ଅସଗରଅଲି ଭୋରା ତାଙ୍କୁ ଭେଟିଛନ୍ତି । ୮ ସେପ୍ଟେମ୍ବରରେ ୮୧ ବର୍ଷୀୟ ଭୋରା…

ପଶ୍ଚିମବଙ୍ଗରେ ବନ୍ଦ ହେଲା ୨୫୨ ମଦ୍ରାସା

କୋଲକାତା,୧୩ା୯: ପଶ୍ଚିମବଙ୍ଗ ସରକାର ରାଜ୍ୟରେ ଚାଲୁଥିବା ଇସ୍‌ଲାମୀୟ ଶିକ୍ଷାନୁଷ୍ଠାନଗୁଡ଼ିକର ସମୀକ୍ଷା କରିବା ପରେ ୨୫୨ ମଦ୍ରାସାକୁ ବନ୍ଦ କରିବା ପାଇଁ ନୋଟିସ ଜାରି କରିଛନ୍ତି। ଯାଞ୍ଚ ପ୍ରକ୍ରିୟାର…

ବ୍ୟବସାୟିକ ଜାହାଜ ଉପରେ ଆକ୍ରମଣ: ଭାରତୀୟ ନାବିକ ନିଖୋଜ

ନୂଆଦିଲ୍ଲୀ,୧୩ା୯: ଓମାନ ଉପକୂଳରେ ବ୍ୟବସାୟିକ ଜାହାଜ ଏମ୍‌ଟି ଏଲ୍‌ ଗାଇଆ ଉପରେ ଆକ୍ରମଣ ହେବାରୁ ଜଣେ ଭାରତୀୟ ନାବିକ ନିଖୋଜ ହୋଇଥିବା ବହିର୍ବ୍ୟାପାର ମନ୍ତ୍ରଣାଳୟ ରବିବାର ସ୍ପଷ୍ଟ…

ଖଟିଆରେ ଗର୍ଭବତୀଙ୍କୁ ବୁହାହେବା ଘଟଣା, ନବଜାତ ଶିଶୁ-ମା’ଙ୍କୁ ଭେଟିଲେ ସିଡିପିଓ

ଗୁଡାରି,୧୩।୯(ପ୍ରମୋଦ କୁମାର ପତି): ଶନିବାର ଦିନ ବ୍ଳକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳାଙ୍କୁ ଖଟିଆରେ ୩ କିଲୋମିଟର ବୋହିବା ପରେ ଆମ୍ବୁଲାନ୍ସ ଯୋଗେ…

ତାତିଲେ ମହିଳା, ଭାଙ୍ଗିଲେ ମଦ ଭାଟି

ମୋହନ,୧୩।୯(ମନ୍ମଥ ମିଶ୍ର): ଗାଁରେ ଚାଲିଥିଲା ମଦ ଭାଟି। ଏନେଇ ଗାଁରେ ଅଶାନ୍ତ ପରିବେଶ ସୃଷ୍ଟି ହେବା ଯୁବପିଢୀ ପଥଭ୍ରଷ୍ଟ ହେଉଥିଲେ। ବାରମ୍ବାର ଅଭିଯୋଗ ପରେ ବି କାହାର…

ସନତ ସଭାପତି, ଉମାକାନ୍ତ ସାଧାରଣ ସମ୍ପାଦକ ନିର୍ବାଚିତ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ହାବିଲଦାର, କନେଷ୍ଟବଲ ଆସୋସିଏଶନ ନିର୍ବାଚନ ଫଳାଫଳ ରବିବାର ଘୋଷଣା ହୋଇଛି। ଏଥିରେ ସଭାପତି ସନତ କୁମାର ହୋତା ସଭାପତି ନିର୍ବାଚିତ ହୋଇଛନ୍ତି।…

ମୋଟାପଣ, ଅଣସଂକ୍ରାମକ ରୋଗ ବଡ଼ ସ୍ବାସ୍ଥ୍ୟ ସମସ୍ୟା; BRICS ନେତା କହିଲେ…

ନୂଆଦିଲ୍ଲୀ, ୧୩ା୯ : ମୋଟାପଣ ଏବଂ ଅଣସଂକ୍ରାମକ ରୋଗ (ଏନ୍‌ସିଡି) ବର୍ତ୍ତମାନ ବିଶ୍ୱବ୍ୟାପୀ ଏକ ବଡ଼ ସ୍ବାସ୍ଥ୍ୟ ସମସ୍ୟାରେ ପରିଣତ ହୋଇଛି । ଏହାକୁ ନେଇ ବ୍ରିକ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?