ସୁଶାନ୍ତଙ୍କ ଆତ୍ମହତ୍ୟା ମାମଲାରେ ପ୍ରଯୋଜକ ମହେଶଙ୍କ ବୟାନ ରେକର୍ଡ

ମୁମ୍ବାଇ,୨୭।୭: ବଲିଉଡ୍‌ ଭର୍ସାଟାଇଲ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ଆତ୍ମହତ୍ୟା ମାମଲାର ପଛର ରହସ୍ୟକୁ ଖୋଜିବାରେ ଲାଗିପଡ଼ିଛି ମୁମ୍ବାଇ ପୋଲିସ। ଏହି କ୍ରମରେ ସୁଶାନ୍ତଙ୍କ ପରିବାର, ସମ୍ପର୍କୀୟ, ବନ୍ଧୁ ଓ ବଲିଉଡ୍‌ର କେତେକ ସେଲିବ୍ରିଟିଙ୍କୁ ପଚରାଉଚାରା କରିସାରିଛି। ଇତିମଧ୍ୟରେ ନିର୍ଦ୍ଦେଶକ ତଥା ପ୍ରଯୋଜକ ମହେଶ ଭଟ୍ଟ ମଧ୍ୟ ସୋମବାର ସାନ୍ତାକ୍ରୁଜ୍‌ ପୋଲିସ ଷ୍ଟେଶନରେ ହାଜର ହୋଇଥିଲେ। ସେଠାରେ ପୋଲିସ ତାଙ୍କୁ ୨ଘଣ୍ଟା ଧରି ପଚରାଉଚରା କରିବା ସହ ତାଙ୍କର ବୟାନ ରେକର୍ଡ କରିଥିବା ଜଣାପଡ଼ିଛି।

ସୂଚନାଯୋଗ୍ୟ, ସୁଶାନ୍ତଙ୍କ ଆତ୍ମହତ୍ୟା ମାମଲାରେ ପୂର୍ବରୁ ପୋଲିସ ଜୁଲାଇ ୨୭ରେ ହାଜର ହେବାକୁ ମହେଶ ଭଟ୍ଟଙ୍କୁ ଏକ ସମନ ଜାରି କରିଥିଲା। ଏହି କ୍ରମରେ ମହେଶ ମଧ୍ୟ ସୋମବାର ସାନ୍ତାକ୍ରୁଜ୍‌ ଷ୍ଟେସନରେ ହାଜର ହୋଇଥିଲେ। ପୂର୍ବରୁ ତାଙ୍କର ବାନ୍ଦ୍ରା ପୋଲିସ ଷ୍ଟେସନରେ ବୟାନ ରେକର୍ଡ ହେବାର ଥିଲା। କିନ୍ତୁ ଥାନା ବାହାରେ ଖବରଦାତାଙ୍କ ଭିଡ଼କୁ ଦୃଷ୍ଟିରେ ରଖି ସାନ୍ତାକ୍ରୁଜ୍‌ ଷ୍ଟେସନରେ ହିଁ ତାଙ୍କର ବୟାନ ରେକର୍ଡ କରାଯାଇଥିଲା। ଏହି ସମୟରେ ପୋଲିସ ମହେଶଙ୍କୁ ସୁଶାନ୍ତ ଓ ଅଭିନେତ୍ରୀ ରିୟା ଚକ୍ରବର୍ତ୍ତିଙ୍କ ସମ୍ପର୍କରେ ପଚରାଉଚରା କରିଥିଲା। ଏତଦ୍‌ ବ୍ୟତୀତ ତାଙ୍କ ଫିଲ୍ମରୁ ସୁଶାନ୍ତଙ୍କୁ ବାଦ୍‌ ଦେବା ଉପରେ ମଧ୍ୟ ପ୍ରଶ୍ନ କରାଯାଇଥିବା ସୂଚନା ମିଳିଛି। ସୂଚନା ମୁତାବକ ସୁଶାନ୍ତଙ୍କ ଆତ୍ମହତ୍ୟା ଘଟଣାରେ ଏଯାଏଁ ୩୭ ଜଣଙ୍କୁ ଜେରା କରାଯାଇସାରିଛି।


Enter your email to get our daily news in your inbox.

All Right Reserved By Dharitri.Com

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri