ମାହେଶ୍ୱରୀ ଏକଦିବସୀୟ ଫୁଟବଲ : ସିଙ୍ଘପାଲି ଚାମ୍ପିୟନ

ଅମରପାଲି, ୨୩।୨ (ଡି.ଏନ.ଏ)
ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପକଣ୍ଠ ବାଗବର ମାହେଶ୍ୱରୀ ଭେଟେରାନ କ୍ଲବ ଆନୁକୂଲ୍ୟରେ ହାଇସ୍କୁଲ ପଡିଆରେ ଅନୁଷ୍ଠିତ ଏକଦିବସୀୟ ଫୁଟବଲ ଟୁର୍ନାମେଣ୍ଟ ସୋମବାର ଉଦଯାପିତ ହୋଇଯାଇଛି । ଫାଇନାଲ ମ୍ୟାଚରେ ଭେଟେରାନ ବୁର୍ଲାକୁ ହରାଇ ସିଙ୍ଘପାଲି (ସମ୍ବଲପୁର) ଚାମ୍ପିୟନ ହୋଇଛି। ଉଦଘାଟନୀ ମ୍ୟାଚରେ ଏମଏମଭିସି ବାଗବରକୁ ୨-୦ରେ ବୁର୍ଲା ଦଳ ହରେଇଥିଲା । ଉକ୍ତ ମ୍ୟାଚରେ ବୁର୍ଲାର ଗୋପୀ ସେଠୀଙ୍କୁ ହିରୋ ଅଫ୍‌ ଦି ମ୍ୟାଚଭାବେ ପୁରସ୍କୃତ କରାଯାଇଥିଲା। ଦ୍ୱିତୀୟ ମ୍ୟାଚରେ ସିଙ୍ଘପାଲି (ସମ୍ବଲପୁର) ଦଳ ବାଗବର- ବି କୁ ୧-୦ରେ ପରାସ୍ତ କରିଥିଲା। ଏହି ମ୍ୟାଚ ପାଇଁ ପ୍ରାଣବନ୍ଧୁ ଓରାମଙ୍କୁ ହିରୋ ଅଫ୍‌ ଦି ମ୍ୟାଚ ଘୋଷଣା କରାଯାଇଥିଲା । ଫାଇନାଲ ମ୍ୟାଚ ବୁର୍ଲା ଓ ସିଙ୍ଘପାଲି ମଧ୍ୟରେ ହୋଇଥିଲା। ପେନାଲଟି ସୁଟରେ ସିଙ୍ଘପାଲି ୨-୧ରେ ବୁର୍ଲାକୁ ହରାଇ ଚାମ୍ପିୟନ ହୋଇଥିଲା। ଆୟୋଜକ ସଭାପତି ଆଲୋକ ଦେହୁରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିିତ ପୁରସ୍କାର ବିତରଣ ଉତ୍ସବରେ ଫୁଲବାଣୀର ବରିଷ୍ଠ ଆଇନଜୀବୀ ସୌମେନ୍ଦ୍ର କୁମାର ସାହୁ ମୁଖ୍ୟଅତିଥି ଏବଂ ଆଇନଜୀବୀ ଧୀରେନ୍ଦ୍ର ପଟ୍ଟନାୟକ ସମ୍ମାନୀତ ଅତିଥିଭାବେ ଯୋଗଦେଇ ମନୋଜ ଓରାମଙ୍କୁ ହିରୋ ଅଫ୍‌ ଦି ଫାଇନାଲ, ପ୍ରାଣବନ୍ଧୁ ଓରାମଙ୍କୁ ଶ୍ରେଷ୍ଠ ଗୋଲ କିପର, ପ୍ରଫୁଲ୍ଲ ଭୋଇଙ୍କୁ ଶ୍ରେଷ୍ଠ ଡିଫେନ୍ସ, ଗୋପୀ ସେଠୀଙ୍କୁ ଶ୍ରେଷ୍ଠ ସ୍କୋରରଭାବେ ପୁରସ୍କୃତ କରାଯାଇଥିଲା। ଚାମ୍ପିୟନ ଦଳକୁ ନଗଦ ୫୫୫୫ ଓ ରନର୍ସ ଅପ ଦଳକୁ ୪୪୪୪ ଟଙ୍କା ସହିତ ଟ୍ରଫି ପ୍ରଦାନ କରାଯାଇଥିଲା । ପ୍ରାରମ୍ଭରେ ପୂର୍ବତନ ସରପଞ୍ଚ ଶ୍ୟାମସୁନ୍ଦର ପଣ୍ଡା, କ୍ରୀଡାବିତ ବାବାଜୀ ଦାଶ, ବିଶିକେଶନ ବିଶ୍ୱାଳ ଅତିଥିଭାବେ ଯୋଗଦେଇ ଟୁର୍ନାମେଣ୍ଟକୁ ଉଦ୍‌ଘାଟନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ୩ ଲକ୍ଷ ୧୫ ହଜାର ଲାଞ୍ଚ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ଗୁରୁଦିବସରେ ଗୁରୁଙ୍କ ପ୍ରତିବାଦ: କଳା ବ୍ୟାଚ୍ ପିନ୍ଧି ‘କଳା ଦିବସ’ ପାଳିଲେ ଅଂଶୁପା ସ୍ନାତକ ମହାବିଦ୍ୟାଳୟ ଅଧ୍ୟାପକ

ବାଙ୍କୀ,୫।୯(ଶୁଭେନ୍ଦୁ ମହାପାତ୍ର): ଗୋଟିଏ ପଟେ ସାରା ରାଜ୍ୟରେ ଗୁରୁଦିବସ ପାଳିତ ହୋଇଯାଇଥିବା ବେଳେ ବାଙ୍କୀ ଉପଖଣ୍ଡ ଅଂଶୁପା ସ୍ନାତକ ମହାବିଦ୍ୟାଳୟଠାରେ ଦେଖିବାକୁ ମିଳିଛି ଭିନ୍ନ ଚିତ୍ର। ଓସ୍ନେଲିଆ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

‘ଆସନ୍ତା ମାର୍ଚ୍ଚ-ଏପ୍ରିଲରେ ପଞ୍ଚାୟତ ନିର୍ବାଚନ’

ଭୁବନେଶ୍ୱର,୫।୯ : ରାଜ୍ୟରେ ଆସନ୍ତା ମାର୍ଚ୍ଚ ମାସ ଶେଷ କିମ୍ବା ଏପ୍ରିଲ ପ୍ରଥମ ସପ୍ତାହରେ ପଞ୍ଚାୟତ ନିର୍ବାଚନ ହୋଇପାରେ। ଏନେଇ ରାଜ୍ୟ ନିର୍ବାଚନ କମିଶନର ମଧୁସୂଦନ ପାଢ଼ୀ…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ଶନିଙ୍କ ନକ୍ଷତ୍ରରେ ମଙ୍ଗଳ ଗୋଚର: ୪ ରାଶିଙ୍କୁ ବଡ଼ ଡିଲ୍‌ ଅଫର୍‌, ଧନଲାଭ ଯୋଗ

ପୁଷ୍ୟା ନକ୍ଷତ୍ର ହେଉଛି ଶନିଦେବଙ୍କ ନକ୍ଷତ୍ର। ଶନିଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ ବିଭିନ୍ନ ରାଶିର ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ସୂଚନାଯୋଗ୍ୟ ଯେ, ମଙ୍ଗଳଙ୍କ ଏହି…

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri