Posted inଜାତୀୟ

୨୯ରୁ କଂଗ୍ରେସର ଦେଶବ୍ୟାପୀ ଆନ୍ଦୋଳନ

ନୂଆଦିଲ୍ଲୀ,୨୫ା୭: ମହିଳାମାନଙ୍କ ରାଜନୈତିକ ଓ ଅର୍ଥନୈତିକ ସଶକ୍ତୀକରଣ ସମେତ ସାମାଜିକ ନ୍ୟାୟ ଓ ସୁରକ୍ଷା ଅଧିକାର ପାଇଁ ଅଖିଳ ଭାରତ ମହିଳା କଂଗ୍ରେସ ଆସନ୍ତା ୨୯ ତାରିଖରୁ ଦେଶବ୍ୟାପୀ ଆନ୍ଦୋଳନ କରିବ। କଂଗ୍ରେସ ମହିଳା ଶାଖା ସଭାନେତ୍ରୀ ଅଲକା ଲାମ୍ବା ଗୁରୁବାର ଏଆଇସିସି ମୁଖ୍ୟାଳୟଠାରେ ଏକ ଖବରଦାତା ସମ୍ମିଳନୀରେ ଏହି ଘୋଷଣା କରିଛନ୍ତି। ଦିଲ୍ଲୀର ଯନ୍ତରମନ୍ତରରୁ ଆନ୍ଦୋଳନ ଆରମ୍ଭ ହୋଇ ପ୍ରତ୍ୟେକ ରାଜ୍ୟର ରାଜଧାନୀ, ବଡ଼ ସହର ଓ ଜିଲାରେ ଅନୁଷ୍ଠିତ ହେବ। ମହିଳାମାନଙ୍କ ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରହିବ ବୋଲି ଲାମ୍ବା କହିଛନ୍ତି।

ଆନ୍ଦୋଳନରେ ୩ଟି ବଡ଼ ଓ ଗୁରୁତ୍ୱପୂର୍ଣ୍ଣ ଦାବି ରହିବ। ମହିଳାମାନଙ୍କ ରାଜନୈତିକ ସଶକ୍ତୀକରଣ ଏବଂ ଭାଗୀଦାରିତା ପାଇଁ ମହିଳା ସ୍ଥାନ ସଂରକ୍ଷଣ ଆଇନ ତୁରନ୍ତ ଲାଗୁ, ଅନ୍ୟାନ୍ୟ ପଛୁଆ ବର୍ଗ (ଓବିସି) ମହିଳାମାନଙ୍କ ପାଇଁ ସଂରକ୍ଷଣ ଓ ଭାଗୀଦାରିତାକୁ ସୁନିଶ୍ଚିତ କରିବା ଏବଂ ଦରଦାମ୍‌ ବୃଦ୍ଧି ଏବଂ ବେରୋଜଗାରି ଯୋଗୁ ଅତିଷ୍ଠ ହୋଇପଡ଼ିଥିବା ମହିଳାମାନଙ୍କୁ ଅର୍ଥନୈତିକ କ୍ଷେତ୍ରରେ ସଶକ୍ତ କରାଯିବା ଦାବି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri