ମହିଳାଙ୍କ ହାତଗୋଡ଼ ବାନ୍ଧି ବଳାତ୍କାର

ଢେଙ୍କାନାଳ,୧୯।୧(ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଗେଙ୍ଗୁଟିଆ ନିକଟସ୍ଥ ରଣପଶି ଓଭରବ୍ରିଜ୍‌ ନିକଟରେ ଶୁକ୍ରବାର ରାତିରେ ଜଣେ ମହିଳାଙ୍କୁ ଘର ଭିତରେ ଛୁରି ଦେଖାଇ ହାତଗୋଡ଼ ବାନ୍ଧି ବଳାତ୍କାର କରାଯାଇଥିବା ଶନିବାର ଅଭିଯୋଗ ହୋଇଛି। ପୋଲିସ ଘଟଣାର ତଦନ୍ତ କରି ଅଭିଯୁକ୍ତ ହୃଷୀକେଶ ସାହୁ (୩୦)ଙ୍କୁ ଗିରଫ କରିଛି।
ଘଟଣାରୁ ଜଣାପଡ଼ିଛି ଯେ, ରଣପଶି ଓଭରବ୍ରିଜ୍‌ ନିକଟରେ ଜଣେ ମହିଳା ଭଡ଼ାରେ ଏକୁଟିଆ ରହୁଥିଲେ। ନିକଟରେ ଏକ ସ’ ମିଲରେ କାରିଗର ଭାବେ କାମ କରୁଥିବା ଦେବଗଡ଼ ଜିଲା ଅଞ୍ଚଳର ହୃଷୀକେଶ ତାଙ୍କ ଉପରେ ନଜର ରଖିଥିଲେ ଏବଂ ତାଙ୍କ ପିଛା କରୁଥିଲେ। ଶୁକ୍ରବାର ରାତିରେ ମହିଳା ଜଣକ କୌଣସି କାର୍ଯ୍ୟରେ ଘର ବାହାରକୁ ଆସିଥିବା ବେଳେ ଏହାର ସୁଯୋଗ ପାଇ ହୃଷୀକେଶ ଘରେ ଭିତରେ ଆଗରୁ ଯାଇ ଲୁଚିଥିଲେ। ମହିଳା ଜଣକ ଘରକୁ ଆସି ଏକ ବହି ପଢ଼ିବାକୁ ବସିଥିବା ବେଳେ ହଠାତ୍‌ ହୃଷୀକେଶ ତାଙ୍କ ପଛପଟୁ ଆସି ମୁହଁରେ ଏକ ଚାଦର ପକାଇ ତାଙ୍କୁ ଧରିନେଇଥିଲେ। ଏହାପରେ ତାଙ୍କୁ ଛୁରି ଦେଖାଇ ତାଙ୍କର ହାତଗୋଡ଼ ବାନ୍ଧି ରାତି ୮ଟାରୁ ୧୧ଟା ପର୍ଯ୍ୟନ୍ତ ବଳାତ୍କାର କରିଥିଲେ। ପରେ ଅଭିଯୁକ୍ତ ସେଠାରୁ ପଳାଇ ଯାଇଥିଲେ। ମହିଳା ଜଣକ ଶନିବାର ଏ ସଂକ୍ରାନ୍ତରେ ସଦର ଥାନାରେ ଅଭିଯୋଗ କରିବା ପରେ ପୋଲିସ କେସ୍‌ ନଂ. ୪୮/୨୫ରେ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ଏସ୍‌ପିଙ୍କ ନିର୍ଦ୍ଦେଶରେ ଅତିରିକ୍ତ ଏସ୍‌ପି ପ୍ରଭାତ କୁମାର ବିଶ୍ୱାଳ ଘଟଣାର ତଦନ୍ତ କରିଥିଲେ। ଏହାପରେ ଅଭିଯୁକ୍ତଙ୍କୁ ସମ୍ପୃକ୍ତ ଅଞ୍ଚଳରୁ ଗିରଫ କରି ପଚରାଉଚରା କରାଯାଇଥିଲା। ତାଙ୍କଠାରୁ ଘଟଣାରେ ବ୍ୟବହୃତ ଛୁରି ଜବତ କରାଯାଇଥିଲା।
ସାଇଣ୍ଟିଫିକ୍‌ ଟିମ୍‌ ଘଟଣା ସ୍ଥଳରେ ପହଞ୍ଚତ୍ ସେଠାରେ ପଡ଼ିଥିବା ପାଦଚିହ୍ନକୁ ନେଇ ତଦନ୍ତ କରିଥିଲେ। ଅଭିଯୁକ୍ତ ପୋଲିସ ଉପସ୍ଥିତିରେ ଘଟଣାସ୍ଥଳରେ ସିନ୍‌ ରିକ୍ରିଏଶନ କରିଥିଲେ ବୋଲି ଅତିରିକ୍ତ ଏସ୍‌ପି କହିଛନ୍ତି। ଅଭିଯୁକ୍ତଙ୍କୁ ରବିବାର କୋର୍ଟଚାଲାଣ କରାଯିବ ବୋଲି ଜଣାପଡ଼ିଛି ା ପୀଡ଼ିତାଙ୍କର ଡାକ୍ତରୀ ପରୀକ୍ଷା କରାଯାଇଥିବା ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଧାୟକ ନିରଞ୍ଜନ ପୂଜାରୀଙ୍କ କାର୍‌କୁ ଅଣ୍ଡାମାଡ଼

ସୋନପୁର,୧୯ା୯(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ କାର୍‌ ଉପରକୁ ଶୁକ୍ରବାର ସନ୍ଧ୍ୟାରେ ଅଣ୍ଡାମାଡ଼ ହୋଇଛି। ପ୍ରଥମେ ତରଭା ବ୍ଲକର ଦେଉଳପଦର ଛକରେ…

କଦଳୀ ଭେଳାରେ ମା’ ମନସାଙ୍କୁ ପୂଜା କରନ୍ତି ବଙ୍ଗୀୟ ସମ୍ପ୍ରଦାୟ, ଏହା ପଛର କାରଣ ଜାଣିଲେ…

ମହାକାଳପଡ଼ା, ୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ବିଧି ଓ ପରମ୍ପରା ଅନୁସାରେ ବଙ୍ଗୀୟ ଶ୍ରଦ୍ଧାଳୁମାନେ କଦଳୀ ଭେଳାରେ ମା’ ମନସା ଦେବୀଙ୍କୁ ପୂଜା କଲେ ସନ୍ତୁଷ୍ଟ ହୋଇ ସର୍ପ…

ପାର୍ବଣ ପୂର୍ବରୁ ମହଙ୍ଗା ମାଡ଼: ୮ ଟଙ୍କା ବଢ଼ିପାରେ କ୍ଷୀର ମୂଲ୍ୟ! ରାଜ୍ୟ ସରକାରଙ୍କୁ ୩ ଦିନିର ଅଲ୍ଟିମେଟମ ଦେଲେ…

ନୂଆଦିଲ୍ଲୀ,୧୯।୯: କର୍ନାଟକରେ ପାର୍ୱଣ ଋତୁ ପୂର୍ୱରୁ ଲୋକଙ୍କୁ ଆଉ ଏକ ବଡ଼ ଝଟକା ଲାଗିପାରେ। ଏଠାରେ ଖୁବ ଶୀଘ୍ର କ୍ଷୀର ଦରରେ ବଡ଼ ଧରଣର ବୃଦ୍ଧି ଦେଖିବାକୁ…

ମମତାଙ୍କ କୋଳ ଶୂନ୍ୟ କରିଦେଲା ଋଷିକୁଲ୍ୟା: ଖେଳିଗଲା ଶୋକର ଛାୟା

ପୁରୁଷୋତ୍ତମପୁର,୧୯।୯ (ସବିତା ମିଶ୍ର): ଗଣେଶ ମୂର୍ତ୍ତି ବିସର୍ଜନବେଳେ ଋଷିକୁଲ୍ୟା ନଦୀରେ ଭାସିଯାଇ ନିଖୋଜ ହୋଇଥିବା ଛାତ୍ର ସୁମିତ କୁମାର ମିଶ୍ରଙ୍କ ମୃତଦେହ ଶନିବାର ଉଦ୍ଧାର ହୋଇଛି। ପୁରୁଷୋତ୍ତମପୁର…

ଭାରତ ପାଇଁ ଡେବ୍ୟୁ କଲେ ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ: ପ୍ରଥମ ମ୍ୟାଚ୍‌ରେ କଲେ ଏମିତି କାରନାମା

ରାଜକୋଟ,୧୯।୯: ବାପାଙ୍କ ଭଳି କ୍ରିକେଟ ମଇଦାନରେ ପାଦ ଥାପିବାର ଆର୍ଯ୍ୟବୀର ସେହ୍ବାଗଙ୍କ ଅପେକ୍ଷା ଶେଷ ହୋଇଛି। ଅଷ୍ଟ୍ରେଲିଆ ଅଣ୍ଡର-୧୯ ବିପକ୍ଷରେ ରାଜକୋଟରେ ଖେଳାଯାଇଥିବା ମ୍ୟାଚ୍‌ରେ ସେ ପ୍ରଥମଥର…

ଗଞ୍ଜାମ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଉପରେ ଶହ ଶହ ରୋଗୀ ନିର୍ଭରଶୀଳ: ମାତ୍ର ୨ଟି ବେଡ୍‌ରେ ଚାଲିଛି ଚିକିତ୍ସା

ଗଞ୍ଜାମ,୧୯।୯(ବିଦ୍ୟାଧର ସାହୁ): ଗଞ୍ଜାମ ସହର ବଡ଼ବଜାରସ୍ଥିତ ବହୁ ପୁରାତନ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପରିଣତ କରିବା ଦାବି ଜୋର ଧରିଛି। ରାଜପଥ ପାର୍ଶ୍ୱରେ ଅବସ୍ଥିତ ଏହି…

କଠୋର ଆଭିମୁଖ୍ୟ

ସପ୍ତାହେ ମଧ୍ୟରେ ୪ଜଣ ବରିଷ୍ଠ ଅଧିକାରୀଙ୍କୁ ସେମାନଙ୍କର ମୂଳ କ୍ୟାଡରକୁ ଫେରାଇ ଦିଆଯିବା ଏକ ଉଲ୍ଲେଖନୀୟ ଘଟଣା। ସେମାନଙ୍କ ମଧ୍ୟରୁ ୩ ଜଣଙ୍କୁ ଏକ ବର୍ଦ୍ଧିତ ‘କୁଲିଂ-ଅଫ୍‌’…

୬ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କଲେ କାକା: ଘର ପଛପଟକୁ ନେଇ…

ପାଟଣା,୧୯ା୯(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ସମ୍ପର୍କୀୟ କାକା ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଏନେଇ ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?