ମହିମା ପୀଠ କାୟାକଳ୍ପ ବଦଳିବ

ଭୁବନେଶ୍ୱର/ଢେଙ୍କାନାଳ, ୧୬।୬(ଅନିଲ ଦାସ/ରତନ ନାୟାର): ଢେଙ୍କାନାଳ ଜିଲା ଗଁଦିଆ ବ୍ଲକ ଯୋରନ୍ଦାସ୍ଥିତ ବିଶ୍ୱପ୍ରସିଦ୍ଧ ମହିମା ଧର୍ମପୀଠର କାୟାକଳ୍ପ ସମ୍ପୂର୍ଣ୍ଣ ବଦଳିବ। ଏହାର ଉନ୍ନତୀକରଣ ସମ୍ପର୍କିତ ୧୧୨ କୋଟି ଟଙ୍କାର ପ୍ରକଳ୍ପ ପ୍ରସ୍ତାବକୁ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। ଗତ ମେ’ ୨୯ରେ ୫-ଟି ସଚିବ ଭି.କେ. ପାଣ୍ଡିଆନ ଯୋରନ୍ଦା ପରିଦର୍ଶନ କରି ପୀଠର ସର୍ବାଙ୍ଗୀନ ଉନ୍ନତି ନିମନ୍ତେ ସାଧୁସନ୍ଥ, ଶ୍ରଦ୍ଧାଳୁଙ୍କ ସହ ଆଲୋଚନା କରିଥିଲେ। ୧୫ଦିନ ମଧ୍ୟରେ ପ୍ରକଳ୍ପ ରିପୋର୍ଟ ଦେବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ଜିଲାପାଳ ସରୋଜ କୁମାର ସେଠୀ ଏ ସଂକ୍ରାନ୍ତ ସବିଶେଷ ପ୍ରସ୍ତାବ ଉପସ୍ଥାପନ କରିବା ପରେ ରାଜ୍ୟ ସରକାରଙ୍କ ପକ୍ଷରୁ ଏହାକୁ ତ୍ୱରିତ ଅନୁମୋଦନ ମିଳିଛି।
ଜିଲାପାଳଙ୍କ ପ୍ରସ୍ତାବରେ ସମାଧି ମନ୍ଦିର ପୁନଃନିର୍ମାଣ, କୌପୀନଧାରୀ ମହିମା ଧର୍ମ ଉପାସନାସ୍ଥଳୀ ପୁନଃନିର୍ମାଣ, ପ୍ରାର୍ଥନା ଗୃହ, ପାଚେରି, ପୁଷ୍କରିଣୀ ପୁନରୁଦ୍ଧାର, ବସ୍‌ଷ୍ଟାଣ୍ଡ, ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର ଆଦି ତିଆରି କରାଯିବ। ଆଭ୍ୟନ୍ତରୀଣ ସଡ଼କ ତିଆରି ସହ ପୀଠ ପରିସର ସମ୍ପୂର୍ଣ୍ଣ ଆଲୋକୀକରଣ ହେବ। ଯୋରନ୍ଦା ଜଗନ୍ନାଥ ମନ୍ଦିରଠାରୁ ସ୍କୁଲ ପଡ଼ିଆ ପର୍ଯ୍ୟନ୍ତ ରାସ୍ତା ନିର୍ମାଣ କରାଯିବ। ସୌନ୍ଦର୍ଯ୍ୟକରଣ ପାଇଁ ପୂର୍ବପଟ ବଡ଼ ପୋଖରୀର ପୁନରୁଦ୍ଧାର ହେବ। ଚୟନ କରାଯାଇଥିବା ସ୍ଥାନରେ ୨୦୦ ତାଳଗଛ ଓ ୨୦୦ ବରଗଛ ଲଗାଯିବ। ସାମୂହିକ ପ୍ରାର୍ଥନାସ୍ଥଳୀ ସହ ସ୍ନାନ, ଶୌଚ କାର୍ଯ୍ୟ ପାଇଁ ୨୦୦ ପାଇଖାନା ବ୍ୟବସ୍ଥା ହେବ। ମହିମାଗାଦିକୁ ରାଜ୍ୟର ପ୍ରମୁଖ ତୀର୍ଥସ୍ଥଳୀ ଓ ପର୍ଯ୍ୟଟନ କେନ୍ଦ୍ରରେ ପରିଣତ କରିବା ପାଇଁ ସମସ୍ତ ପ୍ରକାର ପଦକ୍ଷେପ ନିଆଯିବ ବୋଲି ରାଜ୍ୟ ସରକାର ପକ୍ଷରୁ କୁହାଯାଇଛି।

କପିଳାସ ପୀଠ ରୂପାନ୍ତରଣ ନେଇ ଆଲୋଚନା

ରାଜ୍ୟର ଅନ୍ୟତମ ପ୍ରସିଦ୍ଧ ଶୈବପୀଠ ତଥା କପିଳାସ କ୍ଷେତ୍ରାଧିପତି ଶ୍ରୀଚନ୍ଦ୍ରଶେଖର ଜୀଉଙ୍କ ମନ୍ଦିରର ରୂପାନ୍ତରଣ ନିମନ୍ତେ ପଦକ୍ଷେପ ନେବାକୁ ସେବାୟତ, ପୂଜକମାନେ ଗୁରୁବାର ଭୁବନେଶ୍ୱରରେ ୫-ଟି ସଚିବଙ୍କୁ ସାକ୍ଷାତ୍‌ କରି ଆଲୋଚନା କରିଛନ୍ତି। ବିଧାୟକ ସୁଧୀର କୁମାର ସାମଲ, ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ସ୍ବତନ୍ତ୍ର ସଚିବ ରୂପା ରୋଶନ ସାହୁ, ଜିଲାପାଳ ସରୋଜ କୁମାର ସେଠୀ, ଦେଓଗଁା ସରପଞ୍ଚ ବିଜୟ କୁମାର ଦେହୁରୀ ପ୍ରମୁଖ ଉପସ୍ଥିତ ଥିଲେ। କପିଳାସ ପୀଠର ରୂପାନ୍ତର ପାଇଁ ତୁରନ୍ତ ଆଲୋଚନା କରି ପ୍ରସ୍ତାବ ଦେବା ଲାଗି ୫-ଟି ସଚିବ କହିଛନ୍ତି। ଖୁବ୍‌ଶୀଘ୍ର ଏ ସଂକ୍ରାନ୍ତ ପ୍ରସ୍ତାବ ଦିଆଯିବ ବୋଲି ଜିଲାପାଳ କହିଛନ୍ତି। ଏ ନେଇ ବିଧାୟକ ସାମଲ କୁହନ୍ତି ଯେ, କପିଳାସ ପୀଠର ସମ୍ପୂର୍ଣ୍ଣ ରୂପାନ୍ତର ପାଇଁ ଆଲୋଚନା ସରିଛି। ପ୍ରସ୍ତାବ ଦିଆଯିବା ପରେ ସରକାରଙ୍କ ପକ୍ଷରୁ ପଦକ୍ଷେପ ନିଆଯିବ। ଢେଙ୍କାନାଳ ସହରରେ ସ୍ବରେଜ ବ୍ୟବସ୍ଥା କରିବାକୁ ଯୋଜନା ରହିଥିବା ବିଧାୟକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

ପାକିସ୍ତାନ କ୍ରିକେଟକୁ ନେଇ ଆସିଲା ବଡ଼ ଖବର, ସୋଏବ ଅଖତର ଦେଲେ ଏମିତି ଉତ୍ତର ସମସ୍ତେ ଚକିତ

ଇସଲାମାବାଦ,୪।୧୦: ଶୋଏବ ଅଖତର କ’ଣ ପାକିସ୍ତାନ କ୍ରିକେଟ ଦଳର ମୁଖ୍ୟ ଚୟନକର୍ତ୍ତା (ଚିଫ ସିଲେକ୍ଟର) ହେବାକୁ ଯାଉଛନ୍ତି? ସାମ୍ପ୍ରତିକ ସମୟରେ ଇଣ୍ଟରନେଟରେ ଏହାକୁ ନେଇ ବ୍ୟାପକ ଚର୍ଚ୍ଚା…

ଅକ୍ଟୋବରରେ ଅଷ୍ଟ୍ରେଲିଆ ବିପକ୍ଷରେ ପ୍ରଥମ ଦିନିକିଆ ମ୍ୟାଚ ଖେଳିବ ଟିମ ଇଣ୍ଡିଆ; ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସ୍ଥାନ ନେବେ ଏହି ଖେଳାଳି

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳ ଅକ୍ଟୋବର ୬ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ, ଅନ୍ୟ ଏକ ଭାରତୀୟ ଦଳ ଅଷ୍ଟ୍ରେଲିଆର…

ଟିଏମସି (TMC)କୁ ଲାଗିବ ଶକ୍ତ ଧକ୍କା, ଦଳ ଛାଡିଥିବା ନେତାଙ୍କୁ ଭାଜପା ଦେଲା ବଡ଼ ସୁଯୋଗ

ନୂଆଦିଲ୍ଲୀ,୪।୧୦: ଭାରତୀୟ ଜନତା ପାର୍ଟି(ଭାଜପା)ର କେନ୍ଦ୍ରୀୟ ନିର୍ବାଚନ କମିଟି ରବିବାର (ଅକ୍ଟୋବର ୪) ରାଜ୍ୟ ସଭା ନିର୍ବାଚନ ପାଇଁ ଦୁଇଜଣ ପ୍ରମୁଖ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?