ମହିନ୍ଦ୍ରା ଏକ୍ସୟୁଭି ୩ ଏକ୍ସଓର ଅନାବରଣ

ଭୁବନେଶ୍ୱର,୧୨।୫: ମହିନ୍ଦ୍ରା ଆଣ୍ଡ ମହିନ୍ଦ୍ରା ଲିମିଟେଡ୍‌ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ‘ଅଲ ନ୍ୟୁ ଦି ଏକ୍ସୟୁଭି ୩ଏକ୍ସଓ’ର ସର୍ବଭାରତୀୟ ଉନ୍ମୋଚନ ନିକଟରେ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀର ସ୍ବୀକୃତିପ୍ରାପ୍ତ ଡିଲର ପଏଣ୍ଟ ଆଦିତ୍ୟ ମୋଟର୍ସ ପରିସରରେ ଏକ ସ୍ବତନ୍ତ୍ର ଅନାବରଣ ଉତ୍ସବର ଆୟୋଜନ କରାଯାଇଥିଲା। ଏହି ଅବସରରେ ଆଦିତ୍ୟ ମୋଟର୍ସର ଏମ୍‌ଡି ଆଦିତ୍ୟ ପାତ୍ର ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାର ଅନାବରଣ ସହ ବଜାର ପ୍ରବେଶ ସମ୍ପର୍କରେ ଘୋଷଣା କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ମହିନ୍ଦ୍ରା ଆଣ୍ଡ ମହିନ୍ଦ୍ରା ଲିମିଟେଡ୍‌ ଏବଂ ଆଦିତ୍ୟ ମୋଟର୍ସର ବରିଷ୍ଠ ଅଧିକାରୀଙ୍କ ସମେତ ଅନ୍ୟମାନେ ମଧ୍ୟ ଉପସ୍ଥିତ ଥିଲେ।

ଉଲ୍ଲେଖଯୋଗ୍ୟ, ଅଲ ନ୍ୟୁ ଏକ୍ସୟୁଭି ୩ଏକ୍ସଓ’ରେ ଅନେକ ବୈଶିଷ୍ଟ୍ୟ ସାମିଲ ଥିଲାବେଳେ ସୁରକ୍ଷା ଦୃଷ୍ଟିକୋଣରୁ ମଧ୍ୟ ସମସ୍ତ ପ୍ରକାର ଅତ୍ୟାଧୁନିକ ସୁବିଧା ଅନ୍ତର୍ଭୁକ୍ତ ରହିଛି। ଏପରିକି ଏସ୍‌ୟୁଭି ବର୍ଗ (ସେଗ୍‌ମେଣ୍ଟ)ରେ ଏହି ମଡେଲ ଏକ ନୂତନ ବେଞ୍ଚମାର୍କ ସୃଷ୍ଟି କରିବ ବୋଲି କମ୍ପାନୀ ପକ୍ଷରୁ ଆକଳନ କରାଯାଇଛି। ଆଦିତ୍ୟ ମୋଟର୍ସର ଏମ୍‌ଡି ଆଦିତ୍ୟ ପାତ୍ର କହିଛନ୍ତି, ଅଲ ନ୍ୟୁ ଦି ଏକ୍ସୟୁଭି ୩ଏକ୍ସଓ’କୁ ଉନ୍ମୋଚନ ସହ ବଜାର ପ୍ରବେଶ କରାଇ ଆମେ ବେଶ୍‌ ଉତ୍ସାହିତ ଅଛୁ। ଉକ୍ତ ମଡେଲରେ ସମସ୍ତ ପ୍ରକାର ଅତ୍ୟାଧୁନିକ ସୁବିଧା ଓ ସୁରକ୍ଷା ବ୍ୟବସ୍ଥା ସାମିଲ ଥିଲାବେଳେ ଏସ୍‌ୟୁଭି ବର୍ଗରେ ଏହା ଏକ ନୂତନ ବେଞ୍ଚମାର୍କ ସୃଷ୍ଟି କରିବ ବୋଲି ସେ ବିସ୍ତୃତ ଭାବେ ମତପ୍ରକାଶ କରିଛନ୍ତି। ଅପରପକ୍ଷରେ ୩୫ରୁ ଅଧିକ ଗ୍ରାହକ ଉକ୍ତ ମଡେଲକୁ ବୁକିଂ କରିଥିଲାବେଳେ ୩ଟି ଆକର୍ଷଣୀୟ କଲର ସହ ଏହାର ବଜାର ମୂଲ୍ୟ (ଏକ୍ସ ଶୋ’ରୁମ୍‌) ୭.୪୯ଲକ୍ଷ ଟଙ୍କାରୁ ଆରମ୍ଭ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାଙ୍କ୍‌ ଆକାଉଣ୍ଟରେ ପୁରୁଣା ମୋବାଇଲ ନମ୍ୱର ଲିଙ୍କ୍‌ ଅଛି? ଘରେ ବସି ଏମିତି କରନ୍ତୁ ଅପଡେଟ୍‌

ନୂଆଦିଲ୍‌ଲୀ,୫।୯: ଆଜିକାଲି ବ୍ୟାଙ୍କ ଆକାଉଣ୍ଟ ସହିତ ମୋବାଇଲ ନମ୍ୱର ଲିଙ୍କ ରହିବା ଅତ୍ୟନ୍ତ ଜରୁରୀ। ଆକାଉଣ୍ଟରେ ଟଙ୍କା ଜମା ହେବାଠାରୁ ଆରମ୍ଭ କରି ଟଙ୍କା ଉଠାଇବା, ଅନଲାଇନ…

ଆଜିଠୁ ଆରମ୍ଭ ହେଲା ମାଗଣା LPG ସିଲିଣ୍ଡର ଯୋଜନା; ବର୍ଷକୁ ମିଳିବ ୩ଟି ସିଲିଣ୍ଡର, ଖାତାକୁ ଆସିବ ୩ହଜାର ଟଙ୍କା

ନୂଆଦିଲ୍‌ଲୀ,୫।୯: ରନ୍ଧନ ଗ୍ୟାସ ସିଲିଣ୍ଡରର ବଢ଼ୁଥିବା ଦର ଯୋଗୁଁ ଚିନ୍ତିତ ଥିବା ପରିବାରଗୁଡ଼ିକ ପାଇଁ ଏକ ବଡ଼ ଖୁସି ଖବର ଆସିଛି! ଯଦି ଆପଣଙ୍କ ଘରେ ମଧ୍ୟ…

ପରିବାରରୁ ଅଲଗା ରାସନ କାର୍ଡ କିପରି କରିବେ? ଅବିବାହିତଙ୍କ ପାଇଁ କ’ଣ ରହିଛି ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା

ନୂଆଦିଲ୍ଲୀ,୫।୯:ରାସନ କାର୍ଡ କେବଳ ଶସ୍ତାରେ ରାସନ ପାଇବାର ମାଧ୍ୟମ ନୁହେଁ, ବରଂ ଏହା ଏକ ଗୁରୁତ୍ୱପୂର୍ଣ୍ଣ ସରକାରୀ ପରିଚୟପତ୍ର ଏବଂ ଠିକଣା ପ୍ରମାଣପତ୍ର (Address Proof) ଭାବରେ…

ବୈଦେଶିକ ମୁଦ୍ରାଭଣ୍ଡାରରେ ୧୧ ବିଲିୟନ ଡଲାର ବୃଦ୍ଧି

ନୂଆଦିଲ୍ଲୀ,୫ା୯: ଅଗଷ୍ଟ ୨୮ ସୁଦ୍ଧା ଶେଷ ହୋଇଥିବା ସପ୍ତାହରେ ଭାରତର ବୈଦେଶିକ ମୁଦ୍ରାଭଣ୍ଡାର ପରିମାଣରେ ୧୧.୪୭୫ ବିଲିୟନ ଡଲାର ବୃଦ୍ଧି ଘଟିବା ସହ ମୋଟ ଭଣ୍ଡାର ପରିମାଣ…

୧.୮୫ କୋଟି ଗ୍ରାହକଙ୍କ ସହ ଜିଓ ଓଡ଼ିଶାରେ ଅଗ୍ରଣୀ

ଭୁବନେଶ୍ୱର, ୫ା୯: ସାରା ଦେଶ ସହ ଓଡ଼ିଶାରେ ମଧ୍ୟ ରିଲାଏନ୍ସ ଜିଓ ୫ ସେପ୍ଟେମ୍ବର ୨୦୧୬ରେ ବ୍ୟବସାୟିକ ଟେଲିସେବା ଆରମ୍ଭ କରିଥିଲା। ୧୦ ବର୍ଷ ମଧ୍ୟରେ ଜିଓ…

ସେପ୍ଟେମ୍ବର ୧୫ରୁ ବନ୍ଦ ହୋଇପାରେ ଦୋକାନୀଙ୍କ ୟୁପିଆଇ

ନୂଆଦିଲ୍ଲୀ,୫ା୯: ଅନ୍‌ଲାଇନ ପେମେଣ୍ଟ ବ୍ୟବସ୍ଥାକୁ ନେଇ ଏବେ ଦେଶରେ ୧୦ ଲକ୍ଷ କ୍ଷୁଦ୍ର ବ୍ୟବସାୟୀ ସଙ୍କଟରେ ପଡ଼ିଛନ୍ତି। କାରଣ ସେମାନଙ୍କ କଓ୍ବୋଇସି ପ୍ରକ୍ରିୟା ଏ ପର୍ଯ୍ୟନ୍ତ ଶେଷ…

କ୍ରମାଗତ କ୍ଷତି ପରେ ଶେୟାର ବଜାରରେ ସାମାନ୍ୟ ସୁଧାର

ମୁମ୍ବାଇ,୫ା୯: ଚଳିତ ସପ୍ତାହରେ କ୍ରମାଗତ ଭାବେ ୪ଟି କାର୍ଯ୍ୟଦିବସରେ ଶେୟାର ବଜାର କାରବାର ହ୍ରାସ ପାଇ ଆସିଥିଲାବେଳେ ଶୁକ୍ରବାର କାରବାର ପରେ ସାମାନ୍ୟ ସୁଧାର ଆସିଛି। ଏହାଦ୍ୱାରା…

ଖିମଜୀ ଦୟାଭାଇ କୋ.ଗ୍ରୁପ୍‌ ପାଳନ କରୁଛି ୯୦ ବର୍ଷର ବିଶ୍ୱାସ, କାରିଗରୀ ଓ ସଫଳତା

ଭୁବନେଶ୍ୱର: ଓଡ଼ିଶାର ଐତିହ୍ୟବାହୀ ଜୁଏଲେରୀ ବ୍ରାଣ୍ଡ ଖିମଜୀ ଦୟାଭାଇ କୋ. ଗ୍ରୁପ ଗର୍ବର ସହ ନିଜର ୯୦ ବର୍ଷର ଯାତ୍ରା ପାଳନ କରୁଛି। ୧୯୩୬ ଅଗଷ୍ଟରୁ ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri