ବଜାରରେ ମହିନ୍ଦ୍ରାର ‘ଅଲ୍‌ ନ୍ୟୁ ଏକ୍ସୟୁଭି ୩ଏକ୍ସଓ’

ଭୁବନେଶ୍ୱର,୩୦।୪ (ଅଭୟ ଦାଶ): ମହିନ୍ଦ୍ରା ଆଣ୍ଡ ମହିନ୍ଦ୍ରା ଲିମିଟେଡର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ‘ଅଲ୍‌ ନ୍ୟୁ ଏକ୍ସୟୁଭି ୩ଏକ୍ସଓ’ର ସର୍ବଭାରତୀୟ ଉନ୍ମୋଚନ (ଅନାବରଣ) ନିକଟରେ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ସୋମବାର ମୁମ୍ବାଇଠାରେ ଆୟୋଜିତ ସ୍ବତନ୍ତ୍ର ଅନାବରଣ ଉତ୍ସବରେ ଏହାର ବଜାର ପ୍ରବେଶ ସମ୍ପର୍କରେ ଘୋଷଣା କରାଯାଇଥିଲା। ଏପରିକି ଏସୟୁଭି ବର୍ଗ (ସେଗମେଣ୍ଟ)ରେ ଏକ ନୂତନ ବେଞ୍ଚମାର୍କ ସୃଷ୍ଟି କରିବ ବୋଲି କମ୍ପାନୀ ପକ୍ଷରୁ ଆକଳନ କରାଯାଇଛି। ଉଲ୍ଲେଖଯୋଗ୍ୟ, ଅଲ୍‌ ନ୍ୟୁ ଏକ୍ସୟୁଭି ୩ଏକ୍ସଓ’ରେ ଅନେକ ବୈଶିଷ୍ଟ୍ୟ ସାମିଲ ଥିଲାବେଳେ ସୁରକ୍ଷା ଦୃଷ୍ଟି କୋଣରୁ ମଧ୍ୟ ସମସ୍ତ ପ୍ରକାର ଅତ୍ୟାଧୁନିକ ସୁବିଧା ଅନ୍ତର୍ଭୁକ୍ତ ରହିଛି।
ଏ ସମ୍ପର୍କରେ ମହିନ୍ଦ୍ରା ଆଣ୍ଡ ମହିନ୍ଦ୍ରା ଲିମିଟେଡ(ଅଟୋମୋଟିଭ ଡିଭିଜନ)ର ସଭାପତି ଭିଜୟ ନକ୍ରା କହିଛନ୍ତି, ଅଲ୍‌ ନ୍ୟୁ ଏକ୍ସୟୁଭି ୩ଏକ୍ସଓ’କୁ ଉନ୍ମୋଚନ କରି ଆମେ ବେଶ୍‌ ଉତ୍ସାହିତ ଅଛୁ। ଏପରିକି ଉକ୍ତ ମଡେଲରେ ସମସ୍ତ ପ୍ରକାର ଅତ୍ୟାଧୁନିକ ସୁବିଧା ଓ ସୁରକ୍ଷା ବ୍ୟବସ୍ଥା ସାମିଲ ଥିଲାବେଳେ ଏସୟୁଭି ବର୍ଗ (ସେଗମେଣ୍ଟ)ରେ ଏହା ଏକ ନୂତନ ବେଞ୍ଚମାର୍କ ସୃଷ୍ଟି କରିବ ବୋଲି ସେ ବିସ୍ତୃତ ଭାବେ ମତପ୍ରକାଶ କରିଛନ୍ତି। ଅପରପକ୍ଷରେ ଏହି ମଡେଲ ୮ଟି ଆକର୍ଷଣୀୟ କଲର ସହ ବଜାର ମୂଲ୍ୟ (ଏକ୍ସ ଶୋ’ରୁମ) ୭.୪୯ଲକ୍ଷ ଟଙ୍କାରୁ ଆରମ୍ଭ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀରାମନବମୀ ରାଲିରେ ବିଧାୟକ ଗୁଳି ଫୁଟାଇବା ଘଟଣା: ଗିରଫ ଦାବି କଲା ବିଜେଡି

ବଲାଙ୍ଗୀର,୨୯ା୩(ବୀରେନ୍ଦ୍ର କୁମାର ଝାଙ୍କର/ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଶୁକ୍ରବାର ଶ୍ରୀରାମ ନବମୀ ଉତ୍ସବ ଶୋଭାଯାତ୍ରାରେ ବିଧାୟକ ନବୀନ ଜୈନ ଗୁଳି ଫୁଟାଇବା ଘଟଣାକୁ…

ବର୍ଷଯାକ ଆଉ ରହିବନି ରିଚାର୍ଜ ଟେନଶନ! ଆସିଲା ସ୍ପେଶାଲ ପ୍ଲାନ, ସବୁ ଫ୍ରି…

ଆଜିର ଡିଜିଟାଲ୍ ଯୁଗରେ, ସ୍ମାର୍ଟଫୋନ୍ ଏକ ଆବଶ୍ୟକତା ପାଲଟିଛି, କିନ୍ତୁ ମାସିକ ରିଚାର୍ଜ ମଧ୍ୟ ଏକ ବଡ଼ ମୁଣ୍ଡବିନ୍ଧାର କାରଣ ସାଜିଛି। ଅଧିକାଂଶ ସ୍ମାର୍ଟଫୋନ୍ ବ୍ୟବହାରକାରୀ ୨୮ଦିନର…

ଏଣ୍ଟ୍ରାନ୍ସ ଦେବାକୁ ଯାଇଥିଲେ ଛାତ୍ରୀ, ବଜ୍ରପାତରେ ଗଲା ଜୀବନ, ସହାୟତା ଦାବି କରି…

ଦିଗପହଣ୍ଡି,୨୯ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ପଞ୍ଚାୟତ ଚାଞ୍ଚଡ଼ାପଲ୍ଲୀ ଗ୍ରାମର ମେଧାବୀ ଛାତ୍ରୀ ରେଶ୍ମା ଭୋଳ (୨୧) ଶୁକ୍ରବାର ଅପରାହ୍ନରେ ବ୍ରଜପାତରେ ମୃତ୍ୟୁବରଣ…

ମନ୍‌ କି ବାତ୍‌ରେ ସମ୍ବଲପୁରର ସୁଜାତା, ପ୍ରଶଂସା କରି ପ୍ରଧାନମନ୍ତ୍ରୀ କହିଲେ…

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁ ର ଜିଲାର ଜଣେ ସାଧାରଣ ଗୃହିଣୀରୁ ସଫଳ ମାଛ ଚାଷୀ ସାଜିଥିବା ସୁଜାତା ଭୂୟାଁଙ୍କ ସଫଳତା ଆଜି ସାରା ଦେଶ ପାଇଁ ଏକ…

ଶିମିଳିପାଳରେ ଶିକାରୀଙ୍କୁ ଧରିଲା AI କ୍ୟାମେରା, ବନ୍ଧୁକ-ବିସ୍ଫୋରକ ଜବତ

ବାରିପଦା,୨୯ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ଖଞ୍ଜ ଯାଇଥିବା କୁତ୍ରିମ ବୁଦ୍ଧିମତା (AI) କ୍ୟାମେରାରେ କଏଦ ଫଟୋଚିତ୍ରକୁ ନେଇ ବନବିଭାଗ ଚଢ଼ାଉ କରି ଜଣେ…

ଏପ୍ରିଲରୁ ବଦଳିଯିବ ଡିଜିଟାଲ ପେମେଣ୍ଟ ନିୟମ, କଣ ସବୁ ବଦଳିବ ଜାଣନ୍ତୁ…

ନୂଆଦିଲ୍ଲୀ,୨୯।୩: ଆଉ ମାତ୍ର ୨ ଦିନ ପରେ ଆରମ୍ଭ ହେବାକୁ ଯାଉଛି ଏପ୍ରିଲ ମାସ। ଆସନ୍ତାମାସ ୧ ତାରିଖରୁ, ଡିଜିଟାଲ କାରବାରର ପଦ୍ଧତି ସମ୍ପୂର୍ଣ୍ଣ ପରିବର୍ତ୍ତନ ହେବ।…

ରାମନବମୀ ଶୋଭାଯାତ୍ରାବେଳେ ଫାଙ୍କା ଗୁଳିଚାଳନା କରି ଫସିଲେ ବିଧାୟକ, ଏବେ…

ବଲାଙ୍ଗୀର/ଟିଟିଲାଗଡ଼,୨୯ା୩ (ବୀରେନ୍ଦ୍ର କୁମାର ଝାଙ୍କର/ଶରତ ମିଶ୍ର): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଶୁକ୍ରବାର ଶ୍ରୀରାମ ନବମୀ ଉତ୍ସବ ଶୋଭାଯାତ୍ରାରେ ଫୁଟିଛି ଗୁଳି। ଆଉ ଏହି ଗୁଳି ଚଳାଇଛନ୍ତି…

ଏପ୍ରିଲ ୧ରୁ ବଢିଯିବ LPG ସିଲିଣ୍ଡର ରେଟ୍‌? ଯୁଦ୍ଧ ଭିତରେ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୨୯।୩: ଇରାନ, ଇସ୍ରାଏଲ ଏବଂ ଆମେରିକା ସହିତ ଚାଲିଥିବା ସଂଘର୍ଷ ମଧ୍ୟରେ ଦେଶବ୍ୟାପୀ ଲକ୍‌ ଡାଉନ ସମ୍ପର୍କରେ ଗୁଜବ ସମ୍ପର୍କରେ ସରକାର ଏକ ଦୃଢ଼ ଏବଂ ସ୍ପଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri