ମହୀପୁର-ନୂଆଗାଁ ରେଳ ଚଳାଚଳ ଶୁଭାରମ୍ଭ

ନୂଆଗାଁ,୧।୭(ଡି.ଏନ.ଏ.): ମହୀପୁରରୁ ନୂଆଗାଁକୁ ରେଳ ଚଳାଚଳ ଗୁରୁବାର ଆରମ୍ଭ ହୋଇଛି। ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଉକ୍ତ ବ୍ୟବସ୍ଥାର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ଭୁବନେଶ୍ୱର-ମହୀପୁର-ଭୁବନେଶ୍ୱର ସ୍ପେଶାଲ ଟ୍ରେନର ନୂଆଗାଁ ରୋଡ ପର୍ଯ୍ୟନ୍ତ ସମ୍ପ୍ରସାରଣ ଓ ନୂଆଗାଁ ଠାରୁ ପୁରୀ ପର୍ଯ୍ୟନ୍ତ ଏବଂ ବୋଲଗଡ ଟାଉନ ପି.ଏଚ୍‌ଠାରେ ସେବା ଏକ୍ସପ୍ରେସ୍‌ ରହଣିର ଘୋଷଣା ରେଳମନ୍ତ୍ରୀ କରିଛନ୍ତି। ପ୍ରତିଦିନ ପୁରୀକୁ ଟ୍ରେନ ଚଳାଚଳ କରିବା ନେଇ ଗୁରୁବାର ସରକାରୀ ଭାବେ ଘୋଷଣା କରାଯାଇଛି। ପୁରୀ ରଥଯାତ୍ରା ପାଇଁ ଶୁକ୍ରବାର ସକାଳ ୪.୧୦. ୬.୧୦ , ଅପରାହ୍ନ ୧୨.୧୦ ଓ ୩.୧୦ ସମୟରେ ନୂଆଗାଁ ଷ୍ଟେଶନରୁ ପୁରୀ ଅଭିମୁଖେ ଟ୍ରେନ ଚାଲିବ ବୋଲି ସୂଚନା ମିଳିଛି। ଏହି ଉଦ୍‌ଘାଟନୀ ଉତ୍ସବରେ ରେଳମନ୍ତ୍ରୀ ବୈଷ୍ଣବ ଅପରାହ୍ନ ୩ଟାରେ ପହଞ୍ଚତ୍ବା ପାଇଁ ସ୍ଥିର ହୋଇଥିଲା। ହେଲେ ୨ ଘଣ୍ଟା ବିଳମ୍ବ ଅର୍ଥାତ୍‌ ଅପରାହ୍ନ ୫ଟାରେ ଏକ ସ୍ବତନ୍ତ୍ର ଟ୍ରେନରେ ମନ୍ତ୍ରୀ ବୈଷ୍ଣବ ନୂଆଗାଁ ଷ୍ଟେଶନରେ ପହଞ୍ଚତ୍ଥିଲେ। ଏହାପରେ ସେ ବିଭାଗୀୟ ଅଧିକାରୀମାନଙ୍କ ଉପସ୍ଥିତିରେ ଟ୍ରେନ ଚଳାଚଳର ଶୁଭାରମ୍ଭ କରିଥିଲେ। ପରେ ଷ୍ଟେଶନ ପରିସରରେ ଆୟୋଜିତ ସଭାରେ ଯୋଗଦେଇ ପୁରୀକୁ ରେଳ ଚଳାଚଳ କରିବା ପାଇଁ ଘୋଷଣା କରିବା ସହ ପ୍ରଧାନମନ୍ତ୍ରୀଙ୍କ ସହଯୋଗରେ ଆଜି ଏହା ସମ୍ଭବ ହୋଇ ପାରିଛି ବୋଲି କହିଥିଲେ। ରାଜ୍ୟ ତଥା ଦେଶ ବିଦେଶରେ ଉଦୟପୁର ପାଠାଗାର, ସଂଗ୍ରହାଳୟର ପ୍ରତିଷ୍ଠାତା ଦାଶରଥି ପଟ୍ଟନାୟକଙ୍କ ଯୋଗୁ ନୂଆଗାଁ ଗୌରାବନ୍ବିତ ହୋଇଥିବାରୁ ନୂଆଗାଁ ଷ୍ଟେଶନକୁ ଦାଶରଥିଙ୍କ ନାମରେ ନାମିତ କରିବାକୁ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଉକ୍ତ ସଭାରେ ଯୋଗଦେଇ ମନ୍ତ୍ରୀଙ୍କୁ ଅନୁରୋଧ କରିଥିଲେ। ଉପସ୍ଥିତ ଲୋକମାନେ ଏହାକୁ ବି ସମର୍ଥନ କରିଥିଲେ। ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଖୋର୍ଦ୍ଧା ଡିଏମ୍‌ଆର୍‌ ରିଙ୍କେଶ ରାୟ ,ପୂର୍ବତଟ ରେଳପଥ ଜିଏମ୍‌ ଶାରଦା ପ୍ରସାଦ ଶ୍ରୀବାସ୍ତବ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ରାଜପଥରେ ପଡି ରହିଛି ପୋଡ଼ା କାର୍‌: ନିଆଁ ଲଗାଇ ଦିଆଯାଇଥିବା ସନ୍ଦେହ

ଧୂଷୁରୀ,୧୭।୨(ଦୀପ୍ତି ରଞ୍ଜନ ନାୟକ): ଧୂଷୁରୀ ଥାନା ଆରଡି ଫାଣ୍ଡି ଅଧୀନ ସାଠିବାଙ୍କୁଡା ନିକଟରେ ୨୦ ନମ୍ବର ଜାତୀୟ ରାଜପଥ ପାଶର୍‌ବରେ ଏକ କାର୍‌ ପୋଡିଯାଇ ପଡି ରହିଥିବା…

ଜଙ୍ଗଲରେ ଚାଲିଥିଲା ବଡ଼ ଧରଣର ଜୁଆ ଆଡ୍ଡା: ଗୋଡ଼ାଇ ଗୋଡ଼ାଇ ୨୦ ଜୁଆଡ଼ିଙ୍କୁ ଗିରଫ କଲା ପୋଲିସ

ଖୋର୍ଦ୍ଧା,୧୭।୨(ପ୍ରଭାତ ): ଟାଙ୍ଗୀ ପୋଲିସ ମଙ୍ଗଳବାର ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ କରିଛି। ଚଢାଉ ବେଳେ ପୋଲିସ ଜୁଆ ଆଡ୍ଡାରୁ ୧୦ଲକ୍ଷ ୩୮ ହଜାର…

କାନାଡ଼ାକୁ ପରାସ୍ତ କରି ସୁପର ୮ରେ ପହଞ୍ଚିଲା ନ୍ୟୁଜିଲ୍ୟାଣ୍ଡ

ଚେନ୍ନାଇ,୧୭।୨: ଏମ୍‌ଏ ଚିଦାମ୍ବରମ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ଟି୨୦ ବିଶ୍ୱକପ ଏକ ମ୍ୟାଚ୍‌ରେ ନ୍ୟୁଜିଲ୍ୟାଣ୍ଡ କାନାଡାକୁ 8 ଉଇକେଟରେ ପରାସ୍ତ କରି ସୁପର-୮ରେ ସ୍ଥାନ ପକ୍କା କରିଛି।…

ପାକିସ୍ତାନ ସହ ତିକ୍ତତା ପରେ ବି ଇମ୍ରାନଙ୍କ ପାଇଁ ଚିଠି ଲେଖିଲେ ସୁନିଲ ଗାଭାସ୍କର, କପିଳ ଦେବଙ୍କ ସହ ୧୪ କ୍ୟାପଟେନ

ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ…

ICUରେ ସଲିମ ଖାନ, ପିତାଙ୍କୁ ଦେଖିବାକୁ ହସ୍ପିଟାଲରେ ପହଞ୍ଚିଲେ ସଲମାନ

ମୁମ୍ବାଇ,୧୭।୨: ବରିଷ୍ଠ ସ୍କ୍ରିନ ରାଇଟର ଏବଂ ସୁପରଷ୍ଟାର ସଲମାନ ଖାନଙ୍କ ପିତା ସଲିମ ଖାନଙ୍କୁ ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସଲିମ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ…

ଆଉ ୨ଦିନ କଲବଲ କରିବ କୁହୁଡ଼ି

ଭୁବନେଶ୍ୱର,୧୭।୨: ପାଣିପାଗ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଜାରି କରାଯାଇଛି। ରାଜ୍ୟର ବିଭିନ୍ନ ଜିଲାରେ ଆଉ ୨ ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି ରହିବ…

ପାକିସ୍ତାନ କ୍ରିକେଟରଙ୍କ ଉପରେ ନିଜ ସନ୍ତାନଙ୍କୁ ହତ୍ୟା ଭଳି ଅଭିଯୋଗ ଆଣିଲେ ପୂର୍ବତନ ପତ୍ନୀ, ଦ୍ୱିତୀୟ ବିବାହ…

ଇସଲାମାବାଦ,୧୭।୨: ପାକିସ୍ତାନ କ୍ରିକେଟ ଦଳର ଅଲରାଉଣ୍ଡର ଇମାଦ ୱାସିମ ପୁଣିଥରେ ଖବରର ଶିରୋନାମାରେ ଅଛନ୍ତି, କିନ୍ତୁ ଏଥର କାରଣ ପଡ଼ିଆରେ ତାଙ୍କର ପ୍ରଦର୍ଶନ ନୁହେଁ, ବରଂ ତାଙ୍କ…

ଦଶମ ଶ୍ରେଣୀ ଦିବ୍ୟାଙ୍ଗ ଛାତ୍ରଙ୍କ ବୋର୍ଡ ପରୀକ୍ଷାକୁ ନେଇ ଅନିଶ୍ଚିତତା, କର୍ତ୍ତୃପକ୍ଷଙ୍କୁ ଦୃଷ୍ଟି ଦେବାକୁ ଦାବୀ           

ଦିଗପହଣ୍ଡି,୧୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ସରକାରୀ ହାଇସ୍କୁଲର ୧୦ମ ଶ୍ରେଣୀ ଛାତ୍ର ଗୌତମ ମହାନ୍ତିଙ୍କ ମାଟ୍ରିକ ପରୀକ୍ଷାକୁ ନେଇ ଅନିଶ୍ଚିତତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri