Posted inଜାତୀୟ

ମହୁଆଙ୍କ ମାମଲାରେ ନିଶିକାନ୍ତ କହିଲେ ୨୪ ଅକ୍ଟୋବର ପର୍ଯ୍ୟନ୍ତ ସଂଘର୍ଷ ବିରାମ

ନୂଆଦିଲ୍ଲୀ,୨୨।୧୦: ଟଙ୍କା ବଦଳରେ ସଂସଦରେ ପ୍ରଶ୍ନ କରିବା ଘଟଣାରେ ତ୍ରୁଣମୂଳ କଂଗ୍ରେସ (ଟିଏମସି) ଏମପି ମହୁଆ ମୋଇତ୍ର ଏବେ ଭାଜପାର ଟାର୍ଗେଟରେ ଅଛନ୍ତି। ଏହି ସମୟରେ,ଭାଜପା ଏମପି ନିଶିକାନ୍ତ ଦୁବେ ରବିବାର କହିଛନ୍ତି ଯେ ଅକ୍ଟୋବର ୨୪ରେ ଦଶହରା ପର୍ଯ୍ୟନ୍ତ ସେମାନେ ସଂର୍ଘର୍ଷ ବିରାମ କରିବେ।

ଟିଏମସି ଏମପିଙ୍କ ବିରୋଧରେ ଆସିଥିବା ଅଭିଯୋଗ ସମ୍ପର୍କରେ ତାଙ୍କ ବିବୃତ୍ତି ରେକର୍ଡ କରିବାକୁ ଦୁବେ ଅକ୍ଟୋବର ୨୬ରେ ଲୋକ ସଭାର ନୈତିକ କମିଟି ନିକଟରେ ହାଜର ହେବାର କାର୍ଯ୍ୟକ୍ରମ ରହିଛି। ସେ ଅଭିଯୋଗ କରିଛନ୍ତି ଯେ ସଂସଦରେ ପ୍ରଶ୍ନ ଉଠାଇବା ବଦଳରେ ବ୍ୟବସାୟୀ ଦର୍ଶନ ହିରାନନ୍ଦାନୀଙ୍କଠାରୁ ମୋଇତ୍ର ଲାଭ ନେଇଥିଲେ।
ମୋଇତ୍ର ତାଙ୍କ ବିରୋଧରେ ଆସିଥିବା ଅଭିଯୋଗକୁ ଅସ୍ବୀକାର କରୁଛନ୍ତି। ଆଦାନୀ ଗ୍ରୁପଙ୍କ ନିର୍ଦ୍ଦେଶରେ ଭାଜପା ତାଙ୍କୁ ଟାର୍ଗେଟ କରୁଛି ବୋଲି ସେ ଦାବି କରିଛନ୍ତି। ସଂସଦରେ ଏବଂ ବାହାରେ ଆଦାନି ଗ୍ରୁପ ତାଙ୍କ ଆକ୍ରମଣର କେନ୍ଦ୍ରରେ ରହିଆସିଛି। ଲୋକପାଳରେ ମହୁଆଙ୍କ ବିରୋଧରେ ଅଭିଯୋଗ ଦାଖଲ କରିବାର ଗୋଟିଏ ଦିନ ପରେ ଦୁବେ କହିଛନ୍ତି, ଦୁର୍ଗା ପୂଜାର ଶୁଭ ଉତ୍ସବ ହେତୁ ମୁଁ ଆଜି ମୋ ତରଫରୁ ଷ୍ଟମି ଠାରୁ ୨୪ଅକ୍ଟୋବରରେ ଦଶମୀ ପର୍ଯ୍ୟନ୍ତ ସଂଘର୍ଷ ବିରାମ କରୁଛି।
ଦୁବେ ଏବଂ ଓକିଲ ଜୟ ଅନନ୍ତ ଦେହାଦରାଇଙ୍କ ଅଭିଯୋଗ ପରେ ମୋଇତ୍ର ଭାଜପା ଏମପିଙ୍କୁ ବଦନାମ କରିଥିବା ଅଭିଯୋଗ କରି ଦିଲ୍ଲୀ ହାଇକୋର୍ଟରେ ଆବେଦନ କରିଥିଲେ। ଦୁବେଙ୍କ ଅଭିଯୋଗକୁ ଲୋକ ସଭା ବାଚସ୍ପତି ଓମ ବିର୍ଲା ସଂସଦର ନୈତିକ କମିଟି ନିକଟକୁ ପଠାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୁଧଙ୍କ ଓଲଟା ଚାଲି: ଅକ୍ଟୋବରରେ ଏହି ୩ ରାଶିଙ୍କ ବଢ଼ିବ ଟେନସନ, ପାଖରୁ ପଳେଇବ ସବୁ ଟଙ୍କା!

ବୁଧଙ୍କ ରାଶି ପରିବର୍ତ୍ତନ ସହିତ ତାଙ୍କର ମାର୍ଗୀ ଏବଂ ବକ୍ରୀ ହେବା ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ବିଶେଷ ମହତ୍ତ୍ୱ ବହନ କରେ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ବୁଧଙ୍କ…

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ

ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…

ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…

୫ ରାଶି ଉପରେ କୃପା କରିବେ ଶନି; ଟଙ୍କାରେ ପୁରିଯିବ ଘର, କ୍ୟାରିୟରରେ ମିଳିବ ବଡ଼ ସଫଳତା

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମଫଳଦାତା ଏବଂ ନ୍ୟାୟର କାରକ ଗ୍ରହ ବୋଲି ବିବେଚନା କରାଯାଏ। ଶନି ପ୍ରତ୍ୟେକ ବ୍ୟକ୍ତିଙ୍କୁ ତାଙ୍କ କର୍ମ ଅନୁସାରେ ଶୁଭ ତଥା ଅଶୁଭ…

ଛାଡ଼ିଲା ବନ୍ୟା, ବଢ଼ିଲା ଚାଷୀଙ୍କ ଦୁର୍ଦ୍ଦଶା

ଭବାନୀପାଟଣା,୨୯ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ସପ୍ତାହରେ ହାତୀ ଓ ତେଲ ନଦୀରେ ବନ୍ୟା ଆସିବାରୁ ନଦୀ କୂଳରେ ଥିବା ଶତାଧିକ ଏକର ଧାନଚାଷ ନଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?