ମୌଳିକ ସୁବିଧାରୁ ବଞ୍ଚିତ ମହୁଲପଡ଼ାବାସୀ

ନୂଆପଡ଼ା,୨୫।୬ (ମକାରୁ ବେମାଲ) : ନୂଆପଡ଼ା ଜିଲା କୋମନା ବ୍ଲକ ସିଲ୍‌ଭା ପଞ୍ଚାୟତ ପଟପରପାଲି ଗାଁର ମହୁଲପଡ଼ାବାସୀ ସ୍ବାଧୀନତାର ଦୀର୍ଘବର୍ଷ ପରେ ମଧ୍ୟ ମୌଳିକ ସୁବିଧାରୁ ବଞ୍ଚତ୍ତ ହୋଇ ଅଭିଶପ୍ତ ଜୀବନ ବିତାଉଛନ୍ତି। ସୂଚନା ଅନୁଯାୟୀ ମହୁଲପଡ଼ାରେ ୧୦ରୁ ଊର୍ଦ୍ଧ୍ୱ ପରିବାର ବସବାସ କରୁଛନ୍ତି। ପଡ଼ାରେ ଗୋଟିଏ ନଳକୂଅ ଥିଲେ ମଧ୍ୟ ସେଥିରୁ ଫ୍ଲୋରାଇଡ ଯୁକ୍ତ ପାଣି ବାହାରୁଥିବାରୁ ତାହାକୁ ନିଷିଦ୍ଧ ଘୋଷଣା କରାଯାଇଛି। ଫଳରେ ପଡାବାସୀ ଖୋଲା କୂଅ, ପୋଖରୀ, ନଈ, ନାଳ ପାଣି ବ୍ୟବହାର କରି ବିଭିନ୍ନ ରୋଗର ଶିକାର ହେଉଛନ୍ତି। ଗାଁକୁ ଭଲ ରାସ୍ତାଟିଏ ନାହିଁ। କଚ୍ଚା ରାସ୍ତାଟି ବର୍ଷାଦିନେ କାଦୁଅ ହେଉଥିବାରୁ ପଡାବାସୀ ଯାତାୟାତରେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ପ୍ରାଥମିକ ବିଦ୍ୟାଳୟ ଦୂର କଥା ଅଙ୍ଗନୱାଡି କେନ୍ଦ୍ରଟିଏ ନ ଥିବାରୁ କୋମଳମତି ଶିଶୁ ପ୍ରାକ୍‌ ଶିକ୍ଷାରୁ ବଞ୍ଚତ୍ତ ହୋଇଛନ୍ତି। ବିଜୁଳି ପାଇଁ ଅନେକ ଥର ଜିଲା ପ୍ରଶାସନ ଓ ବିଦ୍ୟୁତ୍‌ ବିଭାଗଠାରେ ଅଭିଯୋଗ କରିଥିଲେ ମଧ୍ୟ କୌଣସି ସୁଫଳ ମିଳିନାହିଁ। ବିଭିନ୍ନ ସରକାରୀ ଯୋଜନା ଓ ଆବାସ ଗୃହ ସାତସପନ ହୋଇଛି। ପଡ଼ାର ତୋଷନ ଶବରଙ୍କ ରାଶନ କାର୍ଡ ନୂଆପଡା ସଦର ବ୍ଲକ ଜାମପାଣି ପଞ୍ଚାୟତରେ ଥିବାରୁ ରାଶନ ସାମଗ୍ରୀ ପାଇଁ ସେ ପ୍ରତି ମାସରେ ୨୫ରୁ ୩୦ କିଲୋମିଟର ଯାଇ ହଇରାଣ ହେଉଛନ୍ତି। ଏହିସବୁ ସମସ୍ୟା ବିଷୟରେ ପଡାବାସୀ ନିର୍ବାଚିତ ଜନପ୍ରତିନିଧିଙ୍କଠାରୁ ଆରମ୍ଭ କରି ବିଡିଓ, ଜିଲା ପ୍ରଶାସନକୁ ଲିଖିତ ଭାବରେ ଜଣାଇଥିଲେ ମଧ୍ୟ ସମାଧାନ ହୋଇପାରି ନାହିଁ। ଏ ନେଇ ଏକ ବୈଠକ କରି ଆଗାମୀ ଦିନରେ ରାଜରାସ୍ତାକୁ ଓହ୍ଲାଇବା ପାଇଁ ପଡ଼ାର ପିଲାସିଂ ଶବର, ରୂପସିଂ ଶବର, ସୁନାତନ ଶବର, ତୋଷନ ଶବର, ଭୂରେଶ୍ୱର ଶବର, ଭୃଞ୍ଜରାଜ ଶବର, ଭିତେଶ୍ୱର ଶବର, ଲକ୍ଷ୍ମୀବନ୍ତ ଶବର, ସରବତି ଶବର, ଚଣ୍ଡବ ଶବର ପ୍ରମୁଖଙ୍କଠାରୁ ସୂଚନା ମିଳିଛି। ଏ ସଂକ୍ରାନ୍ତରେ କୋମନା ବିଡିଓ ବିନୟ କୁମାର ଭୋଇଙ୍କୁ ଯୋଗାଯୋଗ କରାଯାଇଥିଲେ ମଧ୍ୟ ସମ୍ଭବ ହୋଇପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

OSRTC ବସ୍‌ ଦୁର୍ଘଟଣା: ୨୯ ଯାତ୍ରୀଙ୍କ ମଧ୍ୟରୁ…

କୋରାପୁଟ,୧୫ା୨(ଅମିତାଭ ବେହେରା): ମାଲକାନଗିରି ଜିଲା ଏମ୍‌ଭି ୭୯ରୁ ବିଶାଖାପାଟଣା ଯାଉଥିବା (ଓଏସଆରଟିସି ) ବସ୍‌ ଆନ୍ଧ୍ରର ସାଲୁର ବାଇପାସ ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ର ଷ୍ଟିଅରିଂ ଲକ୍‌…

ଗଞ୍ଜାମ ଉତ୍ସବମୁଖର: ଶିବାଳୟରେ ଭକ୍ତଙ୍କ ପ୍ରବଳ ଭିଡ଼

ଗଞ୍ଜାମ,୧୫ା୨(ଅନାଥ ତରାଇ): ପବିତ୍ର ମହାଶିବରାତ୍ରି ଅବସରରେ ରବିବାର ଗଞ୍ଜାମ ସହର ଉତ୍ସବମୁଖର ହୋଇଉଠିଛି। ସ୍ଥାନୀୟ ପ୍ରସିଦ୍ଧ ଖଣ୍ଡେଶ୍ୱର ମନ୍ଦିରରେ ଭୋର୍‌ ସମୟରୁ ଶତାଧିକ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ…

ମହାଶିବରାତ୍ରିରେ ଏହି ୩ ରାଶିର ଖୋଲିବ ଭାଗ୍ୟ, ପାଖକୁ ଆସିବ ପ୍ରଚୁର ଟଙ୍କା

ଶିବ ପୁରାଣ ଅନୁସାରେ ଭଗବାନ ଶିବ ବିଷ୍ଣୁ ଏବଂ ବ୍ରହ୍ମାଙ୍କ ସମ୍ମୁଖରେ ଏକ ଲିଙ୍ଗ ରୂପରେ ପ୍ରକଟ ହୋଇଥିଲେ। ସେହି ଦିନ ଫାଲ୍‌ଗୁନ ମାସର କୃଷ୍ଣପକ୍ଷର ଚତୁର୍ଦ୍ଦଶୀ…

ଦେବଗଡ଼ର ପରିତ୍ୟକ୍ତ ଶିଶୁ ବଢ଼ିବ ଆମେରିକାରେ, ପୋଷ୍ୟ ସନ୍ତାନ ଭାବେ ଗ୍ରହଣ କରି…

ଦେବଗଡ଼,୧୫ା୨(ଶଶାଙ୍କ ଶେଖର ଝାଙ୍କର): ଜିଲା ଶିଶୁ ସୁରକ୍ଷା ଅଧିକାରୀ ରୋମିଓ ମହାପାତ୍ରଙ୍କ ଆବେଦନ ଓ ଜିଲାପାଳ କବିନ୍ଦ୍ର କୁମାର ସାହୁଙ୍କ ଅନୁମୋଦନ ପରେ ବିଗତ ତିନି ବର୍ଷରୁ…

ଟ୍ରେନ୍‌ ଲାଇନ୍‌ ପାର ସମୟରେ ବୃଦ୍ଧଙ୍କୁ ଧକ୍କା ଦେଲା ଟ୍ରେନ୍‌, ଚାଲିଗଲା ଜୀବନ

ଲଖନପୁର,୧୫ା୨(ଗୌତମ ସାହୁ): ଝାରସୁଗୁଡା ଜିଲା ଲଖନପୁର ବ୍ଲକ ସୀମାନ୍ତ କନକତୋରା ଗ୍ରାମର ଫଲ୍ଲବ ପଧାନ(୬୨) ନିକଟସ୍ଥ ପଡ଼ୋଶୀ ରାଜ୍ୟ ଏକତାଳ କ୍ରିକେଟ ପଡ଼ିଆ ପାର୍ଶ୍ୱରେ ଯାଇଥିବା ଏନଟିପିସି…

ରାଜ୍ୟର ସର୍ବୋଚ୍ଚ ଶିବ ପ୍ରତିମୂର୍ତ୍ତି: ବେଲେଶ୍ୱର ପୀଠରେ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁ…

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଆଜି ହେଉଛି ମହାଶିବରାତ୍ରି ପର୍ବ। ତେଣୁ ରବିବାର ଭଞ୍ଜନଗର ଅଞ୍ଚଳର ସମସ୍ତ ଶୈବ ପୀଠରେ ଭଗବାନ ଶିବଠାକୁରଙ୍କ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ…

Mahashivratri 2026: ଜାଗରରେ ମଙ୍ଗଳଙ୍କ ମହାପରିବର୍ତ୍ତନ, ଏହି ୩ରାଶିର ବାଜିବ ଲଟେରୀ!

ମହାଶିବରାତ୍ରି ପର୍ୱକୁ ଭଗବାନ ଶିବଙ୍କ ପୂଜା ଏବଂ ଭକ୍ତିର ସର୍ୱୋତ୍ତମ ଉତ୍ସବ ଭାବରେ ବିବେଚନା କରାଯାଏ। ଏହି ବର୍ଷ ମହାଶିବରାତ୍ରିକୁ ବହୁତ ସ୍ୱତନ୍ତ୍ର ଭାବରେ ବିବେଚନା କରାଯାଏ…

ମା’ କାଳୀଙ୍କ ପାଦତଳେ କାହିଁକି ଶୋଇଥିଲେ ଭଗବାନ ଶିବ, ଜାଣନ୍ତୁ ଆକର୍ଷଣୀୟ କାହାଣୀ…

ଆଜି ହେଉଛି ପବିତ୍ର ମହାଶିବରାତ୍ରି। ଏହି ଦିନରେ ଭଗବାନ ଶିବଙ୍କୁ ପୂଜା ଏବଂ ଉପବାସ କରାଯାଏ। ଏହି ଦିନରେ ଉପବାସ ଏବଂ ପୂଜା କରିବା ଦ୍ୱାରା ଆନନ୍ଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri