Posted inଜାତୀୟ

‘ଆଇ ଲଭ୍‌ ମହମ୍ମଦ’ ବିବାଦ ପଛର ମୁଖ୍ୟ ଅଭିଯୁକ୍ତ ମୌଲବୀ ଗିରଫ

ବରେଲି,୨୮ା୯(ପି.ଟି.): ଉତ୍ତରପ୍ରଦେଶର ବରେଲିରେ ‘ଆଇ ଲଭ୍‌ ମହମ୍ମଦ’ ଅଭିଯାନକୁ ସମର୍ଥନ କରି ବିକ୍ଷୋଭ କରିବା ଲାଗି ଆହ୍ବାନ ଦେଇଥିବା ସ୍ଥାନୀୟ ମୌଲବୀ ତଥା ଇତ୍ତେହାଦ-ଇ-ମିଲାତ କାଉନ୍‌ସିଲ୍‌ ମୁଖ୍ୟ ତୌକିର ରଜା ଖାନ୍‌ଙ୍କ ସମେତ ୮ ଜଣଙ୍କୁ ପୋଲିସ ଗିରଫ କରିଛି। ବରେଲିରେ ଶୁକ୍ରବାର ନମାଜପାଠ ପରେ ବିକ୍ଷୋଭକାରୀ ଓ ପୋଲିସ ମଧ୍ୟରେ ହିଂସାତ୍ମକ ସଂଘର୍ଷ ଘଟିଥିଲା। ଏହା ପଛର ମାଷ୍ଟରମାଇଣ୍ଡ ରାଜା ଓ ଅନ୍ୟ ୭ ଜଣଙ୍କୁ ଶନିବାର ସ୍ଥାନୀୟ ଅଦାଲତ ୧୪ ଦିନିଆ ବିଚାର ବିଭାଗୀୟ ହାଜତକୁ ପଠାଇ ଦେଇଛନ୍ତି। ଜେଲ ଯାଇଥିବା ଅନ୍ୟ ୭ ଜଣ ହେଲେ ସରଫରାଜ, ମୁନିଫୁଦ୍ଦିନ୍‌, ଅଜିମ ଅହମଦ, ମହମ୍ମଦ ଶରିଫ, ମହମ୍ମଦ ଆମିର, ରେହାନ ଏବଂ ମହମ୍ମଦ ସରଫରାଜ। ହିଂସାକାଣ୍ଡରେ ସମ୍ପୃକ୍ତି ନେଇ ପୋଲିସ ୩୬ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି। ଇତିମଧ୍ୟରେ ରାଜାଙ୍କ ସମେତ ୨୫ ଜଣ ଏବଂ ୨୦୦ ଅଜଣା ବ୍ୟକ୍ତିଙ୍କ ନାମରେ ମାମଲା ରୁଜୁ ହୋଇଛି।
ବିକ୍ଷୋଭ ପରେ ବାରାବାଙ୍କୀ ଏବଂ ମଉ ଜିଲାରେ ଉତ୍ତେଜନା ଲାଗି ରହିଛି। ଶନିବାର ଉକ୍ତ ଅଞ୍ଚଳରେ ବ୍ୟାପକ ସୁରକ୍ଷା ବଳ ନିୟୋଜିତ ହୋଇଥିବାବେଳେ ଇଣ୍ଟରନେଟ୍‌ ଉପରେ ତୀକ୍ଷ୍ଣ ନଜର ରଖାଯାଇଛି। ଅପରାଧମାନଙ୍କୁ ଧରିବା ପାଇଁ ପୋଲିସ ଶୁକ୍ରବାର ରାତିରେ ଘରକୁ ଘର ଯାଇ ଚଢ଼ାଉ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ଫାଇନାଲ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଲେ Mitchell Santner, କହିଲେ…

ନୂଆଦିଲ୍ଲୀ,୭।୩: ରବିବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ଖେଳାଯିବ। ଏହି ଦୁଇ ଦଳ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri