Posted inଜାତୀୟ

‘ଆଇ ଲଭ୍‌ ମହମ୍ମଦ’ ବିବାଦ ପଛର ମୁଖ୍ୟ ଅଭିଯୁକ୍ତ ମୌଲବୀ ଗିରଫ

ବରେଲି,୨୮ା୯(ପି.ଟି.): ଉତ୍ତରପ୍ରଦେଶର ବରେଲିରେ ‘ଆଇ ଲଭ୍‌ ମହମ୍ମଦ’ ଅଭିଯାନକୁ ସମର୍ଥନ କରି ବିକ୍ଷୋଭ କରିବା ଲାଗି ଆହ୍ବାନ ଦେଇଥିବା ସ୍ଥାନୀୟ ମୌଲବୀ ତଥା ଇତ୍ତେହାଦ-ଇ-ମିଲାତ କାଉନ୍‌ସିଲ୍‌ ମୁଖ୍ୟ ତୌକିର ରଜା ଖାନ୍‌ଙ୍କ ସମେତ ୮ ଜଣଙ୍କୁ ପୋଲିସ ଗିରଫ କରିଛି। ବରେଲିରେ ଶୁକ୍ରବାର ନମାଜପାଠ ପରେ ବିକ୍ଷୋଭକାରୀ ଓ ପୋଲିସ ମଧ୍ୟରେ ହିଂସାତ୍ମକ ସଂଘର୍ଷ ଘଟିଥିଲା। ଏହା ପଛର ମାଷ୍ଟରମାଇଣ୍ଡ ରାଜା ଓ ଅନ୍ୟ ୭ ଜଣଙ୍କୁ ଶନିବାର ସ୍ଥାନୀୟ ଅଦାଲତ ୧୪ ଦିନିଆ ବିଚାର ବିଭାଗୀୟ ହାଜତକୁ ପଠାଇ ଦେଇଛନ୍ତି। ଜେଲ ଯାଇଥିବା ଅନ୍ୟ ୭ ଜଣ ହେଲେ ସରଫରାଜ, ମୁନିଫୁଦ୍ଦିନ୍‌, ଅଜିମ ଅହମଦ, ମହମ୍ମଦ ଶରିଫ, ମହମ୍ମଦ ଆମିର, ରେହାନ ଏବଂ ମହମ୍ମଦ ସରଫରାଜ। ହିଂସାକାଣ୍ଡରେ ସମ୍ପୃକ୍ତି ନେଇ ପୋଲିସ ୩୬ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି। ଇତିମଧ୍ୟରେ ରାଜାଙ୍କ ସମେତ ୨୫ ଜଣ ଏବଂ ୨୦୦ ଅଜଣା ବ୍ୟକ୍ତିଙ୍କ ନାମରେ ମାମଲା ରୁଜୁ ହୋଇଛି।
ବିକ୍ଷୋଭ ପରେ ବାରାବାଙ୍କୀ ଏବଂ ମଉ ଜିଲାରେ ଉତ୍ତେଜନା ଲାଗି ରହିଛି। ଶନିବାର ଉକ୍ତ ଅଞ୍ଚଳରେ ବ୍ୟାପକ ସୁରକ୍ଷା ବଳ ନିୟୋଜିତ ହୋଇଥିବାବେଳେ ଇଣ୍ଟରନେଟ୍‌ ଉପରେ ତୀକ୍ଷ୍ଣ ନଜର ରଖାଯାଇଛି। ଅପରାଧମାନଙ୍କୁ ଧରିବା ପାଇଁ ପୋଲିସ ଶୁକ୍ରବାର ରାତିରେ ଘରକୁ ଘର ଯାଇ ଚଢ଼ାଉ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri