ହତ୍ୟାର ଡେମୋ ଦେଖାଇଲେ ମୁଖ୍ୟ ଅଭିଯୁକ୍ତ

ବ୍ରହ୍ମପୁର ଅଫିସ,୫ା୩: ବ୍ରହ୍ମପୁର ହିଲ୍‌ପାଟଣା ଅଞ୍ଚଳର କ୍ଷୀର ବ୍ୟବସାୟୀ ଲମ୍ବୋଦର ମୁନି ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ଶଙ୍କର ମୁନଙ୍କୁ ଗୋଷାଣୀନୂଆଗଁା ଥାନା ପୋଲିସ ଗତ ୩ ତାରିଖରୁ ୪ଦିନିଆ ରିମାଣ୍ଡରେ ଆଣି ତଦନ୍ତ ପ୍ରକ୍ରିୟାକୁ ତ୍ୱରାନ୍ବିତ କରିଛି। ରବିବାର ଅଭିଯୁକ୍ତଙ୍କୁ ଘଟଣାସ୍ଥଳକୁ ନିଆଯାଇ କ୍ରାଇମ୍‌ ସିନ୍‌ ରିକ୍ରିଏଶନ୍‌ କରାଯାଇଥିଲା। ଏସ୍‌ପି ଡା.ଶ୍ରବଣା ବିବେକ୍‌ ଏମ୍‌.ଏହାର ନେତୃତ୍ୱ ନେଇଥିଲେ। ନିଜ ସାଥୀଙ୍କ ସହ କିଭଳି କ୍ଷୀର ବ୍ୟବସାୟୀଙ୍କୁ ହତ୍ୟା କରିଥିଲେ, ଅଭିଯୁକ୍ତ ତା’ର ଡେମୋ ଦେଖାଇଥିଲେ। ସେହିପରି ଏହି ହତ୍ୟାକାଣ୍ଡ ପାଇଁ କେବେଠୁ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରାଯାଇଥିଲା ସେହି ସ୍ଥାନ ପୋଲିସକୁ ଦେଖାଇଥିଲେ। ସୋମବାର ଶଙ୍କରଙ୍କ ରିମାଣ୍ଡ ଅବଧି ଶେଷ ହେବ।

ପ୍ରକାଶ ଯେ, ୨୦୨୦ ଜୁନ୍‌ ୧୩ରେ ହିଲପାଟଣାସ୍ଥିତ ଏମ୍‌ଏଭି ସ୍କୁଲ ନିକଟ ହେରିଟେଜ୍‌ ଗୋଦାମରେ କ୍ଷୀର ବ୍ୟବସାୟୀ ଲମ୍ବୋଦରଙ୍କୁ ହତ୍ୟା କରାଯାଇଥିଲା। ଏନେଇ ଗୋଷଣୀନୂଆଗଁା ଥାନାରେ ଏକ ମାମଲା(ନଂ.୮୭/୨୦) ରୁଜୁ ହୋଇଥିଲା। ପୋଲିସ ପର୍ଯ୍ୟାୟ କ୍ରମେ ୫ଜଣ ଅଭିଯୁକ୍ତଙ୍କୁ ଗିରଫ କରିଥିଲା। କିନ୍ତୁ ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ଶଙ୍କର ସାହୁ ଘଟଣା ଦିନଠାରୁ ଫେରାର ଥିଲେ। ତେବେ ଏକ ଡକାୟତି ମାମଲାରେ ଢେଙ୍କାନାଳ ସଦର ପୋଲିସ ଦ୍ୱାରା ଜାନୁୟାରୀ ୧୦ ରେ ଗିରଫ ହୋଇଥିଲେ। ସେହିଦିନଠାରୁ ଶଙ୍କର ଢ଼େଙ୍କାନାଳ ଜେଲରେ ବିଚାରାଧୀନ ବନ୍ଦୀ ଭାବେ ଥିଲେ। ଏହା ଜାଣିବା ପରେ ଗୋଷଣୀନୂଆଗଁା ଥାନା ପୋଲିସ ଶଙ୍କରଙ୍କୁ କ୍ଷୀର ବ୍ୟବସାୟୀ ହତ୍ୟା ମାମଲାରେ ଯୋଡ଼ିବା ପାଇଁ କୋର୍ଟରେ ଆବେଦନ କରିଥିଲେ। ଟାଉନ ଥାନା ଏସ୍‌ଆଇଙ୍କ ନେତୃତ୍ୱରେ ଏକ ଏସ୍କର୍ଟ ଟିମ୍‌ ଢେଙ୍କାନାଳ ଜେଲରୁ ଶଙ୍କରଙ୍କୁ ଆଣି କୋର୍ଟରେ ହାଜର କରିଥିଲା। ତାଙ୍କୁ ୭ଦିନିିଆ ରିମାଣ୍ଡରେ ନେବାକୁ ପୋଲିସ ଏସ୍‌ଡ଼ିଜେଏମ୍‌ଙ୍କ କୋର୍ଟରେ ଆବେଦନ କରିଥିଲା। କିନ୍ତୁ ଏସ୍‌ଡ଼ିଜେଏମ୍‌ କୋର୍ଟ ୪ ଦିନିଆ ରିମାଣ୍ଡ ମଞ୍ଜୁର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri