Posted inଜାତୀୟ

ତୃତୀୟ ନୁହେଁ ମୁଖ୍ୟ ସାମ୍ମୁଖ୍ୟ ଗଢ଼ାହେବ: ନୀତୀଶ

ପାଟନା,୧୨।୧୨: ୨୦୨୪ ଲୋକ ସଭା ନିର୍ବାଚନ ଲାଗି ତୃତୀୟ ସାମ୍ମୁଖ୍ୟ ନୁହେଁ, ମୁଖ୍ୟ ସାମ୍ମୁଖ୍ୟ ଗଢ଼ାହେବ ବୋଲି ବିହାର ମୁଖ୍ୟମନ୍ତ୍ରୀ ତଥା ସଂଯୁକ୍ତ ଜନତା ଦଳ (ଜେଡିୟୁ) ନେତା ନୀତୀଶ କୁମାର ରବିବାର କହିଛନ୍ତି। ଦଳୀୟ ସମ୍ମିଳନୀକୁ ଉଦ୍‌ବୋଧନ ଦେଇ ନୀତୀଶ କହିଥିଲେ, ଭାଜପାକୁ ବିରୋଧ କରୁଥିବା ଦଳଗୁଡ଼ିକ ପରସ୍ପର ହାତ ମିଳାଇବାକୁ ରାଜି ହେଲେ ଆଗାମୀ ଲୋକ ସଭା ନିର୍ବାଚନରେ ବିପୁଳ ସଂଖ୍ୟାଗରିଷ୍ଠତା ସହ ଜିତିପାରିବେ। ଏହାକୁ ବାସ୍ତବରେ ପରିଣତ କରିବା ପାଇଁ ସେ ଉଦ୍ୟମ ଜାରି ରଖିବେ, ତେବେ ସବୁକିଛି ବିରୋଧୀ ଦଳଗୁଡ଼ିକ ଉପରେ ନିର୍ଭର କରୁଛି ବୋଲି ବିହାର ମୁଖ୍ୟମନ୍ତ୍ରୀ କହିଛନ୍ତି।

ନୀତୀଶ ନିକଟରେ ଅନେକ ବିରୋଧୀ ଦଳ ନେତାଙ୍କୁ ଭେଟିଥିଲେ। ସମଭାବାପନ୍ନ ଦଳଗୁଡ଼ିକୁ ଏକାଠି କରି ଆଗାମୀ ସାଧାରଣ ନିର୍ବାଚନରେ ଭାଜପାକୁ ଚ୍ୟାଲେଞ୍ଜ ଦେବାକୁ ସେ ଉଦ୍ୟମ ଚଳାଇଛନ୍ତି। ସେ ପ୍ରଧାନମନ୍ତ୍ରୀ ହେବା ଲାଗି ଲକ୍ଷ୍ୟ ରଖିଥିବା କେତେକେ କହୁଥିବାବେଳେ ଏହାକୁ ନୀତୀଶ ଖଣ୍ଡନ କରିଛନ୍ତି। ସେ କହିଛନ୍ତି, ୨୦୨୦ ବିଧାନସଭା ନିର୍ବାଚନ ବେଳେ ଭାଜପା ଜେଡିୟୁର ସହଯୋଗୀ ଥାଇ ଏହା ବିରୋଧରେ କାର୍ଯ୍ୟ କରିଥିଲା। ଏହା ପୂର୍ବରୁ ୨୦୦୫, ୨୦୧୦ ନିର୍ବାଚନରେ ଜେଡିୟୁ କେବେ ଏତେ କମ୍‌ ଆସନ ଜିତି ନ ଥିଲା। ଭାଜପା ଆମ ପ୍ରାର୍ଥୀଙ୍କୁ ହରାଇବା ଲାଗି ଉଦ୍ୟମ କରିଥିଲା ବୋଲି ନୀତୀଶ କହିଛନ୍ତି।

ବିହାର ମୁଖ୍ୟମନ୍ତ୍ରୀ ଗଣମାଧ୍ୟମକୁ ସମାଲୋଚନା କରିଛନ୍ତି। ସେମାନଙ୍କୁ କେତେକ ରିପୋର୍ଟ କରିବାକୁ ଅନୁମତି ନ ଥିବାବେଳେ ସେମାନେ ସବୁକିଛି ରେକର୍ଡ କରିନେଉଛନ୍ତି, ଦଳ କ୍ଷମତାରୁ ଯିବା ପରେ ସେମାନେ ତାହାକୁ ପ୍ରକାଶ କରୁଥିବା ନୀତୀଶ ଅଭିଯୋଗ କରିଛନ୍ତି। ସେ ଆଉ ଥରେ ମୁଖ୍ୟମନ୍ତ୍ରୀ ହେବାକୁ ଚାହୁଁ ନ ଥିଲେ ହେଁ ଭାଜପା ପ୍ରରୋଚନାରେ ଦାୟିତ୍ୱ ଗ୍ରହଣ କରିଥିଲେ। ତେବେ କେନ୍ଦ୍ରର ଭାଜପା ନେତୃତ୍ୱାଧୀନ ସରକାରଠାରୁ ବିହାର କିଛି ପାଇ ନ ଥିବା ଜେଡିୟୁ ନେତା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାର ନୂଆ ଟିମରୁ ଅମିତ ମାଲବ୍ୟ ବାଦ୍‌, ସୋସିଆଲ ମିଡିଆରେ ଲେଖିଲେ ଏଭଳି କଥା

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନୂଆ ଟିମରେ ଅମିତ ମାଲବ୍ୟଙ୍କୁ ସ୍ଥାନ ମିଳିନାହିଁ। ତାଙ୍କ ସ୍ଥାନରେ ଛତିଶଗଡ଼ର ଦୀପକ…

୨୦୨୭ ବିଜୟର ସ୍କ୍ରିପ୍ଟ ପ୍ରସ୍ତୁତ କଲାଣି ଭାଜପା: ଚକ୍ରବ୍ୟୁହରେ ଫସିବେ ବିରୋଧୀ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସୋମବାର ନୂଆ ଟିମ୍‌ ଘୋଷଣା କରିଛି। ଏଥିରେ ଉତ୍ତର ପ୍ରଦେଶର ୮ ଜଣ ନେତା ପଦବୀ ପାଇଛନ୍ତି। ଏହା ମାଧ୍ୟମରେ…

ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ…

‘ଯାହାଙ୍କ ପାଖରେ ଆଧାରକାର୍ଡ ଅଛି, ତାଙ୍କୁ ମିଳିବ ସୁନା’, ଘୋଷଣା କଲେ PM ମୋଦି? ଜାଣନ୍ତୁ ଭାଇରାଲ ଦାବି ପଛର ସତ୍ୟ

ନୂଆଦିଲ୍ଲୀ, ୧୭।୮: ସୋସିଆଲ ମିଡିଆରେ ପ୍ରତିଦିନ ସରକାରଙ୍କ ସହ ଜଡ଼ିତ ଅନେକ ଯୋଜନା ବିଷୟରେ ସୂଚନା ଦିଆଯାଉଛି। କେତେବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡିଓ ଭାଇରାଲ ହେଉଛି, ତ…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

ନୀତିନ ନବୀନଙ୍କ ନୂଆ ଟିମ୍‌ରେ କେଉଁ ରାଜ୍ୟରୁ କାହାକୁ ମିଳିଲା ଦାୟିତ୍ୱ: ଜାଣନ୍ତୁ

ନୂଆଦିଲ୍ଲୀ,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

୨ ବର୍ଷର ବନବାସର ଘଟିଲା ଅନ୍ତ: ସ୍ମୃତିଙ୍କୁ ମିଳିଲା…

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ଦ୍ୱାରା ଘୋଷଣା କରାଯାଇଥିବା ନୂତନ ଦଳରେ, ପୂର୍ବତନ ଏମ୍‌ପି ଏବଂ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri