ମୁଖ୍ୟ ରାସ୍ତା ଶୋଚନୀୟ: ଯାତାୟାତରେ ନାହିଁ ସୁବିଧା, ପାଲଟିଛି ମରଣଯନ୍ତା

ରିଷିଡା, ୧୮।୭ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ରିଷିଡା ଗ୍ରାମର ମୁଖ୍ୟ ରାସ୍ତା ବର୍ତ୍ତମାନ ଅତ୍ୟନ୍ତ ଶୋଚନୀୟ ଅବସ୍ଥାରେ ପହଞ୍ଚିଛି। ରାସ୍ତାଟି ସମ୍ପୂର୍ଣ୍ଣ ଭାବେ ଜରାଜୀର୍ଣ୍ଣ ହୋଇପଡ଼ିଥିବା ବେଳେ ବଡ଼ ବଡ଼ ଖାଲ, ଉଚ୍ଚନୀଚ ସ୍ଥାନ, ଭାଙ୍ଗିଯାଇଥିବା ଉଭୟ ପାର୍ଶ୍ୱର ଡ୍ରେନ୍ ଏବଂ ବର୍ଷାଦିନେ ରାସ୍ତା ଉପରେ ପାଣି ଜମି ରହୁଥିବାରୁ ସାଧାରଣ ଲୋକଙ୍କ ପାଇଁ ଯାତାୟାତ ଅତ୍ୟନ୍ତ ବିପଦପୂର୍ଣ୍ଣ ହୋଇପଡ଼ିଛି।

ପ୍ରତିଦିନ ଏହି ରାସ୍ତା ଦେଇ ଶହ ଶହ ଛାତ୍ରୀଛାତ୍ର, କୃଷକ, ଶ୍ରମିକ, ସରକାରୀ କର୍ମଚାରୀ, ଜନପ୍ରତିନିଧି, ବ୍ୟବସାୟୀ, ରୋଗୀ ଓ ସାଧାରଣ ଲୋକ ଯାତାୟାତ କରୁଛନ୍ତି। କିନ୍ତୁ ରାସ୍ତାର ଦୟନୀୟ ଅବସ୍ଥା ଯୋଗୁ ଦୁଇଚକିଆ ଓ ଚାରିଚକିଆ ଯାନ ଚଳାଚଳ କରିବା ଅତ୍ୟନ୍ତ କଷ୍ଟସାଧ୍ୟ ହୋଇପଡ଼ିଛି। ଅନେକ ସମୟରେ ଲୋକମାନେ ଖାଲରେ ପଡ଼ି ଦୁର୍ଘଟଣାର ଶିକାର ହେଉଥିବା ବେଳେ କେତେକ ଗୁରୁତର ଆହତ ହେଉଛନ୍ତି। ସେହିପରି ଅନେକ ଯାନବାହନ ମଧ୍ୟ କ୍ଷତିଗ୍ରସ୍ତ ହେଉଛି। ବିଶେଷକରି ବର୍ଷା ଋତୁରେ ରାସ୍ତା ଉପରେ ପାଣି ଜମି ରହୁଥିବାରୁ ଖାଲର ଗଭୀରତା ଜଣାପଡ଼ୁ ନ ଥିବାରୁ ଦୁର୍ଘଟଣାର ଆଶଙ୍କା ବହୁଗୁଣ ବଢ଼ିଯାଉଛି।

ସ୍ଥାନୀୟ ଲୋକଙ୍କ ସମେତ ସରପଞ୍ଚ ସେବତୀ ରଣା ଏନେଇ ବାରମ୍ବାର ଗ୍ରାମ୍ୟ ଉନ୍ନୟନ (ଆର୍‌ଡି) ବିଭାଗର ସମ୍ପୃକ୍ତ ଅଧିକାରୀଙ୍କୁ ମୌଖିକ ଓ ଲିଖିତ ଭାବେ ଅବଗତ କରାଇଥିଲେ ମଧ୍ୟ ଆଜି ପର୍ଯ୍ୟନ୍ତ କୌଣସି ସ୍ଥାୟୀ ପଦକ୍ଷେପ ନିଆଯାଇନାହିଁ। କେବଳ ଆଶ୍ୱାସନ ଦିଆଯାଉଥିବା ବେଳେ ବାସ୍ତବରେ ରାସ୍ତା ମରାମତି କାର୍ଯ୍ୟ ଆରମ୍ଭ ହେଉନାହିଁ। ଫଳରେ ଜନସାଧାରଣଙ୍କ ମଧ୍ୟରେ ଦିନକୁ ଦିନ ଅସନ୍ତୋଷ ବଢ଼ିଚାଲିଛି।

ଏହି ରାସ୍ତା କେବଳ ରିଷିଡା ଗ୍ରାମ ପାଇଁ ନୁହେଁ, ବରଂ କେସିଙ୍ଗା, ଭବାନୀପାଟଣା, ବଲାଙ୍ଗୀର, ଏମ୍. ରାମପୁର, କର୍ଲାମୁଣ୍ଡା ସମେତ କଟକ ଓ ଭୁବନେଶ୍ୱରକୁ ଯାତାୟାତ କରୁଥିବା ବସ୍ ଓ ଅନ୍ୟାନ୍ୟ ଯାନବାହନ ପାଇଁ ଏକ ପ୍ରମୁଖ ସଡ଼କ। ଏହି ରାସ୍ତା ଉପରେ ଅନେକ ଗ୍ରାମର ଲୋକ ନିର୍ଭର କରୁଛନ୍ତି। ରାସ୍ତା ଖରାପ ଥିବାରୁ ରୋଗୀଙ୍କୁ ହସ୍ପିଟାଲକୁ ନେବା, ଛାତ୍ରୀଛାତ୍ର ବିଦ୍ୟାଳୟକୁ ଯିବା, କୃଷିଜାତ ଦ୍ରବ୍ୟ ବଜାରକୁ ପହଞ୍ଚାଇବା ଏବଂ ଦୈନନ୍ଦିନ କାର୍ଯ୍ୟକଳାପ ଗୁରୁତର ଭାବେ ପ୍ରଭାବିତ ହେଉଛି।

ତେଣୁ କଳାହାଣ୍ଡି ଜିଲା ପ୍ରଶାସନ ଏବଂ ଗ୍ରାମ୍ୟ ଉନ୍ନୟନ ବିଭାଗ ଉକ୍ତ ରାସ୍ତାର ତୁରନ୍ତ ଯାଞ୍ଚ କରି ସ୍ଥାୟୀ ଭାବେ ମରାମତି ଓ ପୁନଃନିର୍ମାଣ କରିବାକୁ ସ୍ଥାନୀୟ ଲୋକ ଦାବି କରିଛନ୍ତି। ଅବହେଳା ଜାରି ରହିଲେ ଆଗାମୀ ଦିନରେ ବଡ଼ ଧରଣର ଦୁର୍ଘଟଣା ଘଟି ଧନଜୀବନର ଅପୂରଣୀୟ କ୍ଷତି ହେବାର ଆଶଙ୍କା ରହିଛି।

ସରକାର ଗ୍ରାମାଞ୍ଚଳର ବିକାଶ ଓ ଉନ୍ନତ ଯୋଗାଯୋଗ ବ୍ୟବସ୍ଥା ପାଇଁ କୋଟି କୋଟି ଟଙ୍କା ବ୍ୟୟ କରୁଥିବା ବେଳେ ମାତ୍ର ଦୁଇ ବର୍ଷ ମଧ୍ୟରେ ରାସ୍ତାର ଏଭଳି ଅବସ୍ଥା ସୃଷ୍ଟି ହେବା ଅତ୍ୟନ୍ତ ଦୁଃଖଦ ଓ ଚିନ୍ତାଜନକ ବୋଲି ସ୍ଥାନୀୟ ଲୋକେ ମତ ପ୍ରକାଶ କରିଛନ୍ତି। ରାସ୍ତା ନିର୍ମାଣର ଗୁଣବତ୍ତା ଉପରେ ନିରପେକ୍ଷ ତଦନ୍ତ କରାଯାଇ ଦୋଷୀଙ୍କ ବିରୋଧରେ ଆଇନାନୁଗ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ସହ ଶୀଘ୍ର ରାସ୍ତାକୁ ଚଳାଚଳ ଉପଯୋଗୀ କରିବାକୁ ଦାବି ହୋଇଛି।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲରେ ବାଜିବ ବେଲ, ହେଲେ ଆଉ ବଜାଇବେନି ସନ୍ତୋଷ

ଭଞ୍ଜନଗର,୨।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଲାଲସିଂସ୍ଥିତ କାହ୍ନୁ ରାଉତ ଉଚ୍ଚ ବିଦ୍ୟାଳୟର ପିଅନ ସନ୍ତୋଷ ଗୌଡ଼ (୫୮)ଙ୍କ ବୁଧବାର ଅକାଳ ବିୟୋଗରେ ବିଦ୍ୟାଳୟ…

ଭାରତର ଏହି ବଜାରରେ ବିକ୍ରି ହେଉଛି ଅଜଗର ଅଣ୍ଡା, ଦାମ୍‌ ଜାଣିଲେ…

ଭାରତର ଉତ୍ତର-ପୂର୍ବ ରାଜ୍ୟଗୁଡ଼ିକ ସେମାନଙ୍କର ଅନନ୍ୟ ଖାଦ୍ୟ ପାଇଁ ସାରା ଦେଶରେ ଜଣାଶୁଣା। ନାଗାଲାଣ୍ଡ, ମଣିପୁର, ମିଜୋରାମ ଏବଂ ଅରୁଣାଚଳ ପ୍ରଦେଶର ଲୋକମାନେ ମାଛ, ମାଂସ ବ୍ୟତୀତ…

ସମସ୍ତଙ୍କ ହୃଦୟ ଜିଣିଲେ ସୋନୁ ସୁଦ: କାଠମାଣ୍ଡୁରେ ପହଞ୍ଚି…

କାଠମାଣ୍ଡୁ,୨।୯:ନେପାଳରେ ଭୟଙ୍କର ବନ୍ୟା ଶହ ଶହ ଲୋକଙ୍କ ଜୀବନକୁ ଭାଙ୍ଗି ଦେଇଛି। ଘରଗୁଡ଼ିକ ବାଲି ପରି ଭାସି ଯାଇଛି ଏବଂ ଶହ ଶହ ଲୋକ ପ୍ରାଣ ହରାଇଛନ୍ତି।…

ଗିଲ୍‌-ବୁମ୍‌ରାଙ୍କୁ ବଡ଼ ଝଟକା! ICC ଟେଷ୍ଟ ରାଙ୍କିଙ୍ଗ୍‌ରେ ବଡ଼ ଓଲଟପାଲଟ, ନୂଆ ତାଲିକା ଦେଖି ଚମକିଯିବେ!

ନୂଆଦିଲ୍ଲୀ,୨।୯: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ପକ୍ଷରୁ ନୂଆ ଟେଷ୍ଟ ରାଙ୍କିଙ୍ଗ୍‌ ଜାରି ହୋଇଛି। ବିଶ୍ୱର ବିଭିନ୍ନ ସ୍ଥାନରେ ଟେଷ୍ଟ କ୍ରିକେଟ ଚାଲିଥିବା ବେଳେ ଏହାର ପ୍ରଭାବ…

‘ଆମେରିକାର ରାଷ୍ଟ୍ରପତି ବି ହୋଇପାରନ୍ତି ବିଜୟ! ଡୋନାଲ୍ଡ ଟ୍ରମ୍ପଙ୍କ ସ୍ଥାନ ନେଇପାରନ୍ତି’, ଏମିତି କହିଲେ…

ଚେନ୍ନାଇ,୨।୯: ତାମିଲନାଡୁରେ ଟିଭିକେ (TVK) ସରକାରକୁ ନେଇ ଏଆଇଏଡିଏମ୍‌କେ ମହାସଚିବ ଏଡାପ୍ପାଡି କେ. ପଲାନିସ୍ବାମୀ ତୀବ୍ର କଟାକ୍ଷ କରିଛନ୍ତି। ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ଦାମୀ ଚାର୍ଟର୍ଡ…

ବରଗଡ଼ରେ ଆତଙ୍କ: କୁକୁରକୁ ମାରି ଖାଇଲା ବାଘ, ସିସିଟିଭିରେ କଏଦ ଦୃଶ୍ୟରୁ…

ବରଗଡ଼,୨ା୯(ପ୍ରେମାନନ୍ଦ ଖମାରୀ.): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅଞ୍ଚଳରେ ବାଘ ଆତଙ୍କ ଦେଖାଯାଇଛି। ମଙ୍ଗଳବାର ସିସିଟିଭିରେ ବାଘ ବୁଲୁଥିବାର ଚିତ୍ର କଏଦ ହେବା ଏବଂ ସେଠାରେ ଏକ…

୨୦୨୯ରେ ପ୍ରଧାନମନ୍ତ୍ରୀ ହେବେ ଥଲାପତି ବିଜୟ! ବିଧାୟିକାଙ୍କ ବଡ଼ ଦାବିକୁ ନେଇ ରାଜନୀତିରେ ହଇଚଇ

ଚେନ୍ନାଇ,୨।୯: ତାମିଲନାଡୁର ରାଜନୀତିରେ ଏବେ ଥଲାପତି ବିଜୟଙ୍କୁ ନେଇ ଜୋରଦାର ଚର୍ଚ୍ଚା ଆରମ୍ଭ ହୋଇଛି। ସତ୍ତାରୂଢ଼ ଟିଭିକେ (TVK)ର ନେତା ଓ ମନ୍ତ୍ରୀମାନେ ବିଜୟଙ୍କୁ ୨୦୨୯ରେ ପ୍ରଧାନମନ୍ତ୍ରୀ…

ସମୁଦ୍ର କୂଳରେ ବୁଲୁଥିଲେ ପ୍ରେମୀଯୁଗଳ, ହଠାତ୍‌ ମାରିଲା ବିଜୁଳି, ଘଟିଗଲା ଦୁଃଖଦ ଘଟଣା, ଭିଡିଓ ଦେଖିଲେ…

ବ୍ରାସିଲିଆ,୨ା୯: ବ୍ରାଜିଲର ପାଲହୋକାରେ ଥିବା ପ୍ରିଆ ଡା ପିନହେଇରା ବିଚ୍‌ର ଏକ ଭିଡିଓ ସୋସିଆଲ ମିଡିଆରେ ଦ୍ରୁତଗତିରେ ଭାଇରାଲ ହେଉଛି। ଭିଡିଓରେ ଦେଖାଯାଉଛି ପ୍ରେମୀଯୁଗଳ ବେଳାଭୂମିରେ ଚାଲୁଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri