ମୁଖ୍ୟ ରାସ୍ତା ପାଲଟିଛି ମଇଁଷି ଗୋଠ: ଗାଡ଼ି ଚଳାଚଳ ପ୍ରଭାବିତ

ମହାକାଳପଡ଼ା,୧ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ):ମହାକାଳପଡ଼ା ବ୍ଲକ ଭୋପାଳ-ଜଗରି ଜୋର୍‌ ହାଟକୁ ସଂଯୋଗ କରିଥିବା ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ରାସ୍ତା ପାଲଟିଛି ମଇଁଷି ଗୋଠ। ନାଞ୍ଜୁରା ପଞ୍ଚାୟତ ପାଣିଖିଆ ସାନ୍ତାଳୀ ଗଁା ସଂଲଗ୍ନ ମୁଖ୍ୟ ରାସ୍ତାରେ ଶହ ଶହ ମଇଁଷି ଶୋଇଛନ୍ତି। ଫଳରେ ପଥଚାରୀମାନେ ବାଇକ୍‌ରେ ଯାତାୟାତ ବେଳେ ମଇଁଷି ପଲ ତରକି ଯାଉଥିବାରୁ ଦୁର୍ଘଟଣାର ସମ୍ମୁଖୀନ ହେଉଛନ୍ତି। ତୁରନ୍ତ ଏହି ମୁଖ୍ୟ ରାସ୍ତାରୁ ମଇଁଷିପଲ ଗୋଠକୁ ହଟାଇବା ପାଇଁ ସ୍ଥାନୀୟ ଲୋକମାନେ ଜିଲାପାଳଙ୍କ ନିକଟରେ ଦାବି କରିଛନ୍ତି। ଏହି ମୁଖ୍ୟ ରାସ୍ତାଦେଇ ଜମ୍ବୁ , ସୁନିତି, କେବି ଦାଣ୍ଡୁଆ, ରାମନଗର , ବଉଳ କଣି, ବାରଡାଙ୍ଗ, ବତୀଘର ଓ ଖରୀନାଶି ପଞ୍ଚାୟତର ଲୋକମାନେ ରାଜନଗର ଓ ପଟ୍ଟାମୁଣ୍ଡାଇର ବିଭିନ୍ନ ସ୍ଥାନକୁ ଯାତାୟାତ କରିଥାନ୍ତି। ଏଥିଯୋଗୁ ଆମ୍ବୁଲାନ୍ସ ଓ ଅଗ୍ନିଶମ ଗାଡ଼ି ଚଳାଚଳ ବାଧାପ୍ରାପ୍ତ ହେଉଛି। ଫଳରେ ଅଧିକାଂଶ ସମୟରେ ଦୁର୍ଘଟଣା ଘଟୁଛି। ଏହି ମୁଖ୍ୟ ରାସ୍ତା ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧିନରେ ଥିବାରୁ ବିଭାଗୀୟ ଉଚ୍ଚ ଅଧିକାରୀ ଏଥି ପ୍ରତି ଦୃଷ୍ଟି ଦେବା ସହ ପଦକ୍ଷେପ ଗ୍ରହଣ କରିବା ପାଇଁ ସ୍ଥାନୀୟ ବାସିନ୍ଦା ଦାବି କରିଛନ୍ତି ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷାରେ ପଡ଼ିଗଲା କାନ୍ଥ, ମୁଣ୍ଡରେ କାଠ ବାଡେଇ ହୋଇ ମହିଳା ମୃତ

ବାରିପଦା,୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗରିପୋଷି ଥାନା ଅଧିନ ଭୁଲନ୍‌ପୁରରେ ଅଭାବନୀୟ ଘଟଣା ଘଟିଯାଇଛି । ଚାଳଘର ଭୁଶୁଡ଼ି ଜଣେ ମହିଳାଙ୍କ ମୃତ୍ଯୁ ହୋଇଛି ।…

ଗୁରୁ-ଶନିଙ୍କ ନବପଞ୍ଚମ ଯୋଗ: ପହିଲାରୁ ଖୋଲିଲା ୫ ରାଶିଙ୍କ ଭାଗ୍ୟ, ଚାକିରିରେ ପଦୋନ୍ନତି ସହ ହେବେ ମାଲାମାଲ

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଗୁରୁ ଓ ଶନି ଗ୍ରହଙ୍କ ମଧ୍ୟରେ ଏକ ଶୁଭ ଯୋଗ ସୃଷ୍ଟି ହୋଇଛି। ଗୁରୁ ଓ ଶନି ୧୨୦ ଡିଗ୍ରୀରେ ଅବସ୍ଥିତ ହୋଇ…

ଡିଜିପି ଚୟନ ପ୍ରକ୍ରିୟାକୁ ନେଇ ବଢ଼ିଲା ବିବାଦ, ସମସ୍ୟା କରିବ ୧୭(ଏ)

ଭୁବନେଶ୍ୱର,୧।୯(ସୁନିତ୍‌ ମିଶ୍ର): ଓଡ଼ିଶାରେ ଏବେ କାମଚଳା ଡିଜିପିଙ୍କୁ ନେଇ ପୋଲିସବାହିନୀ କାର୍ଯ୍ୟ ଚଳାଇଛି । ଗତ ଅଗଷ୍ଟ ୧୬ ତାରିଖରେ ପୂର୍ବତନ ପୋଲିସ ମହାନିର୍ଦ୍ଦେଶକ ଓ୍ବାଇ.ବି. ଖୁରାନିଆଙ୍କ…

ସାବଧାନ! ଆଜିଠୁ ବଦଳିଲା ୭ ବଡ଼ ନିୟମ: କ’ଣ ମହଙ୍ଗା, କ’ଣ ହେଲା ଶସ୍ତା, ଜାଣନ୍ତୁ…

ନୂଆଦିଲ୍ଲୀ, ୧।୯: ସେପ୍ଟେମ୍ବର ୧ ତାରିଖରୁ କେବଳ କ୍ୟାଲେଣ୍ଡରର ପୃଷ୍ଠା ବଦଳିନାହିଁ, ବରଂ ସାଧାରଣ ଲୋକଙ୍କ ଦୈନନ୍ଦିନ ଖର୍ଚ୍ଚ ସହ ଜଡ଼ିତ ଅନେକ ନିୟମ ଓ ଦରରେ…

ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ, ପୁଣି ବନ୍ଦ ହେଲା ୪ ସ୍ଲୁଇସ୍ ଗେଟ୍

​ସମ୍ବଲପୁର,୧।୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ କ୍ରମଶଃ ହ୍ରାସ ପାଇବାରେ ଲାଗିଛି । ଫଳରେ ମଙ୍ଗଳବାର ସକାଳେ ପୁଣି ୪ଟି ସ୍ଲୁଇସ୍ ଗେଟ୍ କୁ…

ମୋଦି ବିଦେଶରୁ ଜାରି କରିଛନ୍ତି ନୂଆ ଭିଡ଼ିଓ, ସୁନା କ୍ରୟ ସହ ବିଦେଶ ଯାତ୍ରା ଉପରେ ଦେଲେ ବଡ଼ ପରାମର୍ଶ

ବିଶକେକ/ନୂଆଦିଲ୍ଲୀ,୧।୯: ପ୍ରଧାନମନ୍ତ୍ରୀ ମୋଦି ବିଦେଶରୁ ସୋସିଆଲ ମିଡିଆରେ ଏକ ନୂଆ ଭିଡିଓ ଜାରି କରିଛନ୍ତି, ଯେଉଁଥିରେ ସେ ଦେଶର ଅଭିବୃଦ୍ଧି ହାର ବିଷୟରେ ଆଲୋଚନା କରିଛନ୍ତି। ପ୍ରଧାନମନ୍ତ୍ରୀ…

ଚଣ୍ଡାଳମୁଣ୍ଡାର ଜୁଆ ଆଡ୍ଡା ଉପରେ ପୋଲିସର ଚଢ଼ାଉ, ପୂର୍ବତନ ସରପଞ୍ଚଙ୍କ ସମେତ ୧୩ ଗିରଫ

ନନ୍ଦପୁର,୧।୯(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ଓ ନନ୍ଦପୁର ଥାନା ପୋଲିସର ମିଳିତ ଦଳ କୁମାରଗନ୍ଧନା ପଞ୍ଚାୟତ ଚଣ୍ଡାଳମୁଣ୍ଡା ଗ୍ରାମର ନୀଳଗିରି ବାଡ଼ରେ ଚାଲିଥିବା ଜୁଆ ଆଡ୍ଡା…

ଜୋରଦାର ଚର୍ଚ୍ଚା, ଆଜି ଦିଲ୍ଲୀ ଗସ୍ତରେ ଯିବେ ମୋହନ-ନବୀନ

ଭୁବନେଶ୍ବର,୧।୯(ସୁନିତ୍ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାରଠାରୁ ଦୁଇ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯିବେ । ଅପରାହ୍ଣ ୩ଟା ୩୦ରେ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri