ରାଜ୍ୟ |

‘ଜଗନ୍ନାଥ ମନ୍ଦିର ସହ ଗୋବର୍ଦ୍ଧନ ପୀଠ ଓତପ୍ରୋତ ଭାବେ ଜଡ଼ିତ’

‘ଜଗନ୍ନାଥ ମନ୍ଦିର ସହ ଗୋବର୍ଦ୍ଧନ ପୀଠ ଓତପ୍ରୋତ ଭାବେ ଜଡ଼ିତ’

ଭୁବନେଶ୍ୱର,୨୨।୧(ବ୍ୟୁରୋ)/ପୁରୀ ଅଫିସ: ପୁରୀ ଗୋବର୍ଦ୍ଧନ ପୀଠାଧୀଶ ଜଗଦ୍‌ଗୁରୁ ଶଙ୍କରାଚାର୍ଯ୍ୟ ସ୍ବାମୀ ନିଶ୍ଚଳାନନ୍ଦ ସରସ୍ବତୀଙ୍କ ପଟ୍ଟାଭିଷେକର ପଞ୍ଚବିଂଶତି ବର୍ଷ ପୂର୍ତ୍ତି ମହୋତ୍ସବ ସୋମବାର ଉଦ୍‌ଘାଟିତ ହୋଇଯାଇଛି। ଭୁବନେଶ୍ୱରସ୍ଥିତ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ଇଞ୍ଜିନିୟର୍ସଠାରେ ଆୟୋଜିତ ଏହି ମହୋତ୍ସବରେ ସଞ୍ଚାଳନ ସମିତି ଅଧ୍ୟକ୍ଷ ଗଜପତି ମହାରାଜା ଦିବ୍ୟସିଂହ ଦେବ ସଭାପତିତ୍ୱ କରିଥିଲେ। କାର୍ଯ୍ୟକ୍ରମରେ ଯୋଗଦେଇ ସଞ୍ଚାଳନ ସମିତି ଉପାଧ୍ୟକ୍ଷ ପ୍ରଫେସର ହରେକୃଷ୍ଣ ଶତପଥୀ ପୁରୀ ଜଗନ୍ନାଥ ମନ୍ଦିର ସହ ଗୋବର୍ଦ୍ଧନ ପୀଠ ଓତପ୍ରୋତ ଭାବେ ଜଡ଼ିତ ବୋଲି କହିଥିଲେ।
ସେ ଆହୁରି କହିଥିଲେ ଯେ, ଜଗଦ୍‌ଗୁରୁ ଆଦି ଶଙ୍କରାଚାର୍ଯ୍ୟ ଭାରତର ଚାରି ଦିଗରେ ୪ଟି ମଠ ସ୍ଥାପନ କରିଥିଲେ। ଏହି ୪ ମଠ ମଧ୍ୟରୁ ପୁରୀର ଗୋବର୍ଦ୍ଧନ ମଠ ଅନ୍ୟତମ। ଅନ୍ୟ ୩ ମଠ ଅପେକ୍ଷା ଏହି ମଠର ଅଧିକ ମହତ୍ତ୍ୱ ରହିଛି। ମାନବୀୟ ମୂଲ୍ୟବୋଧଭିତ୍ତିକ ସନାତନ ବୈଦିକ ଧର୍ମର ପ୍ରତିଷ୍ଠା ଏବଂ ପ୍ରଚାର ଉଦ୍ଦେଶ୍ୟରେ ଏହି ମଠ ପ୍ରତିଷ୍ଠା କରାଯାଇଥିଲା। ଶଙ୍କରାଚାର୍ଯ୍ୟ ମାତ୍ର ୮ବର୍ଷ ବୟସରେ ୪ ବେଦକୁ କଣ୍ଠସ୍ଥ କରିଥିଲେ। ସେହିପରି ୧୨ବର୍ଷରେ ୩୦୦ ପୁସ୍ତକ ଏବଂ ୧୬ବର୍ଷରେ ଅନେକ ଗ୍ରନ୍ଥ ରଚନା କରିସାରିଥିଲେ। କେବଳ ସେତିକି ନୁହେଁ, ଜଗନ୍ନାଥ ସଂସ୍କୃତି ପାଇଁ ମଧ୍ୟ ତାଙ୍କର ଅବଦାନ ଅତୁଳନୀୟ। ପାତାଳି ଜଗନ୍ନାଥଙ୍କୁ ସୋନପୁରରୁ ଆଣି ସେ ପୁନଃ ପ୍ରତିଷ୍ଠା କରିବା ସହ ମୁକ୍ତି ମଣ୍ଡପ ନିର୍ମାଣ କରିଥିଲେ। ସେ ହିଁ ପ୍ରଥମେ ଜଗନ୍ନାଥଙ୍କ ନବକଳେବର କରିଥିଲେ ବୋଲି ପ୍ରଫେସର ଶତପଥୀ ମତ ଦେଇଥିଲେ। କାର୍ଯ୍ୟକ୍ରମରେ ସ୍ବାମୀ ସଚ୍ଚିଦାନନ୍ଦ ସରସ୍ବତୀ ମହାରାଜ ଯୋଗଦେଇ ଗୋବର୍ଦ୍ଧନ ପୀଠର ମହତ୍ତ୍ୱ ଏବଂ ଶଙ୍କରାଚାର୍ଯ୍ୟଙ୍କ ସମ୍ପର୍କରେ ଆଲୋକପାତ କରିଥିଲେ। ସନାତନ ଧର୍ମ ପ୍ରତିଷ୍ଠା ନ ହେବା ପର୍ଯ୍ୟନ୍ତ ବିଶ୍ୱରେ ଶାନ୍ତି ପ୍ରତିଷ୍ଠା ହୋଇପାରିବନାହିଁ। ସନାତନ ଧର୍ମ ଭାଇଚାରା, ଶାନ୍ତି, ସଦ୍‌ଭାବନାର ବାର୍ତ୍ତା ବହନ କରିଥାଏ। ଜଗଦ୍‌ଗୁରୁ ଶଙ୍କରାଚାର୍ଯ୍ୟ ଏହି ସର୍ବପୁରାତନ ଧର୍ମର ଗୁରୁ ବୋଲି କହିଥିଲେ। ସମ୍ମାନିତ ଅତିଥି ଭାବେ ପୂର୍ବତନ ବିଧାୟକ ପ୍ରତାପ ଷଡଙ୍ଗୀ ଯୋଗଦେଇ କହିଲେ, ଅତି ଅଳ୍ପ ବୟସରୁ ଆଦିଗୁରୁ ଶଙ୍କରାଚାର୍ଯ୍ୟ ଶାସ୍ତ୍ରରେ ପ୍ରବୀଣ ଥିଲେ। ଭାରତୀୟ ପରମ୍ପରାରେ ଶତ୍ରୁକୁ ଶସ୍ତ୍ର ଏବଂ ଶାସ୍ତ୍ରରେ ପରାଜିତ କରାଯାଇଛି। କେତେକ ସମୟରେ ଶସ୍ତ୍ର ପରାଜିତ ହୋଇଛି, ମାତ୍ର ଶାସ୍ତ୍ର ସର୍ବଦା ବିଜୟ ଲାଭ କରିଛି। ଜଗଦ୍‌ଗୁରୁ ଅନେକ କ୍ରାନ୍ତିକାରୀ ପରିବର୍ତ୍ତନ ଆଣିବାରେ ମଧ୍ୟ ସଫଳ ହୋଇଛନ୍ତି। ଆଦିଗୁରୁ ଶଙ୍କରାଚାର୍ଯ୍ୟ ଯେପରି ସିଦ୍ଧାନ୍ତଧର୍ମୀ ଥିଲେ, ବର୍ତ୍ତମାନର ଶଙ୍କରାଚାର୍ଯ୍ୟ ମଧ୍ୟ ସେହିଭଳି ବୋଲି ସେ କହିଥିଲେ।
କାର୍ଯ୍ୟକ୍ରମରେ ଅର୍ଥମନ୍ତ୍ରୀ ଶଶିଭୂଷଣ ବେହେରା ମୁଖ୍ୟଅତିଥି ଭାବେ ଯୋଗଦେଇଥିବା ବେଳେ ସ୍ବାମୀ ପୁରୁଷୋତ୍ତମ ମହାରାଜ, ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ର, ପୂର୍ବତନ ବାଚସ୍ପତି ଶରତ କର, ଗୋବର୍ଦ୍ଧନ ପୀଠ ପରିଷଦର ଅଧ୍ୟକ୍ଷ ପ୍ରଫୁଲ୍ଲ ରଥ, ରାଷ୍ଟ୍ରୀୟ ଅଧ୍ୟକ୍ଷ ହେମନ୍ତ ଦାସ, ପ୍ରଫେସର ସୁରେନ୍ଦ୍ର ନାଥ ଦାସ ପ୍ରମୁଖ ଉପସ୍ଥିତ ଥିଲେ।
ପୁରୀରୁ ବାହାରିଲା ଆଧ୍ୟାତ୍ମିକ ଜାଗରଣ ଯାତ୍ରା
ଶଙ୍କରାଚାର୍ଯ୍ୟଙ୍କ ପଟ୍ଟାଭିଷେକର ପଞ୍ଚବିଂଶତି ବର୍ଷ ପୂର୍ତ୍ତି ମହୋତ୍ସବ ଅବସରରେ ସୋମବାର ସକାଳେ ପୁରୀ ଗୋବର୍ଦ୍ଧନ ମଠରେ ମହାରୁଦ୍ରାଭିଷେକ, ପୀଠ ଦେବଦେବୀଙ୍କୁ ପୂଜନ, ବିଶ୍ୱଶାନ୍ତି ହୋମ ଓ ଚାରିବେଦ ପାଠ କରାଯାଇଥିଲା। ଏହାପରେ ମଠରୁ ଆଧ୍ୟାତ୍ମିକ ଜାଗରଣ ଯାତ୍ରା ବାହାରିଥିଲା। ଏହି ଶୋଭାଯାତ୍ରା ସିଂହଦ୍ୱାରଠାରେ ପହଞ୍ଚିବା ପରେ ମହାପ୍ରଭୁଙ୍କ ଓଲାଗି ମାଳ ପାଇ ଭୁବନେଶ୍ୱର ଯାଇଥିଲା। ଆଧ୍ୟାତ୍ମିକ ଜାଗରଣ ଯାତ୍ରାରେ ନାମ ସଂକୀର୍ତ୍ତନ, ମେଢ଼ ନୃତ୍ୟ ଓ ଘଣ୍ଟ ବାଦ୍ୟରେ କମ୍ପି ଉଠିଥିଲା ବଡ଼ଦାଣ୍ଡ। ମଙ୍ଗଳବାରଠାରୁ ଏହି ଆଧ୍ୟାତ୍ମିକ ଜାଗରଣ ଯାତ୍ରା ଷୋଳ ଶାସନ ଅର୍ଥାତ୍‌ ପୁରୀ ନିକଟସ୍ଥ ୩୧ଟି ବ୍ରାହ୍ମଣ ଶାସନ ଗଁା ପରିକ୍ରମା କରି ଆସନ୍ତା ୩୦ତାରିଖରେ ଶେଷ ହେବ।

All Right Reserved By
I&PR

Model This Week

ସନ୍ତୋଷ

ରାଜ୍ୟ |

ପ୍ରକାଶ ପାଇଲା ବିଜେବି କଲେଜ +୩ ପରୀକ୍ଷାଫଳ: ନତାଶା ନାୟକ ଟପ୍ପର

ପ୍ରକାଶ ପାଇଲା ବିଜେବି କଲେଜ +୩ ପରୀକ୍ଷାଫଳ: ନତାଶା ନାୟକ ଟପ୍ପର

ଭୁବନେଶ୍ୱର,୨୫।୫(ବ୍ୟୁରୋ): ବିଜେବି ସ୍ବୟଂଶାସିତ ମହାବିଦ୍ୟାଳୟର +୩ କଳା, ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇଛି। ଚଳିତ ବର୍ଷ +୩ କଳାରେ ୮୧% ଛାତ୍ରୀଛାତ୍ର ପାସ କରିଥିବା ବେଳେ, ବିଜ୍ଞାନରେ ୯୩%, ବାଣିଜ୍ୟରେ ୮୭% ଛାତ୍ରୀଛାତ୍ର କୃତକାର୍ଯ୍ୟ ହୋଇଛନ୍ତି।

ଠାକୁରଙ୍କୁ ଲାଗିହେଲା ବ୍ରହ୍ମକମଳ

ଠାକୁରଙ୍କୁ ଲାଗିହେଲା ବ୍ରହ୍ମକମଳ

ଓଡଗାଁ,୨୫।୫(ସ୍ବ.ପ୍ର.)-ନୟାଗଡ ଜିଲା ଓଡଗାଁ ବ୍ଲକ ଗୌଡପୁଟ ପଞ୍ଚାୟତ ଅନ୍ତର୍ଗତ ଗୋଠବଣ ଗ୍ରାମରେ ଅବସରପ୍ରାପ୍ତ ଶିକ୍ଷକ ଉଦୟନାଥ ମିଶ୍ରଙ୍କ ବାଡିରେ ବୁଧବାର ରାତିରେ ୨୪ଗୋଟି ଦୁଲ୍ଲଭ ବ୍ରହ୍ମକମଳ ଫୁଲ ଫୁଟିଥିବାବେଳେ ଗୁରୁବାର ରାତିରେ ୧୧ଟି ଫୁଟିଥିଲା। ଉଦୟନାଥ ବୁଧବାର ରାତିରେ ସ୍ବତନ୍ତ୍ର ଗାଡିରେ ୨୪ଗୋଟି ଫୁଲ ପୁରୀ ନେଇ ପ୍ରଭୁ ଶ୍ରୀ ଜଗନ୍ନାଥଙ୍କୁ ଲାଗି କରିଥିଲେ।

ତୈଳଦର ବୃଦ୍ଧି ପ୍ରତିବାଦରେ ପିସିସିର ବିକ୍ଷୋଭ

ତୈଳଦର ବୃଦ୍ଧି ପ୍ରତିବାଦରେ ପିସିସିର ବିକ୍ଷୋଭ

ଭୁବନେଶ୍ୱର,୨୫।୫(ବ୍ୟୁରୋ): ଦେଶରେ ଲଗାତାର ଭାବେ ପେଟ୍ରୋଲ, ଡିଜେଲ ଦରଦାମ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ବିଭିନ୍ନ ମହଲରେ ନିନ୍ଦା କରାଯିବା ସହ ପ୍ରତିବାଦ ମଧ୍ୟ କରାଯାଉଛି। ଏହି କ୍ରମରେ ପ୍ରଦେଶ କଂଗ୍ରେସ କମିଟି(ପିସିସି) ପକ୍ଷରୁ ଶୁକ୍ରବାର ବିଭିନ୍ନ ପେଟ୍ରୋଲ ପମ୍ପ ସମ୍ମୁଖରେ ପ୍ରତିବାଦ କରାଯାଇଥିଲା।

ଚଳିତ ଆର୍ଥିକ ବର୍ଷରେ ନିର୍ମାଣ ହେବ ୧୫୦ ବିଜୁସେତୁ

ଚଳିତ ଆର୍ଥିକ ବର୍ଷରେ ନିର୍ମାଣ ହେବ ୧୫୦ ବିଜୁସେତୁ

ଭୁବନେଶ୍ୱର,୨୫।୫(ବ୍ୟୁରୋ): ଚଳିତ ଆର୍ଥିକ ବର୍ଷରେ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ୧୫୦ଟି ବିଜୁ ସେତୁ ନିର୍ମାଣ କରାଯିବ। ଏଥିସହ ୮ହଜାର କିଲୋମିଟର ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଓ ୧୨୮୫ କିମି ମୁଖ୍ୟମନ୍ତ୍ରୀ ସଡ଼କ ନିର୍ମାଣ କରାଯିବ ବୋଲି ଶୁକ୍ରବାର ବିଭାଗୀୟ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଶୁକ୍ରବାର ସୂଚନା ଦେଇଛନ୍ତି।

ଡେରାବିଶରେ ନାବାଳିକାଙ୍କୁ ବଳାତ୍କାର ଉଦ୍ୟମ,ଅଭିଯୁକ୍ତ ଗିରଫ

ଡେରାବିଶରେ ନାବାଳିକାଙ୍କୁ ବଳାତ୍କାର ଉଦ୍ୟମ,ଅଭିଯୁକ୍ତ ଗିରଫ

ଡେରାବିଶ,୨୫।୫(ସ୍ବ.ପ୍ର.)-କେନ୍ଦ୍ରାପଡା ଜିଲା ଅନ୍ତର୍ଗତ ଡେରାବିଶ ଥାନା ଅଞ୍ଚଳରେ ପୁଣି ଜଣେ ନାବାଳିକାଙ୍କୁ ବଳାତ୍କାର ଉଦ୍ୟମ ଅଭିଯୋଗ ହୋଇଛି। ଏ ନେଇ ଥାନାରେ ୮୦/୧୮ରେ ମାମଲା ରୁଜୁ ହେବା ସହ ଅଭିଯୁକ୍ତ କଟକ ଜିଲା ମାହାଙ୍ଗା ଥାନା ଅନ୍ତର୍ଗତ ହଳଦିଆ ଗ୍ରାମର ମିହିର କୁମାର ସିଂହ(୨୮)ଙ୍କୁ ଗିରଫ କରାଯାଇଛି।

ମହାନଦୀ ପ୍ରସଙ୍ଗରେ ନବୀନ ଦୋମୁହାଁ ନୀତି ଧରିଛନ୍ତି: ସମ୍ବିତ

ମହାନଦୀ ପ୍ରସଙ୍ଗରେ ନବୀନ ଦୋମୁହାଁ ନୀତି ଧରିଛନ୍ତି: ସମ୍ବିତ

ଭୁବନେଶ୍ୱର,୨୫।୫(ବ୍ୟୁରୋ): ମହାନଦୀ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୋମୁହାଁ ନୀତି ଧରିଛନ୍ତି। ମୁଖ୍ୟମନ୍ତ୍ରୀ ଭାବେ ଗୋଟିଏ କଥା, ଦଳର ମୁଖ୍ୟ ହିସାବରେ ନବୀନ ବାବୁ ଭିନ୍ନ କଥା କହୁଥିବା ଭାଜପାର ରାଷ୍ଟ୍ରୀୟ ପ୍ରବକ୍ତା ସମ୍ବିତ ପାତ୍ର କହିଛନ୍ତି।

ଆଣ୍ଡାମାନରେ ମୌସୁମୀ

ଆଣ୍ଡାମାନରେ ମୌସୁମୀ

ଭୁବନେଶ୍ୱର/ନୂଆଦିଲ୍ଲୀ,୨୫।୫: ଆଣ୍ଡାମାନ ନିକୋବର ଦ୍ୱୀପରେ ମୌସୁମୀ ବାୟୁ ପହଞ୍ଚିଛିି ବୋଲି ଶୁକ୍ରବାର ଭୁବନେଶ୍ୱର ପାଣିବାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାର ପ୍ରବାଭରେ ଦକ୍ଷିଣ ଆଣ୍ଡାମାନ ଓ ନିକୋବରରେ ସକାଳେ ବର୍ଷା ହୋଇଥିବା ସୂଚନା ମିଳିଛି।

ଭାଜପା ନେତା କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି: ନବୀନ

ଭାଜପା ନେତା କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି: ନବୀନ

ପାରାଦୀପ,୨୫ା୨(ସ୍ବ.ପ୍ର.): ଗତ ୧୬ ତାରିଖର ଝାରସୁଗୁଡ଼ା ଶୁଖାସୋଢ଼ା ଏବଂ ବରଗଡ଼ର ଚିଖିଲିରୁ ଆରମ୍ଭ ହୋଇଥିବା ମହାନଦୀ ସୁରକ୍ଷା ସଚେତନତା ଅଭିଯାନ ଶୁକ୍ରବାର ପାରାଦୀପ ସମୁଦ୍ର ବେଳାଭୂମିରେ ଉଦ୍‌ଯାପିତ ହୋଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉପସ୍ଥିତ ରହି କେନ୍ଦ୍ରର ଭାଜପା ସରକାର ଏବଂ ଓଡ଼ିଶାର ଭାଜପା ନେତାଙ୍କ ଉପରେ ବର୍ଷିଛନ୍ତି। ଓଡ଼ିଶାର ଜୀବନରେଖା ମହାନଦୀର ଜଳପ୍ରବାହକୁ ଅବ୍ୟାହତ ରଖିବାକୁ ହେଲେ ଏହାର ସୁରକ୍ଷା ଅନିବାର୍ଯ୍ୟ। ଏହା ରାଜନୈତିକ ଅଭିସନ୍ଧି ନୁହେଁ।

ଭୁବନେଶ୍ୱର ବିମାନବନ୍ଦରକୁ  ଉଡାଇଦେବା ଧମକ ଦେଇଥିବା ଯୁବକ ଗିରଫ

ଭୁବନେଶ୍ୱର ବିମାନବନ୍ଦରକୁ ଉଡାଇଦେବା ଧମକ ଦେଇଥିବା ଯୁବକ ଗିରଫ

ଭୁବନେଶ୍ୱର,୨୫।୫(ବ୍ୟୁରୋ): ଗୁରୁବାର ଭୁବନେଶ୍ୱର ବିମାନବନ୍ଦର କର୍ତ୍ତୃପକ୍ଷଙ୍କୁ ଟେଲିଫୋନ ଯୋଗେ ଧମକ ଦେଇଥିବା ଯୁବକଙ୍କୁ ଶୁକ୍ରବାର ଗିରଫ କରାଯାଇଛି। ସେ ହେଲେ ଖଣ୍ଡଗିରିର ବସନ୍ତ ପୃଷ୍ଟି(୨୫)। ପଚରାଉଚରା ସରିବା ପରେ ତାଙ୍କୁ କୋର୍ଟ ଚାଲାଣ କରାଯିବ ବୋଲି ଏୟାରଫିଲ୍ଡ ଥାନାଧିକାରୀ ପ୍ରକାଶ କରିଛନ୍ତି।

ଖୋର୍ଦ୍ଧା ରେଳଷ୍ଟେଶନରୁ ଲକ୍ଷାଧିକ ଟଙ୍କାର ଜାଲନୋଟ ଜବତ, ଯୁବକ ଅଟକ

ଖୋର୍ଦ୍ଧା ରେଳଷ୍ଟେଶନରୁ ଲକ୍ଷାଧିକ ଟଙ୍କାର ଜାଲନୋଟ ଜବତ, ଯୁବକ ଅଟକ

ଭୁବନେଶ୍ୱର,୨୫।୫(ବ୍ୟୁରୋ): ଖୋର୍ଦ୍ଧା ରେଳଷ୍ଟେଶନରୁ ଶୁକ୍ରବାର ସକାଳେ ଡିଆର୍‌ଆଇ ପକ୍ଷରୁ ଚଢ଼ାଉ କରାଯାଇ ୩ ଲକ୍ଷ ଟଙ୍କାର ଜାଲନୋଟ ଜବତ କରାଯାଇଛି। କାମାକ୍ଷାନଗର-ଯଶବନ୍ତପୁର ଏକ୍ସପ୍ରେସ ଟ୍ରେନରେ ୧୫୦ଟି ୨ହଜାର ଟଙ୍କିଆ ଜାଲନୋଟ ଚାଲାଣ ହେଉଥିବା ବିଭାଗର ଅଧିକାରୀ ସୂଚନା ଦେଇଛନ୍ତି। ଏହି ଜାଲନୋଟ ବାଂଲାଦେଶରୁ ବାଙ୍ଗାଲୋର ଚାଲାଣ ହେଉଥିଲା।

ଆଜି ପ୍ରକାଶ ପାଇବ ଓଜେଇଇ ପରୀକ୍ଷାଫଳ

ଆଜି ପ୍ରକାଶ ପାଇବ ଓଜେଇଇ ପରୀକ୍ଷାଫଳ

ଭୁବନେଶ୍ୱର,୨୫।୫(ବ୍ୟୁରୋ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ଫଳ ଶୁକ୍ରବାର ଅପରାହ୍ନ ୫ଟାରେ ପ୍ରକାଶ ପାଇବ। ସଚିବାଳୟରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ବଦ୍ରି ନାରାୟଣ ପାତ୍ର ପରୀକ୍ଷାଫଳ ପ୍ରକାଶ କରିବେ ବୋଲି ଓଜେଇଇ ସମ୍ପାଦକ ରଞ୍ଜନ କୁମାର ସାହୁ କହିଛନ୍ତି।

ବିଜେଡିରେ ସାମିଲ ହେଲା ପ୍ରଗତି ପରିଷଦ ଦଳ

ବିଜେଡିରେ ସାମିଲ ହେଲା ପ୍ରଗତି ପରିଷଦ ଦଳ

ତିହିଡ଼ି,୨୫ା୨(ଡି.ଏନ୍‌.ଏ.): ଭଦ୍ରକ ଜିଲା ତିହିଡ଼ି ବ୍ଲକ ଅଧୀନ କୋହ୍ଲା ପଞ୍ଚାୟତରେ ଗଠିତ ହୋଇଥିବା ପ୍ରଗତି ପରିଷଦ ଦଳ ବିଜେଡିରେ ସାମିଲ ହୋଇଛି। ଏ ନେଇ ବ୍ଲକ ସଭାପତି ରଘୁନାଥ ପଣ୍ଡାଙ୍କ ପୌରାହିତ୍ୟରେ କୋହ୍ଲା ବଡ଼ଦାଣ୍ଡରେ ଗୁରୁବାର ସନ୍ଧ୍ୟାରେ ଏକ ସଭାର ଆୟୋଜନ କରାଯାଇଥିଲା।