‘ମେନେ ପ୍ୟାର କିୟା’, ‘ବାଜିଗର’ ଭଳି ହିଟ ଫିଲ୍ମର ଗୀତିକାର ଦେବ କୋହଲିଙ୍କ ପରଲୋକ

ମୁମ୍ବାଇ: ଭେଟେରାନ ଲିରିସିଷ୍ଟ ଦେବ କୋହଲିଙ୍କର ଶନିବାର ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୧ ବର୍ଷ ହୋଇଥିଲା। ବାର୍ଦ୍ଧକ୍ୟ ଜନିତ ସମସ୍ୟାରେ ପୀଡିତ ହୋଇ ସେ ପ୍ରାୟ ୨-୩ ମାସ ହେବ ଅନ୍ଧେରି ସ୍ଥିତ କୋକିଳାବେନ ଧିରୁଭାଇ ଅମ୍ବାନି ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ।

ସମସ୍ତ ଚିକିତ୍ସା ପରେ ମଧ୍ୟ ତାଙ୍କ ଅବସ୍ଥାରେ କୌଣସି ଉନ୍ନତି ହୋଇ ନ ଥିଲା। ପ୍ରାୟ ୧୦ଦିନ ପୂର୍ବରୁ ତାଙ୍କୁ ଘରକୁ ପଠାଇ ଦିଆଯାଇଥିଲା। ଏହି ଭେଟେରାନ ଗୀତିକାର ଶନିବାର ଭୋର ୪ଟାରେ ତାଙ୍କ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଦେବ କୋହଲିଙ୍କ ମୃତ୍ୟୁ ଖବର ଜଣାପଡିବା ପରେ ଫିଲ୍ମ ଇଣ୍ଡଷ୍ଟ୍ରିରେ ଶୋକର ଛାୟା ଖେଳିଯାଇଛି।
ଦେବ କୋହଲି ୧୦୦ରୁ ଅଧିକ ଚଳଚ୍ଚିତ୍ର ପାଇଁ ଶହ ଶହ ଗୀତ ଲେଖିଥିଲେ
ସେ ‘ଲାଲ ପଥର୍‌’, ‘ମେନେ ପ୍ୟାର୍‌ କିୟା’, ‘ହମ ଆପକେ ହେ କୌନ’, ‘ବାଜିଗର’, ‘ଜୁଡୱା ୨’, ‘ମୁସାଫିର’, ‘ଇଶ୍କ’, ‘ସୁଟଆଉଟ ଆଟ ଲୋଖଣ୍ଡୱାଲା’, ‘ଟ୍ୟାକ୍ସି ନଂ ୯୧୧’ ଭଳି ୧୦୦ରୁ ଅଧିକ ଚଳଚ୍ଚିତ୍ର ପାଇଁ ଶହ ଶହ ସୁପରହିଟ ଗୀତ ଲେଖାଯାଇଛନ୍ତି। ଦେବ କୋହଲି ସଲମାନ ଖାନଙ୍କ ବ୍ଲକବଷ୍ଟର ମୁଭି ମେନ ପ୍ୟାର କିୟା ପାଇଁ କବୁତର ଜା ଜା, ଅଜା ଶ୍ୟାମ ହୋନ ଆଇ, ଆତେ ଜାତେ ହଂସରେ ଗାତେ, କହେ ତୋସେ ସଜନା ଭଳି ସୁପରହିଟ ଗୀତ ଲେଖିଥିଲେ।
ଦେବ କୋହଲି ତାଙ୍କ କ୍ୟାରିୟରରେ ରାମ ଲକ୍ଷ୍ମଣଙ୍କଠାରୁ ଅନୁ ମଲିକ, ଆନନ୍ଦ ମିଲିନ୍ଦ, ଆନନ୍ଦ ରାଜ ଆନନ୍ଦଙ୍କ ଭଳି ବହୁ ବଡ ବଡ ସଂଗୀତଜ୍ଞଙ୍କ ସହ କାମ କରିଥିଲେ।
ଦେବ କୋହଲିଙ୍କ ଶେଷ ଦର୍ଶନ ପାଇଁ ତାଙ୍କ ମୃତଦେହ ଅପରାହ୍ନ ୨ଟାରୁ ମୁମ୍ବାଇର ଲୋଖଣ୍ଡୱାଲା ଘରେ ରଖାଯିବ। ଏଥି ସହିତ ତାଙ୍କର ଶେଷ ରୀତିନୀତି ଶନିବାର ମୁମ୍ବାଇର ଓସିୱାରା ଶ୍ମଶାନରେ ଅନୁଷ୍ଠିତ ହେବ। ଏଥିସହିତ କୁହାଯାଉଛି ଯେ କବି ତଥା ଗୀତିକାର ଦେବ କୋହଲି ତାଙ୍କ ଘରେ ମୃତ୍ୟୁ ବରଣ କରିଛନ୍ତି, ବର୍ତ୍ତମାନ ସୁଦ୍ଧା ମୃତ୍ୟୁର କାରଣ ସ୍ପଷ୍ଟ ହୋଇନାହିଁ।

 


Enter your email to get our daily news in your inbox.

All Right Reserved By Dharitri.Com

ଖେଳିବେନି ବୈଭବ ସୂର୍ଯ୍ୟବଂଶୀ! ଟିମ୍‌ରେ ମିଳିଲାନି ସ୍ଥାନ, ୧୧ଜଣିଆ ଦଳ ଚୟନ କଲେ…

ନୂଆଦିଲ୍ଲୀ,୧୩।୯: ଭାରତର ପୂର୍ୱତନ କ୍ରିକେଟର ଆକାଶ ଚୋପ୍ରା ବୈଭବ ସୂର୍ଯ୍ୟବଂଶୀଙ୍କୁ ପ୍ଲେଇଂ ଇଲେଭେନରୁ ବାହାରେ ରଖିଛନ୍ତି। ଆଜି ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଭାରତ ଏବଂ ଆଫଗାନିସ୍ତାନ…

ବସ୍‌ ଚକାତଳେ ଚାଲିଗଲା ଶିଶୁକନ୍ୟାର ଜୀବନ

ସୋରଡ଼ା,୧୩ା୯(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ବଡ଼ଗଡ଼ ଥାନା ଢଉପଦା ଗ୍ରାମ ନିକଟରେ ବସ୍‌ଚକା ତଳେ ଚାପି ହୋଇ ଜଣେ ଶିଶୁକନ୍ୟାର ଜୀବନ ଚାଲିଯାଇଛି। ମୃତକ ଜଣକ ସେହି…

ପୁଣି ୪ ଗେଟ୍‌ ଖୋଲିଲା ହୀରାକୁଦ

ସମ୍ବଲପୁର,୧୩ା୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ବର୍ଷା ପରିମାଣ ବୃଦ୍ଧି ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ବନ୍ୟା ଜଳ ପ୍ରବେଶ ପରିମାଣର ବୃଦ୍ଧି ପାଇଛି। ଏହାସହ ଜଳଭଣ୍ଡାରର…

ପାଇଖାନା ଗର୍ତ୍ତରେ ଭାସୁଛି ନବଜାତ ଶିଶୁର ମୃତଦେହ, ସନ୍ଦେହ ଘେରରେ ଘରମାଲିକ

ତୁମୁଡ଼ିବନ୍ଧ,୧୩ା୯(ଦୀପକ କୁମାର ପରାସେଠ): ପାଇଖାନା ଗର୍ତ୍ତରେ ଭାସୁଛି ନବଜାତ ଶିଶୁର ମୃତଦେହ। ଏପରି ଏକ ସମ୍ବେଦନଶୀଳ ତଥା ଅମାନୁଷିକ ଘଟଣା କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ଥାନା ଅନ୍ତର୍ଗତ…

‘ଗାଡ଼ି ଗଭୀର ଖାଲ ଆଡ଼କୁ ମାଡ଼ିଚାଲିଛି; ବ୍ରେକ ଲଗାଇବାର ସମୟ ଆସିଯାଇଛି’ AIକୁ ନେଇ ଆମେରିକୀୟ ଆଇନ ପ୍ରଣେତାଙ୍କ ଚେତାବନୀ

ଓ୍ବାଶିଂଟନ,୧୩।୯: ଆମେରିକାର ସିନେଟର ବର୍ନି ସାଣ୍ଡର୍ସ ରବିବାର କହିଛନ୍ତି ଯେ AI (କୃତ୍ରିମ ବୁଦ୍ଧିମତ୍ତା) ବିକାଶର ଗତି ମନ୍ଥର କରିବା ପାଇଁ ଡାରିଓ ଆମୋଡେଇ, ସାମ ଅଲ୍ଟମ୍ୟାନ…

ୟୁଏଇରୁ ଫେରିଲେ ମୁଖ୍ୟମନ୍ତ୍ରୀ, ଓଡ଼ିଶା ପାଇଁ ଆଣିଛନ୍ତି ଖୁସିଖବର, କହିଲେ ଏଥର ଆମ…

ଭୁବନେଶ୍ୱର,୧୩ା୯: ସଂଯୁକ୍ତ ଆରବ ଏମିରେଟ୍ସ ଗସ୍ତ ସାରି ରବିବାର ଓଡ଼ିଶା ଫେରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଓଡ଼ିଶା ନିବେଶକ ସମ୍ମିଳନୀରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଆଜି…

ଘର କାମ ସାରି ବାହାରେ ଥିବାବେଳେ ଯୁବକଙ୍କୁଦୁଇ ରାଉଣ୍ଡ ଗୁଳି

ସୋରଡ଼ା, ୧୩।୯ (ରଜନୀ ମହାପାତ୍ର): ଗଞ୍ଜାମ ଜିଲାର ବଡ଼ଗଡ଼ ଥାନା ଅଧୀନ ଯୋଡ଼ାବନ୍ଧ ଛକ ନିକଟରେ ଗୁଳିକାଣ୍ଡ ଘଟିଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ…

ନୂଆଁଖାଇରେ ସମ୍ବଲପୁରୀ ଲୁଗାର କ୍ରେଜ୍‌, ବଢ଼ୁଛି ବେପାର: ବଜାରରେ ଜମୁଛି ଭିଡ଼

ଅମରପାଲି, ୧୩/୯ (ପୀତାମ୍ବର ସାହୁ): ନୂଆଁଖାଇ ପର୍ବକୁ ଆଉ କିଛି ଦିନ ବାକି ଥିବାବେଳେ ପଶ୍ଚିମ ଓଡ଼ିଶାର ବଜାରରେ ଦେଖାଦେଇଛି ଉତ୍ସବର ରଙ୍ଗ। ନୂଆଁଖାଇରେ ନୂଆ ପୋଷାକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?