‘ଅଟିଜିମ୍‌ ପିଲାଙ୍କୁ ମୁଖ୍ୟ ସ୍ରୋତରେ ସାମିଲ କରାଯାଉ’

ଭୁବନେଶ୍ୱର,୧୨।୧୨: ଅଟିଜିମ୍‌ ଦିବସ ସହ ଅଟିଜିମ୍‌ ଥେରାପି ସେଣ୍ଟର (ଏଟିସି) ର ବାର୍ଷିକ ଉତ୍ସବ ନିକଟରେ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଡିଏଭି ପବ୍ଲିକ୍‌ ସ୍କୁଲର ଆକ୍ଟିଭିଟି ହଲ୍‌ରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟର କୁଳପତି ଡ଼ା. ଅଶୋକ କୁମାର ମହାପାତ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଅଟିଜିମ୍‌ ପିଲାଙ୍କୁ ସମାଜର ମୁଖ୍ୟ ସ୍ରୋତରେ ସାମଲି କରିବାକୁ ସମସ୍ତଙ୍କୁ ଉତ୍ସାହିତ କରିଥିଲେ। ଅପରପକ୍ଷରେ ମ୍ୟାନ ଟ୍ରଷ୍ଟର ଅନ୍ୟତମ ଟ୍ରଷ୍ଟି ମଦନମୋହନ ପଣ୍ଡାଙ୍କ ସଭାପତିତ୍ୱରେ ସଭାକାର୍ଯ୍ୟ ପରିଚାଳିତ ହୋଇଥିଲା। ସେହିଭଳି ମ୍ୟାନ ଟ୍ରଷ୍ଟର ସଭାପତି ସ୍ବର୍ଣ୍ଣଲତା ମିଶ୍ର ଏଟିସିର ବାର୍ଷିକ ବିବରଣୀ ପାଠ ସହ କାର୍ଯ୍ୟକ୍ରମର ଆଭିମୂଖ୍ୟ ଓ ବର୍ତ୍ତମାନ ସମୟରେ ଅଟିଜିମ ପିଲାଙ୍କ ଭାଗ୍ୟ ଭବିଷତ୍ୟ ଏବଂ ସାମାଜିକ କାର୍ଯ୍ୟକଳାପ ଉପରେ ବିସ୍ତୁତ ମତ ଉପସ୍ଥାପନ କରିଥିଲେ।

ସେହିପରି ଏଟିସିର ବାର୍ଷିକ ଉତ୍ସବ ଅବସରରେ ଉଲ୍ଲେଖ କରାଯାଇଥିବା ସୂଚନା ଅନୁସାରେ ବାର୍ଷିକ କ୍ରୀଡା ପ୍ରତିଯୋଗିତା, ବିଭିନ୍ନ ଜାତୀୟ ଦିବସ, ଧାର୍ମିକ ଦିବସ ଏବଂ ସମାଜରେ ଅଟିଜିମ୍‌ ସମ୍ପର୍କରେ ଜ୍ଞାନ ଓ ଉପଯୁକ୍ତ ଚିନ୍ତାଧାରା ସୃଷ୍ଟି ନିମନ୍ତେ ବିଭିନ୍ନ ସ୍କୁଲ ଓ କଲେଜର ଛାତ୍ରଛାତ୍ରୀମାନଙ୍କୁ ନେଇ କରାଯାଇଥିବା କର୍ମଶାଳା ଆଦି ବିଷୟରେ ମଧ୍ୟ ସୂଚନା ଦେଇଥିଲେ। ଏପରିକି ବିଭିନ୍ନ ପ୍ରତିଯୋଗିତାରେ ସଫଳ ହୋଇଥିବା ଛାତ୍ରୀଛାତ୍ରମାନଙ୍କୁ ପୁରସ୍କାର ବିତରଶ କରାଯାଇଥିବା ବେଳେ ଏଟିସିର ଛାତ୍ର ଗୌତମ ପଣ୍ଡା (ଚିନୁ)ଙ୍କୁ ୨୦୨୨ର ଖେଳ ପ୍ରତିଯୋଗିତାର ଚମ୍ପିଆନ୍‌ ଟ୍ରଫି ପ୍ରଦାନ କରାଯାଇଥିଲା। ପରିଶେଷରେ ଡ଼ ଡି.ଏନ.ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ।
ଉଲେ୍‌ଲଖଯୋଗ୍ୟ ଯେ ଏଟିସିର ଛାତ୍ରୀଛାତ୍ରମାନେ ବାର୍ଷିକ ଉତ୍ସବରେ ମନମୁଗ୍ଧକର ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ଅନେକ ଅର୍ଟିଷ୍ଟିକ୍‌ ପିଲା ଓ ଅଭିଭାବକଙ୍କ ସମେତ ଅନ୍ୟମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri