‘ଅଟିଜିମ୍‌ ପିଲାଙ୍କୁ ମୁଖ୍ୟ ସ୍ରୋତରେ ସାମିଲ କରାଯାଉ’

ଭୁବନେଶ୍ୱର,୧୨।୧୨: ଅଟିଜିମ୍‌ ଦିବସ ସହ ଅଟିଜିମ୍‌ ଥେରାପି ସେଣ୍ଟର (ଏଟିସି) ର ବାର୍ଷିକ ଉତ୍ସବ ନିକଟରେ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଡିଏଭି ପବ୍ଲିକ୍‌ ସ୍କୁଲର ଆକ୍ଟିଭିଟି ହଲ୍‌ରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟର କୁଳପତି ଡ଼ା. ଅଶୋକ କୁମାର ମହାପାତ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଅଟିଜିମ୍‌ ପିଲାଙ୍କୁ ସମାଜର ମୁଖ୍ୟ ସ୍ରୋତରେ ସାମଲି କରିବାକୁ ସମସ୍ତଙ୍କୁ ଉତ୍ସାହିତ କରିଥିଲେ। ଅପରପକ୍ଷରେ ମ୍ୟାନ ଟ୍ରଷ୍ଟର ଅନ୍ୟତମ ଟ୍ରଷ୍ଟି ମଦନମୋହନ ପଣ୍ଡାଙ୍କ ସଭାପତିତ୍ୱରେ ସଭାକାର୍ଯ୍ୟ ପରିଚାଳିତ ହୋଇଥିଲା। ସେହିଭଳି ମ୍ୟାନ ଟ୍ରଷ୍ଟର ସଭାପତି ସ୍ବର୍ଣ୍ଣଲତା ମିଶ୍ର ଏଟିସିର ବାର୍ଷିକ ବିବରଣୀ ପାଠ ସହ କାର୍ଯ୍ୟକ୍ରମର ଆଭିମୂଖ୍ୟ ଓ ବର୍ତ୍ତମାନ ସମୟରେ ଅଟିଜିମ ପିଲାଙ୍କ ଭାଗ୍ୟ ଭବିଷତ୍ୟ ଏବଂ ସାମାଜିକ କାର୍ଯ୍ୟକଳାପ ଉପରେ ବିସ୍ତୁତ ମତ ଉପସ୍ଥାପନ କରିଥିଲେ।

ସେହିପରି ଏଟିସିର ବାର୍ଷିକ ଉତ୍ସବ ଅବସରରେ ଉଲ୍ଲେଖ କରାଯାଇଥିବା ସୂଚନା ଅନୁସାରେ ବାର୍ଷିକ କ୍ରୀଡା ପ୍ରତିଯୋଗିତା, ବିଭିନ୍ନ ଜାତୀୟ ଦିବସ, ଧାର୍ମିକ ଦିବସ ଏବଂ ସମାଜରେ ଅଟିଜିମ୍‌ ସମ୍ପର୍କରେ ଜ୍ଞାନ ଓ ଉପଯୁକ୍ତ ଚିନ୍ତାଧାରା ସୃଷ୍ଟି ନିମନ୍ତେ ବିଭିନ୍ନ ସ୍କୁଲ ଓ କଲେଜର ଛାତ୍ରଛାତ୍ରୀମାନଙ୍କୁ ନେଇ କରାଯାଇଥିବା କର୍ମଶାଳା ଆଦି ବିଷୟରେ ମଧ୍ୟ ସୂଚନା ଦେଇଥିଲେ। ଏପରିକି ବିଭିନ୍ନ ପ୍ରତିଯୋଗିତାରେ ସଫଳ ହୋଇଥିବା ଛାତ୍ରୀଛାତ୍ରମାନଙ୍କୁ ପୁରସ୍କାର ବିତରଶ କରାଯାଇଥିବା ବେଳେ ଏଟିସିର ଛାତ୍ର ଗୌତମ ପଣ୍ଡା (ଚିନୁ)ଙ୍କୁ ୨୦୨୨ର ଖେଳ ପ୍ରତିଯୋଗିତାର ଚମ୍ପିଆନ୍‌ ଟ୍ରଫି ପ୍ରଦାନ କରାଯାଇଥିଲା। ପରିଶେଷରେ ଡ଼ ଡି.ଏନ.ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ।
ଉଲେ୍‌ଲଖଯୋଗ୍ୟ ଯେ ଏଟିସିର ଛାତ୍ରୀଛାତ୍ରମାନେ ବାର୍ଷିକ ଉତ୍ସବରେ ମନମୁଗ୍ଧକର ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ଅନେକ ଅର୍ଟିଷ୍ଟିକ୍‌ ପିଲା ଓ ଅଭିଭାବକଙ୍କ ସମେତ ଅନ୍ୟମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌-ରୁଷିଆ ଯୁଦ୍ଧ: ୟୁକ୍ରେନ୍‌ର ଡ୍ରୋନ ଆକ୍ରମଣରେ ଜଳିଗଲା ରୁଷିଆର ବଡ଼ ଗୋଦାମ ଘର

ମସ୍କୋ,୧୬ା୮: ରୁଷିଆ ୟୁକ୍ରେନ୍‌ ଉପରେ ଜୋର୍‌ଦାର ଏୟାରଷ୍ଟ୍ରାଇକ୍‌ କରିଥିବା ବେଳେ କିଭ୍‌ ମଧ୍ୟ ଏହାର କଡ଼ା ଜବାବ ଦେଇଛି। ମସ୍କୋ ଅଞ୍ଚଳରେ ୟୁକ୍ରେନ୍‌ ଓଜନଦାର ଡ୍ରୋନ୍‌ ଯୋଗେ…

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

UGC NET 2026: ପରୀକ୍ଷା ନେଇ ବଡ଼ ଖବର: ଏହି ୩ବିଷୟରେ ପୁନଃ ପରୀକ୍ଷା ଦେବେ ଛାତ୍ରୀଛାତ୍ର!

ନୂଆଦିଲ୍ଲୀ,୧୬।୮: UGC-NET ଜୁନ୍ ୨୦୨୬ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ସୂଚନା ଅନୁସାରେ, ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଇଂରାଜୀ, କମର୍ସ ଏବଂ…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri