ମୁଖ୍ୟମନ୍ତ୍ରୀ ପଦ ମର୍ଯ୍ୟାଦା ରଖନ୍ତୁ: ପ୍ରତାପ ଦେବ

ଭୁବନେଶ୍ୱର,୨୫ା୬(ଅନିଲ ଦାସ): କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଟିପ୍ପଣୀକୁ ନେଇ ବିଜେଡି କଡ଼ା ପ୍ରତିକ୍ରିୟା ପ୍ରକାଶ କରିଛି। ସୋମବାର ଏକ ଖବରଦାତା ସମ୍ମିଳନୀରେ ବିଜେଡିର ବରିଷ୍ଠ ନେତା ତଥା ବିଧାୟକ ପ୍ରତାପ କେଶରୀ ଦେବ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀ କେନ୍ଦୁଝରରେ ଏକ ସଭାରେ ଯେଉଁ ଟିପ୍ପଣୀ ଦେଇଛନ୍ତି ତାହା ଦୁର୍ଭାଗ୍ୟଜନକ। ସେ କହିଛନ୍ତି, ଖଣି ଦୁର୍ନୀତି ହୋଇଥିଲା। ଏଥିରେ କାହାରିକୁ ଛଡ଼ାଯିବ ନାହିଁ। ସେ ବିରୋଧୀ ଦଳରେ ଥିବାବେଳେ ସରକାରୀ ଦଳ ପକ୍ଷରୁ ତାଙ୍କୁ ମନ୍ତ୍ରୀପଦ ଓ ଅନ୍ୟାନ୍ୟ ପ୍ରଲୋଭନ ଦିଆଯାଇଥିଲା ବୋଲି ଯାହା କହିଛନ୍ତି, ତାହା ଅତ୍ୟନ୍ତ ଦୁର୍ଭାଗ୍ୟପୂର୍ଣ୍ଣ। ମୁଖ୍ୟମନ୍ତ୍ରୀ ଜାଣିବା ଦରକାର ଯେ, ସେ ଏବେ ବିରୋଧୀ ଦଳରେ ନାହାନ୍ତି। ସେ ଏବେ ରାଜ୍ୟର ମୁଖ୍ୟମନ୍ତ୍ରୀ। ସେ ଏପରି ଟିପ୍ପଣୀ ଦେବା ପୂର୍ବରୁ ଚିନ୍ତା କରିବାର ଥିଲା। ତାଙ୍କ ପଦ ମର୍ଯ୍ୟାଦା ବଞ୍ଚାଇ ରଖିବା ତାଙ୍କର କର୍ତ୍ତବ୍ୟ। ଯେଉଁଭଳି ସେ ଉକ୍ତି ରଖିଛନ୍ତି ତାହା ଆଦୌ ଗ୍ରହଣୀୟ ନୁହଁ। ଯେକୌଣସି ପରିସ୍ଥିତି ଓ ଯେକୌଣସି କଥାର ଜବାବ ଦେବାକୁ ବିଜୁ ଜନତା ଦଳ ସଦାବେଳେ ପ୍ରସ୍ତୁତ ଅଛି। ଯଦି ସେ କହୁଛନ୍ତି ବିରୋଧୀ ଦଳରେ ଥିବା ବେଳେ ତାଙ୍କୁ ପ୍ରଲୋଭନ ଦେଖାଯାଇଥିଲା, ସେତେବେଳେ ଏହାକୁ ସେ ଗଣମାଧ୍ୟମରେ କାହିଁକି କହିଲେନି ବୋଲି ପ୍ରତାପ ଦେବ ପ୍ରଶ୍ନ କରିଛନ୍ତି। ମୁଖ୍ୟମନ୍ତ୍ରୀ ହେବା ପରେ ଏହା କେତେଦୂର ତାଙ୍କୁ ସାଜୁଛି ସେ ନିଜକୁ ନିଜେ ପଚାରିବା ଉଚିତ। ସେ ଚାହିଁଥିଲେ ସେତେବେଳେ କେସ୍‌ କରିପାରିଥାନ୍ତେ। ଏକଥା ନ କରି ଏବେ ମୁଖ୍ୟମନ୍ତ୍ରୀ ହେବା ପରେ ଏପରି ମନ୍ତବ୍ୟ ଦେବା କେତେଦୂର ସମୀଚୀନ ତାହା ସେ ତର୍ଜମା କରନ୍ତୁ। ତାଙ୍କ ଦଳର ସର୍ବୋଚ୍ଚ ନେତା କହିଛନ୍ତି, ଓଡ଼ିଶା ଖଣି ସଂସ୍କାର ଯଦି ଶିଖିବାର ଅଛି ତେବେ ଓଡ଼ିଶାରୁ ଶିଖ। ସଂସଦରେ ତାଙ୍କ ଶୀର୍ଷ ନେତା ପ୍ରଧାନମନ୍ତ୍ରୀ ଏହାକୁ ସ୍ବୀକାର କରିଛନ୍ତି। ଏହାକୁ କେମିତି ମୁଖ୍ୟମନ୍ତ୍ରୀ ଭୁଲିଯାଉଛନ୍ତି। ସଂଘୀୟ ବ୍ୟବସ୍ଥାରେ କିପରି ଶାସନ କରିବାକୁ ହୁଏ, ତାହା ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କଠାରୁ ଶିକ୍ଷା କରିବା ଉଚିତ। କ୍ଷମତାକୁ ଆସି ବିରୋଧୀ ଦଳ ପରି ପ୍ରଳାପ କରିବା ଛାଡ଼ନ୍ତୁ। ଓଡ଼ିଶାବାସୀ ଓ ଲୋକମାନେ ଭାଜପାକୁ ଜନମତ ଦେଇଛନ୍ତି। ତାଙ୍କ ଦଳ ତାଙ୍କୁ ମୁଖ୍ୟମନ୍ତ୍ରୀ କରିଛନ୍ତି। ତେଣୁ ସେ ତାଙ୍କ ପଦ ମର୍ଯ୍ୟାଦା ରକ୍ଷା କରିବା ଉଚିତ। ଏଭଳି ଉକ୍ତି ଯଦି ଜଣେ ମୁଖ୍ୟମନ୍ତ୍ରୀ ଗଣମାଧ୍ୟମରେ ରଖିବେ, ତେବେ ତାହା ଶୋଭନୀୟ ନୁହେଁ ବୋଲି ପ୍ରତାପ ଦେବ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?