ସ୍ବାସ୍ଥ୍ୟକେନ୍ଦ୍ରରେ ଆଇନ ଶୃଙ୍ଖଳା ସ୍ଥିତି ବଜାୟ ରଖ

ଭୁବନେଶ୍ବର,୨୪ା୯(ବ୍ୟୁରୋ): ସ୍ବାସ୍ଥ୍ୟକେନ୍ଦ୍ରଗୁଡ଼ିକରେ ବିଶୃଙ୍ଖଳା, ଡାକ୍ତର ଏବଂ ସ୍ବାସ୍ଥ୍ୟକର୍ମୀଙ୍କୁ ରୋଗୀଙ୍କ ସମ୍ପର୍କୀୟ ନିର୍ଯାତନା ଓ ଶାରୀରିକ ଆଘାତ ଦେଉଥିବା ନେଇ ରାଜ୍ୟର ବିଭିନ୍ନ ସ୍ଥାନରୁ ଅଭିଯୋଗ ଆସୁଛି। ଗତ କିଛିଦିନ ମଧ୍ୟରେ ସମ୍ବଲପୁର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଡାକ୍ତର ଏବଂ ସ୍ବାସ୍ଥ୍ୟକର୍ମୀମାନେ ରୋଗୀଙ୍କ ସମ୍ପର୍କୀୟଙ୍କ ଦ୍ୱାରା ଆକ୍ରମଣର ଶିକାର ମଧ୍ୟ ହୋଇଛନ୍ତି। ଏହାକୁ ନେଇ ସ୍ବାସ୍ଥ୍ୟ ବିଭାଗ ଚିନ୍ତା ପ୍ରକଟ କରିବା ସହ ଏଭଳି ଘଟଣାକୁ କିପରି ଏଡ଼ାଯାଇପାରିବ ସେନେଇ ସବୁ ଜିଲାପାଳ ଏବଂ ଏସ୍‌ପିଙ୍କୁ ନିର୍ଦ୍ଦେଶ ଦେଇଛି। ସରକାରୀ ଚିକିତ୍ସାଳୟଗୁଡ଼ିକରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରିବା ପାଇଁ ଏକ ମାର୍ଗଦର୍ଶିକା ବିଭାଗ ପକ୍ଷରୁ ଜାରି କରାଯାଇଛି। ଡାକ୍ତରମାନଙ୍କ ବିରୋଧରେ ଏଭଳି ଆଚରଣକୁ ନେଇ ରାଜ୍ୟ ସରକାର ଶୂନ୍ୟ ସହନଶୀଳତା ନୀତି ଆପଣାଇବେ ବୋଲି ସିଧାସଳଖ ଜଣାଇ ଦେଇଛନ୍ତି। ଏଭଳି ଘଟଣା ବିରୋଧରେ ଉଦାହରଣ ସୃଷ୍ଟି କରିବା ଭଳି ପଦକ୍ଷେପ ନିଆଯିବ ବୋଲି ସ୍ବାସ୍ଥ୍ୟ ବିଭାଗ ସୂଚନା ଦେଇଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ କମିଶନର ତଥା ସଚିବ ଶାଳିନୀ ପଣ୍ଡିତ ଶୁକ୍ରବାର ଏନେଇ ସବୁ ଜିଲାପାଳ, ଏସ୍‌ପି, ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲ ନିର୍ଦ୍ଦେଶକ ଏବଂ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀଙ୍କୁ ଚିଠି ଲେଖିଛନ୍ତି।
ଉକ୍ତ ଚିଠିରେ ଉଲ୍ଲେଖ କରାଯାଇଛି, ଡାକ୍ତର ଏବଂ ସ୍ବାସ୍ଥ୍ୟକର୍ମୀଙ୍କ ପ୍ରତି ଆକ୍ରମଣକୁ ନେଇ ରାଜ୍ୟ ସରକାର ଶୂନ୍ୟ ସହନଶୀଳତା ଆଭିମୁଖ୍ୟ ରଖୁଛନ୍ତି। ତଥାପି ଗତ କିଛିଦିନ ଭିତରେ ସେମାନଙ୍କ ଉପରେ ରୋଗୀଙ୍କ ସମ୍ପର୍କୀୟମାନେ ଆକ୍ରମଣ କରିବା ଭଳି ଘଟଣା ଘଟିଗଲାଣି। ଏଭଳି ଘଟଣାକୁ ରୋକିବା ସହ ହସ୍ପିଟାଲଗୁଡ଼ିକରେ ଆଇନ ଶୃଙ୍ଖଳା ପରିସ୍ଥିତି ବଜାୟ ରଖିବା ଲାଗି ପଦକ୍ଷେପ ନିଆଯିବା ଜରୁରୀ। ସମସ୍ତ ସ୍ବାସ୍ଥ୍ୟକେନ୍ଦ୍ରଗୁଡ଼ିକରେ ସିସିଟିଭି କ୍ୟାମେରା ଲଗାଯିବ। ଇନ୍‌ଡୋରର ପ୍ରତ୍ୟେକ ରୋଗୀଙ୍କୁ ମାତ୍ର ଦୁଇଟି ଭ୍ରମଣକାରୀ(ଭିଜିଟର୍ସ) ପାସ୍‌ ପ୍ରଦାନ କରାଯିବ। ଭ୍ରମଣକାରୀମାନେ କେବଳ ପରିଦର୍ଶନ ପାଇଁ ଉଦ୍ଦିଷ୍ଟ ସମୟରେ ହିଁ ଇନ୍‌ଡୋର ଭିତରକୁ ଯାଇ ରୋଗୀଙ୍କୁ ସାକ୍ଷାତ କରିପାରିବେ। ଦାୟିତ୍ୱରେ ଥିବା ସୁରକ୍ଷା କର୍ମଚାରୀମାନେ ଏହାର ତଦାରଖ କରିବେ। ସମସ୍ତ ନିୟମିତ ଏବଂ ଠିକା କର୍ମଚାରୀଙ୍କୁ ପରିଚୟପତ୍ର ପ୍ରଦାନ କରାଯିବ। ସାଧାରଣ ଲୋକ ଏବଂ ଯାନବାହନକୁ ଚିକିତ୍ସାଳୟ ଭିତରକୁ ପ୍ରବେଶ ପୂର୍ବରୁ କଡ଼ାକଡ଼ି ଯାଞ୍ଚ କରାଯିବ। ଚିକିତ୍ସାଳୟରେ ବିଶୃଙ୍ଖଳା କିମ୍ବା ଭଙ୍ଗାରୁଜା କଲେ କେଉଁ ଦଣ୍ଡ ମିଳିବ ସେନେଇ ଏକ ବୋର୍ଡ ସ୍ବାସ୍ଥ୍ୟକେନ୍ଦ୍ର ଭିତରେ ଲଗାଯିବ।
ସେହିପରି ଚିକିତ୍ସାଳୟ ପରିସରରେ ସୁରକ୍ଷା କର୍ମଚାରୀମାନେ ନିୟମିତ ପାଟ୍ରୋଲିଂ କରିବା ସହିତ ଅଯଥାରେ ପାର୍କିଂ ହୋଇଥିବା ଯାନକୁ ବାହାରକରିବା ସହ ଉଠାଦୋକାନକୁ ଉଚ୍ଛେଦ କରାଯିବ। ଅଭିଯୋଗ ଶୁଣାଣି ପାଇଁ ନିର୍ଦ୍ଦିଷ୍ଟ ବ୍ୟବସ୍ଥା ରହିବ। ଏହାଦ୍ୱାରା ସ୍ବାସ୍ଥ୍ୟକେନ୍ଦ୍ରର ମୁଖ୍ୟଙ୍କ ନିକଟରେ ସାଧାରଣ ଲୋକ ସହଜରେ ନିଜର ଅଭିଯୋଗ ଦାଖଲ କରିପାରିବେ। ଯଦି ଅଭିଯୋଗ ଶୁଣାଣି ବ୍ୟବସ୍ଥା ଠିକ୍‌ ରହିବ ତେବେ ଚିକିତ୍ସା ଅବହେଳା କିମ୍ବା ଅନ୍ୟାନ୍ୟ ବିଷୟ ନେଇ କେହି ବିଶୃଙ୍ଖଳା ସୃଷ୍ଟି କରିପାରିବେ ନାହିଁ। ଡାକ୍ତର ଏବଂ ସ୍ବାସ୍ଥ୍ୟକର୍ମୀଙ୍କୁ ଆକ୍ରମଣ ଘଟଣାଗୁଡ଼ିକ ସ୍ଥାନୀୟ ଏସ୍‌ପି ଗୁରୁତର ଭାବେ ନେବା ସହ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଚିଠିରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିସମାସ ଶୁଭକାମନାରେ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କ ‘ମୃତ୍ୟୁ’ କାମନା କଲେ ଜେଲେନସ୍କି 

କ୍ୱିଭ,୨୫।୧୨: ଯୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କ୍ରିସମସ ଇଭ (ଡିସେମ୍ବର ୨୪) ରେ ତାଙ୍କ ପାରମ୍ପରିକ ଭାଷଣରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡ଼ିମିର ପୁଟିିନଙ୍କ ଅପ୍ରତ୍ୟକ୍ଷ ମୃତ୍ୟୁ...

ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ

ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...

ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri