ସ୍ବାସ୍ଥ୍ୟକେନ୍ଦ୍ରରେ ଆଇନ ଶୃଙ୍ଖଳା ସ୍ଥିତି ବଜାୟ ରଖ

ଭୁବନେଶ୍ବର,୨୪ା୯(ବ୍ୟୁରୋ): ସ୍ବାସ୍ଥ୍ୟକେନ୍ଦ୍ରଗୁଡ଼ିକରେ ବିଶୃଙ୍ଖଳା, ଡାକ୍ତର ଏବଂ ସ୍ବାସ୍ଥ୍ୟକର୍ମୀଙ୍କୁ ରୋଗୀଙ୍କ ସମ୍ପର୍କୀୟ ନିର୍ଯାତନା ଓ ଶାରୀରିକ ଆଘାତ ଦେଉଥିବା ନେଇ ରାଜ୍ୟର ବିଭିନ୍ନ ସ୍ଥାନରୁ ଅଭିଯୋଗ ଆସୁଛି। ଗତ କିଛିଦିନ ମଧ୍ୟରେ ସମ୍ବଲପୁର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଡାକ୍ତର ଏବଂ ସ୍ବାସ୍ଥ୍ୟକର୍ମୀମାନେ ରୋଗୀଙ୍କ ସମ୍ପର୍କୀୟଙ୍କ ଦ୍ୱାରା ଆକ୍ରମଣର ଶିକାର ମଧ୍ୟ ହୋଇଛନ୍ତି। ଏହାକୁ ନେଇ ସ୍ବାସ୍ଥ୍ୟ ବିଭାଗ ଚିନ୍ତା ପ୍ରକଟ କରିବା ସହ ଏଭଳି ଘଟଣାକୁ କିପରି ଏଡ଼ାଯାଇପାରିବ ସେନେଇ ସବୁ ଜିଲାପାଳ ଏବଂ ଏସ୍‌ପିଙ୍କୁ ନିର୍ଦ୍ଦେଶ ଦେଇଛି। ସରକାରୀ ଚିକିତ୍ସାଳୟଗୁଡ଼ିକରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରିବା ପାଇଁ ଏକ ମାର୍ଗଦର୍ଶିକା ବିଭାଗ ପକ୍ଷରୁ ଜାରି କରାଯାଇଛି। ଡାକ୍ତରମାନଙ୍କ ବିରୋଧରେ ଏଭଳି ଆଚରଣକୁ ନେଇ ରାଜ୍ୟ ସରକାର ଶୂନ୍ୟ ସହନଶୀଳତା ନୀତି ଆପଣାଇବେ ବୋଲି ସିଧାସଳଖ ଜଣାଇ ଦେଇଛନ୍ତି। ଏଭଳି ଘଟଣା ବିରୋଧରେ ଉଦାହରଣ ସୃଷ୍ଟି କରିବା ଭଳି ପଦକ୍ଷେପ ନିଆଯିବ ବୋଲି ସ୍ବାସ୍ଥ୍ୟ ବିଭାଗ ସୂଚନା ଦେଇଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ କମିଶନର ତଥା ସଚିବ ଶାଳିନୀ ପଣ୍ଡିତ ଶୁକ୍ରବାର ଏନେଇ ସବୁ ଜିଲାପାଳ, ଏସ୍‌ପି, ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲ ନିର୍ଦ୍ଦେଶକ ଏବଂ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀଙ୍କୁ ଚିଠି ଲେଖିଛନ୍ତି।
ଉକ୍ତ ଚିଠିରେ ଉଲ୍ଲେଖ କରାଯାଇଛି, ଡାକ୍ତର ଏବଂ ସ୍ବାସ୍ଥ୍ୟକର୍ମୀଙ୍କ ପ୍ରତି ଆକ୍ରମଣକୁ ନେଇ ରାଜ୍ୟ ସରକାର ଶୂନ୍ୟ ସହନଶୀଳତା ଆଭିମୁଖ୍ୟ ରଖୁଛନ୍ତି। ତଥାପି ଗତ କିଛିଦିନ ଭିତରେ ସେମାନଙ୍କ ଉପରେ ରୋଗୀଙ୍କ ସମ୍ପର୍କୀୟମାନେ ଆକ୍ରମଣ କରିବା ଭଳି ଘଟଣା ଘଟିଗଲାଣି। ଏଭଳି ଘଟଣାକୁ ରୋକିବା ସହ ହସ୍ପିଟାଲଗୁଡ଼ିକରେ ଆଇନ ଶୃଙ୍ଖଳା ପରିସ୍ଥିତି ବଜାୟ ରଖିବା ଲାଗି ପଦକ୍ଷେପ ନିଆଯିବା ଜରୁରୀ। ସମସ୍ତ ସ୍ବାସ୍ଥ୍ୟକେନ୍ଦ୍ରଗୁଡ଼ିକରେ ସିସିଟିଭି କ୍ୟାମେରା ଲଗାଯିବ। ଇନ୍‌ଡୋରର ପ୍ରତ୍ୟେକ ରୋଗୀଙ୍କୁ ମାତ୍ର ଦୁଇଟି ଭ୍ରମଣକାରୀ(ଭିଜିଟର୍ସ) ପାସ୍‌ ପ୍ରଦାନ କରାଯିବ। ଭ୍ରମଣକାରୀମାନେ କେବଳ ପରିଦର୍ଶନ ପାଇଁ ଉଦ୍ଦିଷ୍ଟ ସମୟରେ ହିଁ ଇନ୍‌ଡୋର ଭିତରକୁ ଯାଇ ରୋଗୀଙ୍କୁ ସାକ୍ଷାତ କରିପାରିବେ। ଦାୟିତ୍ୱରେ ଥିବା ସୁରକ୍ଷା କର୍ମଚାରୀମାନେ ଏହାର ତଦାରଖ କରିବେ। ସମସ୍ତ ନିୟମିତ ଏବଂ ଠିକା କର୍ମଚାରୀଙ୍କୁ ପରିଚୟପତ୍ର ପ୍ରଦାନ କରାଯିବ। ସାଧାରଣ ଲୋକ ଏବଂ ଯାନବାହନକୁ ଚିକିତ୍ସାଳୟ ଭିତରକୁ ପ୍ରବେଶ ପୂର୍ବରୁ କଡ଼ାକଡ଼ି ଯାଞ୍ଚ କରାଯିବ। ଚିକିତ୍ସାଳୟରେ ବିଶୃଙ୍ଖଳା କିମ୍ବା ଭଙ୍ଗାରୁଜା କଲେ କେଉଁ ଦଣ୍ଡ ମିଳିବ ସେନେଇ ଏକ ବୋର୍ଡ ସ୍ବାସ୍ଥ୍ୟକେନ୍ଦ୍ର ଭିତରେ ଲଗାଯିବ।
ସେହିପରି ଚିକିତ୍ସାଳୟ ପରିସରରେ ସୁରକ୍ଷା କର୍ମଚାରୀମାନେ ନିୟମିତ ପାଟ୍ରୋଲିଂ କରିବା ସହିତ ଅଯଥାରେ ପାର୍କିଂ ହୋଇଥିବା ଯାନକୁ ବାହାରକରିବା ସହ ଉଠାଦୋକାନକୁ ଉଚ୍ଛେଦ କରାଯିବ। ଅଭିଯୋଗ ଶୁଣାଣି ପାଇଁ ନିର୍ଦ୍ଦିଷ୍ଟ ବ୍ୟବସ୍ଥା ରହିବ। ଏହାଦ୍ୱାରା ସ୍ବାସ୍ଥ୍ୟକେନ୍ଦ୍ରର ମୁଖ୍ୟଙ୍କ ନିକଟରେ ସାଧାରଣ ଲୋକ ସହଜରେ ନିଜର ଅଭିଯୋଗ ଦାଖଲ କରିପାରିବେ। ଯଦି ଅଭିଯୋଗ ଶୁଣାଣି ବ୍ୟବସ୍ଥା ଠିକ୍‌ ରହିବ ତେବେ ଚିକିତ୍ସା ଅବହେଳା କିମ୍ବା ଅନ୍ୟାନ୍ୟ ବିଷୟ ନେଇ କେହି ବିଶୃଙ୍ଖଳା ସୃଷ୍ଟି କରିପାରିବେ ନାହିଁ। ଡାକ୍ତର ଏବଂ ସ୍ବାସ୍ଥ୍ୟକର୍ମୀଙ୍କୁ ଆକ୍ରମଣ ଘଟଣାଗୁଡ଼ିକ ସ୍ଥାନୀୟ ଏସ୍‌ପି ଗୁରୁତର ଭାବେ ନେବା ସହ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଚିଠିରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇଥର ଗଜକେଶରୀ ଯୋଗ: ଏହି ୪ ରାଶିଙ୍କ ଭାଗ୍ୟରେ ଲାଗିଲା ଲଟେରୀ, ଚାରିଆଡୁ ଆସିବ ଟଙ୍କା!

ବୈଦିକ ଜ୍ୟୋତିଷ ଅନୁସାରେ ଗଜକେଶରୀ ଯୋଗକୁ ଏକ ଶୁଭ ଯୋଗ ଭାବେ ବିବେଚନା କରାଯାଏ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ଜନ୍ମକୁଣ୍ଡଳୀରେ ଏହି ଯୋଗ ସୃଷ୍ଟି ହେଲେ କ୍ୟାରିୟର,…

ଏଲିଟ ଫିଲ୍ଡିଂ କ୍ଲବରେ ସାମିଲ ହେଲେ ତିଲକ

ଇନ୍ଦୋର,୧୨।୧୦: ଭାରତୀୟ ଟି-୨୦ ଦଳର ଉପଅଧିନାୟକ ତିଳକ ବର୍ମା ଏକ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଅନ୍ତର୍ଜାତୀୟ ଟି-୨୦ ସିରିଜର ତୃତୀୟ ମ୍ୟାଚ୍‌ରେ ତିଳକ…

୧୩ରେ ଲଘୁଚାପ: ପାଣିପାଗ ବିଭାଗର କହିଲା ଏହାର ଗତିବିଧି…

ଭୁବନେଶ୍ୱର,୧୨।୧୦ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଆସନ୍ତା ୧୩ ଅକ୍ଟୋବର ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ତେବେ ଅନୁକୂଳ ପାଣିପାଗ ଓ ସାମୁଦ୍ରିକ ପରିସ୍ଥିତି…

କ୍ରିକେଟ ମଇଦାନରେ କମାଲ କଲେ ଦ୍ରାବିଡ଼ଙ୍କ ପୁଅ: ବିସ୍ଫୋରକ ଇନିଂସ ଖେଳି ସମସ୍ତଙ୍କୁ କରିଦେଲେ ଚକିତ

ନୂଆଦିଲ୍ଲୀ, ୧୨।୧୦: ପୂର୍ବତନ ଭାରତୀୟ ଅଧିନାୟକ ତଥା ମୁଖ୍ୟ କୋଚ ରାହୁଲ ଦ୍ରାବିଡ଼ଙ୍କ ପୁଅ ଅନୱୟ ଦ୍ରାବିଡ଼ ନିଜର ଆକ୍ରମଣାତ୍ମକ ବ୍ୟାଟିଂ ପାଇଁ ଏବେ ଚର୍ଚ୍ଚାରେ। ଭିନୁ…

ସରକାରୀ କର୍ମଚାରୀଙ୍କ ଦରମା-ପେନସନ ଉପରେ ବଡ଼ ଖବର: ଏହି ରାଜ୍ୟ ଗଠନ କଲା ଅଷ୍ଟମ ବେତନ ଆୟୋଗ

ନୂଆଦିଲ୍ଲୀ, ୧୨।୧୦: କେନ୍ଦ୍ର ସରକାର ୨୦୨୫ ନଭେମ୍ବରରେ ଅଷ୍ଟମ ବେତନ ଆୟୋଗ ଗଠନକୁ ମଞ୍ଜୁରି ଦେଇଥିଲେ। ଏହା ପରେ ଏକ କମିଟି ଗଠନ କରାଯାଇଛି। ଏହି କମିଟି…

ବୈଭବ ସୂର୍ଯ୍ୟବଂଶୀ ନୁହେଁ, ଏହି ଭାରତୀୟ ଷ୍ଟାରଙ୍କୁ ୱାଲର୍‌ଡ ସୁପରପାୱାର ଓପନର କହିଲେ ଦିନେଶ କାର୍ତ୍ତିକ

ଇନ୍ଦୋର,୧୨।୧୦: ଭାରତୀୟ ଦଳର ଷ୍ଟାର ଓପନର ଅଭିଷେକ ଶର୍ମାଙ୍କ ଜବରଦସ୍ତ ବ୍ୟାଟିଂକୁ ନେଇ ପ୍ରଶଂସାରେ ଶତମୁଖ ହୋଇଛନ୍ତି ପୂର୍ବତନ ଭାରତୀୟ କ୍ରିକେଟର ଦିନେଶ କାର୍ତ୍ତିକ। ବିଭିନ୍ନ ପରିସ୍ଥିତି…

ଝିଅ ସାରାଙ୍କୁ ନେଇ ଏମିତି କହିଲେ ସଚିନ ତେନ୍ଦୁଲକର: ସୋସିଆଲ ମିଡିଆରେ ବଢୁଛି ଚର୍ଚ୍ଚା

ମୁମ୍ବାଇ,୧୨।୧୦: ଭାରତୀୟ କ୍ରିକେଟ୍‌ର କିମ୍ବଦନ୍ତୀ ଖେଳାଳି ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ଆଜି ୨୯ ବର୍ଷରେ ପାଦ ଥାପିଛନ୍ତି। ଏହି ବିଶେଷ ଅବସରରେ ସାରାଙ୍କୁ ସୋସିଆଲ…

କୋହଲିଙ୍କ ଉପରେ ଟଙ୍କା ନେବା ଅଭିଯୋଗ କରିଥିବା ବାବା ଦେଲେ ବଡ଼ ବୟାନ, ଏବେ କହିଲେଣି ଏମିତି…ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ, ୧୨।୧୦: ମଥୁରାର ବୃନ୍ଦାବନସ୍ଥିତ ରାଧା କୁଟୀ ଆଶ୍ରମରେ ସାଧୁସନ୍ଥମାନେ ଶ୍ରୀକୃଷ୍ଣ ଜନ୍ମଭୂମି ମାମଲାର ପକ୍ଷକାର ଦିନେଶ ଫଳାହାରୀଙ୍କୁ ‘ବ୍ରଜ ରତ୍ନ’ ସମ୍ମାନରେ ସମ୍ମାନିତ କରିଛନ୍ତି। ଭଗବାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?