ଡାଲମିଆ ସିମେଣ୍ଟ କମ୍ପାନୀରେ ବଡ଼ ଦୁର୍ଘଟଣା: ଭୁଶୁଡ଼ିଲା କୋଇଲା ହପର, ୩ ଶ୍ରମିକଙ୍କ ପତ୍ତା ମିଳୁନି

ସୁନ୍ଦରଗଡ଼/ରାଜଗାଙ୍ଗପୁର,୧୭ା୧(ଜୟ ନାରାୟଣ ମେଣ୍ଡୁଳି/ଅଶୋକ ପାଣି): ଜିଲା ରାଜଗାଙ୍ଗପୁରସ୍ଥିତ ଡାଲମିଆ ସିମେଣ୍ଟ କାରଖାନାର ଲାଇନ୍‌ ୨ ପ୍ଲାଣ୍ଟରେ ଗୁରୁବାର ସନ୍ଧ୍ୟାରେ କୋଲ୍‌ ହପର ଭୁଶୁଡ଼ି ପଡ଼ିଛି। ଫଳରେ ୩ ଶ୍ରମିକଙ୍କ ପତ୍ତା ମିଳୁନି। ଘଟଣାକୁ ନେଇ କାରଖାନା ବାହାରେ ଉତ୍ତେଜନା ପ୍ରକାଶ ପାଇଛି। ଅଗ୍ନିଶମ କର୍ମଚାରୀ, ରାଜଗାଙ୍ଗପୁର ପୋଲିସ, ପ୍ଲାଣ୍ଟ ସୁରକ୍ଷା କର୍ମୀ ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ୩ଟି କ୍ରେନ ସାହାଯ୍ୟରେ ଗଦା ହୋଇଥିବା କୋଇଲାକୁ କଢ଼ାଯାଉଛି। ଖବର ପାଇ ପ୍ଲାଣ୍ଟ ଭିତରକୁ ୩ଟି ଆମ୍ବୁଲାନ୍ସ ଯାଇଛି। ଏହି ଦୁର୍ଘଟଣା ସମ୍ପର୍କରେ କାରଖାନା କର୍ତ୍ତୃପକ୍ଷ କିମ୍ବା ପ୍ରଶାସନ ପକ୍ଷରୁ କୌଣସି ଠିକ୍‌ ସୂଚନା ମିଳିପାରିନାହିଁ।  କମ୍ପାନୀର ମୁଖ୍ୟ ଫାଟକ ବନ୍ଦ ରହିଛି। ଗେଟ୍‌ ବାହାରେ ଶତାଧିକ ଲୋକଙ୍କ ଭିଡ଼ ଜମି ରହିଛି। ପଶ୍ଚିମାଞ୍ଚଳ ଡିଆଇଜି ବ୍ରିଜେଶ ରାଏ, ସୁନ୍ଦରଗଡ଼ ଏସ୍‌ପି ପ୍ରତ୍ୟୁଷ ଦିବାକର, ରାଜଗାଙ୍ଗପୁର ବିଧାୟକଡା. ସିଏସ୍‌ ରାଜେନ ଏକ୍କା ଓ ଅନ୍ୟ ଅଧିକାରୀମାନେ କାରଖାନା ବାହାରେ ପହଞ୍ଚି ଆଲୋଚନା କରୁଛନ୍ତି।

ସୂଚନା ଅନୁଯାୟୀ, ଗୁରୁବାର ସନ୍ଧ୍ୟାରେ ୨ନମ୍ବର ପ୍ଲାଣ୍ଟରେ ଥିବା ବଏଲର ଫାଟି ଯାଇ କୋଇଲା ଗଦା ହୋଇଯାଇଥିଲା। ପ୍ଲାଣ୍ଟ ଭିତରକୁ ୧୬ଜଣ ଶ୍ରମିକ କାର୍ଯ୍ୟ କରିବାକୁ ଯାଇଥିଲେ। ସେଥିମଧ୍ୟରୁ କେତେଜଣ ବାହାରକୁ ପଳାଇ ଆସିଥିବାବେଳେ ୩ ଶ୍ରମିକଙ୍କ ଫୋନ୍‌କୁ ଯୋଗାଯୋଗ ହୋଇପାରୁ ନାହିଁ। ଏନେଇ ସେମାନଙ୍କ ପରିବାର ଲୋକେ ନାନା ଆଶଙ୍କାରେ ରହିଛନ୍ତି।  ଏ ନେଇ କୌଣସି ସ୍ପଷ୍ଟ ଖବର ମିଳୁ ନ ଥିବାରୁ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଉତ୍ତେଜନା ପ୍ରକାଶ ପାଇଛି।

ଏହି କୋଇଲା ହପରରେ ଟନ୍ ଟନ୍ କୋଇଲା ଗଚ୍ଛିତ ରହିଥାଏ। ପରେ କୋଇଲାକୁ କନଭେୟର ବେଲ୍ଟ ମାଧ୍ୟମରେ ବଏଲରକୁ ପଠାଯାଇଥାଏ। ତେବେ କୋଇଲା ହପର ଭୁଶୁଡି ପଡିବାରୁ ଏହି ଦୁର୍ଘଟଣା ଘଟିଛି।

ସୂଚନାଯୋଗ୍ୟ, ୨୦୨୦ରେ ଡାଲମିଆ ସିମେଣ୍ଟରେ ଏକ ଅଘଟଣ ଘଟି ଜଣେ ମହିଳା ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

୩୧ ଅକ୍ଟୋବର ଯାଏ ୩ରାଶିଙ୍କ ଫିଟିଲା ଭାଗ୍ୟ; ଚାକିରିରେ ମିଳିବ ବଡ଼ ପ୍ରମୋଶନ, ହୁ ହୁ ହୋଇ ବଢିବ ଟଙ୍କା…

ବୈଦିକ ଜ୍ୟୋତିଷରେ ଦେବଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧନ, ସୁଖ, ସନ୍ତାନ ଏବଂ ସୌଭାଗ୍ୟର କାରକ ଗ୍ରହ ଭାବେ ବିବେଚନା କରାଯାଏ। ଗୁରୁ ଯେତେବେଳେ ରାଶି ପରିବର୍ତ୍ତନ କରନ୍ତି,…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri