ଆମେରିକା-ଜେଲେନ୍ସି ବୈଠକ ପୂର୍ବରୁ ବଡ଼ ଦୁର୍ଘଟଣା, ଲୋକଙ୍କୁ ଦଳିଦେଲା କାର୍‌, ୨୦ଜଣ…

ମ୍ୟୁନିଚ,୧୩।୨: ଆମେରିକା-ୟୁକ୍ରେନ ବୈଠକ ପୂର୍ବରୁ ବଡ଼ ଅଘଟଣ। ହେଲା ବଡ଼ ଦୁର୍ଘଟଣା। ଜର୍ମାନୀର ମ୍ୟୁନିଚରେ ଫେବୃଆରୀ ୧୪ରେ ଏକ ସୁରକ୍ଷା ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି। ଯେଉଁଥିରେ ଆମେରିକା ସହ ୟୁକ୍ରେନ ମଧ୍ୟରେ ବୈଠକ ବସିବାକୁ ଯାଉଛି। କିନ୍ତୁ ଏସବୁ ଭିତରେ ଏଠାରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଜର୍ମାନୀ ସଡକରେ ଏକ କାର ଲୋକ ଗହଳିକୁ ମାଡି ଯାଇଛି। ଯେଉଁଥିରେ କାର୍‌ଟି ଲୋକଙ୍କୁ ଧକ୍କା ଦେବାରୁ ୨୦ଜଣ ଗୁରୁତର ଆହତ ହୋଇଛନ୍ତି।

କହିରଖୁଛୁ କି, ଆସନ୍ତାକାଲିର ଏହି ବୈଠକରେ ଆମେରିକାର ଉପରାଷ୍ଟ୍ରପତି ଜେଡି ଭାନ୍ସ ଏବଂ ୟୁକ୍ରେନୀୟ ରାଷ୍ଟ୍ରପତି ଭ୍ଲାଦିମିର ଜେଲେନ୍ସି ଯୋଗ ଦେବାକୁ ଯାଉଛନ୍ତି। ଏହି ଘଟଣାଟି ମ୍ୟୁନିଚ୍ର କେନ୍ଦ୍ରୀୟ ରେଳ ଷ୍ଟେସନ ନିକଟରେ ଡାଚାଉର ଷ୍ଟ୍ରାସ ଏବଂ ସିଡଲଷ୍ଟ୍ରାସ ଅଞ୍ଚଳରେ ଘଟିଛି। ପୋଲିସ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ଘଟଣାସ୍ଥଳରୁ ଡ୍ରାଇଭରଙ୍କୁ ଅଟକ ରଖିଛି। ସ୍ଥାନୀୟ ଗଣମାଧ୍ୟମ ଅନୁଯାୟୀ, ଏକ ଟ୍ରେଡ ୟୁନିଅନ ଦ୍ୱାରା ଆୟୋଜିତ ଏକ ପ୍ରଦର୍ଶନ ସମୟରେ ଏହି ଘଟଣା ଘଟିଥିଲା। ଏଠାରେ ଏକ ଧଳା କାର ପ୍ରଦର୍ଶନକାରୀଙ୍କ ମଧ୍ୟରେ ପ୍ରବେଶ କରି ଅନେକ ଲୋକଙ୍କୁ ଧକ୍କା ଦେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?