ପହଣ୍ଡିବେଳେ ବଡ଼ ଅଘଟଣ: କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ପୁରୀ,୭।୯: ଆଡ଼ପ ମଣ୍ଡପ ବିଜେ ବେଳେ ଘଟିଯାଇଛି ବଡ଼ ଘଟଣା। ପହଣ୍ଡି ବେଳେ ତଳକୁ ଖସିଗଲେ ମହାପ୍ରଭୁ ବଳଭଦ୍ର । ଘଟଣାକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝି।

ମୁଖ୍ୟମନ୍ତ୍ରୀ ମୋହନ, ଆଇନ ମନ୍ତ୍ରୀଙ୍କୁ ତୁରନ୍ତ ପୁରୀ ଯାଇ ସ୍ଥିତି ଅନୁଧ୍ୟାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଘଟଣାସ୍ଥଳରେ ପହଞ୍ଚି ଉପଯୁକ୍ତ ପଦକ୍ଷେପ ନେବାକୁ ଆଇନ ମନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ। ଏଥିସହ ଆହତ ସେବାୟତମାନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ।

ସୂଚନାଥାଉ କି, ମଙ୍ଗଳବାର ଜନ୍ମବେଦୀକୁ ଆଡପ ବିଜେବେଳେ ପୁରୀରେ ଘଟିଛି ବଡ଼ ଅଘଟଣ । ପହଣ୍ଡି ବେଳେ ତଳକୁ ଖସି ପଡିଛନ୍ତି ମହାପ୍ରଭୁ ବଳଭଦ୍ର । ଠାକୁର ରଥର ସିଂହାସନରୁ ଓହ୍ଲାଇବା ପରେ ପହଣ୍ଡି ଆରମ୍ଭ ହୋଇଥିଲା। କିନ୍ତୁ କିଛିବାଟ ଆସିବା ପରେ ତଳକୁ ଖସି ପଡିଥିଲେ। ପାଖରେ ଥିବା ସେବକମାନେ ଠାକୁରଙ୍କୁ ସିଧା କରିବାକୁ ଚେଷ୍ଟା କରିଥିଲେ ମଧ୍ୟ, ଏହା ସମ୍ଭବ ହୋଇ ନ ଥିଲା। ରଥ ଉପରୁ ସେବାୟତଙ୍କ ଗୋଡ ଖସିବାରୁ ଏପରି ଅଘଟଣ ଘଟିଛି । ବଡ଼ ଠାକୁର ତଳକୁ ଖସିବାରୁ ତଳେ ଚାପି ହୋଇ ୫ ଜଣ ସେବାୟତ ଆହତ ହୋଇଛନ୍ତି । ଆହତ ସେବାୟତଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri