Posted inଜାତୀୟ

ନିର୍ବାଚନ କମିଶନରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ପ୍ରଚାର କରିପାରିବେନି ଏହି କଂଗ୍ରେସ ଏମପି

ନୂଆଦିଲ୍ଲୀ,୧୬।୪: କଂଗ୍ରେସର ଜଣେ ନେତାଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ନିର୍ବାଚନ କମିଶନର। ରାଜ୍ୟ ସଭା ଏମପି ରଣଦୀପ ସୂର୍ଯ୍ୟେୱାଲଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ଭାଜପା ଏମପି ତଥା ଅଭିନେତ୍ରୀ ହେମା ମାଳିନୀଙ୍କ ସମ୍ପର୍କରେ ସେ ଅଭଦ୍ର ଟିପ୍ପଣୀ କରିବା ଅଭିଯୋଗରେ ଫସିଛନ୍ତି।

ଇସି ସୂର୍ଯ୍ୟେୱାଲଙ୍କୁ ଦୁଇ ଦିନ ପ୍ରଚାର ମେଇଦାନରୁ ଦୂରେଇ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହାର ଅର୍ଥ ସେ ନିଜ ଦଳ ପାଇଁ ୨ ଦିନ କୌଣସି ପ୍ରକାରର ପ୍ରଚାର କରିପାରିବେ ନାହିଁ। ଆଜି ସଂଧ୍ୟା ୬ଟାରୁ ୪୮ ଘଣ୍ଟା ଏହା ଲାଗୁ ହୋଇଛି।

ସୂଚନାଥାଉ କି, ହରିଆଣା ସ୍ଥିତ ନିର୍ବାଚନ ପ୍ରଚାରବେଳେ ସୂର୍ଯ୍ୟେୱାଲା ପ୍ରୟୋଗ କରିଥିବା ଶବ୍ଦ ଅତ୍ୟନ୍ତ ଆପତ୍ତିଜନକ ଥିଲା। ଯାହା ନିର୍ବାଚନ ଆଚରଣ ବିଧିର ଉଲ୍ଲଙ୍ଘନ କରିଛି। ଏଥିପାଇଁ ଇସି ଭାରତୀୟ ସମ୍ବିଧାନର ଧାରା ୩୨୪ ଅନୁଯାୟୀ ସୂର୍ଯ୍ୟେୱାଲାଙ୍କୁ ସର୍ବସାଧାରଣ ମିଟିଂ, ରାଲି, ରୋଡ ଶୋ’, ଇଣ୍ଟରଭ୍ୟୁ, ମିଡିଆରେ କୌଣସି ପ୍ରକାରର ବାଇଟ ଦେବାରୁ ଦୂରେଇ ରହିବାକୁ ନିର୍ଦ୍ଦେଶ ଦେଉଛନ୍ତି। ୨୦୨୪ ନିର୍ବାଚନରେ ପ୍ରଥମ ରାଜନେତା ଭାବେ ସୂର୍ଯ୍ୟେୱାଲାଙ୍କ ବିରୋଧରେ ଇସି ଏପରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୪ ଘଣ୍ଟାରେ ଲଘୁଚାପ: ସପ୍ତାହେ ଯାଏ ପ୍ରବଳ ବର୍ଷା, ଆଜି ୬ ଜିଲାକୁ ଓ୍ବାର୍ନିଂ…

ଭୁବନେଶ୍ୱର, ୭ା୮(ବନ୍ଦନା ସେଠୀ) – ରାଜ୍ୟରେ ଲଗାଣ ବର୍ଷା ପାଇଁ ବିଭିନ୍ନ ଅଞ୍ଚଳରେ ଜଳବନ୍ଦୀ ଓ ବନ୍ୟା ପରିସ୍ଥିତି ଲାଗି ରହିଥିବାବେଳେ ଆସୁଛି ଆଉ ୨ ଲଘୁଚାପ।…

ବରଗଡ଼ରେ ଶନିବାର ସକାଳ ୮ଟାରୁ ବିଦ୍ୟୁତ୍ କାଟ୍: ଏସବୁ ଅଞ୍ଚଳରେ ୬ ଘଣ୍ଟା ବନ୍ଦ ରହିବ ବିଦ୍ୟୁତ୍ ସେବା

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଡିଭିଜନ୍-୨ ଗ୍ରୀଡ୍ ଅନ୍ତର୍ଗତ ୧୧କେଭି ଟେଲିଫୋନ୍ ଏକ୍ସଚେଞ୍ଜ୍ ଫିଡର୍ରେ ଜରୁରୀକାଳୀନ ମରାମତି କାର୍ଯ୍ୟ ଯୋଗୁ ଆସନ୍ତାକାଲି (ଶନିବାର) ସକାଳ ୮ଟାରୁ ଅପରାହ୍ନ ୨ଟା…

ଭଞ୍ଜନଗରରେ ପ୍ରବଳ ବର୍ଷା: ଜନଜୀବନ ଅସ୍ତବ୍ୟସ୍ତ, କୁଲାଡରେ ଗୁହାଳ ଘର ଭୁଶୁଡ଼ି ୧୫ରୁ ଅଧିକ ଛେଳି ମୃତ

ଭଞ୍ଜନଗର,୭।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ବିଗତ କିଛି ଦିନ ହେବ ଅପରାହ୍ନ ଏବଂ ରାତିରେ ଲାଗିରହିଥିବା ପ୍ରବଳ ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି।…

ଜିଆର୍‌ପି କନଷ୍ଟେବଳ ସୌମ୍ୟ ହତ୍ୟା ମାମଲା: ପ୍ରମାଣ ଅଭାବରୁ ୬ ଅଭିଯୁକ୍ତଙ୍କୁ ମିଳିଲା ଜାମିନ

ଭୁବନେଶ୍ୱର,୭।୮: ଚର୍ଚ୍ଚିତ ଜିଆର୍‌ପି (GRP) କନଷ୍ଟେବଳ ସୌମ୍ୟ ରଞ୍ଜନ ମହାପାତ୍ର ହତ୍ୟା ମାମଲାରେ କୋର୍ଟଙ୍କ ପକ୍ଷରୁ ୬ ଅଭିଯୁକ୍ତଙ୍କୁ ଜାମିନ ପ୍ରଦାନ କରାଯାଇଛି। ଏହି ମାମଲାରେ ପୂର୍ବରୁ…

କେଉଁ ଦଳରେ ଯୋଗଦେବେ ହାର୍ଦ୍ଦିକ ପାଣ୍ଡ୍ୟା? କେତେ ମୂଲ୍ୟରେ…ଅଶ୍ୱିନ୍ କଲେ ବଡ଼ ଖୁଲାସା

ଚେନ୍ନାଇ,୭।୮: ଆଇପିଏଲ୍ ୨୦୨୬ ପରଠାରୁ ହାର୍ଦ୍ଦିକ ପାଣ୍ଡ୍ୟା ମୁମ୍ବାଇ ଇଣ୍ଡିଆନ୍ସ ଛାଡ଼ି ଅନ୍ୟ କୌଣସି ଦଳରେ ଯୋଗଦେବା ନେଇ କଳ୍ପନାଜଳ୍ପନା ଜାରି ରହିଛି। କିଛି ଲୋକଙ୍କ ମତରେ…

Add-On Credit Card କ’ଣ? କିଏ କରିପାରିବେ ଏହାର ବ୍ୟବହାର, ଜାଣନ୍ତୁ ସମ୍ପୂର୍ଣ୍ଣ…

ନୂଆଦିଲ୍ଲୀ, ୭।୮: ଆଜିକାଲି ପରିବାରର ବିଭିନ୍ନ ଖର୍ଚ୍ଚ ଯେପରିକି ଘରୋଇ ବିଲ୍, ଶପିଂ, ଭ୍ରମଣ ଏବଂ ପିଲାଙ୍କ ପାଠପଢ଼ା ଖର୍ଚ୍ଚ ଆଦି ଏକାଠି ପରିଚାଳନା କରିବା କଷ୍ଟକର…

କ’ଣ ସାଧାରଣ ଲୋକ UPI ଟ୍ରାଞ୍ଜାକ୍ସନବେଳେ ଦେବେ ଏକ୍ସଟ୍ରା ଚାର୍ଜ? ଅର୍ଥମନ୍ତ୍ରୀ କଲେ ଖୁଲାସା

ନୂଆଦିଲ୍ଲୀ, ୭।୮: ଯଦି ଆପଣ ବି ନିତିଦିନ ଛୋଟ-ବଡ଼ କାମ ପାଇଁ UPI ବ୍ୟବହାର କରୁଛନ୍ତି ଏବଂ ମନରେ ଟ୍ରାଞ୍ଜାକ୍ସନ୍ ଚାର୍ଜ ଲାଗିବାର ଭୟ ଥିଲା, ତେବେ…

ୟୁଟର୍ନ ମାରିଲେ କଙ୍ଗନା? Gen Z ଙ୍କୁ ନେଇ ଦେଲେ ପୁଣି ବଡ଼ ବୟାନ

ନୂଆଦିଲ୍ଲୀ, ୭।୮: Bjp ସାଂସଦ/ ବଲିଉଡ୍ ଅଭିନେତ୍ରୀ କଙ୍ଗନା ରଣାୱତ ଗତ କିଛି ଦିନ ହେବ ଯୁବପିଢ଼ିଙ୍କ ମଧ୍ୟରେ ବେଶ୍ ଚର୍ଚ୍ଚାରେ ଥିଲେ, କିନ୍ତୁ ତାଙ୍କୁ ଭଲପାଇବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri