ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ବରିଷ୍ଠ IPS ଦୟାଲ ଗଙ୍ଗଓ୍ବାର ସସ୍‌ପେଣ୍ଡ

ଭୁବନେଶ୍ୱର,୧୮।୬: ବହୁ ଚର୍ଚ୍ଚିତ ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ରାଜ୍ୟ ପୋଲିସ ବିଭାଗ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ବରିଷ୍ଠ ଆଇପିଏସ (IPS) ଅଧିକାରୀ ଦୟାଲ ଗଙ୍ଗୱାରଙ୍କୁ ଚାକିରିରୁ ନିଲମ୍ବିତ (ସସପେଣ୍ଡ) କରାଯାଇଛି। ଏହି ବରିଷ୍ଠ ଅଧିକାରୀ ବିବାଦଘେରକୁ ଆସିବା ପରେ ତାଙ୍କୁ ଖୋଦ ମୁଖ୍ୟମନ୍ତ୍ରୀ ନିଲମ୍ବନ ନିର୍ଦ୍ଦେଶ ଦେଇଛନ୍ତି।

ବାଲିଅନ୍ତା ଅଞ୍ଚଳର ସୌମ୍ୟରଞ୍ଜନଙ୍କ ମୃତ୍ୟୁ ମାମଲାରେ ଆଇପିଏସ୍‌ ଗଙ୍ଗୱାରଙ୍କ ନାମ ସାମ୍ନାକୁ ଆସିବା ପରେ ସେ ବିବାଦୀୟ ହୋଇପଡ଼ିଥିଲେ। ସୌମ୍ୟଙ୍କ ମୃତ୍ୟୁ ପାଇଁ ତାଙ୍କ ବାପା ଓ ମାଆ ସିଧାସଳଖ ଭାବେ ଏହି ଆଇପିଏସ ଅଧିକାରୀଙ୍କୁ ଦାୟୀ କରିଥିଲେ। ଉକ୍ତ ପୋଲିସ ଅଧିକାରୀ ସୌମ୍ୟଙ୍କୁ ଅତ୍ୟଧିକ ମାନସିକ ନିର୍ଯାତନା ଦେଉଥିଲେ, ଯାହା ଅସହ୍ୟ ହେବାରୁ ଏଭଳି ଅଘଟଣ ଘଟିଲା ବୋଲି ମୃତକଙ୍କ ପରିବାର ପକ୍ଷରୁ ଗୁରୁତର ଅଭିଯୋଗ ଆଣି ନ୍ୟାୟ ଦାବି କରାଯାଇଥିଲା।

ପରିବାର ଲୋକଙ୍କ ଅଭିଯୋଗ ଏବଂ ମାମଲାର ଗୁରୁତ୍ୱକୁ ଅନୁଧ୍ୟାନ କରି ମୁଖ୍ୟମନ୍ତ୍ରୀ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ପ୍ରାଥମିକ ତଥ୍ୟକୁ ଆଧାର କରି ମୁଖ୍ୟମନ୍ତ୍ରୀ ତୁରନ୍ତ ଗଙ୍ଗୱାରଙ୍କୁ ସସପେଣ୍ଡ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।

ସୂଚନାଯୋଗ୍ୟ, ଗଙ୍ଗଓ୍ବାର ହେଉଛନ୍ତି ୧୯୯୮ ବ୍ୟାଚ୍‌ର ଆଇପିଏସ୍‌ ଅଫିସର। ନିକଟରେ ଗୃହ ବିଭାଗର ଓଏସ୍‌ଡି ଭାବେ ତାଙ୍କ ବଦଳି ହୋଇଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଝାରଖଣ୍ଡର ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ: ଜନସାଧାରଣଙ୍କ ପାଇଁ ସୂଚନା ଜାରି କଲା ନନ୍ଦିପଦା ପୋଲିସ

ହାଟଡିହୀ, ୪।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲାରେ ଝାରଖଣ୍ଡର ଏକ ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ ଥିବା ନେଇ ସୂଚନା ମିଳିବା ପରେ, ନନ୍ଦିପଦା ପୋଲିସ ପକ୍ଷରୁ ଜନସାଧାରଣଙ୍କ…

ସୁୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ, ଏମାନଙ୍କୁ ଆଉ ମିଳିବନି ପେଟ୍ରୋଲ…

ନୂଆଦିଲ୍ଲୀ,୪।୮: ବିନା ଥାର୍ଡ ପାର୍ଟି ବୀମାରେ ଚାଲୁଥିବା ଗାଡ଼ିକୁ ନେଇ କଠୋର ହେଲେ ସୁପ୍ରିମକୋର୍ଟ। ଅଦାଲତ କହିଛନ୍ତି ଯେଉଁ ଗାଡ଼ିଗୁଡ଼ିକର ବୈଧ ଥାର୍ଡ ପାର୍ଟି ବୀମା ନାହିଁ…

ଉପନିର୍ବାଚନରେ ପରାଜୟ ପରେ ଭାଜପାର ବଡ଼ ଆକ୍ସନ, ଭାଙ୍ଗିଦେଲା ଦଳର…

ନୂଆଦିଲ୍ଲୀ,୪।୮: ଦତିଆ ବିଧାନସଭା ଉପନିର୍ବାଚନରେ ମିଳିଥିବା ଶୋଚନୀୟ ପରାଜୟ ପରେ ଭାଜପା ଏକ ବଡ଼ ନିଷ୍ପତ୍ତି ନେଇଛି। ଦଳ ସଂଗଠନରେ ପରିବର୍ତ୍ତନ ଆଣିବା ଉଦ୍ଦେଶ୍ୟରେ ସମଗ୍ର ଜିଲ୍ଲା…

କଳାହାଣ୍ଡି-ନୂଆପଡ଼ା ଲାଇଫ୍ ଲାଇନ୍ ତୁର୍କେଲ ପୋଲ ଅଚଳ: ୧୧ ମାସ ହେଲା ଯୋଗାଯୋଗ ବିଚ୍ଛିନ୍ନ, କଂଗ୍ରେସର ବିଶାଳ ପଦଯାତ୍ରା

ଭବାନୀପାଟଣା, ୪।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଓ ନୂଆପଡ଼ା ଜିଲାର ‘ଲାଇଫ୍ ଲାଇନ୍’ କୁହାଯାଉଥିବା ଭବାନୀପାଟଣା ବ୍ଲକର ତୁର୍କେଲ ବ୍ରିଜ୍ ବିପଦସଂକୁଳ ହୋଇପଡ଼ିଥିବାରୁ ଗତ ୧୧ ମାସ…

ଆସନ୍ତାକାଲି ଠାରୁ ମିଳିବ ଶୁଦ୍ଧ ପେଟ୍ରୋଲ? E20ରୁ ମିଳିବ ମୁକ୍ତି, ବଡ଼ ବୟାନ ଦେଲେ ସରକାର…

ନୂଆଦିଲ୍ଲୀ,୪।୮:: ଗତ କିଛି ଦିନ ଧରି, ସୋସିଆଲ ମିଡିଆରେ ଏକ ଖବର ଭାଇରାଲ ହେଉଛି, ଯେଉଁଥିରେ ଦାବି କରାଯାଉଛି ଯେ, ସରକାର E20 ପେଟ୍ରୋଲକୁ ପର୍ଯ୍ୟାୟକ୍ରମେ ବନ୍ଦ…

ଦାଦନ ସାଜିଲା ଅଭିଶାପ: କେରଳ ଯାଉଥିବା ବେଳେ ଥୁଆମୂଳ ରାମପୁରର ଆଉ ଜଣେ ଯୁବକ ନିଖୋଜ, ଚିନ୍ତାରେ ପରିବାର…

ଥୁଆମୂଳ ରାମପୁର, ୪।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ରେ ଦାଦନ ଶ୍ରମିକ ନିଖୋଜ ସମସ୍ୟା ଦିନକୁ ଦିନ ଅଧିକ ଉଦ୍‌ବେଗଜନକ ରୂପ ନେଉଛି। ନିଜ…

ତପ୍ତପାଣି ଗସ୍ତ ସାରି ଫେରିଲେ ରାଷ୍ଟ୍ରପତି: ଉଷ୍ମ ପସ୍ରବଣର ଗନ୍ଧକଯୁକ୍ତ ପାଣିରେ ସ୍ନାନ, ମା’ କନ୍ଧୁଣି ଦେବୀଙ୍କୁ କଲେ ପୂଜାର୍ଚ୍ଚନା

ଦିଗପହଣ୍ଡି, ୪।୮ (ଅଶେଷ ନାଥ ମିଶ୍ର): ଦେଶର ପ୍ରଥମ ନାଗରିକ ତଥା ମାନ୍ୟବର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର ଗଞ୍ଜାମ-ଗଜପତି ସୀମାନ୍ତର ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣି…

ପୁଅର ଗିରଫଦାରୀକୁ ନେଇ ମୁହଁ ଖୋଲିଲେ ଷ୍ଟାଲିନ, କହିଲେ ଅହଙ୍କାରରେ…

ନୂଆଦିଲ୍ଲୀ,୪।୮: ତାମିଲନାଡୁରେ ପୂର୍ବତନ ଉପ-ମୁଖ୍ୟମନ୍ତ୍ରୀ ତଥା ଦ୍ରାବିଡ଼ ମୁନେତ୍ର କାଜାଗମ୍ (ଡିଏମକେ) ନେତା ଉଦୟନିଧି ଷ୍ଟାଲିନ୍‌ଙ୍କ ଗିରଫଦାରୀକୁ ନେଇ ରାଜ୍ୟର ରାଜନୈତିକ ପାରା ଚରମ ସୀମାରେ ପହଞ୍ଚିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri