ମେଜରଙ୍କୁ ମାଡ଼ ଘଟଣା: ୫ ପୋଲିସ ଅଧିକାରୀ ସସ୍‌ପେଣ୍ଡ

ଭୁବନେଶ୍ୱର,୧୮।୯: ଭରତପୁର ଥାନାର ମାଡ଼ ଓ ଅନ୍ୟାୟ କାହାଣୀର ସତ୍ୟତା ଯେତିକି ଯେତିକି ଆଗକୁ ଆସୁଛି ପୋଲିସର ଅସଲ ଚେହେରା ସାମ୍ନାକୁ ଆସୁଛି। ଆର୍ମି ମେଜର ଗୁରୁଭନ୍ସ ସିଂ ଏବଂ ତାଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କୁ ନିର୍ଯାତନା ମାମଲାରେ ୫ ପୋଲିସ ଅଧିକାରୀ ନିଲମ୍ବିତ କରାଯାଇଛି। ଭରତପୁର ଥାନାର ପୂର୍ବତନ IIC ଦିନକୃଷ୍ଣ ମିଶ୍ର, ଏସ୍‌ଆଇ ବୈଶାଳିନୀ ପଣ୍ଡା, ଏଏସ୍‌ଆଇ ସଲିଳମୟୀ ସାହୁ ଓ ସାଗରିକା ରଥ, କନଷ୍ଟେବଳ ବଳରାମ ହାଁସଦାଙ୍କୁ ନିଲମ୍ବିତ ହୋଇଛନ୍ତି।

ସୂଚନାଯୋଗ୍ୟ, ଭରତପୁର ଥାନାକୁ ଅଭିଯୋଗ କରିବାକୁ ଯାଇଥିବା ଜଣେ ଆର୍ମି ଅଫିସର ଏବଂ ତାଙ୍କ ବାନ୍ଧବୀଙ୍କୁ ପୋଲିସର ଅକଥନୀୟ ନିର୍ଯାତନା ଘଟଣା ଏବେ ରାଜ୍ୟରେ ଆଲୋଡ଼ନ ସୃଷ୍ଟି କରିଛି। ପୋଲିସର କାର୍ଯ୍ୟକୁ ନେଇ ବିଭିନ୍ନ ମହଲ୍‌ରୁ ନିନ୍ଦା କରାଯାଉଛି। ଏହି ଘଟଣାରେ ବର୍ତ୍ତମାନ କ୍ରାଇମ୍‌ବ୍ରାଞ୍ଚ ତଦନ୍ତ ଆରମ୍ଭ କରିଛି। ଏଭଳି ସ୍ଥିତିରେ ତଦନ୍ତର ସ୍ବଚ୍ଛତାକୁ ଦୃଷ୍ଟିରେ ରଖି ମଙ୍ଗଳବାର ରାତିରେ ଭରତପୁର ଥାନା ଅଧିକାରୀ ଦୀନକୃଷ୍ଣ ମିଶ୍ରଙ୍କୁ ଭୁବନେଶ୍ୱର ଡିସିପି ଅଫିସକୁ ବଦଳି କରିଥିଲା। ତାଙ୍କ ସ୍ଥାନରେ କମିଶନରେଟ୍‌ ପୋଲିସ ମୁଖ୍ୟାଳୟରେ ଥିବା ଇନ୍‌ସ୍ପେକ୍ଟର ଦୀପକ କୁମାର ଖଣ୍ଡାୟତରାୟଙ୍କୁ ଭରତପୁର ଥାନା ଆଇଆଇସି ଭାବେ ଅବସ୍ଥାପିତ କରାଯାଇଛି। ସେହିପରି ଭରତପୁର ଥାନାରେ ଥିବା ଏଏସ୍‌ଆଇ ସଲିଳମୟୀ ସାହୁ ଓ କନଷ୍ଟେବଳ ବଳରାମ ହାଂସଦାଙ୍କୁ ମଧ୍ୟ ବଦଳି କରାଯାଇଛି। ସଲିଳମୟୀଙ୍କୁ ଭୁବନେଶ୍ୱର ଡିସିପି ଅଫିସ ଓ ବଳରାମଙ୍କୁ ଭୁବନେଶ୍ୱର ରିଜର୍ଭ ଅଫିସକୁ ବଦଳି କରାଯାଇଥିବା କମିଶନରେଟ୍‌ ପୋଲିସ ପକ୍ଷରୁ ପ୍ରକାଶିତ ବିଜ୍ଞପ୍ତିରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ବର ପାଇଁ ନୂଆ ଟିମ୍‌ ନିଯୁକ୍ତ କଲେ ମନମୋହନ, ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭୁବନେଶ୍ୱର,୨୯।୧୨: ଭାଜପା କଲା ବଡ଼ ଘୋଷଣା। ଭୁବନେଶ୍ବର ପାଇଁ ନୂଆ ପଦାଧିକାରୀ ଭାଜପା ନିଯୁକ୍ତି କରିଛି। ୨୧ ପଦାଧିକାରୀଙ୍କୁ ମନମୋହନ ସାମଲ ନିଯୁକ୍ତି ଦେଇଛନ୍ତି। ଭୁବନେଶ୍ବର...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri