ମେଜରଙ୍କୁ ମାଡ଼ ଘଟଣା: ୫ ପୋଲିସ ଅଧିକାରୀ ସସ୍‌ପେଣ୍ଡ

ଭୁବନେଶ୍ୱର,୧୮।୯: ଭରତପୁର ଥାନାର ମାଡ଼ ଓ ଅନ୍ୟାୟ କାହାଣୀର ସତ୍ୟତା ଯେତିକି ଯେତିକି ଆଗକୁ ଆସୁଛି ପୋଲିସର ଅସଲ ଚେହେରା ସାମ୍ନାକୁ ଆସୁଛି। ଆର୍ମି ମେଜର ଗୁରୁଭନ୍ସ ସିଂ ଏବଂ ତାଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କୁ ନିର୍ଯାତନା ମାମଲାରେ ୫ ପୋଲିସ ଅଧିକାରୀ ନିଲମ୍ବିତ କରାଯାଇଛି। ଭରତପୁର ଥାନାର ପୂର୍ବତନ IIC ଦିନକୃଷ୍ଣ ମିଶ୍ର, ଏସ୍‌ଆଇ ବୈଶାଳିନୀ ପଣ୍ଡା, ଏଏସ୍‌ଆଇ ସଲିଳମୟୀ ସାହୁ ଓ ସାଗରିକା ରଥ, କନଷ୍ଟେବଳ ବଳରାମ ହାଁସଦାଙ୍କୁ ନିଲମ୍ବିତ ହୋଇଛନ୍ତି।

ସୂଚନାଯୋଗ୍ୟ, ଭରତପୁର ଥାନାକୁ ଅଭିଯୋଗ କରିବାକୁ ଯାଇଥିବା ଜଣେ ଆର୍ମି ଅଫିସର ଏବଂ ତାଙ୍କ ବାନ୍ଧବୀଙ୍କୁ ପୋଲିସର ଅକଥନୀୟ ନିର୍ଯାତନା ଘଟଣା ଏବେ ରାଜ୍ୟରେ ଆଲୋଡ଼ନ ସୃଷ୍ଟି କରିଛି। ପୋଲିସର କାର୍ଯ୍ୟକୁ ନେଇ ବିଭିନ୍ନ ମହଲ୍‌ରୁ ନିନ୍ଦା କରାଯାଉଛି। ଏହି ଘଟଣାରେ ବର୍ତ୍ତମାନ କ୍ରାଇମ୍‌ବ୍ରାଞ୍ଚ ତଦନ୍ତ ଆରମ୍ଭ କରିଛି। ଏଭଳି ସ୍ଥିତିରେ ତଦନ୍ତର ସ୍ବଚ୍ଛତାକୁ ଦୃଷ୍ଟିରେ ରଖି ମଙ୍ଗଳବାର ରାତିରେ ଭରତପୁର ଥାନା ଅଧିକାରୀ ଦୀନକୃଷ୍ଣ ମିଶ୍ରଙ୍କୁ ଭୁବନେଶ୍ୱର ଡିସିପି ଅଫିସକୁ ବଦଳି କରିଥିଲା। ତାଙ୍କ ସ୍ଥାନରେ କମିଶନରେଟ୍‌ ପୋଲିସ ମୁଖ୍ୟାଳୟରେ ଥିବା ଇନ୍‌ସ୍ପେକ୍ଟର ଦୀପକ କୁମାର ଖଣ୍ଡାୟତରାୟଙ୍କୁ ଭରତପୁର ଥାନା ଆଇଆଇସି ଭାବେ ଅବସ୍ଥାପିତ କରାଯାଇଛି। ସେହିପରି ଭରତପୁର ଥାନାରେ ଥିବା ଏଏସ୍‌ଆଇ ସଲିଳମୟୀ ସାହୁ ଓ କନଷ୍ଟେବଳ ବଳରାମ ହାଂସଦାଙ୍କୁ ମଧ୍ୟ ବଦଳି କରାଯାଇଛି। ସଲିଳମୟୀଙ୍କୁ ଭୁବନେଶ୍ୱର ଡିସିପି ଅଫିସ ଓ ବଳରାମଙ୍କୁ ଭୁବନେଶ୍ୱର ରିଜର୍ଭ ଅଫିସକୁ ବଦଳି କରାଯାଇଥିବା କମିଶନରେଟ୍‌ ପୋଲିସ ପକ୍ଷରୁ ପ୍ରକାଶିତ ବିଜ୍ଞପ୍ତିରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…

ରାଜ୍ୟରେ ଝଡ଼ବର୍ଷା ଆଲର୍ଟ

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେଲା ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ହେଲେ ଅପରାହ୍ନରେ ହଠାତ୍‌ ବଦଳି ଯାଉଛି ପାଗ। ମାଡ଼ି ଆସୁଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ…

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

ମଧ୍ୟପ୍ରାଚ୍ୟ ଉତ୍ତେଜନା ଉପରେ ପାକିସ୍ତାନର ‘ମଧ୍ୟସ୍ଥତା’: ଇରାନ ସ୍ପଷ୍ଟ କଲା ମତ, ଇସ୍ରାଏଲ କହିଲା – ପାକିସ୍ତାନ ଉପରେ ଭରସା ନାହିଁ

ତେହରାନ,୫।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, କୂଟନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। ଏହି ସମୟରେ, ଇରାନର ଉପ-ବୈଦେଶିକ ମନ୍ତ୍ରୀ ସେୟଦ ଆବାସ ଆରାକଚି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri