ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ମେଜର-ବାନ୍ଧବୀ, ମୁଖ୍ୟମନ୍ତ୍ରୀ କହିଲେ…

ଭୁବନେଶ୍ୱର,୨୩ା୯: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ସୋମବାର ଲୋକସେବା ଭବନରେ ଭେଟିଛନ୍ତି ମେଜର ଏବଂ ତାଙ୍କ ବାନ୍ଧବୀ। ତାଙ୍କ ସହ ତାଙ୍କ ବାପା ମଧ୍ୟ ଅଛନ୍ତି। କିଛି ଅବସରପ୍ରାପ୍ତ ସେନା ଅଧିକାରୀ ବି ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି। ଏହି ସମୟରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଏବଂ କନକବର୍ଦ୍ଦନ ସିଂଦେଓଙ୍କ ସହ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ଉପସ୍ଥିତ ଅଛନ୍ତି।

ଅନ୍ୟପକ୍ଷରେ ଭରତପୁର ଥାନା ମାମଲାରେ ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ।
କେନ୍ଦୁଝର ଗସ୍ତରୁ ଫେରିବା ପରେ ମୁଖ୍ୟମନ୍ତ୍ରୀ ଲୋକସେବା ଭବନରେ ଏହି  ଉଚ୍ଚସ୍ତରୀୟ ବୈଠକ କରିଥିଲେ। ଯେଉଁଥିରେ ଆଲୋଚନା କରି ଘଟଣାର ବିଚାର ବିଭାଗୀୟ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ମାନ୍ୟବର ବିଚାରପତି ଜଷ୍ଟିସ ଚିତ୍ତରଞ୍ଜନ ଦାଶଙ୍କ ଦ୍ବାରା ଉକ୍ତ ତଦନ୍ତ ହେବ। ୬୦ ଦିନ ମଧ୍ୟରେ ରିପୋର୍ଟ ପ୍ରଦାନ କରିବା ପାଇଁ ମାନ୍ୟବର କମିଶନଙ୍କୁ  ଅନୁରୋଧ କରାଯାଇଛି। ଏହାସହିତ ମାନ୍ୟବର ହାଇକୋର୍ଟଙ୍କ ପ୍ରତ୍ୟକ୍ଷ ତଦାରଖରେ କ୍ରାଇମବ୍ରାଞ୍ଚ ତଦନ୍ତକୁ ତ୍ୱରାନ୍ବିତ କରିବା ପାଇଁ ମଧ୍ୟ ମାନ୍ୟବର ହାଇକୋର୍ଟଙ୍କୁ ଅନୁରୋଧ କରାଯାଇଛି।

ସୂଚନାଯୋଗ୍ୟ, ୧୫ ତାରିଖ ରାତି ୧ଟାରେ ରେଷ୍ଟୁରାଣ୍ଟ ବନ୍ଦ କରି ଗୁରୁଭନ୍ସଙ୍କ ସହ ଅଙ୍କିତା ଫେରୁଥିଲେ। ରାସ୍ତାରେ କିଛି ଦୁର୍ବୃତ୍ତ ତାଙ୍କୁ ଅଟକାଇ ହଇରାଣ କରିଥିଲେ। ସେଠାରୁ ବହୁ କଷ୍ଟରେ ମୁକୁଳିବା ପରେ ସେମାନଙ୍କ ନାଁରେ ଏତଲା ଦେବାକୁ ଉଭୟେ ଭରତପୁର ଥାନାକୁ ଯାଇଥିଲେ। ସେତେବେଳେ ଥାନାରେ ନାଇଟ୍‌ ଡ୍ରେସ୍‌ ପିନ୍ଧିଥିବା ଅବସ୍ଥାରେ ଜଣେ ମହିଳା କନଷ୍ଟେବଳ ବସିଥିଲେ। ଏତଲା ରଖିବା ବଦଳରେ ଅଧିକାରୀ ଜଣକ ସେଠାରେ ଗାଳିଗୁଲଜ କରିଥିବା ଅଙ୍କିତା ତାଙ୍କ ଅଭିଯୋଗ ଦର୍ଶାଇଥିଲେ। କିଛି ସମୟ ପରେ ଜଣେ ପୁରୁଷ ଅଫିସର ଆସି ଗୁରୁଭନ୍ସଙ୍କୁ ହାଜତରେ ପୂରାଇଦେଲେ। ଅଙ୍କିତା ପ୍ରତିବାଦ କରିବାରୁ ୨ ଜଣ ମହିଳା ପୋଲିସ ତାଙ୍କୁ ଘୋଷାଡ଼ି ପିଟିଥିଲେ ବୋଲି ଅଙ୍କିତ ପୂର୍ବରୁ ଅଭିଯୋଗ କରିଥିଲେ। ଏତିକିବେଳେ ଜଣେ ମହିଳା କନଷ୍ଟେବଳ ତାଙ୍କ ଗଳା ଚିପିବାରୁ ବଞ୍ଚିବାକୁ ତାଙ୍କ ହାତ କାମୁଡ଼ି ଦେଇଥିଲେ। ଏହାପରେ ସେମାନେ ଅଙ୍କିତାଙ୍କ ହାତ ଗୋଡ଼ ବାନ୍ଧି ଗୋଟିଏ ରୁମ୍‌ରେ ପୂରାଇଦେଇଥିଲେ। ୨ ଜଣ ପୁରୁଷ ପୋଲିସ ତଳେ ପକାଇ ବିଧା ଗୋଇଠା ମାରିଥିଲେ, ଭୋର୍‌ ସମୟରେ ଆଇଆଇସି ପହଞ୍ଚି, ଶାରୀରିକ ଅତ୍ୟାଚାର କରିଥିଲେ ବୋଲି ଅଙ୍କିତା ଅଭିଯୋଗ କରିବା ପରେ ରାଜ୍ୟଠୁ ଦେଶ ପର୍ଯ୍ୟନ୍ତ ଏହି ଘଟଣାକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri