ୟୁଏନ୍‌ଏସ୍‌ସିରେ ଭାରତର ସ୍ଥାୟୀ ସଦସ୍ୟତାକୁ ବ୍ରିଟେନ୍‌ର ସମର୍ଥନ: ପୂର୍ବରୁ ଆମେରିକା, ଫ୍ରାନ୍ସ ସମର୍ଥନ ଜଣାଇଥିଲେ

ନୂଆଦିଲ୍ଲୀ,୨୭ା୯: ଜାତିସଂଘ ସୁରକ୍ଷା ପରିଷଦ (ୟୁଏନ୍‌ଏସ୍‌ସି)ରେ ଭାରତକୁ ସ୍ଥାୟୀ ସଦସ୍ୟ ଭାବେ ସାମିଲ କରିବା ନିମନ୍ତେ ସମର୍ଥନ ବଢ଼ିବାରେ ଲାଗିଛି। ପୂର୍ବରୁ ଆମେରିକା ଏବଂ ଫ୍ରାନ୍ସ ଭାରତର ସ୍ଥାୟୀ ସଦସ୍ୟତାକୁ ସମର୍ଥନ ଜଣାଇଥିବାବେଳେ ଶୁକ୍ରବାର ଜାତିସଂଘ ସାଧାରଣ ସଭାର ୭୯ତମ ଅଧିବେଶନରେ ଉଦ୍‌ବୋଧନ ଦେଇ ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ କିର୍‌ ଷ୍ଟାର୍ମର ସେମାନଙ୍କ ସହ ସ୍ବର ମିଳାଇଛନ୍ତି।

ସୁରକ୍ଷା ପରିଷଦରେ ଭାରତ, ବ୍ରାଜିଲ, ଜାପାନ ଏବଂ ଜର୍ମାନୀଙ୍କୁ ସ୍ଥାୟୀ ସଦସ୍ୟ ଭାବେ ସାମିଲ କରାଯିବା ଆବଶ୍ୟକ। ଏଥିସହିତ ନିର୍ବାଚିତ ସଦସ୍ୟମାନଙ୍କ ପାଇଁ ଅଧିକ ଆସନ ରଖିବା ସପକ୍ଷରେ ଷ୍ଟାର୍ମର ଯୁକ୍ତି ରଖିଛନ୍ତି। ୟୁଏନ୍‌ଏସ୍‌ସିରେ ଅଧିକ ପ୍ରତିନିଧ୍ୱତ୍ୱ ରହିଲେ, ରାଜନୈତିକ ଅଚଳାବସ୍ଥା ଯୋଗୁ ଦେଖାଦେଇଥିବା ପ୍ରତିବନ୍ଧକକୁ ଅତିକ୍ରମ କରି ବୈଶ୍ୱିକ ଚ୍ୟାଲେଞ୍ଜଗୁଡ଼ିକର ପ୍ରଭାବୀ ସମାଧାନ ହୋଇପାରିବ ବୋଲି ଷ୍ଟାର୍ମର କହିଛନ୍ତି।

୧୯୪୫ରେ ଜାତିସଂଘ ଗଠନ ହୋଇଥିବାବେଳେ ଏହାର ସୁରକ୍ଷା ପରିଷଦରେ କୌଣସି ପରିବର୍ତ୍ତନ ହୋଇନାହିଁ। ଏଥିରେ ସଂସ୍କାର ଆଣିବାକୁ ଅନେକ ଦେଶ ଦାବି କରିଆସୁଛନ୍ତି। ୟୁଏନ୍‌ଏସ୍‌ସିରେ ୫ ସ୍ଥାୟୀ ସଦସ୍ୟ ରାଷ୍ଟ୍ର ହେଲେ, ଆମେରିକା, ଚାଇନା, ଫ୍ରାନ୍ସ, ରୁଷିଆ ଏବଂ ବ୍ରିଟେନ୍‌। କୌଣସି ପ୍ରସ୍ତାବ ଉପରେ ଭିଟୋ ପ୍ରୟୋଗ କରିବା କ୍ଷମତା କେବଳ ଏହି ୫ ରାଷ୍ଟ୍ର ହାତରେ ରହିଛି।

ଏହା ବ୍ୟତୀତ ୟୁଏନ୍‌ଏସ୍‌ସିକୁ ୧୦ ଜଣ ଅସ୍ଥାୟୀ ସଦସ୍ୟ ୨ ବର୍ଷ ପାଇଁ ନିର୍ବାଚିତ ହୋଇଥାନ୍ତି। ଜାତିସଂଘ ସୁରକ୍ଷା ପରିଷଦର ସାମର୍ଥ୍ୟ ଏବଂ ପ୍ରତିନିଧିତ୍ୱ ବୃଦ୍ଧି ଲାଗି ଏହାର ସମ୍ପ୍ରସାରଣ ଜରୁରୀ ବୋଲି କିଛିଦିନ ପୂର୍ବରୁ ଫ୍ରାନ୍ସ ରାଷ୍ଟ୍ରପତି ଏମାନୁଏଲ୍‌ ମାକରଁ କହିଥିଲେ। ସେ ମଧ୍ୟ ଭାରତ, ବ୍ରାଜିଲ, ଜାପାନ ଏବଂ ଜର୍ମାନୀକୁ ସ୍ଥାୟୀ ସଦସ୍ୟତା ଏବଂ ଆଫ୍ରିକାରୁ ୨ଟି ଦେଶକୁ ପ୍ରତିନିଧିତ୍ୱ ସୁଯୋଗ ଦେବା ପାଇଁ ଆହ୍ବାନ ଦେଇଥିଲେ।

ନିକଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଆଲୋଚନା ବେଳେ ବୈଶ୍ୱିକ ସ୍ତରରେ ଭାରତର ଉଲ୍ଲେଖନୀୟ ଭୂମିକାକୁ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ସ୍ବୀକୃତି ଦେବା ସହ ୟୁଏନ୍‌ଏସ୍‌ସିରେ ଭାରତର ସ୍ଥାୟୀ ସଦସ୍ୟତା ସପକ୍ଷରେ ମତବ୍ୟକ୍ତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟପ୍ରାଚ୍ୟରେ ଅଶାନ୍ତି ମଧ୍ୟରେ, ଆମେରିକାକୁ କଡ଼ା ଚେତାବନୀ ଦେଲେ ଇରାନ ରାଷ୍ଟ୍ରପତି, କହିଲେ ଏଥର…

ତେହରନ୍‌,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଆରମ୍ଭ ହେବାର ଏକ ମାସ ବିତିଗଲାଣି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ନିରନ୍ତର କ୍ଷେପଣାସ୍ତ୍ର ଆକ୍ରମଣ ବିନିମୟ ହୋଇଛି। ଇରାନ ରାଷ୍ଟ୍ରପତି…

ସୁଭଦ୍ରାକୁ ନେଇ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଏପ୍ରିଲ ୧ରୁ ନୂଆ ଆବେଦନ, ଏଥିରେ ସାମିଲ ହେବେ…

ଭୁବନେଶ୍ୱର,୨୮ା୩: ସୁଭଦ୍ରା ଯୋଜନାକୁ ନେଇ ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଏପ୍ରିଲ ୧ରୁ ନୂଆ ସୁଭଦ୍ରା ପଞ୍ଜୀକରଣ ଆରମ୍ଭ ହେବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା…

ହର୍ମୁଜ ଷ୍ଟ୍ରେଟରେ ଇରାନର ମାୟାବି ଜାଲ, ଏନର୍ଜି କରିଡର ଏବେ ‘ମୃତ୍ୟୁର କୂଅ’! ସୁପରପାଓ୍ବାରକୁ ଦେଖାଇଦେଲା ଅସଲ ସ୍ଥିତି

ତେହରାନ୍‌,୨୮।୩: ପଶ୍ଚିମ ଏସିଆରେ ଉତ୍ତେଜନା ବୃଦ୍ଧି ପାଇବା ପରେ, ପରିସ୍ଥିତି ଧୀରେ ଧୀରେ ନିୟନ୍ତ୍ରଣ ବାହାରକୁ ଚାଲିଯାଉଛି। ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ବନ୍ଦ ହେବା…

‘ଇରାନର ନୂଆ ସର୍ବୋଚ୍ଚ ନେତା ଆଉ ନାହାନ୍ତି’: ମୋଜତାବା ଖାମେନେଇଙ୍କୁ ନେଇ କିଏ ଏମିତି ଦାବି କଲେ ଜାଣନ୍ତୁ…

ଓ୍ବାଶିଂଟନ,୨୮।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଦାବି କରିଛନ୍ତି ଯେ ଇରାନର ନୂତନ ସର୍ବୋଚ୍ଚ ନେତା ମୋଜତାବା ଖାମେନେଇଙ୍କ ମୃତ୍ୟୁ ଘଟିଛି। ମିଆମିରେ ‘ଭବିଷ୍ୟତ ନିବେଶ…

ଇସ୍ରାଏଲକୁ ସାଂଘାତିକ ଧମକ ଦେଲା ପାକିସ୍ତାନ, ନେତାନ୍ୟାହୁଙ୍କୁ ଖୋଲାଖୋଲି ଚ୍ୟାଲେଞ୍ଜ କରି କହିଲା…

ଇସଲାମବାଦ,୨୮।୩: ଇରାନର ରାଜଧାନୀ ତେହେରାନରେ ପାକିସ୍ତାନୀ ଦୂତାବାସ ନିକଟରେ ଇସ୍ରାଏଲୀ-ଆମେରିକୀୟ ଆକ୍ରମଣର ରିପୋର୍ଟ ପରେ, ଇସଲାମାବାଦ ଇସ୍ରାଏଲକୁ ଏକ କଡ଼ା ଚେତାବନୀ ଦେଇଛି। ପାକିସ୍ତାନ କହିଛି ଯେ…

ସରିଲା ଯୁକ୍ତ ୨ ପରୀକ୍ଷା: ୪୫ ଦିନ ଭିତରେ ପ୍ରକାଶ ପାଇବ ରେଜଲ୍ଟ

ଭୁବନେଶ୍ୱର,୨୮ା୩: ଶନିବାର ସରିଛି ସିଏଚ୍‌ସିଇ ପରିଚାଳିତ +୨ ବର୍ଗର ସମସ୍ତ ପରୀକ୍ଷା। ତେବେ ଆସନ୍ତା ୪୦ରୁ ୪୫ ଦିନ ଭିତରେ ରେଜଲ୍ଟ ପ୍ରକାଶ ପାଇବ ବୋଲି କହିଛନ୍ତି…

ଯୁଦ୍ଧ ସ୍ଥିତିକୁ ନେଇ ପ୍ରଧାନମନ୍ତ୍ରୀଙ୍କ ବଡ଼ ଘୋଷଣା: ପ୍ରତି ୨ ମିନିଟ୍‌ରେ…

ନୂଆଦିଲ୍ଲୀ,୨୮ା୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଗୌତମ ବୁଦ୍ଧ ନଗର ଜିଲା ଜେଓ୍ବାରରେ ନୋଇଡା ଅନ୍ତର୍ଜାତୀୟ ବିମାନବନ୍ଦରର ପ୍ରଥମ ପର୍ଯ୍ୟାୟ ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ…

ମୋଦିଙ୍କ ପାଇଁ ବଡ଼ କଥା କହିଦେଲେ ନେପାଳର ନୂଆ ପ୍ରଧାନମନ୍ତ୍ରୀ

କାଠମାଣ୍ଡୁ,୨୮।୩: ନେପାଳର ନୂଆ ପ୍ରଧାନମନ୍ତ୍ରୀ ବାଲେନ୍ଦ୍ର ଶାହା ଶନିବାର ଦିନ କହିଛନ୍ତି ଯେ ସେ ‘ଭାରତ ସହିତ ମିଶି କାମ କରିବାକୁ ଖୁବ ଆଗ୍ରହୀ ଅଛନ୍ତି।’ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri