କର୍ଲାପାଟ ପୋଲିସକୁ ବଡ଼ ସଫଳତା: ନାକରୁଣ୍ଡି ସଶସ୍ତ୍ର ଡକାୟତି ମାମଲାରେ ୪ ଗିରଫ, ବନ୍ଧୁକ ଓ ଟଙ୍କା ଜବତ

ଥୁଆମୂଳ ରାମପୁର,୨୬।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ ଅନ୍ତର୍ଗତ ନାକରୁଣ୍ଡି ଗ୍ରାମପଞ୍ଚାୟତର ଆମଝୋଲା ଗ୍ରାମରେ ଘଟିଥିବା ଚାଞ୍ଚଲ୍ୟକର ସଶସ୍ତ୍ର ଡକାୟତି ଘଟଣାର ପର୍ଦ୍ଦାଫାଶ କରିବାରେ କର୍ଲାପାଟ ପୋଲିସ ସଫଳ ହୋଇଛି। ଏହି ମାମଲାରେ ସମ୍ପୃକ୍ତ ୪ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଥିବା ବେଳେ ଜାମିନ୍ ଆବେଦନ ଖାରଜ ହେବାରୁ ସେମାନଙ୍କୁ ବିଚାରପତି ଜେଲ୍‌ ହାଜତକୁ ପଠାଇ ଦେଇଛନ୍ତି।

ଗତ ସେପ୍ଟେମ୍ବର ୧୦ ତାରିଖ ରାତି ପ୍ରାୟ ୧୦ଟା ସମୟରେ ଆମଝୋଲା ଗ୍ରାମର ସୁନା ମାଝୀଙ୍କ ଘରେ ୫ ଜଣ ଦୁର୍ବୃତ୍ତ ଦୁଇଟି ବାଇକ୍‌ରେ ଆସି ବେଆଇନ ଭାବେ ପଶିଥିଲେ। ସେମାନେ ବନ୍ଧୁକ, ଛୁରୀ ଓ ଟାଙ୍ଗି ଦେଖାଇ ପରିବାର ଲୋକଙ୍କୁ ଭୟଭୀତ କରିବା ସହ ଘରୁ ନଗଦ ୫୦,୦୦୦ ଟଙ୍କା, ଦେଢ଼ ଭରି ସୁନା ଗହଣା ଏବଂ ୩ଟି ମୋବାଇଲ୍‌ ଫୋନ୍‌ ଲୁଟି ନେଇ ଚମ୍ପଟ ମାରିଥିଲେ। ଏ ନେଇ ସେପ୍ଟେମ୍ବର ୧୨ ତାରିଖରେ କର୍ଲାପାଟ ଥାନାରେ ଏକ ଲିଖିତ ଏତଲା ଦିଆଯାଇଥିଲା।

ଅଭିଯୋଗ ପାଇବା ପରେ କର୍ଲାପାଟ ଥାନା ଅଧିକାରୀ ଶ୍ରୀକାନ୍ତ କୋଲକାଙ୍କ ନେତୃତ୍ୱରେ ପୋଲିସର ଏକ ବିଶେଷ ଟିମ୍‌ ଘଟଣାର ତଦନ୍ତ ଆରମ୍ଭ କରିଥିଲା। ଲୁଟ୍‌ ହୋଇଥିବା ମୋବାଇଲ୍‌ ଫୋନ୍‌କୁ ଟ୍ରେସ୍‌ କରି ପୋଲିସ କୋଷାବରା ଗ୍ରାମରେ ଚଢ଼ାଉ କରି ୪ ଜଣ ଅଭିଯୁକ୍ତଙ୍କୁ କାବୁ କରିବାରେ ସକ୍ଷମ ହୋଇଥିଲା। ଗିରଫ ଅଭିଯୁକ୍ତମାନେ ହେଲେ କୋଷାବରା ଗ୍ରାମର ନୀଳାମ୍ବର ନାଏକ (୪୦), ଶଶି ନାଏକ (୨୮), ବିଭୀଷଣ ନାଏକ (୩୫) ଓ ସୁରେନ୍ଦ୍ର ନାଏକ (୩୨)।

ପୋଲିସ ଅଭିଯୁକ୍ତମାନଙ୍କ ନିକଟରୁ ନଗଦ ୩୦,୦୦୦ ଟଙ୍କା, ଗୋଟିଏ ସୁନା ନାକ ଡଣ୍ଡି, ଗୋଟିଏ କାନ ରିଂ, ଗୋଟିଏ ଦେଶୀ ବନ୍ଧୁକ, ଗୋଟିଏ ଛୁରୀ, ୩ଟି ମୋବାଇଲ୍‌ ଫୋନ୍‌ ଏବଂ ଲୁଟ୍‌ରେ ବ୍ୟବହୃତ ଗୋଟିଏ ମୋଟରସାଇକେଲ୍‌ ଜବତ କରିଛି। ଏ ନେଇ କର୍ଲାପାଟ ଥାନା କେସ୍‌ ନଂ ୨୫/୨୬, ଭାରତୀୟ ନ୍ୟାୟ ସଂହିତାର ସେକ୍ସନ୍‌ ୩୩୨(ବି)/୩୧୦(୨) ଏବଂ ଆର୍ମ୍ସ ଆକ୍ଟର ସେକ୍ସନ୍‌ ୨୫/୨୭ ଅନୁଯାୟୀ ମାମଲା ରୁଜୁ କରାଯାଇ ଅଭିଯୁକ୍ତଙ୍କୁ ପ୍ରଥମେ JMFC କୋର୍ଟରେ ହାଜର କରାଯାଇଥିଲା। ଅନ୍ୟପଟେ ଫେରାର ଥିବା ଅନ୍ୟ ଜଣେ ଅଭିଯୁକ୍ତକୁ ଧରିବା ପାଇଁ ପୋଲିସ ପକ୍ଷରୁ ଚଢ଼ାଉ ଜାରି ରହିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୪୯ ନଂ ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା: କାର୍ ଧକ୍କାରେ ବାଇକ୍ ଆରୋହୀ ଗୁରୁତର, ୨୦ ଫୁଟ ତଳକୁ ଖସିଲା କାର୍

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ଖିରେଇଟାଙ୍ଗିରୀ ନିକଟରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ବିପଦ ସଂକେତ ଟପିଲା କାଂଶବାଂଶ: ନଦୀ ଉପକୂଳବର୍ତ୍ତୀ ଅଞ୍ଚଳ ଜଳମଗ୍ନ

ସିମୁଳିଆ,୨୬।୯(ସନ୍ତୋଷ ନାୟକ): ବାଲେଶ୍ୱର ଜିଲା ସିମୁଳିଆ-ଖଇରା ଏବଂ ସୋର ବ୍ଲକ ମଧ୍ୟରେ ପ୍ରବାହିତ କାଂଶବାଂଶ ନଦୀର ଜଳ ପତ୍ତନ ଶନିବାର ହଠାତ୍‌ ବଢ଼ିବାରେ ଲାଗିଛି। ଫଳରେ ଚତୁର୍ଥ…

ନୁଆମାହରା ଘାଇ ପୁଣି ଭାଙ୍ଗିଲା, ୧୦ ଗ୍ରାମବାସୀ ଜଳବନ୍ଦୀ

ସିଂହପୁର,୨୬।୯: ଅନଙ୍ଗ ଉଦୟ ବେଉରିଆ ଖରସ୍ରୋତା ନଦୀରେ ପୁଣି ବନ୍ୟା ଆସିବାରୁ ବିଂଝାରପୁର ବ୍ଲକ ଅନ୍ତର୍ଗତ ଜରି ପଞ୍ଚାୟତ ନାଉବାଙ୍କ ଗ୍ରାମ ନିକଟ ନୁଆମାହାରଠାରେ ପୁଣି ଘାଇ…

ବନ୍ୟାଜଳରେ ବୁଡ଼ିଲା କୁକୁଡ଼ା ଫାର୍ମ, ୩ ହଜାରରୁ ଅଧିକ କୁକୁଡ଼ା ମୃତ

ଗଞ୍ଜାମ, ୨୬/୯ (ଅନାଥ ତରାଇ/ଦିଲୀପ ସାମଲ): ଗଭୀର ଅବପାତ ପ୍ରଭାବରେ ଲଗାଣ ବର୍ଷା ଯୋଗୁଁ ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଅଞ୍ଚଳରେ ଏକ କୁକୁଡ଼ା ଫାର୍ମରେ ପାଣି…

ବାଇକ୍‌-ବୋଲେରୋ ମୁହାଁମୁହିଁ ଧକ୍କା: ଯୁବକ ମୃତ

ବଲାଙ୍ଗିର, ୨୬।୯(ସୁନିଲ ମହାନ୍ତି ): ବଲାଙ୍ଗୀର-ସୋନପୁର ରାସ୍ତାର ମଳମୁଣ୍ଡା ନିକଟରେ ଶୁକ୍ରବାର ଏକ ବାଇକ୍‌ ଓ ବୋଲେରୋ ମଧ୍ୟରେ ଦୁର୍ଘଟଣା ଘଟି ଜଣେ ଯୁବ ବାଇକ୍‌ ଚାଳକଙ୍କ…

ପୂର୍ବାଞ୍ଚଳ ଜୁନିଅର ଆଥଲେଟିକ୍ସ ଚାମ୍ପିୟନଶିପ୍‌ : କଳାହାଣ୍ଡି ଝିଅ ରେଶମା ବେହେରା ଜିତିଲେ ସ୍ୱର୍ଣ୍ଣ ପଦକ

ଭବାନୀପାଟଣା, ୨୬।୯ (ଉତ୍ତମ କୁମାର ଦାଶ): ବିହାରର ପାଟନାଠାରେ ଗତ ୩ ଦିନ ଧରି ପୂର୍ବାଞ୍ଚଳ ଜୁନିଅର ଆଥଲେଟିକ୍ସ ଚାମ୍ପିୟନଶିପ୍‌ ଆୟୋଜିତ ହୋଇଥିଲା। ଏଥିରେ କଳାହାଣ୍ଡିର ଝିଅ…

ତାମ୍ପରା ହ୍ରଦର ଜଳସ୍ତର : ଆଉ ୪ ଫୁଟ ପାଣି ବଢ଼ିଲା, ଜଳନିଷ୍କାସନ ନ ହେଲେ ବଢ଼ିବ ସମସ୍ୟା

ଛତ୍ରପୁର, ୨୬।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଉପକଣ୍ଠ ତାମ୍ପରା ହ୍ରଦ କୂଳରେ ଅବସ୍ଥିତ ବ୍ୟାଙ୍କ କଲୋନୀ ଅଞ୍ଚଳରେ ଜମି ରହିଥିବା ଜଳସ୍ତର ଶନିବାର ସକାଳୁ…

ମାଡ଼ି ଆସୁଛି ସମୁଦ୍ର: ଗର୍ଭରେ ଲୀନ ହେବାକୁ ବସିଲାଣି ଆଉ ଦୁଇ ମନ୍ଦିର

ଛତ୍ରପୁର, ୨୬।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲ୍ଲା ଛତ୍ରପୁର ଉପକଣ୍ଠ ଆର୍ଯ୍ୟପଲ୍ଲୀ ସମୁଦ୍ରକୂଳରେ ଦିନକୁ ଦିନ ସମୁଦ୍ର ଅତିକ୍ରମଣ କରିବା ସହ ଉଚ୍ଚ ଜୁଆର ଢେଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?