ଆଇଏଏସ୍‌ ସ୍ତରରେ ବଡ ଧରଣର ଅଦଳବଦଳ: ଗଞ୍ଜାମ ଜିଲାପାଳ ହେଲେ ବିଏମ୍‌ସି କମିଶନର

ଭୁବନେଶ୍ବର,୧୬।୬(ବ୍ୟୁରୋ): ରାଜ୍ୟ ସରକାର ଗୁରୁବାର ଆଇଏଏସ୍‌ ସ୍ତରରେ ବଡ ଧରଣର ଅଦଳ ବଦଳ କରିଛନ୍ତି । ସୁଧାଂଶୁ ସାମଲ ହେଲେ ଜଳ ସମ୍ପଦ ଯୁଗ୍ମ ସଚିବ। କନ୍ଧମାଳ ଜିଲାପାଳ ବୃନ୍ଦା ଡି. ହେଲେ ଓଏସ୍‌ଏମ୍‌ସିଏଲ୍‌ ଏମ୍‌ଡି। ପ୍ରେମଚନ୍ଦ୍ର ଚୌଧୁରୀ ହେଲେ କୃଷି ନିର୍ଦ୍ଦେଶକ। ସେହିପରି ସଂଗ୍ରାମ ମହାପାତ୍ର ଆଦର୍ଶ ବିଦ୍ୟାଳୟର ପ୍ରକଳ୍ପ ନିର୍ଦ୍ଦେଶକ ହୋଇଛନ୍ତି। ଗଞ୍ଜାମ ଜିଲାପାଳ ବିଜୟ ଅମୃତ କୁଳାଙ୍ଗେ ହେଲେ ଭୁବନେଶ୍ବର ମହାନଗର ନିଗମ କମିଶନର ।
ଅନ୍ୟପକ୍ଷେ, କଟକ ମହାନଗର କମିଶନର ଭାବେ ନିଖିଲ ପବନ କଲ୍ୟାଣଙ୍କୁ ନିଯୁକ୍ତି କରାଯାଇଛି। କେ.ସୁଦର୍ଶନ ଚକ୍ରବର୍ତ୍ତୀ ଖୋର୍ଦ୍ଧା ଜିଲାପାଳ ହୋଇଥିବା ବେଳେ ରାଜସ୍ବ ବିଭାଗ ଯୁଗ୍ମ ସଚିବ ହୋଇଛନ୍ତି ମଧୁସ୍ମିତା ସାହୁ। ଗାଭାଲି ପରାଗ ହର୍ଷଦ ହେଲେ ସୁନ୍ଦରଗଡ଼ ଜିଲାପାଳ ହୋଇଥିବା ବେଳେ ସ୍ବଧା ଦେବସିଂ ରାୟଗଡ଼ା ଜିଲାପାଳ ହୋଇଛନ୍ତି। ସରୋଜ କୁମାର ମିଶ୍ରଙ୍କୁ ଅର୍ଥ ବିଭାଗ ସ୍ବତନ୍ତ୍ର ସଚିବ ଭାବେ ନିଯୁକ୍ତ କରାଯାଇଛି। ସେହିପରି ଅନନ୍ୟା ଦାସ ସମ୍ବଲପୁର ଜିଲାପାଳ ହୋଇଥିବା ବେଳେ ଦିବ୍ୟଜ୍ୟୋତି ପରିଡାଙ୍କୁ ଗଞ୍ଜାମ ଜିଲାପାଳ ଭାବେ ନିଯୁକ୍ତ କରାଯାଇଛି। ସେହିପରି ସିଦ୍ଧେଶ୍ୱର ବଳିରାମଙ୍କୁ ଭଦ୍ରକ ଜିଲାପାଳ ଦାୟିତ୍ୱ ଦିଆଯାଇଛି। ତ୍ରିଲୋଚନ ମାଝୀ ରାଜସ୍ବ ବିଭାଗ ସ୍ବତନ୍ତ୍ର ସଚିବ ହୋଇଛନ୍ତି। ଦତ୍ତାତ୍ରେୟ ଭାଉସାହେବ ସିନ୍ଧେ ହେଲେ ବାଲେଶ୍ୱର ଜିଲାପାଳ। ସୋମେଶ କୁମାର ଉପାଧ୍ୟାୟ ହେଲେ ଦେବଗଡ଼ ଜିଲାପାଳ। ସେହିପରି ପି.ଅନ୍ବେଷା ରେଡ୍ଡୀ ହୋଇଛନ୍ତି କଳାହାଣ୍ଡି ଜିଲାପାଳ। ପାଟିଲ ଆଶିଷ ହେଲେ କନ୍ଧମାଳ ଜିଲାପାଳ, ହେମକାନ୍ତ ସାଏ ନୂଆପଡ଼ା ଜିଲାପାଳ, କୀର୍ତ୍ତି ଭାସନ ଗଞ୍ଜାମ ପିଡି ଡିଆର୍‌ଡିଏ, ସୂର୍ଯ୍ୟବଂଶୀ ମୟୁର ବିକାଶଙ୍କୁ ଭୁବନେଶ୍ୱର ମହାନଗର ଅତିରିକ୍ତ କମିଶନର ଭାବେ ନିଯୁକ୍ତ କରାଯାଇଛି। ସେହିପରି ଜେ. ସୋନାଲ ହେଲେ ବ୍ରହ୍ମପୁର ମହାନଗର କମିଶନର ହୋଇଥିବା ବେଳେ ଅକ୍ଷୟ ସୁନୀଲ ଅଗ୍ରଓ୍ବାଲଙ୍କୁ ଜିଏ ବିଭାଗ ଅନୁସଚିବ ଭାବେ ଦାୟିତ୍ୱ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

ଉତ୍କଳ ଦିବସରେ ଓଡିଆରେ ବଡ଼ କଥା କହିଦେଲେ ପ୍ରଧାନମନ୍ତ୍ରୀ ମୋଦି: ଆଗାମୀ ଦିନରେ…

ନୂଆଦିଲ୍ଲୀ,୧।୪: ଆଜି ଉତ୍କଳ ଦିବସ। ଚାରିଆଡ଼େ ଉତ୍ସାହର ମାହୋଲ। ରାଜ୍ୟର ବିଭିନ୍ନ ସ୍ଥାନରେ କାର୍ଯ୍ୟକ୍ରମମାନ ଆୟୋଜନ କରାଯାଉଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜ୍ୟବାସୀଙ୍କୁ ଶୁଭେଚ୍ଛା…

ସଂଜ୍ଞା ବଦଳିପାରେ

ଧାର୍ଯ୍ୟ ସମୟସୀମାର ଦିନକ ପୂର୍ବରୁ ଅର୍ଥାତ୍‌ ୩୦ ମାର୍ଚ୍ଚରେ ଭାରତ ‘ମାଓବାଦୀ ମୁକ୍ତ’ ବୋଲି ସଂସଦରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଘୋଷଣା କରିଦେଇଛନ୍ତି। ଏହା ନିଶ୍ଚିତ ଭାବେ…

ବଢ଼ିଲା ଗ୍ୟାସ୍‌ ଦର: ଜାଣନ୍ତୁ କେତେ ହେଲା ସିଲିଣ୍ଡର

ନୂଆଦିଲ୍ଲୀ,୧।୪:କମର୍ସିଆଲ LPG ଦର ବଢ଼ାଇଛନ୍ତି କେନ୍ଦ୍ର ସରକାର। କମର୍ସିଆଲ LPG ସିଲିଣ୍ଡର ପିଛା ଦର ୧୯୫ ଟଙ୍କା ୫୦ ପଇସା ବୃଦ୍ଧି ହୋଇଛି। ନୂଆଦିଲ୍ଲୀରେ ୧୯ କେଜି…

ଆଜିଠୁ ନୂଆ ସୁଭଦ୍ରା ଆବେଦନ: ଜାଣନ୍ତୁ କେମିତି କରିବେ

ଭୁବନେଶ୍ୱର,୧ା୪(ସୁଚିସ୍ମିତା ସାହୁ):ସୁଭଦ୍ରା ଯୋଜନାରେ ନୂଆ ଆବେଦନକାରୀମାନେ ଏପ୍ରିଲ ୧ ବୁଧବାରଠାରୁ ପଞ୍ଜୀକରଣ କରିପାରିବେ। ସୁଭଦ୍ରା ପୋର୍ଟାଲ ମାଧ୍ୟମରେ ଏପ୍ରିଲ ୩୦ ପର୍ଯ୍ୟନ୍ତ ନୂତନ ଆବେଦନ କରାଯାଇପାରିବ। ଆବେଦନକାରୀଙ୍କ…

ଆଜିଠୁ ଜନଗଣନା: ଏପ୍ରିଲ ୧ରୁ ଅଗଷ୍ଟ ୩୧ ମଧ୍ୟରେ…

ନୂଆଦିଲ୍ଲୀ,୧ା୪:ଜନଗଣନା-୨୦୨୭ ବୁଧବାରଠାରୁ ଆରମ୍ଭ ହେଉଛି। ପ୍ରତି ୧୦ ବର୍ଷରେ ଜନଗଣନା କରାଯାଉଥିବାବେଳେ ଶେଷଥର ପାଇଁ ୨୦୧୧ରେ ହୋଇଥିଲା। କୋଭିଡ୍‌ ମହାମାରୀକୁ ନେଇ ୨୦୨୧ରେ ଜନଗଣନା ସ୍ଥଗିତ ରହିଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri