ଆଇଏଏସ୍‌ ସ୍ତରରେ ବଡ ଧରଣର ଅଦଳବଦଳ: ଗଞ୍ଜାମ ଜିଲାପାଳ ହେଲେ ବିଏମ୍‌ସି କମିଶନର

ଭୁବନେଶ୍ବର,୧୬।୬(ବ୍ୟୁରୋ): ରାଜ୍ୟ ସରକାର ଗୁରୁବାର ଆଇଏଏସ୍‌ ସ୍ତରରେ ବଡ ଧରଣର ଅଦଳ ବଦଳ କରିଛନ୍ତି । ସୁଧାଂଶୁ ସାମଲ ହେଲେ ଜଳ ସମ୍ପଦ ଯୁଗ୍ମ ସଚିବ। କନ୍ଧମାଳ ଜିଲାପାଳ ବୃନ୍ଦା ଡି. ହେଲେ ଓଏସ୍‌ଏମ୍‌ସିଏଲ୍‌ ଏମ୍‌ଡି। ପ୍ରେମଚନ୍ଦ୍ର ଚୌଧୁରୀ ହେଲେ କୃଷି ନିର୍ଦ୍ଦେଶକ। ସେହିପରି ସଂଗ୍ରାମ ମହାପାତ୍ର ଆଦର୍ଶ ବିଦ୍ୟାଳୟର ପ୍ରକଳ୍ପ ନିର୍ଦ୍ଦେଶକ ହୋଇଛନ୍ତି। ଗଞ୍ଜାମ ଜିଲାପାଳ ବିଜୟ ଅମୃତ କୁଳାଙ୍ଗେ ହେଲେ ଭୁବନେଶ୍ବର ମହାନଗର ନିଗମ କମିଶନର ।
ଅନ୍ୟପକ୍ଷେ, କଟକ ମହାନଗର କମିଶନର ଭାବେ ନିଖିଲ ପବନ କଲ୍ୟାଣଙ୍କୁ ନିଯୁକ୍ତି କରାଯାଇଛି। କେ.ସୁଦର୍ଶନ ଚକ୍ରବର୍ତ୍ତୀ ଖୋର୍ଦ୍ଧା ଜିଲାପାଳ ହୋଇଥିବା ବେଳେ ରାଜସ୍ବ ବିଭାଗ ଯୁଗ୍ମ ସଚିବ ହୋଇଛନ୍ତି ମଧୁସ୍ମିତା ସାହୁ। ଗାଭାଲି ପରାଗ ହର୍ଷଦ ହେଲେ ସୁନ୍ଦରଗଡ଼ ଜିଲାପାଳ ହୋଇଥିବା ବେଳେ ସ୍ବଧା ଦେବସିଂ ରାୟଗଡ଼ା ଜିଲାପାଳ ହୋଇଛନ୍ତି। ସରୋଜ କୁମାର ମିଶ୍ରଙ୍କୁ ଅର୍ଥ ବିଭାଗ ସ୍ବତନ୍ତ୍ର ସଚିବ ଭାବେ ନିଯୁକ୍ତ କରାଯାଇଛି। ସେହିପରି ଅନନ୍ୟା ଦାସ ସମ୍ବଲପୁର ଜିଲାପାଳ ହୋଇଥିବା ବେଳେ ଦିବ୍ୟଜ୍ୟୋତି ପରିଡାଙ୍କୁ ଗଞ୍ଜାମ ଜିଲାପାଳ ଭାବେ ନିଯୁକ୍ତ କରାଯାଇଛି। ସେହିପରି ସିଦ୍ଧେଶ୍ୱର ବଳିରାମଙ୍କୁ ଭଦ୍ରକ ଜିଲାପାଳ ଦାୟିତ୍ୱ ଦିଆଯାଇଛି। ତ୍ରିଲୋଚନ ମାଝୀ ରାଜସ୍ବ ବିଭାଗ ସ୍ବତନ୍ତ୍ର ସଚିବ ହୋଇଛନ୍ତି। ଦତ୍ତାତ୍ରେୟ ଭାଉସାହେବ ସିନ୍ଧେ ହେଲେ ବାଲେଶ୍ୱର ଜିଲାପାଳ। ସୋମେଶ କୁମାର ଉପାଧ୍ୟାୟ ହେଲେ ଦେବଗଡ଼ ଜିଲାପାଳ। ସେହିପରି ପି.ଅନ୍ବେଷା ରେଡ୍ଡୀ ହୋଇଛନ୍ତି କଳାହାଣ୍ଡି ଜିଲାପାଳ। ପାଟିଲ ଆଶିଷ ହେଲେ କନ୍ଧମାଳ ଜିଲାପାଳ, ହେମକାନ୍ତ ସାଏ ନୂଆପଡ଼ା ଜିଲାପାଳ, କୀର୍ତ୍ତି ଭାସନ ଗଞ୍ଜାମ ପିଡି ଡିଆର୍‌ଡିଏ, ସୂର୍ଯ୍ୟବଂଶୀ ମୟୁର ବିକାଶଙ୍କୁ ଭୁବନେଶ୍ୱର ମହାନଗର ଅତିରିକ୍ତ କମିଶନର ଭାବେ ନିଯୁକ୍ତ କରାଯାଇଛି। ସେହିପରି ଜେ. ସୋନାଲ ହେଲେ ବ୍ରହ୍ମପୁର ମହାନଗର କମିଶନର ହୋଇଥିବା ବେଳେ ଅକ୍ଷୟ ସୁନୀଲ ଅଗ୍ରଓ୍ବାଲଙ୍କୁ ଜିଏ ବିଭାଗ ଅନୁସଚିବ ଭାବେ ଦାୟିତ୍ୱ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

ଆସନ୍ତା ଶିକ୍ଷାବର୍ଷରୁ ୨ଥର ହୋଇପାରେ ବୋର୍ଡ ପରୀକ୍ଷା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ) – ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ(ସିବିଏସ୍‌ଇ) ପକ୍ଷରୁ ପରିଚାଳିତ ବୋର୍ଡ ପରୀକ୍ଷା ବର୍ଷକୁ ଦୁଇଥର ଅନୁଷ୍ଠିତ ହେବ। ଆସନ୍ତା ୨୦୨୫-୨୬...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ଆନ୍ଦୋଳନ ପରେ ପରୀକ୍ଷା ଘୁଞ୍ଚିଲା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ)- ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଚତୁର୍ଥ ସେମିଷ୍ଟର ପରୀକ୍ଷା ଘୁଞ୍ଚାଇବା ଦାବିରେ ଛାତ୍ରୀମାନେ ଆନ୍ଦୋଳନ କରିବା ପରେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ପୂର୍ବ ନିଷ୍ପତ୍ତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri