Posted inରାଜ୍ୟ

ଓଏଏସ୍‌ସ୍ତରରେ ବଡ଼ ଧରଣର ଅଦଳବଦଳ

ଭୁବନେଶ୍ୱର,୨୪ା୫(ବ୍ୟୁରୋ): ରାଜ୍ୟ ସରକାର ମଙ୍ଗଳବାର ବରିଷ୍ଠ ଓଏଏସ୍‌ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ରାଜ୍ୟ ନିର୍ବାଚନ କମିଶନରେ ସ୍ବତନ୍ତ୍ର ସଚିବ ଥିବା ବରିଷ୍ଠ ଓଏଏସ୍‌ ରଘୁରାମ ଆୟାରଙ୍କୁ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ ଭାବେ ବଦଳି କରାଯାଇଛି। ତାଙ୍କୁ ଏସ୍‌ସିଇଆର୍‌ଟି ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ ମଧ୍ୟ ମିଳିଛି। ଆୟାରଙ୍କ ସମେତ ମୋଟ ୧୩ ଓଏଏସ୍‌ ଅଫିସରଙ୍କ ବଦଳି ହୋଇଛି।

ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି କରାଯାଇଥିବା ବିଜ୍ଞପ୍ତି ଅନୁସାରେ, ଏମ୍‌କେସିଜି ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲର ରେଜିଷ୍ଟ୍ରାର ଓଏଏସ୍‌ ସୁଦାମ ଚରଣ ମଣ୍ଡଳଙ୍କୁ ଶିଳ୍ପ ବିଭାଗର ଅତିରିକ୍ତ ନିର୍ଦ୍ଦେଶକ(କେଭିଆଇ) ଭାବେ ବଦଳି କରାଯାଇଛି। ସେହିପରି ପାରାଦୀପ ମ୍ୟୁନିସିପାଲିଟିର କାର୍ଯ୍ୟନିର୍ବାହୀ ଅଧିକାରୀ ସୌରେନ୍ଦ୍ର କୁମାର ରାଉତରାୟଙ୍କୁ ନଗର ଉନ୍ନୟନ ବିଭାଗ ଅତିରିକ୍ତ ସଚିବ ଭାବେ ନିଯୁକ୍ତି ମିଳିଛି। ପାରାଦୀପର ଅତିରିକ୍ତ ଜିଲାପାଳ କାହ୍ନୁ ଚରଣ ଧୀରଙ୍କୁ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ପାରାଦୀପ ମ୍ୟୁନିସିପାଲିଟିର କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ କାର୍ଯ୍ୟ କରିବାକୁ କୁହାଯାଇଛି। ଖୋର୍ଦ୍ଧା ଅତିରିକ୍ତ ଜିଲାପାଳ ଅନୁଜ କୁମାର ଦାସପଟ୍ଟନାୟକଙ୍କୁ ଖଣି ଓ ଇସ୍ପାତ ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି କରାଯାଇଛି। ସେହିପରି ଭୁବନେଶ୍ୱର ମହାନଗର ନିଗମର ଡେପୁଟି କମିଶନର ଶୁଭେନ୍ଦୁ କୁମାର ସାହୁଙ୍କୁ ଖୋର୍ଦ୍ଧାର ଅତିରିକ୍ତ ଜିଲାପାଳ ଭାବେ ଅବସ୍ଥାପିତ କରାଯାଇଛି। ହିନ୍ଦୋଳ ଉପଜିଲାପାଳ ଉଦୟ କୁମାର ମହାପାତ୍ରଙ୍କୁ ଢେଙ୍କାନାଳ ଜିଲା ଅତିରିକ୍ତ ଜିଲାପାଳ ଭାବେ ବଦଳି କରାଯାଇଛି। ପର୍ଯ୍ୟଟନ ବିଭାଗ ଯୁଗ୍ମ ସଚିବ ପୂଜା ମିଶ୍ରଙ୍କୁ ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଯୁଗ୍ମ ସଚିବ, ନରେଶ ଚନ୍ଦ୍ର ଶବରଙ୍କୁ ଫୁଲବାଣୀ ଆଇଟିଡିଏ ପ୍ରକଳ୍ପ ଅଧିକାରୀ, ଶିବାନନ୍ଦ ସ୍ବାଇଁଙ୍କୁ ହିନ୍ଦୋଳ ଉପଜିଲାପାଳ, ବରଣ୍ୟେନ୍ଦୁ ମହାନ୍ତିଙ୍କୁ ଇଡ୍‌କୋ ଲ୍ୟାଣ୍ଡ ଅଫିସର, ବୀରେନ୍ଦ୍ର କୁମାର ଦାସଙ୍କୁ ଛେଳିଗଡ଼ ଜଳସେଚନ ପ୍ରକଳ୍ପର ସ୍ବତନ୍ତ୍ର ଭୂମି ଅଧିଗ୍ରହଣ ଅଫିସର ଓ ପ୍ରିୟବ୍ରତ ପାଢୀଙ୍କୁ ଭୁବନେଶ୍ୱର ମହାନଗର ନିଗମର ଡେପୁଟି କମିଶନର ଭାବେ ବଦଳି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ବିଦ୍ୟୁତ୍‌ କାଟ୍‌କୁ ନେଇ ବଢୁଛି ଅସନ୍ତୋଷ

ଶେରଗଡ଼,୨୭ା୩(ସୂର୍ଯ୍ୟ ନାରାୟଣ ଦାଶ): ଶେରଗଡ଼ରେ ବିଦ୍ୟୁତ୍‌ ବିଭ୍ରାଟ ଦିନକୁ ଦିନ ବଢ଼ିବାରେ ଲାଗିଛି। ମେଣ୍ଟେନାନ୍ସ ଆଳରେ ଏପରି ବିଦ୍ୟୁତ୍‌ କାଟ କରାଯାଉଥିବା ଅଭିଯୋଗ ହେଉଛି। ଏପରି ଦିନକୁ…

୩ୟ ବିଶ୍ୱଯୁଦ୍ଧର ଭୟଙ୍କର ରୂପ! ଆମେରିକା ସହ ଯୁଦ୍ଧ କରିବେ ୧୨ବର୍ଷର ପିଲା

ତେହରାନ,୨୭।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଯେତେବେଳେ ଆମେରିକା ଗୋଟିଏ ମୋର୍ଚ୍ଚାରେ ଇରାନରେ ତାର ସୈନ୍ୟ ମୁତୟନ କରିବାକୁ ପ୍ରସ୍ତୁତ ହେଉଛି, ଅନ୍ୟପଟେ ଇରାନ ଏବେ ତାର ସୈନ୍ୟବାହିନୀକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri