ଓଏଏସ୍‌ ସ୍ତରରେ ବଡ଼ ଧରଣର ଅଦଳବଦଳ

ଭୁବନେଶ୍ୱର,୭ା୮(ବ୍ୟୁରୋ): ରାଜ୍ୟ ସରକାର ଗୁରୁବାର ବରିଷ୍ଠ ଓଏଏସ୍‌ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ବିଜ୍ଞପ୍ତି ଅନୁଯାୟୀ, ବାଲେଶ୍ୱର ଡିଆର୍‌ଡିଏ ପିଡି ରାମଚନ୍ଦ୍ର ଜେନାଙ୍କୁ ଦେବଗଡ ଡିଆର୍‌ଡିଏ ପିଡି, ରବୀନ୍ଦ୍ର କୁମାର ସାହୁଙ୍କୁ ବାଲେଶ୍ୱର ଡିଆର୍‌ଡିଏ ପିଡି, ରାଜେନ୍ଦ୍ର କୁମାର ରଞ୍ଜିତଙ୍କୁ ଗଜପତି ଅତିରିକ୍ତ(ରାଜସ୍ବ)ଙ୍କୁ ବଦଳି ସହ ମହେନ୍ଦ୍ରଗଡସ୍ଥିତ ଛେଳିଆଗଡ଼ ଜଳସେଚନ ପ୍ରକଳ୍ପର ସ୍ବତନ୍ତ୍ର ଜମି ଅଧିଗ୍ରହଣ ଅଧିକାରୀର ଅତିରିକ୍ତ ଦାୟିତ୍ୱ ନ୍ୟସ୍ତ କରାଯାଇଛି। ପଦ୍ମନାଭ ବେହେରାଙ୍କୁ ଗଞ୍ଜାମ ଜିଲାର କୋଭିଡ୍‌ ମୁକାବିଲା ଦାୟିତ୍ୱରୁ କାଢି ନେଇ ରେଢ଼ାଖୋଲ ସବ୍‌ଡିଭିଜନାଲ ମାଜିଷ୍ଟ୍ରେଟ ଭାବେ ବଦଳି କରାଯାଇଛି। ଦେବେନ୍ଦ୍ର କୁମାର ନନ୍ଦଙ୍କୁ ସମ୍ବଲପୁର ଆର୍‌ଟିଓ, ଲଳିତ ମୋହନ ବେହେରାଙ୍କୁ ଆଠମଲ୍ଲିକ ସବ୍‌କଲେକ୍ଟର, ନିହାର ରଞ୍ଜନ କହଁରଙ୍କୁ କନ୍ଧମାଳ ସବ୍‌କଲେକ୍ଟର ଓ ସୁରେଶ ଚନ୍ଦ୍ର ପ୍ରଧାନଙ୍କୁ ବାଲିଗୁଡା ଆଇଟିଡିଏ ପ୍ରକଳ୍ପ ଅଧିକାରୀଭାବେ ବଦଳି କରାଯାଇଛି। ଅନାମ ଚରଣ ପାତ୍ର ଜୁଲାଇ ୨୪ ଓ ରଞ୍ଜିତ ପରିଡାଙ୍କର ଜୁଲାଇ ୨୬ ବଦଳି ନିର୍ଦ୍ଦେଶକୁ ବାତିଲ କରାଯାଇଛି। କେତେଜଣ ଜିଲା ମୁଖ୍ୟ ଯୋଗାଣ ଅଧିକାରୀଙ୍କ କ୍ଷେତ୍ରରେ ମଧ୍ୟ ଅଦଳବଦଳ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାତି ସାରା ଦୁଇ ଗାଁରେ ହାଇଭୋଲଟେଜ୍ ପ୍ରେମ ଡ୍ରାମା: ନାକେଦମ ହେଲା ନନ୍ଦିପଦା ପୋଲିସ

ହାଟଡିହୀ/ଛେନାପଦୀ, ୨୬/୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲ୍ଲା ନନ୍ଦିପଦା ଥାନା ଅଞ୍ଚଳରେ ଗତ ମଙ୍ଗଳବାର ବିଳମ୍ବିତ ରାତିରେ ଦୁଇଟି ଭିନ୍ନ ଭିନ୍ନ ଗ୍ରାମରେ ପ୍ରେମ ବ୍ୟାପାରକୁ…

ଜିମ୍‌ରୁ ବାହାରୁଥିବା ବେଳେ ଗାୟକଙ୍କୁ ଗୁଳିକରି ହତ୍ୟା, ୨୦ରୁ ଅଧିକ..

ଲକ୍ଷ୍ନୌ,୨୬।୮: ଉତ୍ତରପ୍ରଦେଶର ଶାମଲୀରେ ବୁଧବାର ସନ୍ଧ୍ୟାରେ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ଘଟିଛି । ସଦର କୋତୱାଲି ଥାନା ଅଞ୍ଚଳରେ ଅଜଣା ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ଚର୍ଚ୍ଚିତ ହରିୟାଣାର ଗାୟକ…

ଗୋଧୋଇବାକୁ ଯାଇ ଫେରିଲେନି ରଥ, ସକାଳୁ ପୋଖରୀରୁ ମିଳିଲା…

ଲାଞ୍ଜିଗଡ,୨୬।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଛତ୍ରପୁର ପଞ୍ଚାୟତ ଅନ୍ତର୍ଗତ ରଘୁନାଥପୁର ଗାଁରେ ଅଭାବନୀୟ ଘଟଣା ଘଟିଛି । ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ…

ଦ୍ରୁତ ଗତିରେ ଆସି କାରକୁ ଧକ୍କା ଦେଲା ବାଇକ, ୨….

ପଟ୍ଟାଙ୍ଗି,୨୬।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ବାଲିଘାଟ ସରିଗୁଡା ଛକ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । କାର ସହ ମୋଟର ସାଇକେଲ…

ସେପ୍ଟେମ୍ୱର ୧ରୁ ମହଙ୍ଗା ହେବ ଅଟୋ ଭଡା, ଜାଣନ୍ତୁ କେତେ ଦବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୨୬।୮: ମୁମ୍ୱାଇରେ CNG ରେ ଚାଲୁଥିବା କଳା-ହଳଦିଆ ଟ୍ୟାକ୍ସି ଏବଂ ଅଟୋ ରିକ୍ସାରେ ଯାତ୍ରା କରିବା ୧ ସେପ୍ଟେମ୍ୱରରୁ ମହଙ୍ଗା ହୋଇଯିବ। ମହାରାଷ୍ଟ୍ର ପରିବହନ ପ୍ରାଧିକରଣ ବୁଧବାର…

ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତର ଆକ୍ରମଣ, ଦିବାଲୋକରେ ଗୋଡାଇ ଗୋଡାଇ ହାଣିଲେ

ସୋର,୨୬।୮(ଜନ୍ମେଜୟ ମିଶ୍ର): ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ଦିନ ଦ୍ବିପହରରେ ମାଣତ୍ରୀ ଛକ ନିକଟରେ ତିନଜଣ ଦୁର୍ବୃତ୍ତ ହାଣି ଦେଇଥିବା ଜଣାପଡ଼ିଛି ।…

ଚିନି ଠାରୁ ଆରମ୍ଭ କରି ପେଟ୍ରୋଲ-LPG ଯାଏ, ସେପ୍ଟେମ୍ୱର ୧ରୁ ବଢିବ ଦର! ଜାଣନ୍ତୁ କେଉଁଟା…

ନୂଆଦିଲ୍ଲୀ,୨୬।୮: ସେପ୍ଟେମ୍ୱର ମାସ ଆରମ୍ଭ ହେବା କ୍ଷଣି ସାଧାରଣ ଲୋକଙ୍କ ଜୀବନ ସହ ଜଡ଼ିତ ଅନେକ ନିୟମ ବଦଳିବାକୁ ଯାଉଛି। ଚିନି-ପିଆଜ, ବସ ଯାତ୍ରା, ନିବେଶ, ଗ୍ୟାସ…

ମହିଳାଙ୍କ ପାଇଁ ଖୁସି ଖବର! ରାକ୍ଷୀ ପୂର୍ଣ୍ଣିମାରେ ‘ଆମ ବସ୍’ ଯାତ୍ରା ମାଗଣା, ୭ ସହରରେ ମିଳିବ ସୁବିଧା

ଭୁବନେଶ୍ବର,୨୬।୮: ଗୁରୁବାର ପବିତ୍ର ରାକ୍ଷୀ ପୂର୍ଣ୍ଣିମା । ଏହି ଅବସରରେ ମହିଳାଙ୍କ ପାଇଁ ବଡ଼ ଘୋଷଣା କରିଛି କ୍ୟାପିଟାଲ୍ ରିଜିଅନ୍ ଆର୍ବନ୍ ଟ୍ରାନ୍ସପୋର୍ଟ(CRUT) । ରକ୍ଷା ବନ୍ଧନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri