ଋଷିକୁଲ୍ୟା ରୟତ ମହାସଭାର ବଡ଼ ଦାବି

ଛତ୍ରପୁର,୧୩ା୯(ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ଭାଗଚାଷୀଙ୍କ ସ୍ବାର୍ଥରକ୍ଷା ପାଇଁ ସ୍ବତନ୍ତ୍ର ଭାଗଚାଷୀ ଆଇନ ପ୍ରଣୟନ ସହ ଭୂ-ବନ୍ଦୋବସ୍ତ ପ୍ରକ୍ରିୟା ତୁରନ୍ତ କାର୍ଯ୍ୟକାରୀ କରିବାକୁ ଋଷିକୁଲ୍ୟା ରୟତ ମହାସଭା ପକ୍ଷରୁ ଦାବି କରାଯାଇଛି।

ଛତ୍ରପୁରଠାରେ ମହାସଭା ପକ୍ଷରୁ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ଭାଗଚାଷୀ ଓ ଚାଷୀଙ୍କ ବିଭିନ୍ନ ସମସ୍ୟା ଉପସ୍ଥାପନ କରାଯାଇଥିଲା। ଦାବି ପୂରଣ ନ ହେଲେ ଆଗାମୀ ଦିନରେ ଆନ୍ଦୋଳନ କରାଯିବ ବୋଲି ମହାସଭା ଚେତାବନୀ ଦେଇଛି। ନିଜ ନାମରେ ପଟ୍ଟା ଥିବା ଜମିଧାରୀ କେବଳ ପ୍ରକୃତରେ ଚାଷୀ ନୁହନ୍ତି। ନିଜ ଜମିରେ ଚାଷ କରୁଥିବା ବ୍ୟକ୍ତିଙ୍କ ସହ ଭାଗଚାଷୀମାନେ ମଧ୍ୟ ପ୍ରକୃତ ଚାଷୀ। ତେଣୁ ଭାଗଚାଷୀଙ୍କୁ ଚିହ୍ନଟ କରି ସେମାନଙ୍କୁ ସରକାରୀ ସୁବିଧା ଯୋଗାଇବା ପାଇଁ ବ୍ୟବସ୍ଥା କରାଯିବା ଆବଶ୍ୟକ।

କୃଷି କାର୍ଯ୍ୟ ଆରମ୍ଭ ପୂର୍ବରୁ ଜମିଧାରୀ ଓ ଭାଗଚାଷୀଙ୍କ ସହମତିରେ ନିର୍ଦ୍ଦିଷ୍ଟ ଫର୍ମ ପୂରଣ କରାଯାଇ ପଞ୍ଚାୟତ କାର୍ଯ୍ୟାଳୟରେ ଦାଖଲ ବ୍ୟବସ୍ଥା କରିବାକୁ ମହାସଭା ଦାବି କରିଛି। ଏହି ପ୍ରକ୍ରିୟା ପଞ୍ଚାୟତ, ସମବାୟ ସମିତି ଓ କୃଷି ବିଭାଗ କର୍ମଚାରୀଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ କରାଯିବା ସହ ନିଜ ଜମିରେ ଚାଷ କରୁଥିବା ଚାଷୀଙ୍କ ପାଇଁ ମଧ୍ୟ ସ୍ବତନ୍ତ୍ର ଫର୍ମ ବ୍ୟବସ୍ଥା କରିବାକୁ ଦାବି ହୋଇଛି।

ସେହିପରି ଚାଷୀଙ୍କ ଉତ୍ପାଦିତ ଧାନ, ଫଳ ଓ ପନିପରିବା ଆଦି ସରକାର ଉଚିତ ମୂଲ୍ୟରେ କ୍ରୟ କରିବା ସହ ପଞ୍ଚାୟତସ୍ତରରେ ଶୀତଳଭଣ୍ଡାର ସ୍ଥାପନ, ଚାଷୀଙ୍କୁ ଜମି ଓ ଘରର ପଟ୍ଟା ପ୍ରଦାନ ଏବଂ ଭୂ-ବନ୍ଦୋବସ୍ତ ପ୍ରକ୍ରିୟା ତୁରନ୍ତ ଆରମ୍ଭ କରିବାକୁ ମହାସଭା ଦାବି କରିଛି। ଦୀର୍ଘ ପ୍ରାୟ ୫୦ ବର୍ଷ ଧରି ରାଜ୍ୟରେ ଭୂ-ବନ୍ଦୋବସ୍ତ ହୋଇ ନ ଥିବାରୁ ଏହାକୁ ଶୀଘ୍ର କାର୍ଯ୍ୟକାରୀ କରି ସମସ୍ତ ଯୋଗ୍ୟ ବ୍ୟକ୍ତିଙ୍କୁ ପଟ୍ଟା ଦେବାକୁ କୁହାଯାଇଛି।

ଚଳିତବର୍ଷ ଗଞ୍ଜାମ ଜିଲାରେ ଧାନ ବିକ୍ରି ପାଇଁ ଚାଷୀ ପଞ୍ଜୀକରଣରେ ରେକର୍ଡ ସୃଷ୍ଟି ହୋଇଥିବାରୁ ସରକାର ଓ ଜିଲା ପ୍ରଶାସନକୁ ମହାସଭା ପକ୍ଷରୁ ଧନ୍ୟବାଦ ଦିଆଯାଇଛି। ଖବରଦାତା ସମ୍ମିଳନୀରେ ଋଷିକୁଲ୍ୟା ରୟତ ମହାସଭାର ଜିଲା ସମ୍ପାଦକ ସୀମାଞ୍ଚଳ ନାହାକ, ଉପଦେଷ୍ଟା କୈଳାଶ ପଲାଇ, ସମାଜିକ କର୍ମୀ ତଥା କଂଗ୍ରେସ ନେତା ଭାଗୀରଥି ବେହେରା, ଓକିଲ ବିନୋଦ ପାଣିଗ୍ରାହୀ ଓ ବିଜୟ କୁମାର ପଲାଇଙ୍କ ସମେତ ବହୁ ଚାଷୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାହୁଦା ନଦୀକୁ ଗାଧୋଇବାକୁ ଯାଇ ବୃଦ୍ଧ ନିଖୋଜ ଘଟଣା, ଆଜି ମିଳିଲା….

ଦିଗପହଣ୍ଡି/ଚିକିଟି,୧୩।୯(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଳକ ଲାଲମେଣ୍ଟା ପଞ୍ଚାୟତ କୋଳିପେଣ୍ଠ ଗ୍ରାମରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି । ବୃନ୍ଦାବନ…

ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କଲେ ଏନସିଏସ୍‌କେର ଉପାଧ୍ୟକ୍ଷ, ସଫେଇ କର୍ମଚାରୀଙ୍କ ସହ କଲେ ଆଲୋଚନା

ଜୁନାଗଡ଼,୧୩।୯(ଅଂଶୁମାନ ଯୋଶୀ): ଜାତୀୟ ସଫେଇ କର୍ମଚାରୀ ଆୟୋଗ(ଏନସିଏସକେ) ଉପାଧ୍ୟକ୍ଷ କୈଶବ ବିହାରୀ ରବିବାର ଜୁନାଗଡ଼ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରିଛନ୍ତି। ଏହି ଅବସରରେ ସେ ସ୍ବସ୍ଥ୍ୟକେନ୍ଦ୍ରର ବିଭିନ୍ନ…

ନୂଆଖାଇ ପୂର୍ବରୁ ନିଆରା କାର୍ଯ୍ୟକ୍ରମ, ଅସହାୟଙ୍କୁ ଅଢିଆ ପ୍ରଦାନ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ ଗାନ୍ଧୀ ପାଠାଗାରରେ ସମ୍ବିଧାନ ସୁରକ୍ଷା ମଞ୍ଚ ତରଫରୁ ରବିବାର ନୂଆଁଖାଇ ଜୋଟଜାଟ୍ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି । ମହାନ କୃଷିଭିତ୍ତିକ ଗଣ…

କଟକରେ ମହିଳାଙ୍କୁ ହତ୍ୟା; ବନ୍ଦ ଘର ଭିତରେ ପଥର ଛେଚି….

କଟକ,୧୩।୯(ପ୍ରଭୁକଲ୍ୟାଣ ପାଲ୍): କଟକ ସିଡିଏ ସେକ୍ଟର ୧୩ ନମ୍ବରରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ଫେଜ ୨ ଥାନା ଅନ୍ତର୍ଗତ କାଠଯୋଡ଼ି ନଦୀ କୂଳ ବସ୍ତିରେ ମହିଳାଙ୍କୁ…

ଦବିଲା ଋଷିକୁଲ୍ୟା ନଦୀର ପଥର ବାଜ, ବିପଦରେ ଦାମୋଦରପୁର

ଗଞ୍ଜାମ,୧୩।୯(ବିଦ୍ୟାଧର ସାହୁ ): ନଦୀକୂଳ ତଟବର୍ତ୍ତୀ ଅଞ୍ଚଳକୁ ବନ୍ୟା ଜଳରୁ ସୁରକ୍ଷା ଦେବା ପାଇଁ ପଦକ୍ଷେପ ଗ୍ରହଣ କରାଯାଇଥିଲା । ଗଞ୍ଜାମ ଏନଏସି ଅନ୍ତର୍ଗତ ଦାମୋଦରପୁର ଗ୍ରାମ…

ଛାତ୍ରଙ୍କୁ ହୋଟେଲକୁ ଡାକି ଅପ୍ରାକୃତିକ ଯୌନ ସମ୍ପର୍କ ରଖିଥିଲେ ଅଧ୍ୟକ୍ଷ, ମେସେଜ୍‌ କରି ପରିବାର ଲୋକଙ୍କୁ ଜଣାଇବାରୁ…

ବରଗଡ଼,୧୩ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ବରଡୋଲସ୍ଥିତ ଏକ ଘରୋଇ ଯୁକ୍ତଦୁଇ କଲେଜର ଅଧ୍ୟକ୍ଷ ଜଣେ ନାବାଳକ ଛାତ୍ର(୧୫)ଙ୍କ ସହିତ ଅପ୍ରାକୃତିକ ଯୌନ ସମ୍ପର୍କ ରଖିବା ସହିତ…

ବଡ଼ ଘୋଷଣା କଲେ ସ୍ବରାଷ୍ଟ୍ର ମନ୍ତ୍ରୀ, ମୋଦିଙ୍କ ଜନ୍ମଦିନ ଠାରୁ ଆରମ୍ଭ ହେବ….

ନୂଆଦିଲ୍ଲୀ,୧୩।୯ : ୨୦୨୯ ପୂର୍ବରୁ ଭାଜପା ନେତୃତ୍ୱାଧୀନ NDA ସରକାର ୨୧ଟି ରାଜ୍ୟରେ ୟୁନିଫର୍ମ ସିଭିଲ୍ କୋଡ୍‌ (UCC) ଲାଗୁ କରାଯିବ । ଏଭଳି ଦାବି କରିଛନ୍ତି…

Video: ସତରେ ସେମାନେ ହିରୋ! ଭାରତୀୟ କ୍ରିକେଟରଙ୍କର ୮୦ ଦଶକର ଲୁକ (look) ଦେଖନ୍ତୁ, ବୈଭବଙ୍କ ଲୁକ୍ସ ତ…

ନୂଆଦିଲ୍ଲୀ,୧୩।୯: ୧୯୮୦ ଦଶକ ବହୁତ ଆଗରୁ ବିତିଯାଇଥିଲେ ମଧ୍ୟ, ଟିମ ଇଣ୍ଡିଆର ଖେଳାଳିମାନଙ୍କୁ ହଠାତ ସେହି ସମୟର ଲୁକ ବା ବେଶଭୂଷାରେ ଦେଖିବାକୁ ମିଳିଥିଲା। ଆଫଗାନିସ୍ତାନ ବିପକ୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?