କ୍ରସର ବେଲ୍ଟ ଭିତରେ ଲୁଚା ହୋଇଥିଲା ଗଞ୍ଜେଇ: ପଶ୍ଚିମବଙ୍ଗ ଚାଲାଣ ବେଳେ ଧରାପଡ଼ିଲେ, ୫୬ କେଜି ଗଞ୍ଜେଇ ସହ ୪ ଗିରଫ

ବ୍ରହ୍ମପୁର, ୧୯।୯ (ସୁବାସ ଚନ୍ଦ୍ର ପାଢ଼ୀ): ପାର୍ବଣ ଋତୁ ପାଖେଇ ଆସୁଥିବା ବେଳେ ବ୍ରହ୍ମପୁର ଅଞ୍ଚଳରେ ଗଞ୍ଜେଇ ମାଫିଆଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଇବାରେ ଲାଗିଛି। ତେବେ ଅବକାରୀ ଗୋଇନ୍ଦା ବିଭାଗ ପକ୍ଷରୁ ସ୍ୱତନ୍ତ୍ର ଚଢ଼ାଉ କରାଯାଇ ୫୬ କେଜି ଗଞ୍ଜେଇ ଜବତ କରାଯିବା ସହ ୪ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଏହାସହ ଏକ କାର୍‌, ସ୍କୁଟି ଓ ୩ଟି ମୋବାଇଲ୍‌ ଫୋନ୍‌ ମଧ୍ୟ ଜବତ ହୋଇଛି।

ଅବକାରୀ ଗୋଇନ୍ଦା ଡିଏସପି ଶୃତିକାନ୍ତ ରାଉତଙ୍କ ନିର୍ଦ୍ଦେଶକ୍ରମେ ଅବକାରୀ ବିଭାଗର ଦୁଇଟି ଅଲଗା ଅଲଗା ଟିମ୍‌ ପୃଥକ ସ୍ଥାନରେ ଏହି ବିଶେଷ ଅପରେସନ୍‌ ଚଲାଇଥିଲେ। କନ୍ଧମାଳ ଜିଲାରୁ ଗଞ୍ଜେଇ ଆଣି କାର୍‌ ଯୋଗେ ୫୦ କେଜି ଗଞ୍ଜେଇ ପଶ୍ଚିମବଙ୍ଗ ଚାଲାଣ କରାଯାଉଥିବା ବେଳେ ସ୍କୁଟିରେ ୬ କେଜି ଗଞ୍ଜେଇ ବ୍ରହ୍ମପୁର ସହରକୁ ଅଣାଯାଉଥିବା ଜେରା ସମୟରେ ଜଣାପଡ଼ିଛି।

ପ୍ରଥମ ଘଟଣାରେ, ଶନିବାର ଭୋର ସମୟରେ ଅବକାରୀ ଟିମ୍‌ ସଦର ଥାନା ଅନ୍ତର୍ଗତ ଆଙ୍କୁଶପୁର ଛକ ନିକଟରେ ଏକ କାର୍‌ (OD-02K-5722) କୁ ଅଟକାଇ ଯାଞ୍ଚ କରିଥିଲେ। ଯାଞ୍ଚ ସମୟରେ ଗାଡ଼ିର ଡିକି ଭିତରେ କ୍ରସର ବେଲ୍ଟରେ ଗୋଡ଼ାଇ ରୋଲର କରାଯାଇ ରଖାଯାଇଥିବା ୫୦ କେଜି ଗଞ୍ଜେଇ ଜବତ ହୋଇଥିଲା। ଏହି ଘଟଣାରେ କନ୍ଧମାଳ ଜିଲ୍ଲା ଟିକାବାଲି ଥାନା ଦୁଗୁଡି ଗ୍ରାମର କାଳିଆ କହଁର (୨୫), ପଶ୍ଚିମବଙ୍ଗ ମୁର୍ସିଦାବାଦର ଦୀପକ ମଣ୍ଡଳ (୨୨) ଓ କୌଶିକ କରମାକର (୨୦)ଙ୍କୁ ଗିରଫ କରାଯାଇଛି। ସେମାନଙ୍କ ନାମରେ ମାମଲା ନଂ ୩୮୫/୨୬-୨୭ ରୁଜୁ କରାଯାଇ କୋର୍ଟ ଚାଲାଣ କରାଯାଇଛି।

ସେହିପରି ଦ୍ୱିତୀୟ ଘଟଣାରେ, ଅନ୍ୟ ଏକ ଅବକାରୀ ଟିମ୍‌ ନିମଖଣ୍ଡି ଥାନା ଅନ୍ତର୍ଗତ ଜଗଦଳପୁର ନିକଟରେ ଏକ ସ୍କୁଟି (OD-05AB-5039) କୁ ଅଟକାଇ ୬ କେଜି ଗଞ୍ଜେଇ ଜବତ କରିଥିଲେ। ସେଠାରୁ ଜଣେ ଅଭିଯୁକ୍ତ ଫେରାର ହୋଇଯାଇଥିବା ବେଳେ କନ୍ଧମାଳ ବାଲିଗୁଡ଼ା ଥାନା ଅଞ୍ଚଳର ଅଜିତ ମଲିକ (୨୫)ଙ୍କୁ ଗିରଫ କରାଯାଇଛି। ତାଙ୍କ ନାମରେ ମାମଲା ନଂ ୩୮୬/୨୬-୨୭ ରୁଜୁ କରାଯାଇ କୋର୍ଟ ଚାଲାଣ କରାଯାଇଛି।

ଆଗାମୀ ଦିନରେ ଏହିପରି ଚଢ଼ାଉ ଏବଂ କଡ଼ା ଯାଞ୍ଚ ପ୍ରକ୍ରିୟା ଜାରି ରହିବ ବୋଲି ଡିଏସପି ଶୃତିକାନ୍ତ ରାଉତ ସୂଚନା ଦେଇଛନ୍ତି। ଏହି ଚଢ଼ାଉରେ ଏସଆଇ ଗିରିଜା ନନ୍ଦନ ଜେନା, ଏଏସଆଇ ଅମରଜିତ ସାହୁ, କନେଷ୍ଟବଳ ପ୍ରବୀର ସାମଲ, ସନ୍ତୋଷ ନାୟକ, କୁମୁଦ ପ୍ରଧାନ ଓ ପରେଶ ବେହେରା ପ୍ରମୁଖ ସାମିଲ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ମୁଜାଗଡ଼ରେ ବ୍ଲକ୍ ସ୍ତରୀୟ କ୍ରୀଡ଼ା ମହୋତ୍ସବ: ଚମକିଲେ ଯୁବ କ୍ରୀଡ଼ାବିତ୍‌, କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର

ମୁଜାଗଡ଼, ୧୯/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ୍ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଶନିବାର ମୁଜାଗଡ଼ସ୍ଥିତ ପି.ଏମ୍. ଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ପାର୍ବଣ ଆସୁଛି, ଚୋରା ମଦ ବିକ୍ରି ବଢ଼ୁଛି: ଡବେରୀ ଗ୍ରାମବାସୀଙ୍କ ଚିନ୍ତା, ଆଇଆଇସିଙ୍କୁ ଭେଟି ଦେଲେ ଦାବିପତ୍ର

ଦାରିଙ୍ଗବାଡ଼ି, ୧୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ଡବେରୀ ଗ୍ରାମରେ ଦିନକୁ ଦିନ ବେଆଇନ ମଦ କାରବାର ବୃଦ୍ଧି ପାଉଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ…

ଶେଶାନନ୍ଦଙ୍କ ଜନ୍ମୋତ୍ସବକୁ ନିଆରା ଢଙ୍ଗରେ ପାଳିଲା ଲୋହରାଖଣ୍ଡି ସାହିତ୍ୟ ସଂସଦ

ଭଞ୍ଜନଗର, ୧୯।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀ ଜଗନ୍ନାଥ ରିସର୍ଟଠାରେ ଶନିବାର ସନ୍ଧ୍ୟାରେ ଜଗନ୍ନାଥପ୍ରସାଦ ବ୍ଲକର ବରିଷ୍ଠ କର୍ମଚାରୀ ଶେଶାନନ୍ଦ ଆରୁଖଙ୍କ ଜନ୍ମଦିନ ଏକ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

ଗାଜଲବାଡ଼ି ଘାଟିରେ ୨ ଟ୍ୟାଙ୍କର ଫସିବା ଯୋଗୁ ଯାତାୟାତ ଠପ୍: ରାତିସାରା ଘାଟି ରାସ୍ତାରେ ଅଟକି ରହିଲେ ଶହ ଶହ ଯାତ୍ରୀ

ଦାରିଙ୍ଗବାଡ଼ି, ୧୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଓ ବାଲିଗୁଡ଼ାକୁ ସଂଯୋଗ କରୁଥିବା ୫୯ ନମ୍ବର ଗୋପାଳପୁର-ରାଇପୁର ଜାତୀୟ ରାଜପଥର ଗାଜଲବାଡ଼ି ଘାଟିରେ ଶନିବାର ବିଳମ୍ବିତ…

କର୍ଲାମୁଣ୍ଡା ବ୍ଲକ ପାଇଁ ଗୌରବ: ପ୍ରଥମ ମହିଳା ଭାବେ ପିଏଚ୍‌ଡି ଡିଗ୍ରୀ ହାସଲ କଲେ ସୀମନ୍ତିନୀ ସେଠ

ରିଷିଡ଼ା, ୧୯।୯ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ସୀମନ୍ତିନୀ ସେଠ ସଂସ୍କୃତ ବିଷୟରେ ଗବେଷଣା କରି ପିଏଚ୍‌ଡି (PhD) ଡିଗ୍ରୀ ହାସଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?