Posted inଜାତୀୟ

ପୁଲୱାମାରେ ବଡ଼ ଏନକାଉଣ୍ଟର, ୨ ଆତଙ୍କବାଦୀ ନିପାତ

ଶ୍ରୀନଗର,୧୫।୫: ଜମ୍ମୁ ଓ କଶ୍ମୀରର ପୁଲୱାମା ଜିଲାର ତ୍ରାଲ ଅଞ୍ଚଳରେ ଗୁରୁବାର ସକାଳେ ସୁରକ୍ଷା ବାହିନୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଏକ ଗୁଳି ବିନିମୟ ଆରମ୍ଭ ହୋଇଛି। କାଶ୍ମୀର ଜୋନ ପୋଲିସ ସୂଚନା ଅନୁଯାୟୀ, ଅୱାନ୍ତିପୋରାର ନାଦର ଗାଁରେ ଏହି ଏନକାଉଣ୍ଟର ଚାଲିଛି। ପ୍ରାଥମିକ ସୂଚନା ଅନୁସାରେ, ୨ ରୁ ୩ ଜଣ ଆତଙ୍କବାଦୀଙ୍କୁ ଏନକାଉଣ୍ଟର କରାଯାଇଛି। ସୁରକ୍ଷା ବାହିନୀ ଏକ କର୍ଡନ ଆଣ୍ଡ ସର୍ଚ୍ଚ ଅପରେସନ ଆରମ୍ଭ କରିଛି, ଯାହା ପରେ ଏହି ଗୁଳି ବିନିମୟରେ ପରିଣତ ହୋଇଛି।

କଶ୍ମୀର ଜୋନ ପୋଲିସ ଏକ୍ସରେ ପୋଷ୍ଟ କରି କହିଛି, “ଅୱାନ୍ତିପୋରାର ନାଦର, ତ୍ରାଲ ଅଞ୍ଚଳରେ ଏନକାଉଣ୍ଟର ଆରମ୍ଭ ହୋଇଛି। ପୋଲିସ ଓ ସୁରକ୍ଷା ବାହିନୀ କାର୍ଯ୍ୟରତ ଅଛନ୍ତି। ଅଧିକ ବିବରଣୀ ପରେ ମିଳିବ।”

ଗତ ୪୮ ଘଣ୍ଟା ମଧ୍ୟରେ ଜମ୍ମୁ ଓ କଶ୍ମୀରରେ ଦ୍ୱିତୀୟ ଏନକାଉଣ୍ଟର। ଏହା ପୂର୍ବରୁ ମଙ୍ଗଳବାର ଶୋପିଆନ ଜିଲ୍ଲାରେ ‘ଅପରେସନ କେଲର’ରେ ସୁରକ୍ଷା ବାହିନୀ ଲସ୍କର-ଏ-ତୋଇବାର ତିନି ଜଣ ଆତଙ୍କବାଦୀଙ୍କୁ ନିପାତ କରିଥିଲେ। ସୂଚନା ଅନୁଯାୟୀ, ଏହି ଏନକାଉଣ୍ଟରରେ ଜୈସ-ଏ-ମହମ୍ମଦର ଆତଙ୍କବାଦୀ ମଧ୍ୟ ଥାଇପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରାକ ବଜେଟ ବୈଠକରେ ହେଲା ଜରୁରୀ ଆଲୋଚନା: ମଧ୍ୟବିତ୍ତଙ୍କ ପାଇଁ ଏଥର ଫୋକସ୍‌ରେ ରହିବ…

ଭୁବନେଶ୍ୱର,୬।୨: ଆସନ୍ତା ୨୦ ଫେବୃୟାରୀରେ ବିଧାନସଭାରେ ରାଜ୍ୟ ବଜେଟ ଉପସ୍ଥାପନ ହେବ। ଏହା ପୂର୍ବରୁ ଓଡ଼ିଶାବାସୀଙ୍କ ଠାରୁ ମଧ୍ୟ ରାୟ ଲୋଡିଛନ୍ତି ରାଜ୍ୟ ସରକାର। ମୁଖ୍ରମନ୍ତ୍ରୀ କହିଛନ୍ତି,…

RCB ମହିଳା ଟିମକୁ ଶୁଭେଚ୍ଛା ଜଣାଉ ଜଣାଉ ପୁରୁଷ ଟିମକୁ ଏମିତି କହିଲେ ବିଜୟ ମାଲ୍ୟା, ଯାହା ହେଉଛି ଭାଇରାଲ

ନୂଆଦିଲ୍ଲୀ,୬।୨: ମହିଳା ପ୍ରିମିୟର ଲିଗ ୨୦୨୬ର ଫାଇନାଲ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଦିଲ୍ଲୀ କ୍ୟାପିଟାଲ୍ସକୁ ପରାସ୍ତ କରି ଟାଇଟଲ ଜିତିଛି। ସ୍ମୃତି ମନ୍ଧାନାଙ୍କ ନେତୃତ୍ୱରେ RCB…

ଏମିତି ମିଛ କହିଲେ ଟ୍ରମ୍ପ: ପୋଲ୍‌ ଖୋଲି ଦେଲା ଚାଇନା

ଓ୍ବାଶିଂଟନ୍‌,୬।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ସହ ଫୋନ କଲ୍‌ ପରେ ଟ୍ରୁଥ ସୋସିଆଲରେ ଏକ ପୋଷ୍ଟରେ ଅନେକ ସାହସିକ ଦାବି…

ଝିଅ ଜନ୍ମ ହେବା ମାତ୍ରେ ମିଳିବ ୨୧,୦୦୦ ଟଙ୍କା, ପଢିବା ଖର୍ଚ୍ଚ ମଧ୍ୟ ବହନ କରିବେ ସରକାର, ଜାଣନ୍ତୁ ଏହି ଯୋଜନା କ’ଣ…

ନୂଆଦିଲ୍ଲୀ,୬।୨: ଝିଅମାନଙ୍କୁ ଶିକ୍ଷା ଏବଂ ପାଳନପୋଷଣ ପାଇଁ ସରକାର ଅନେକ ଯୋଜନା ଚଳାନ୍ତି। ରାଜ୍ୟ ସରକାରଗୁଡ଼ିକ ମଧ୍ୟ ରାଜ୍ୟ ସ୍ତରରେ ଅନେକ ଯୋଜନା ଚଳାନ୍ତି, ଯେପରିକି ଉତ୍ତର…

କୁମୁତାଲପେଟାରେ ଭୟାବହ ଅଗ୍ନିକାଣ୍ଡ: ଜଳିଗଲା ୧୨ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ସମ୍ପତ୍ତି

ଜେକେପୁର,୬ା୨(ରାଜେଶ ବିଶ୍ୱାଳ): ରାୟଗଡା ବ୍ଲକର କୁମୁତାଲପେଟା ପଞ୍ଚାୟତ ଅନ୍ତର୍ଗତ କୁମୁତାଲପେଟା ଗ୍ରାମରେ ଥିବା ପଞ୍ଚାୟତ କମ୍ପ୍ଲେକ୍ସର ଏକ ଦୋକାନରେ ଶୁକ୍ରବାର ଭୋର୍‌ ସମୟରେ ଭୟାବହ ଅଗ୍ନିକାଣ୍ଡ ଘଟିଛି।…

‘ଆପଣଙ୍କୁ କେବଳ ପବ୍ଲିସିଟି ଦରକାର’, କାହିଁକି ପ୍ରଶାନ୍ତ କିଶୋରଙ୍କୁ ଏମିତି କହିଲେ ସୁପ୍ରିମକୋର୍ଟ? ଜାଣନ୍ତୁ…

ପାଟନା,୬।୨: ୨୦୨୫ ବିହାର ବିଧାନସଭା ନିର୍ବାଚନକୁ ଚ୍ୟାଲେଞ୍ଜ କରି ଏବଂ ନୂତନ ନିର୍ବାଚନ ପାଇଁ ପ୍ରଶାନ୍ତ କିଶୋରଙ୍କ ଜନ ସୂରଜ ପାର୍ଟି ଦ୍ୱାରା ଦାୟର କରାଯାଇଥିବା ଆବେଦନର…

ଅଟୋ ଛାତରେ ବସି କୁକୁରର ସହର ପରିକ୍ରମା, ଭିଡିଓ ଭାଇରାଲ୍

ପୁଣେ,୬।୨: ମହାରାଷ୍ଟ୍ରର ପୁଣେ ସହରରେ ଏକ ଅଦ୍ଭୁତ ଘଟଣା ଦେଖିବାକୁ ମିଳିଛି। ସହରର ବ୍ୟସ୍ତବହୁଳ ‘ଡାଙ୍ଗେ ଛକ’ ଅଞ୍ଚଳରେ ଏକ ଚଳନ୍ତା ଅଟୋ-ରିକ୍ସା ଛାତ ଉପରେ ଏକ…

ଭାଙ୍ଗିଗଲାଣି ଶ୍ରେଣୀଗୃହ, ଗଛତଳେ ପଢୁଛନ୍ତି ପିଲା

କେସିଙ୍ଗା/ନର୍ଲା,୬ା୨(ତୁମେଶ୍ୱର ସାହୁ/ସନ୍ତୋଷ ପାତ୍ର): କଳାହାଣ୍ଡି ଜିଲା କେସିଙ୍ଗା ଓ ନର୍ଲା ବ୍ଲକ ସୀମାନ୍ତ ଅଞ୍ଚଳରେ ଅସ୍ଥାପତି ବିଦ୍ୟାଳୟକୁ ଶିକ୍ଷା ବିଭାଗ ସମେତ ନେତା ବିଧାୟକଙ୍କ ଦୃଷ୍ଟି ଗୋଚର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri