Posted inଜାତୀୟ

ପୋଲିସ ଷ୍ଟେଶନ ଭିତରେ ବଡ଼ ବିସ୍ଫୋରଣ: ୯ ମୃତ୍ୟୁ, ୨୯ ଆହତ

ଶ୍ରୀନଗର,୧୫।୧୧: ଜମ୍ମୁ କଶ୍ମୀରର ଶ୍ରୀନଗରର ନୌଗାମ ପୋଲିସ ଷ୍ଟେଶନ ଭିତରେ ଏକ ବଡ଼ ବିସ୍ଫୋରଣ ଘଟିଥିବା ସୂଚନା ମିଳିଛି। ଏଥିରେ ୯ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୨୯ ଜଣ ଆହତ ହୋଇଛନ୍ତି। କୋଠାଟି ମଧ୍ୟ ବହୁତ କ୍ଷତିଗ୍ରସ୍ତ ହୋଇଛି। ପୋଲିସ ଷ୍ଟେଶନ ପରିସରରେ ଜବତ ଆମୋନିୟମ ନାଇଟ୍ରେଟ ଗଚ୍ଛିତ ଥିବା ରିପୋର୍ଟ କରାଯାଉଛି, ଯାହାର ଫରେନସିକ ଦଳ ତଦନ୍ତ କରୁଛି। ଏହି ଆମୋନିୟମ ନାଇଟ୍ରେଟ ଯୋଗୁ ବଡ଼ ବିସ୍ଫୋରଣ ଘଟିଥିବା ସନ୍ଦେହ କରାଯାଉଛି।

ଦିଲ୍ଲୀ ଲାଲକିଲ୍ଲା ବିସ୍ଫୋରଣ ସହିତ ଜମ୍ମୁ କାଶ୍ମୀରର ସଂଯୋଗ ଜଣାପଡ଼ିବା ପରେ, ସେଠାରେ ଗିରଫ ହୋଇଥିବା ସନ୍ଦିଗ୍ଧ ଆତଙ୍କବାଦୀମାନଙ୍କୁ ନୌଗାମ ପୋଲିସ ଷ୍ଟେଶନ ପରିସରରେ ପଚରାଉଚରା କରାଯାଉଥିଲା। ଏହି ସମୟ ମଧ୍ୟରେ, ଶୁକ୍ରବାର ବିଳମ୍ବିତ ରାତିରେ ଏକ ବିସ୍ଫୋରଣରେ ଅନେକ ପୋଲିସ ଆହତ ହୋଇଥିବା ଜଣାପଡ଼ିଛି।
ଦିଲ୍ଲୀ ଲାଲକିଲ୍ଲା ବିସ୍ଫୋରଣ ପରେ ଏହା ଆଉ ଏକ ବଡ଼ ବିସ୍ଫୋରଣ। ନୌଗାମ ପୋଲିସ ଷ୍ଟେସନ କମ୍ପ୍ଲେକ୍ସ ହେଉଛି ଜୈଶ-ଏ-ମହମ୍ମଦର ‘ହ୍ବାଇଟ-କଲର’ ଆତଙ୍କୀ ମଡ୍ୟୁଲ ତଦନ୍ତର କେନ୍ଦ୍ର। ଏହି ପୋଲିସ ଷ୍ଟେଶନ ବିମାନବନ୍ଦର ଅଞ୍ଚଳ ନିକଟବର୍ତ୍ତୀ ମଧ୍ୟ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ମୋବାଇଲ୍‌ ନ ଦେବାକୁ ଚରମ ନିଷ୍ପତ୍ତି ନେଲେ ସପ୍ତମ ଶ୍ରେଣୀ ଛାତ୍ର: ଘରେ ଖେଳିଗଲା…

ସୁରତ,୫।୮:ଗୁଜରାଟର ସୁରତରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ମୋବାଇଲ ଫୋନ ନିଶା ପିଲାମାନଙ୍କ ଜୀବନ ଉପରେ କେତେ ପ୍ରଭାବ ପକାଇପାରେ ତାହାର ଏକ ହୃଦୟ ବିଦାରକ…

ଆଜିଠୁ ଚମକିବ ଏହି ୬ ରାଶିର ଭାଗ୍ୟ: ବୁଧଦେବ କର୍କଟ ରାଶିରେ ପ୍ରବେଶ….

ଆଜି ବୁଧ ମିଥୁନ ରାଶିରୁ କର୍କଟ ରାଶିକୁ ପ୍ରବେଶ କରୁଛନ୍ତି। ଜ୍ୟୋତିଷ ଶାସ୍ତ୍ରରେ ବୁଧକୁ ବୁଦ୍ଧି, ଯୋଗାଯୋଗ, ଶିକ୍ଷା, ବ୍ୟବସାୟ, ଧନ ଏବଂ ଚିନ୍ତା ପ୍ରକ୍ରିୟାର ମୁଖ୍ୟ…

ଜାମିନ୍‌ରୁ ଆସି ପିତା ଷ୍ଟାଲିନଙ୍କୁ ଭେଟିଲେ ଉଦୟନିଧି, କହିଲେ- ‘ମୋ ସହ ଆତଙ୍କବାଦୀଙ୍କ ଭଳି…’

ନୂଆଦିଲ୍ଲୀ,୫।୮: ତାମିଲନାଡୁର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଉଦୟନିଧି ଷ୍ଟାଲିନଙ୍କୁ ମଙ୍ଗଳବାର ପୋଲିସ ହେପାଜତକୁ ନେଇଥିଲା। ସେହି ଦିନ ତାଙ୍କୁ ମୁକ୍ତ ମଧ୍ୟ କରାଯାଇଥିଲା। ମୁକ୍ତି ପାଇବା ପରେ ଉଦୟନିଧି…

‘ଆପଣ ପୁରୁଷ ହୋଇଥିଲେ…’ ତ୍ରିଶାଙ୍କୁ ନେଇ ଷ୍ଟାଲିନଙ୍କ ବିବାଦୀୟ ମନ୍ତବ୍ୟ ପରେ ଏମିତି କହିଲେ ଭାଜପା ନେତ୍ରୀ

ନୂଆଦିଲ୍ଲୀ,୫।୮: ଡିଏମକେ (DMK) ନେତା ଉଦୟନିଧି ଷ୍ଟାଲିନ ଅଭିନେତ୍ରୀ ତ୍ରିଶା କୃଷ୍ଣନଙ୍କୁ ନେଇ କରିଥିବା ବିବାଦୀୟ ମନ୍ତବ୍ୟ ପରେ ଭାରି ବିବାଦରେ ଫସିଯାଇଛନ୍ତି। ମଙ୍ଗଳବାର ପୋଲିସ ତାଙ୍କୁ…

ଚାପରୁ ବର୍ଷା

ଯୁଦ୍ଧ, ଅନ୍ତର୍ଜାତୀୟ ରାଜନୀତି ଓ ଅର୍ଥନୈତିକ ଅସ୍ଥିରତା ପୃଥିବୀକୁ ଯେତିକି ଆକ୍ତାମାକ୍ତା କରୁଛି, ତା’ଠାରୁ ଅଧିକ କ୍ଷତାକ୍ତ କଲାଣି ଜଳବାୟୁ ପରିବର୍ତ୍ତନଜନିତ ଅସ୍ବାଭାବିକତା। ଥଣ୍ଡା ଜଳବାୟୁରେ ବଢ଼ି…

ରାଷ୍ଟ୍ରପତି ଭବନରେ ପ୍ରଦର୍ଶିତ ହେବ ରଥଚକ

ଭୁବନେଶ୍ୱର,୫ା୮:ଓଡ଼ିଶାର ଆଧ୍ୟାତ୍ମିକ ଓ ସାଂସ୍କୃତିକ ଐତିହ୍ୟର ପ୍ରତୀକ ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ଏବେ ଦେଶର ସର୍ବୋଚ୍ଚ କାର୍ଯ୍ୟାଳୟ ରାଷ୍ଟ୍ରପତି ଭବନରେ ସ୍ଥାନ ପାଇବାକୁ ଯାଉଛି। ପୁରୀ ରଥଯାତ୍ରାର…

ଗ୍ରାହକଙ୍କ ପାଇଁ ଖୁସି ଖବର: ଶସ୍ତା ହୋଇଯିବ ପେଟ୍ରୋଲ-ଡିଜେଲ! ହ୍ରାସ ପାଇଲା…

ନୂଆଦିଲ୍ଲୀ,୫।୮: ଆଜି ବିଶ୍ୱ ବଜାରରେ ଅଶୋଧିତ ତୈଳ (କ୍ରୁଡ ଅଏଲ) ଦରରେ ବଡ଼ ଧରଣର ହ୍ରାସ ଦେଖାଯାଇଛି। ଆମେରିକା ଓ ଇରାନ ମଧ୍ୟରେ ଚାଲିଥିବା କୂଟନୈତିକ ଆଲୋଚନା…

ରାଜନୈତିକ ଦଳ ନୁହେଁ, ଏହି ରୂପରେ ମଇଦାନକୁ ଆସିବ CJP: ବଡ଼ ଖୁଲାସା କଲେ ସିଜେପି ପ୍ରବକ୍ତା

ନୂଆଦିଲ୍ଲୀ,୫।୮: ଜନ୍ତର-ମନ୍ତରରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ସହ ସଫଳ ହୋଇଥିଲା। ଏହି ଆନ୍ଦୋଳନର ଆରମ୍ଭ କରିଥିବା କକରୋଚ ଜନତା ପାର୍ଟି (CJP) ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri